ଜିଲାପାଳଙ୍କ ସମ୍ମିଳନୀ କକ୍ଷରୁ ଖସିଲା ସିଲିଂ

ବାରିପଦା ଅଫିସ,୧୨।୧୦:  ମୟୂରଭଞ୍ଜ ଜିଲା ବାରିପଦାସ୍ଥିତ ଜିଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ଥିବା ଫେସିଲିଟେସନ ସମ୍ମିଳନୀ କକ୍ଷର ସିଲିଂ ଖସିପଡ଼ିଛି ା ସୋମବାର ସନ୍ଧ୍ୟାରେ ସିଲିଂର ଅର୍ଦ୍ଧାଧିକ ଅଂଶ ଖସି ପଡ଼ିଥିବା ବେଳେ ଦାମୀ ଇଲେକ୍ଟ୍ରୋନିକ୍ସ ସାମଗ୍ରୀ ଗୁଡ଼ିକ ଭାଙ୍ଗିରୁଜି ଯାଇଛି। ନିମ୍ନମାନର କାର୍ଯ୍ୟ ଯୋଗୁ ଏଭଳି ଘଟଣା ଘଟିଥିବା ଅଭିଯୋଗ ହୋଇଛି। ତେବେ ରାସ୍ତା ଓ ଗୃହ ନିର୍ମାଣ ବିଭାଗ ପକ୍ଷରୁ ତରବରିଆ ଭାବେ ଭାଙ୍ଗିଯାଇଥିବା ଅଂଶକୁ ମରାମତି କରାଯାଇଥିବା ବେଳେ ଏଭଳି କାର୍ଯ୍ୟକୁ ସାଧାରଣରେ ନାପସନ୍ଦ କରାଯାଇଛି। ଜିଲାପାଳଙ୍କ କାର୍ଯ୍ୟାଳୟରେ ଯଦି ଏଭଳି ନିମ୍ନମାନର କାର୍ଯ୍ୟ ହେଉଛି ତେବେ ଜିଲାରେ ନିର୍ମାଣ ହେଉଥିବା ପ୍ରକଳ୍ପ ଗୁଡ଼ିକ କିଭଳି ଅବସ୍ଥାରେ ଥିବ ସେଥିନେଇ ସାଧାରଣରେ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି।
ସୂଚନା ଅନୁଯାୟୀ, ୨୦୧୭ରେ ରାସ୍ତା ଓ ଗୃହ ନିର୍ମାଣ ବିଭାଗ ପକ୍ଷରୁ ଜିଲାପାଳଙ୍କ ଫେସିଲିଟେସନ ସମ୍ମିଳନୀ କକ୍ଷର ସୌନ୍ଦର୍ଯ୍ୟକରଣ କାର୍ଯ୍ୟ କରାଯାଇଥିଲା। ଶୀତତାପ ନିୟନ୍ତ୍ରିତ ଏହି ଗୃହ ନିମନ୍ତେ ଆବଶ୍ୟକ ଜିପସନ ସିଲିଂ ନିର୍ମାଣ ହେବା ସହିତ ଏଲ୍‌ଇଡି ଲାଇଟ୍‌ ଲଗାଯାଇଥିଲା। ସାଢ଼େ ୪ ଲକ୍ଷ ଟଙ୍କା ବ୍ୟୟ ଅଟକଳରେ ନିର୍ମାଣକାରୀ ବିଭାଗ ପକ୍ଷରୁ କାର୍ଯ୍ୟ କରାଯାଇଥିଲେ ହେଁ ନିମ୍ନମାନର କାର୍ଯ୍ୟଯୋଗୁ ସିଲିଂ ଖସି ପଡ଼ିଥିବା ଦେଖିବାକୁ ମିଳିଛି।
ସିଲିଂ ଖସି ପଡ଼ିବା ସମୟରେ ସୌଭାଗ୍ୟ ବସତଃ କୌଣସି ବୈଠକ ଚାଲି ନ ଥିଲା, ନଚେତ୍‌ ଅଧିକାରୀମାନେ ଦୁର୍ଘଟଣାର ସମ୍ମୁଖିନ ହୋଇଥାନ୍ତେ ବୋଲି କୁହାଯାଉଛି। ନିର୍ମାଣ କାର୍ଯ୍ୟ ବେଳେ ବିଭାଗୀୟ ଯନ୍ତ୍ରୀମାନେ ଉପସ୍ଥିତ ରହୁ ନ ଥିବାରୁ ନିମ୍ନମାନର କାର୍ଯ୍ୟ ହେଉଥିବା ପରିଲକ୍ଷିତ ହୋଇଛି। ଏ ସମ୍ପର୍କରେ ଅତିରିକ୍ତ ଜିଲାପାଳ ରୁଦ୍ର ନାରାୟଣ ମହାନ୍ତିଙ୍କ ଦୃଷ୍ଟି ଆକର୍ଷଣ ପରେ ଘଟଣାର ତଦନ୍ତ କରାଯିବ ବୋଲି ସେ ପ୍ରକାଶ କରିଛନ୍ତି। ତେବେ ସିଲିଂ ଖସି ପଡ଼ିବା ଅଭିଯୋଗକୁ ବିଭାଗୀୟ ସହକାରୀ ଯନ୍ତ୍ରୀ ଗୌରହରି କମିଳା ଅସ୍ବୀକାର କରିଥିବା ବେଳେ ଅତ୍ୟାଧୁନିକ ଭାବେ ଏହାର ନିର୍ମାଣ କରାଯାଉଥିବା ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କ୍ରିସମାସ ଶୁଭକାମନାରେ ରୁଷିଆ ରାଷ୍ଟ୍ରପତି ପୁଟିନଙ୍କ ‘ମୃତ୍ୟୁ’ କାମନା କଲେ ଜେଲେନସ୍କି 

କ୍ୱିଭ,୨୫।୧୨: ଯୁକ୍ରେନର ରାଷ୍ଟ୍ରପତି ଭୋଲୋଡିମିର ଜେଲେନସ୍କି କ୍ରିସମସ ଇଭ (ଡିସେମ୍ବର ୨୪) ରେ ତାଙ୍କ ପାରମ୍ପରିକ ଭାଷଣରେ ରୁଷିଆ ରାଷ୍ଟ୍ରପତି ଭ୍ଲାଡ଼ିମିର ପୁଟିିନଙ୍କ ଅପ୍ରତ୍ୟକ୍ଷ ମୃତ୍ୟୁ...

ସାନ୍ତାଳୀ ଭାଷାରେ ଉନ୍ମୋଚନ ହେଲା ଭାରତର ସମ୍ବିଧାନ: ରାଷ୍ଟ୍ରପତି କହିଲେ, ଗର୍ବର ବିଷୟ

ନୂଆଦିଲ୍ଲୀ,୨୫ା୧୨:ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଗୁରୁବାର ସାନ୍ତାଳୀ ଭାଷାରେ ଭାରତର ସମ୍ବିଧାନକୁ ଉନ୍ମୋଚନ କରିଛନ୍ତି। ରାଷ୍ଟ୍ରପତି ଭବନରେ ଏହାର ଉନ୍ମୋଚନ କରାଯାଇଛି। ୨୦୦୩ର ଆଇନରେ ସଂଶୋଧନ ଅଣାଯାଇ...

ବରଗଡ଼ ଧନୁଯାତ୍ରା: ଦେବକୀଙ୍କ କୋଳରେ ଜନ୍ମନେଲେ ଶ୍ରୀକୃଷ୍ଣ

ମଥୁରାନଗରୀ,୨୫।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଧନୁଯାତ୍ରା ମହୋତ୍ସବର ଦ୍ୱିତୀୟ ଦିବସ ଗୁରୁବାରରେ ମଥୁରାନଗରୀର ଲୋକ ମଣ୍ଡପ ପଡ଼ିଆରେ ରଙ୍ଗମହଲ ଉଦଘାଟିତ ହୋଇଛି। ଜିଲାପାଳ ଆଦିତ୍ୟ ଗୋୟଲ ଏହି...

ଗୁଲୁଆଙ୍କ ପାଲଟା ଅଭିଯୋଗ: ‘ମୋତେ ଶାରୀରିକ ସମ୍ପର୍କ ରଖିବାକୁ ମନା କରିଥିଲେ ବର୍ଷା, ମୁଁ ନୁହେଁ ବରଂ ସେ… 

ଭୁବନେଶ୍ୱର,୨୫।୧୨: ସୋସିଆଲ ମିଡିଆର ଅନ୍ୟତମ ଚର୍ଚ୍ଚିତ ଯୋଡ଼ି ତଥା ୟୁଟ୍ୟୁବର ଆଶିଷ ଦାଶ ଓରଫ ଗୁଲୁଆ-ବର୍ଷାଙ୍କ ପାରିବାରିକ କଳି ଏବେ ଦାଣ୍ଡରେ ପଡ଼ି ହାଟରେ ଗଡ଼ିଲାଣି।...

ନୂଆବର୍ଷରେ ଫିଟିବ ପୂଜାଙ୍କ ଭାଗ୍ୟ

ଅଭିନେତ୍ରୀ ପୂଜା ହେଗଡେ ଦକ୍ଷିଣ ଭାରତୀୟ ଚଳଚ୍ଚିତ୍ର ଶିଳ୍ପରେ ମଧ୍ୟ ବହୁତ ପ୍ରସିଦ୍ଧ। ୨୦୧୬ରେ ସେ ମୋହେଞ୍ଜୋଦାରୋ ସହିତ ଡେବ୍ୟୁ କରିଥିଲେ। ଏହା ବକ୍ସ ଅଫିସରେ...

୧୭ ବର୍ଷ ପରେ ପୁଣି ଚର୍ଚ୍ଚାରେ ଗସମା ଜଙ୍ଗଲ: ମାଓବାଦୀ ସଂଗଠନକୁ ଶକ୍ତ ଧକ୍କା, ପୋଲିସକୁ ବଡ ସଫଳତା 

ଭଞ୍ଜନଗର,୨୫।୧୨(ବାବୁଲା ପ୍ରଧାନ)- ଦୀର୍ଘ ୧୭ ବର୍ଷ ପରେ ପୁଣି ଚର୍ଚ୍ଚାକୁ ଆସିଛି ଗସମା ଜଙ୍ଗଲ । ୨୦୦୮ ମସିହା ଫେବୃୟାରୀ ମାସ ୧୫ ତାରିଖ ରାତିରେ...

ରାଜ୍ୟସ୍ତରୀୟ ବିଜ୍ଞାନ ମେଳାରେ କେ ଏମ ଭାଲିଆସାହି ଛାତ୍ରୀ, ଶୁଭେଚ୍ଛା ଜ୍ଞାପନ କରି…

ମୋହନା,୨୫ ।୧୨(ମନ୍ମଥ ମିଶ୍ର ): କେଉଁ ଆଦିମ କାଳରୁ ବିଜ୍ଞାନ ମନୁଷ୍ୟ ସମାଜର ଅଶେଷ ହିତ ସାଧନ କରି ଆସିଅଛି।ବିଜ୍ଞାନ ବିନା ସମାଜର ଉନ୍ନତିର ପରିକଳ୍ପନା...

ଅସହାୟଙ୍କୁ ସହାୟତାର ହାତ ବଢାଇଲା ନ୍ୟୁ ଲାଇଫ ମିଶନ

କେସିଙ୍ଗା,୨୫ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ କୁର୍ଲୁପଡ଼ା ଗ୍ରାମର ନ୍ୟୁ ଲାଇଫ ମିଶନ ପରିସରରେ ଅନୁଷ୍ଠାନର ପ୍ରତିଷ୍ଠାତା ତଥା ଡାଇରେକ୍ଟର ସିଆନି ହରପାଲ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri