ଆକଳନ କରିପାରୁ ନାହାନ୍ତି ସିଡିଏମ୍‌ଓ

ଭୁବନେଶ୍ୱର,୨୩ା୪(ବ୍ୟୁରୋ): କୋଭିଡ୍‌-୧୯ର ଦ୍ୱିତୀୟ ଲହର ସମଗ୍ର ଦେଶରେ ଭୟଙ୍କର ପରିସ୍ଥିତି ସୃଷ୍ଟି କରିଛି। ମହାରାଷ୍ଟ୍ର, ଦିଲ୍ଲୀ, ଉତ୍ତର ପ୍ରଦେଶ, ଛତିଶଗଡ଼ ଭଳି ରାଜ୍ୟରେ ଗୁରୁତର ସଂକ୍ରମିତଙ୍କୁ ବଞ୍ଚାଇବା ପାଇଁ ଆବଶ୍ୟକ ମେଡିକାଲ୍‌ ଅକ୍ସିଜେନ ମିଳୁନାହିଁ। ଗତ କିଛିଦିନ ହେବ ଓଡ଼ିଶାରେ ମଧ୍ୟ କୋଭିଡ୍‌ ସଂକ୍ରମିତଙ୍କ ସଂଖ୍ୟା ବଢ଼ିଚାଲିଛି। ଏପରି କି ରାଜ୍ୟର ଅନେକ ହସ୍ପିଟାଲରେ ଗୁରୁତର ରୋଗୀଙ୍କ ପାଇଁ ଅକ୍ସିଜେନର ଅଭାବ ଦେଖାଦେଲାଣି। ଏଭଳି ସ୍ଥିତିରେ ଦିଲ୍ଲୀ ଓ ମହାରାଷ୍ଟ୍ରକୁ ଅକ୍ସିଜେନ ଯୋଗାଇବା ପାଇଁ ରାଜ୍ୟ ସରକାରଙ୍କ ପ୍ରତିଶ୍ରୁତି ସ୍ବାସ୍ଥ୍ୟ ବିଶେଷଜ୍ଞଙ୍କୁ ଚକିତ କରିଛି। ଆଶ୍ଚର୍ଯ୍ୟର କଥା ହେଉଛି ଯେ, ହସ୍ପିଟାଲରେ କେତେ ପରିମାଣ ଅକ୍ସିଜେନ ଆବଶ୍ୟକ ଓ ଆଗାମୀ ଦିନରେ କେତେ ଦରକାର ହେବ, ସେନେଇ ଅଧିକାଂଶ ଜିଲା ମୁଖ୍ୟ ଚିକିତ୍ସା ଅଧିକାରୀ(ସିଡିଏମ୍‌ଓ)ମାନେ ମଧ୍ୟ ଠିକ୍‌ଭାବେ ଆକଳନ କରିପାରୁ ନାହାନ୍ତି। ପଚାରିଲେ ଉତ୍ତର ମିଳୁଛି, ଆମ ପାଖରେ ପର୍ଯ୍ୟାପ୍ତ ଅକ୍ସିଜେନ ଅଛି। ଭବିଷ୍ୟତ ପାଇଁ ଅଧିକ ରଖିବାକୁ ସ୍ବାସ୍ଥ୍ୟ ବିଭାଗକୁ ପ୍ରସ୍ତାବ ଦେଇଛୁ ବୋଲି କହୁଛନ୍ତି। ଏହି ପରିପ୍ରେକ୍ଷୀରେ ନିଜର ନାମ ଗୋପନ ରଖିବା ସର୍ତ୍ତରେ ଜଣେ ସ୍ବାସ୍ଥ୍ୟ ବିଶେଷଜ୍ଞ କହିଛନ୍ତି, ରାଜ୍ୟରେ ସଂକ୍ରମଣ ଦ୍ରୁତଗତିରେ ବଢୁଥିବାରୁ ଆଗାମୀ ଦିନରେ ଅନ୍ୟ ରାଜ୍ୟ ଭଳି ପରିସ୍ଥିତି ଯେ ନ ଉପୁଜିବ ତାହା କହିହେବ ନାହିଁ। ବାହାର ରାଜ୍ୟକୁ ଯୋଗାଇବା ପୂର୍ବରୁ ସରକାର ନିଜର ଭିତ୍ତିଭୂମିକୁ ନ ସଜାଡ଼ିଲେ ଭୟଙ୍କର ସ୍ଥିତି ଉପୁଜିବା ଆଶଙ୍କାକୁ ଏଡ଼ାଇ ଦେଇ ହେବ ନାହିଁ। ସେତେବେଳେ ଅକ୍ସିଜେନ ଖୋଜା ପଡ଼ିବ। ତେବେ ଯାଜପୁରର ନୀଳାଚଳ ଅକ୍ସିଜେନ ପ୍ଲାଣ୍ଟ ଭଳି ରାଜ୍ୟର ଆଉ କେତେକ ଅମ୍ଳଜାନ ଉତ୍ପାଦନ କାରଖାନା ଅଚଳ ହୋଇପଡ଼ିଥିବାରୁ ଭବିଷ୍ୟତରେ ରାଜ୍ୟର ଜରୁରୀ ଆବଶ୍ୟକତା ପୂରଣକୁ ହୋଇ ନ ପାରେ ବୋଲି କୁହାଯାଉଛି।
ଅନ୍ୟପକ୍ଷରେ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ପ୍ରଦୀପ୍ତ ମହାପାତ୍ର କହିଛନ୍ତି, ଓଡ଼ିଶାରେ ଅକ୍ସିଜେନ ପର୍ଯ୍ୟାପ୍ତ ମାତ୍ରାରେ ମହଜୁଦ ରହିଛି। ଏବେ ରାଜ୍ୟରେ ଜେନେରାଲ ବେଡ୍‌ରେ ୧୭୨୫ ଏବଂ ଆଇସିୟୁରେ ୪୧୨ ଜଣ ରୋଗୀ ଅଛନ୍ତି। ସେମାନଙ୍କ ପାଇଁ ଦିନକୁ ୨୩.୬୫ ମେଟ୍ରିକ ଟନ୍‌ ଅକ୍ସିଜେନ ଆବଶ୍ୟକ ହେଉଛି। ରାଜ୍ୟରେ ୫ଟି ବଡ଼ ଇସ୍ପାତ ଶିଳ୍ପ ସଂସ୍ଥା ଦ୍ୱାରା ଦିନକୁ ୩୭୫ ମେଟ୍ରିକ ଟନ୍‌ ଅକ୍ସିଜେନ ଉତ୍ପାଦନ ହେଉଛି। ତେଣୁ ପ୍ରାୟ ୩୫୦ ଏମ୍‌ଟି ବଳକା ରହୁଛି। ଯଦି ରାଜ୍ୟରେ ଅଧିକ ଆବଶ୍ୟକ ପଡ଼ିବ ତେବେ ଅନ୍ୟ ରାଜ୍ୟକୁ ଯୋଗାଣ ବନ୍ଦ କରାଯିବ ବୋଲି ଅତିରିକ୍ତ ମୁଖ୍ୟ ଶାସନ ସଚିବ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ୯ ଜିଲା ଦେଇ ଯିବ ଖଡ଼ଗପୁର-ବିଜୟୱାଡା ଏକ୍ସପ୍ରେସୱେ

ଭୁବନେଶ୍ୱର,୧୬।୩: ଓଡ଼ିଶା ପାଇଁ ଏକ ବଡ଼ ଖବର। ରାଜ୍ୟରେ ଗଡ଼ିବ ବିକାଶର ଗାଡ଼ି। ପଶ୍ଚିମବଙ୍ଗର ଖଡ଼ଗପୁରରୁ ଆନ୍ଧ୍ରପ୍ରଦେଶର ବିଜୟୱାଡାକୁ ସଂଯୋଗ କରୁଥିବା ହାଇସ୍ପିଡ୍ କରିଡର ଏବେ ଓଡ଼ିଶାର…

ଦୀର୍ଘ ସାଢେ ୫ ଘଣ୍ଟା ପରେ ଜାତୀୟ ରାଜପଥରେ ସ୍ବାଭାବିକ ହେଲା ଗାଡ଼ି ଚଳାଚଳ

ପଟ୍ଟାଙ୍ଗି,୧୬।୩(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ ଆନ୍ଧ୍ର ଓଡ଼ିଶା ସୀମାନ୍ତ ରାଜପଥ ଦୀର୍ଘ ସମୟ ଧରି ଅବରୋଧ ରହିଥିଲା । ତେବେ ଉକ୍ତ…

ଭଡା ଘରୁ ମିଳିଲା ଯୁବତୀଙ୍କ ଝୁଲନ୍ତା ମୃତଦେହ, ହତ୍ୟା ସନ୍ଦେହ କଲେ ପରିବାର

ଭବାନୀପାଟଣା,୧୬।୩(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସହର ସ୍ଥିତ ଇରିଗେସନ କଲୋନୀ ୭ ନଂ ଲେନର ଏକ ଭଡା ଘରୁ ସୋମବାର ସନ୍ଧ୍ୟାରେ ଜଣେ ଯୁବତୀଙ୍କ…

ବିଜେଡି-କଂଗ୍ରେସର ଅଙ୍କ ଗୋଳମାଳ କରିଦେଲେ ଏହି ୧୧ ବିଧାୟକ, କ୍ରସ୍‌ ଭୋଟିଂ କରି ବିଗାଡ଼ିଦେଲେ ଖେଳ

ଭୁବନେଶ୍ୱର,୧୬।୩: ରାଜ୍ୟ ସଭା ନିର୍ବାଚନରେ ବିଜେଡି ଓ କଂଗ୍ରେସର ଅଙ୍କ ଗୋଳମାଳ କରିଦେଲେ ୧୧ ବିଧାୟକ। କ୍ରସ୍‌ ଭୋଟିଂ କରି ବିଗାଡ଼ିଦେଲେ ଖେଳ। ଗୋଟେ ଚୁଟ୍‌କିରେ ବଦଳିଗଲା…

ହାଇସ୍କୁଲ ପରିଚାଳନା କମିଟି ଗଠନ ପାଇଁ ବସିଥିଲା ସଭା: ଆସିଲେନି ବିଧାୟକ, ସ୍ଥଗିତ ରହିଲା…

ଦିଗପହଣ୍ଡି,୧୬।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ବି. ତୁରୁବୁଡ଼ି ପଞ୍ଚାୟତ ହାଇସ୍କୁଲ ପରିଚାଳନା କମିଟି ଗଠନ ନିମନ୍ତେ ସୋମବାର ଆଲୋଚନା ସଭା ଅନୁଷ୍ଠିତ ହୋଇଯାଇଛି।…

ପଲିଥିନ ତଳେ ୫ ପ୍ରାଣୀଙ୍କ ବିତୁଛି ଜୀବନ: ବ୍ଲକ ଅଧ୍ୟକ୍ଷ, ଜିଲା ପରିଷଦଙ୍କ ନିଜ ପଞ୍ଚାୟତରେ ଏଭଳି ଚିତ୍ର

ଥୁଆମୂଳ ରାମପୁର,୧୬।୩ (ଦୁର୍ଗା କୀର୍ତ୍ତି): କଳାହାଣ୍ଡ ଜିଲା ଥୁଆମୂଳ ରାମପୁର ବ୍ଲକ ଅଧୀନସ୍ଥ ଗୁଣୁପୁର ଗ୍ରାମପଞ୍ଚାୟତରୁ ଆସିଛି ଏକ ଲଜ୍ଜାଜନକ ତଥ୍ୟ। ଯେଉଁ ପଞ୍ଚାୟତ ବ୍ଲକ ଅଧ୍ୟକ୍ଷ…

‘ଏହି ୩ ବିଧାୟକ ଏଭଳି କାମ କରିବେ ବୋଲି କେବେ ଭାବିନଥିଲି, ଛେଳି,ମେଣ୍ଢା ଭଳି ବିକ୍ରି ହୋଇଗଲେ’…

ଭୁବନେଶ୍ୱର,୧୬।୩: ଅପେକ୍ଷାର ଅନ୍ତ ଘଟିଛି । ରାଜ୍ୟ ସଭା ନିର୍ବାଚନର ଫଳାଫଳ ସାମ୍ନାକୁ ଆସିଛି । ତେବେ କ୍ରସ୍‌ ଭୋଟିଂକୁ ନେଇ ପିସିସି ସଭାପତି ଭକ୍ତ ଚରଣ…

ଗୋଟେ ଚୁଟ୍‌କିରେ ବଦଳିଗଲା ରାଜ୍ୟ ସଭା ଗଣିତ: କ’ଣ ଭାବିଥିଲେ, କ’ଣ ହେଲା…

ଭୁବନେଶ୍ୱର,୧୬।୩: ଅପେକ୍ଷାର ଅନ୍ତ ଘଟିଛି । ରାଜ୍ୟ ସଭା ନିର୍ବାଚନର ଫଳାଫଳ ସାମ୍ନାକୁ ଆସିଛି । ଭାଜପାର ମନମୋହନ ସାମଲ ଓ ସୁଜିତ କୁମାର ବିଜୟୀ ହୋଇଛନ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri