Posted inରାଜ୍ୟ

ଆସନ୍ତା ଶିକ୍ଷାବର୍ଷରୁ ୨ଥର ହୋଇପାରେ ବୋର୍ଡ ପରୀକ୍ଷା

ଭୁବନେଶ୍ୱର, ୨୬।୪(ଅସମାପିକା ସାହୁ) – ସେଣ୍ଟ୍ରାଲ ବୋର୍ଡ ଅଫ୍‌ ସେକେଣ୍ଡାରୀ ଏଜୁକେଶନ(ସିବିଏସ୍‌ଇ) ପକ୍ଷରୁ ପରିଚାଳିତ ବୋର୍ଡ ପରୀକ୍ଷା ବର୍ଷକୁ ଦୁଇଥର ଅନୁଷ୍ଠିତ ହେବ। ଆସନ୍ତା ୨୦୨୫-୨୬ ଶିକ୍ଷାବର୍ଷରୁ ଏହି ନିୟମ ଲାଗୁ କରିବାକୁ ଶିକ୍ଷା ମନ୍ତ୍ରଣାଳୟ ଲକ୍ଷ୍ୟ ରଖିଥିବାବେଳେ ପିଲାଙ୍କୁ ଚାପ ମୁକ୍ତ ଏବଂ ଅଧିକ ସୁଯୋଗ ଦେବା ଉଦ୍ଦେଶ୍ୟରେ ଏପରି ଯୋଜନା କରାଯାଉଛି। ତେବେ ବର୍ଷକୁ ଦୁଇଥର ବୋର୍ଡ ପରୀକ୍ଷା କିଭଳି ଅନୁଷ୍ଠିତ ହେବ, ତା’ ଉପରେ ସମସ୍ତ ପ୍ରକାରର ପଦକ୍ଷେପ ନେବାକୁ ଶିକ୍ଷା ମନ୍ତ୍ରଣାଳୟ ସିବିଏସ୍‌ଇକୁ କହିଛି। ଏଥିସହ ଆସନ୍ତା ମାସରେ ବୋର୍ଡ ସମସ୍ତ ସ୍କୁଲର ପ୍ରିନ୍ସିପାଲମାନଙ୍କ ସହ ଏ ସମ୍ପର୍କରେ କଥା ହେବ। ଦୁଇଥର ବୋର୍ଡ ପରୀକ୍ଷା ସମ୍ପର୍କରେ ସେମାନଙ୍କ ମତାମତ ମଧ୍ୟ ଗ୍ରହଣ କରାଯିବ। ଅନ୍ୟପକ୍ଷରେ ଏବେ ସେମିଷ୍ଟର ବ୍ୟବସ୍ଥା ପାଇଁ କୌଣସି ଯୋଜନା ନ ଥିବା ମନ୍ତ୍ରଣାଳୟ ପକ୍ଷରୁ କୁହାଯାଇଛି।

ସୂଚନାଯୋଗ୍ୟ, ୨୦୨୦ ଜାତୀୟ ଶିକ୍ଷା ନୀତି ଅଧୀନରେ ନୂତନ କରିକୁଲମ ଫ୍ରେମ୍‌ୱାର୍କ(ଏନ୍‌ସିଏଫ୍‌)ପ୍ରସ୍ତୁତ ହୋଇଛି। ଏହି ଏନ୍‌ସିଏଫ୍‌ରେ ବର୍ଷକୁ ଦୁଇ ଥର ସିବିଏସ୍‌ଇ ବୋର୍ଡ ପରୀକ୍ଷା ଆୟୋଜନର ମଧ୍ୟ ବ୍ୟବସ୍ଥା ରହିଥିବା ପୂର୍ବରୁ ମନ୍ତ୍ରଣାଳୟ ପକ୍ଷରୁ କୁହାଯାଇଥିଲା। ସେହିଭଳି ଗତ ଫେବୃଆରୀ ୨୪ରେ ମଧ୍ୟ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ବର୍ଷକୁ ଦୁଇଥର ବୋର୍ଡ ପରୀକ୍ଷା ହେବ ବୋଲି କହିଥିଲେ। ୨୦୨୫-୨୬ ଶିକ୍ଷା ବର୍ଷରୁ ଏହା ଲାଗୁ ହୋଇପାରେ ବୋଲି ସେ ସୂଚନା ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଏହି ଜିଲାର ଶିକ୍ଷା ଅଧିକାରୀଙ୍କ ବିରୋଧରେ ଗିରଫ ପରୱାନା ଜାରି କଲେ ହାଇକୋର୍ଟ

କଟକ,୨୧ା୧: ଦୁଇ ଆଇଏଏସ’ଙ୍କୁ ଗିରଫ ୱାରେଣ୍ଟ ପରେ ବୁଧବାର ଜଣେ ଜିଲା ଶିକ୍ଷାଧିକାରୀଙ୍କୁ ୱାରେଣ୍ଟ ଜାରି କରିଛନ୍ତି ଓଡିଶା ହାଇକୋର୍ଟ। ଅଦାଲତ ଅବମାନନା ମାମଲାରେ ଢେଙ୍କାନାଳ...

ଓଡ଼ିଶା ହାଇକୋର୍ଟ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି, ଜଣେ ଦୁଷ୍କର୍ମ ପୀଡ଼ିତାଙ୍କୁ ଗର୍ଭପାତ ପାଇଁ ଅନୁମତି

କଟକ,୨୧ା୧: ଜଣେ ଦୁଷ୍କର୍ମ ପୀଡ଼ିତାଙ୍କ ଆବେଦନ ଉପରେ ଶୁଣାଣି କରି ଓଡ଼ିଶା ହାଇକୋର୍ଟ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ଶୁଣାଇଛନ୍ତି । ପୀଡ଼ିତାଙ୍କ ଶାରୀରିକ ଓ ମାନସିକ...

ରାଜପଥ ଉପରେ ଗଦା ହୋଇଛି କୁଢ଼କୁଢ଼ ପ୍ଲାଷ୍ଟିକ୍‌, ଗୋରୁ ଖାଇ ହେଉଛନ୍ତି ଅସୁସ୍ଥ

ଦାରିଙ୍ଗବାଡ଼ି,୨୧ା୧(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ପରେ ଅନ୍ୟତମ ବଜାର ହେଉଛି ସିମନବାଡ଼ି। ଗୋପାଳପୁରଠାରୁ ରାଇପୁରକୁ ସଂଯୋଗ ହେଉଥିବା ୫୯ ନଂ ଜାତୀୟ ରାଜପଥ କଡ଼ରେ...

ଗୁଣପୁର ରେଳ ଷ୍ଟେଶନରେ ଯୁବକଙ୍କୁ ଧକ୍କା ଦେଲା ଟ୍ରେନ, ମୃତଦେହ ଉପରେ ପୁଣି ମାଡ଼ିଗଲା ଇଞ୍ଜିନ

ଗୁଣପୁର,୨୧ା୧(ସଂକେତ ପାତ୍ର): ଗୁଣପୁର ରେଳ ଷ୍ଟେଶନରେ ଦୁର୍ଘଟଣା । ଟ୍ରନ ଧକ୍କାରେ ଯୁବକଙ୍କର ମୃତ୍ୟୁ ହୋଇଥିବା ଜଣାପଡ଼ିଛି । ତେବେ ଯୁବକଙ୍କ ଅସାବଧାନତା ପାଇଁ ଦୁର୍ଘଟଣା...

ଗଛରେ ଚଢ଼ି କାଠ କାଟୁଥିଲେ ଶ୍ରମିକ, ହଠାତ୍‌ ଘଟିଲା ଏମିତି…

କେନ୍ଦ୍ରାପଡ଼ା,୨୧ା୧(ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ଜିଲା ନିକିରାଇ ଥାନା ଅନ୍ତର୍ଗତ ପାଳକଣା ଗାଁରେ ଏକ ଦୁଃଖଦ ଘଟଣା ଘଟିଛି। ଜଣେ ଶ୍ରମିକ ଚାକୁଣ୍ଡା ଗଛରେ ଚଢ଼ି କାଠ...

ଲକ୍ଷ୍ମୀସାଗର ବୁଦ୍ଧନଗର ଅଞ୍ଚଳରେ ଯୁବତୀଙ୍କୁ ବଳାତ୍କାର, ଭଡ଼ାଘରେ ରହି…

ଭୁବନେଶ୍ୱର,୨୧ା୧ : ରାଜଧାନୀ ଭୁବନେଶ୍ବରରେ ଯୁବତୀଙ୍କୁ ବଳାତ୍କାର ହୋଇଥିବା ଅଭିଯୋଗ ସାମ୍ନାକୁ ଆସିଛି । ପୀଡ଼ିତାଙ୍କ ଅଭିଯୋଗ ଆଧାରରେ ପୋଲିସ ତଦନ୍ତ କରି ଜଣେ ଯୁବକଙ୍କୁ...

ଅଧିକାରୀଙ୍କୁ ଚିଠି ଲେଖିଲେ ମୁଖ୍ୟ ଶାସନ ସଚିବ, ସମୟସୀମା ମଧ୍ୟରେ…

ଭୁବନେଶ୍ୱର,୨୧ା୧: ସମସ୍ତ ବରିଷ୍ଠ ଅଧିକାରୀଙ୍କୁ ଚିଠି ଲେଖିଛନ୍ତି ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ। କେନ୍ଦ୍ର ସରକାରଙ୍କ ଚିଠିକୁ ଗୁରୁତ୍ୱ ଦେବାକୁ ସେ ନିର୍ଦ୍ଦେଶ ଦେଇଛନ୍ତି।...

କାର୍‌କୁ ଧକ୍କା ଦେଇ ଟ୍ରକ୍‌କୁ ପିଟିଲା ପିକ୍‌ଅପ୍‌: ୩ ଗୁରୁତର

ବାରିପଦା,୨୧ା୧: ଏନ୍‌ଏଚ୍‌ ୧୬ ଦରକୋଳି ଛକରେ ସିରିଜ ଦୁର୍ଘଟଣା ଘଟିଛି। ଏକ କାର୍‌କୁ ଗୋଟିଏ ପିକ୍‌ଅପ୍‌ ଧକ୍କା ଦେଇଥିବାବେଳେ ପରେ ଟ୍ରକ୍‌କୁ ଧକ୍କା ଦେଇଥିଲା ପିକ୍‌ଅପ୍‌।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri