Posted inଜାତୀୟ

ଅଫ୍‌ଲାଇନରେ ହେବ ସିବିଏସ୍‌ଇ, ସିଆଇଏସ୍‌ସିଇ ପରୀକ୍ଷା

ନୂଆଦିଲ୍ଲୀ, ୧୯।୧୧(ପି.ଟି.):ସିବିଏସ୍‌ଇ ଏବଂ ଆଇସିଏସ୍‌ଇ ଦଶମ ଓ ଦ୍ୱାଦଶ ଶ୍ରେଣୀ ଟର୍ମ-୧ ପରୀକ୍ଷା ହାଇବ୍ରିଡ୍‌ କିମ୍ବା ଭର୍ଚୁଆଲ ମୋଡ୍‌ରେ କରିବା ଲାଗି ହୋଇଥିବା ଆବେଦନକୁ ସୁପ୍ରିମକୋର୍ଟ ଗୁରୁବାର ଖାରଜ କରିଦେଇଛନ୍ତି। କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ (ସିବିଏସ୍‌ଇ) ଏବଂ କାଉନସିଲ୍‌ ଫର୍‌ ଦି ଇଣ୍ଡିଆନ ସ୍କୁଲ୍‌ ସାର୍ଟିଫିକେଟ ଏକ୍ଜାମିନେଶନ୍ସ (ସିଆଇଏସ୍‌ସିିଇ)ର ୬ ଜଣ ଛାତ୍ରୀଛାତ୍ର ହାଇବ୍ରିଡ୍‌ ମୋଡ୍‌ରେ ପରୀକ୍ଷା ଲାଗି ଅନୁମତି ଦେବାକୁ ସର୍ବୋଚ୍ଚ ଅଦାଲତରେ ଆବେଦନ କରିଥିଲେ। ଶିକ୍ଷା ବ୍ୟବସ୍ଥାରେ ଗୋଳିଆମିଶା ନ କରିବା ଲାଗି ଅଦାଲତ କହିବା ସହ ହାଇବ୍ରିଡ୍‌ ମୋଡ୍‌ରେ ପରୀକ୍ଷା ପାଇଁ ନିର୍ଦ୍ଦେଶ ଦେବାକୁ ମନା କରିଦେଇଛନ୍ତି। ସିବିଏସ୍‌ଇ ଟର୍ମ-୧ ପରୀକ୍ଷା ୧୬ ତାରିଖରୁ ଆରମ୍ଭ ହୋଇଥିବାବେଳେ ୨୨ରୁ ସିଆଇଏସ୍‌ସିଇ ବୋର୍ଡ ପରୀକ୍ଷାର ସେମିଷ୍ଟର-୧ ଆରମ୍ଭ ହେବାକୁ ଯାଉଛି। ତେଣୁ ବର୍ତ୍ତମାନ ସ୍ଥିତିରେ ସମୁଦାୟ ପରୀକ୍ଷା ପ୍ରକ୍ରିୟାରେ ହସ୍ତକ୍ଷେପ କରିବା ଏବଂ ବ୍ୟାଘାତ ସୃଷ୍ଟି କରିବା ଠିକ୍‌ ହେବନାହିଁ ବୋଲି ଜଷ୍ଟିସ୍‌ ଏ.ଏମ୍‌. ଖାନ୍‌ଓ୍ବିଲକର ଏବଂ ସି.ଟି. ରବିକୁମାରଙ୍କ ଖଣ୍ଡପୀଠ କହିଥିଲେ। ସିବିଏସ୍‌ଇ ପକ୍ଷରୁ ସଲିସିଟର ଜେନେରାଲ ତୁଷାର ମେହେଟ୍ଟା ଉପସ୍ଥିତ ରହି ଅଦାଲତଙ୍କୁ କହିଥିଲେ, ମହାମାରୀ ସ୍ଥିତିକୁ ଦୃଷ୍ଟିରେ ରଖି ଅଫ୍‌ଲାଇନ ମୋଡ୍‌ରେ ବୋର୍ଡ ପରୀକ୍ଷା କରାଇବା ଲାଗି ସମସ୍ତ ସତର୍କତାମୂଳକ ବ୍ୟବସ୍ଥା ଗ୍ରହଣ କରାଯାଇଛି। ପରୀକ୍ଷା କେନ୍ଦ୍ର ସଂଖ୍ୟା ୬,୫୦୦ରୁ ୧୫,୦୦୦କୁ ବଢ଼ାଇ ଦିଆଯାଇଛି। ପରୀକ୍ଷା ବ୍ୟବସ୍ଥାରେ ପରିବର୍ତ୍ତନ ଲାଗି ଆବେଦନ କରିବାରେ ବହୁତ ବିଳମ୍ବ ହୋଇଯାଇଛି। ବର୍ତ୍ତମାନ ସ୍ଥିତିରେ ପରୀକ୍ଷା କାର୍ଯ୍ୟସୂଚୀରେ ପରିବର୍ତ୍ତନ କରାଯାଇପାରିବ ନାହିଁ ବୋଲି ଖଣ୍ଡପୀଠ ଆବେଦନକାରୀଙ୍କ ପକ୍ଷରୁ ଉପସ୍ଥିତ ଥିବା ବରିଷ୍ଠ ଆଇନଜୀବୀ ସଞ୍ଜୟ ହେଗ୍‌ଡେଙ୍କୁ କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଯୁଦ୍ଧ ଅଟକାଇ ବାଃ ବାଃ ସାଉଣ୍ଟିଲା ପାକିସ୍ତାନ, ମଧ୍ୟପ୍ରାଚ୍ୟରେ ବଢ଼ିବ ଦବ୍‌ଦବା ? ରହିଛି ଅନେକ ସ୍ବାର୍ଥ

ଇସଲାମାବାଦ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ ଏକ ବଡ଼ ଧରଣର ଯୁଦ୍ଧବିରତି (ସିଜ୍‌ଫାୟାର୍‌) ହୋଇଛି। ଏହି ପ୍ରକ୍ରିୟାରେ ପାକିସ୍ତାନ ଏକ ମୁଖ୍ୟ ‘ଦୂତ’…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ହର୍ମୁଜ୍ ପ୍ରଣାଳୀରେ ତେଲ ଚ୍ୟାଙ୍କରକୁ ଅଟକାଇଲା ଇରାନ, ଯୁଦ୍ଧବିରତି ଭଙ୍ଗ କରିବାକୁ ଧମକ ଦେଲା…

ତେହେରାନ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ସତ୍ତ୍ବେ ଉତ୍ତେଜନା ଜାରି ରହିଛି । ବୁଧବାର ସକାଳେ ଯୁଦ୍ଧବିରତି ଘୋଷଣା ହେବା ପରେ ମଧ୍ୟ ଆକ୍ରମଣର ରିପୋର୍ଟ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ବଚସା ହେଲା କାଳ….ଏୟାର ଗନ୍ ବ୍ୟବହାର କରି ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ଭରିଦେଲେ ପବନ, ତାପରେ….

ଚଣ୍ଡିଗଡ଼,୮ା୪: ହରିୟାଣାର ଗୁରୁଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏୟାର ଗନ୍ ବ୍ୟବହାର କରି ଜଣେ ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ବାୟୁ ପ୍ରବେଶ କରିବାରୁ ତାଙ୍କର…

ଗ୍ୟାସ କଳାବଜାର ନେଇ ଅସୁରାଳିରେ ଚଢ଼ାଉ, ୧୭ ସିଲିଣ୍ଡର ଜବତ

ଧାମନଗର,୮।୪( ସନ୍ତୋଷ କୁମାର ମହାପାତ୍ର): ବେଆଇନ ଗ୍ୟାସ ସିଲିଣ୍ଡର କଳାବଜାରୀ ବିରୋଧରେ ବ୍ଲକ ପ୍ରଶାସନ ପକ୍ଷରୁ ଚଡାଉ କରି ୧୭ ଟି ଗ୍ୟାସ ସିଲିଣ୍ଡର ଜବତ କରାଯାଇଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri