ଶ୍ରୀକ୍ଷେତ୍ରରେ ଅଧିକାଂଶ ସିସିଟିଭି ଅଚଳ

ପୁରୀ ଅଫିସ,୧୪ା୪: ପାଖେଇ ଆସୁଛି ମହାପ୍ରଭୁଙ୍କ ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା। ଶାନ୍ତିଶୃଙ୍ଖଳାର ସହ ରଥଯାତ୍ରାକୁ ସମାପନ କରିବା ପାଇଁ ପୁରୀ ପୋଲିସ ଏବଂ ଜିଲା ପ୍ରଶାସନ ପକ୍ଷରୁ ପ୍ରାରମ୍ଭିକ ପ୍ରସ୍ତୁତି ଆରମ୍ଭ ହୋଇଛି। ପୁରୀ ଏସ୍‌ପି ଡ. କନୱର ବିଶାଳ ସିଂହ କିଛିଦିନ ପୂର୍ବେ ବରିଷ୍ଠ ପୋଲିସ ଅଧିକାରୀଙ୍କ ସହ ମିଶି ଶ୍ରୀମନ୍ଦିରଠାରୁ ଗୁଣ୍ଡିଚା ମନ୍ଦିର ଏବଂ ଶ୍ରୀମନ୍ଦିର ଚାରିପାଖ ବୁଲି ସ୍ଥିତି ଅନୁଧ୍ୟାନ କରିଥିଲେ। ବିଶେଷକରି ଟ୍ରାଫିକ ବ୍ୟବସ୍ଥା, ଶୃଙ୍ଖଳିତ ଦର୍ଶନ, ଭକ୍ତଙ୍କ ସୁରକ୍ଷା ଏବଂ ଅପରାଧ ନିୟନ୍ତ୍ରଣ କିଭଳି ସଫଳ ଭାବେ ହୋଇପାରିବ ସେନେଇ ଏସ୍‌ପି ବ୍ଲୁ ପ୍ରିଣ୍ଟ ପ୍ରସ୍ତୁତ କରିଛନ୍ତି। ତେବେ ରଥଯାତ୍ରା ଆଉ କିଛି ମାସ ବାକି ଥିବାବେଳେ ସହରରେ ଥିବା ଅଧିକାଂଶ ସିସିଟିଭି ଅଚଳ ହୋଇପଡ଼ିଛି। ଏହାର ଫାଇଦା ନେଇ ଅପରାଧୀମାନେ ବିଭିନ୍ନ ଅପରାଧ ଘଟାଉଛନ୍ତି। ତେଣୁ ଭକ୍ତଙ୍କ ସୁରକ୍ଷା ପାଇଁ ପୋଲିସ ତୁରନ୍ତ ଅଚଳ ସିସିଟିଭିକୁ କାର୍ଯ୍ୟକ୍ଷମ କରିବା ପାଇଁ ସାଧାରଣରେ ଦାବି କରାଯାଇଛି।
ଗତ କିଛିଦିନ ହେବ ପୁରୀ ସହରରେ ବିଭିନ୍ନ ମାରଣାସ୍ତ୍ର ଦ୍ୱାରା ଗୋଷ୍ଠୀ ସଂଘର୍ଷ ହୋଇଥିବାବେଳେ ଏଥିରେ ଅନେକ ଗୁରୁତର ହୋଇଛନ୍ତି। ଗୁରୁବାର ରାତିରେ ଜଣେ ବ୍ୟବସାୟୀଙ୍କୁ ଖଣ୍ଡାରେ ଆକ୍ରମଣ କରାଯାଇଛି। ଆଧ୍ୟାତ୍ମିକ ନଗରୀ ପୁରୀରେ ଦୁର୍ବୃତ୍ତଙ୍କ ଆତଙ୍କରାଜକୁ ନେଇ ଭକ୍ତ, ପର୍ଯ୍ୟଟକ ଏବଂ ସହରବାସୀ ଆତଙ୍କିତ ହୋଇପଡ଼ିିଛନ୍ତି। ଆଗାମୀ ରଥଯାତ୍ରାକୁ ସଫଳ କରିବା ପାଇଁ ହେଲେ ଅପରାଧ ରୋକାଯିବା ସହ ଅପରାଧୀଙ୍କୁ ସାବାଡ୍‌ କରାଯିବା ଜରୁରୀ। ତେଣୁ ସହରରେ ବଢୁଥିବା ଅପରାଧକୁ ରୋକିବା ପାଇଁ ପୋଲିସ ପକ୍ଷରୁ କଠୋର ପଦକ୍ଷେପ ଗ୍ରହଣ କରାଯିବା ଆବଶ୍ୟକ। ଏହାକୁ ଦୃଷ୍ଟିରେ ରଖି ସହରରେ ଥିବା ଅଚଳ ସିସିଟିଭିଗୁଡିକୁ ମରାମତି କରାଯିବା ଜରୁରୀ। ସମ୍ପ୍ରତି ଅନୁଷ୍ଠିତ ରଥଯାତ୍ରା ପ୍ରଥମ ସମନ୍ବୟ ବୈଠକରେ କେନ୍ଦ୍ରାଞ୍ଚଳ ଡିଆଇଜି ନରସିଂହ ଭୋଳ କହିଥିଲେ, ପୁରୀରେ ଅନେକ ସିସିଟିଭି ଲଗାଯିବ, ଯାହାଫଳରେ ଗହଳି ନିୟନ୍ତ୍ରଣ ସହ ଆପରାଧିକ କାର୍ଯ୍ୟକଳାପ ଉପରେ ନଜର ରଖାଯାଇପାରିବ। ପୋଲିସ ଏନେଇ କାର୍ଯ୍ୟ କରୁଥିବା ସେ ପ୍ରକାଶ କରିଥିଲେ। ରଥଯାତ୍ରାକୁ ଶୃଙ୍ଖଳିତ କରିବା ପାଇଁ ପୋଲିସ ପକ୍ଷରୁ ବିଭିନ୍ନ ବିଭାଗ ସହ ଆଲୋଚନା କରାଯାଉଛି। ରଥଯାତ୍ରା ପାଇଁ ସମୟ ଥିବାରୁ ପର୍ଯ୍ୟାୟ କ୍ରମେ କାର୍ଯ୍ୟ ହେବ ବୋଲି ଏସ୍‌ପି କନଓ୍ବର.ବିଶାଲ ସିଂହ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଡେବ୍ୟୁ ମ୍ୟାଚରେ କମାଲ କଲେ କୁପର କନୋଲି; ଗୁଜରାଟ ମୁହଁରୁ ବିଜୟ ଛଡ଼ାଇ ଆଣିଲା ପଞ୍ଜାବ

ନୂଆଦିଲ୍ଲୀ,୩୧।୩: ଆଇପିଏଲ୍‌ ୨୦୨୫ର ଉପବିଜେତା ପଞ୍ଜାବ କିଙ୍ଗସ ନୂଆ ସିଜନ୍‌ରେ ନିଜର ବିଜୟ ଯାତ୍ରା ଆରମ୍ଭ କରିଛି। ଶ୍ରେୟସ ଆୟରଙ୍କ ନେତୃତ୍ୱାଧୀନ ପଞ୍ଜାବ ଟିମ ଏକ କଡ଼ା…

ନିଜ ହାତରେ ବାସନ ଧୋଇଲେ ପ୍ରିୟଙ୍କା ଚୋପ୍ରା; ସ୍ୱର୍ଣ୍ଣ ମନ୍ଦିରରେ ସେବା କରି ଜିତିଲେ କୋଟି କୋଟି ପ୍ରଶଂସକଙ୍କ ମନ

ଅମୃତସର: ବଲିଉଡରୁ ହଲିଉଡ ପର୍ଯ୍ୟନ୍ତ ନିଜର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଥିବା ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା ଏବେ ଭାରତ ଗସ୍ତରେ ଅଛନ୍ତି। ନିକଟରେ ସେ ଅମୃତସରର ପବିତ୍ର…

ଭାରତ-ଚାଇନା ସମ୍ପର୍କରେ ନୂଆ ଅଧ୍ୟାୟ: ଆକାଶ ମାର୍ଗରେ ଯୋଡ଼ିହେବେ ଦୁଇ ପ୍ରତିଦ୍ୱନ୍ଦ୍ୱୀ, ସାଂଘାଇ ସହିତ…

ନୂଆଦିଲ୍ଲୀ/ସାଂଘାଇ,୩୧।୩: ଭାରତ ଏବଂ ଚାଇନା ମଧ୍ୟରେ କୋଭିଡ ମହାମାରୀ ଏବଂ ଥିବା କୂଟନୈତିକ ତିକ୍ତତା ଯୋଗୁ ଦୀର୍ଘ ଦିନ ଧରି ବନ୍ଦ ରହିଥିବା ବିମାନ ସେବା ଏବେ…

ପେଟ୍ରୋଲ, ଡିଜେଲ, ଗ୍ୟାସ ଅଭାବକୁ ନେଇ ବଡ଼ କଥା କହିଦେଲେ ମୁଖ୍ୟମନ୍ତ୍ରୀ, ରାଜ୍ୟବାସୀ…

ଭୁବନେଶ୍ୱର, ୩୧।୩: ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବଂ ଏହାର ସମ୍ଭାବ୍ୟ ପ୍ରଭାବକୁ ନେଇ ଓଡ଼ିଶା ସରକାର ସମ୍ପୂର୍ଣ୍ଣ ସଜାଗ ଅଛନ୍ତି। ବିଧାନସଭାରେ ବ୍ୟୟ ମଞ୍ଜୁରୀ ବିଲ…

ଗୁଣିଗାରେଡ଼ି ସନ୍ଦେହରେ ବୃଦ୍ଧଙ୍କୁ ହତ୍ୟା, ୪ ଗିରଫ

ସୁନ୍ଦରଗଡ଼, ୩୧।୩(ଜୟନାରାୟଣ ମେଣ୍ଡୁଳି)-ବର୍ତ୍ତମାନର ବିଜ୍ଞାନ ଯୁଗରେ ମଧ୍ୟ ଆଦିବାସୀ ଅଧ୍ୟୁଷିତ ସୁନ୍ଦରଗଡ଼ ଜିଲାରେ ଲୋକଙ୍କ ମଧ୍ୟରେ ଅନ୍ଧବିଶ୍ୱାସ ଭରି ରହିଛି। ଏହି ଅନ୍ଧବିଶ୍ବାସ ଯୋଗୁ ସୋମବାର ରାତିରେ…

ଟ୍ରମ୍ପଙ୍କ ଚେତାବନୀ…’ତେଲ ଦରକାର ତ ଆମଠୁ କିଣ, ନଚେତ୍ ହର୍ମୁଜ୍‌କୁ ନିଜେ ଦଖଲ କର’

ୱାଶିଂଟନ,୩୧।୩: ଇରାନ ଯୁଦ୍ଧ ମଧ୍ୟରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ନିଜର ସହଯୋଗୀ ଦେଶମାନଙ୍କ ଉପରେ ବର୍ଷିଛନ୍ତି। ଯୁଦ୍ଧରେ ବ୍ୟାକଫୁଟକୁ ଯିବା ପରେ ରାଗିଯାଇ ଟ୍ରମ୍ପ ନିଜର…

ରାସ୍ତାରେ ଷଣ୍ଢକୁ ଧକ୍କା ଦେଇ ଗଛରେ ପିଟଥିଲେ ବାଇକ୍‌ , ଚାଲିଗଲା ଜୀବନ ଦୁର୍ଘଟଣାରେ ବାଇକ ଚାଳକକଙ୍କ ମୃତ୍ୟୁ

ଦିଗପହଣ୍ଡି,୩୧।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମୋକେଇ ପଞ୍ଚାୟତ କୁକୁଟବନ୍ଧ ଗାଁ ଛକରେ ମଙ୍ଗଳବାର ଅପରାହ୍ନ ପ୍ରାୟ ସାଢେ ୪ଟାରେ ଦୁର୍ଘଟଣାରେ ଜଣେ ଯୁବକଙ୍କ…

୩୦ ବର୍ଷ ସରକାରୀ ସେବା ନିୟମିତ ନ ହୋଇ ଅବସର ନେଲେ ଟୁନା ଜେନା

ଭଞ୍ଜନଗର,୩୧।୩(ବାବୁଲା ପ୍ରଧାନ): ତ୍ରୁଟିପୂର୍ଣ୍ଣ ସରକାରୀ ବିଧି ବ୍ୟବସ୍ଥା ଭିତରେ ଜଣେ ଚତୁର୍ଥ ଶ୍ରେଣୀ କର୍ମଚାରୀ ୩୦ ବର୍ଷ ସରକାରୀ ସେବା ଯୋଗାଇଥିଲେ ମଧ୍ୟ ନିୟମିତ କର୍ମଚାରୀ ମାନ୍ୟତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri