ଜିଲାପାଳଙ୍କ ସମ୍ମିଳନୀ କକ୍ଷରୁ ଖସିଲା ସିଲିଂ

ବାରିପଦା ଅଫିସ,୧୨।୧୦:  ମୟୂରଭଞ୍ଜ ଜିଲା ବାରିପଦାସ୍ଥିତ ଜିଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ଥିବା ଫେସିଲିଟେସନ ସମ୍ମିଳନୀ କକ୍ଷର ସିଲିଂ ଖସିପଡ଼ିଛି ା ସୋମବାର ସନ୍ଧ୍ୟାରେ ସିଲିଂର ଅର୍ଦ୍ଧାଧିକ ଅଂଶ ଖସି ପଡ଼ିଥିବା ବେଳେ ଦାମୀ ଇଲେକ୍ଟ୍ରୋନିକ୍ସ ସାମଗ୍ରୀ ଗୁଡ଼ିକ ଭାଙ୍ଗିରୁଜି ଯାଇଛି। ନିମ୍ନମାନର କାର୍ଯ୍ୟ ଯୋଗୁ ଏଭଳି ଘଟଣା ଘଟିଥିବା ଅଭିଯୋଗ ହୋଇଛି। ତେବେ ରାସ୍ତା ଓ ଗୃହ ନିର୍ମାଣ ବିଭାଗ ପକ୍ଷରୁ ତରବରିଆ ଭାବେ ଭାଙ୍ଗିଯାଇଥିବା ଅଂଶକୁ ମରାମତି କରାଯାଇଥିବା ବେଳେ ଏଭଳି କାର୍ଯ୍ୟକୁ ସାଧାରଣରେ ନାପସନ୍ଦ କରାଯାଇଛି। ଜିଲାପାଳଙ୍କ କାର୍ଯ୍ୟାଳୟରେ ଯଦି ଏଭଳି ନିମ୍ନମାନର କାର୍ଯ୍ୟ ହେଉଛି ତେବେ ଜିଲାରେ ନିର୍ମାଣ ହେଉଥିବା ପ୍ରକଳ୍ପ ଗୁଡ଼ିକ କିଭଳି ଅବସ୍ଥାରେ ଥିବ ସେଥିନେଇ ସାଧାରଣରେ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି।
ସୂଚନା ଅନୁଯାୟୀ, ୨୦୧୭ରେ ରାସ୍ତା ଓ ଗୃହ ନିର୍ମାଣ ବିଭାଗ ପକ୍ଷରୁ ଜିଲାପାଳଙ୍କ ଫେସିଲିଟେସନ ସମ୍ମିଳନୀ କକ୍ଷର ସୌନ୍ଦର୍ଯ୍ୟକରଣ କାର୍ଯ୍ୟ କରାଯାଇଥିଲା। ଶୀତତାପ ନିୟନ୍ତ୍ରିତ ଏହି ଗୃହ ନିମନ୍ତେ ଆବଶ୍ୟକ ଜିପସନ ସିଲିଂ ନିର୍ମାଣ ହେବା ସହିତ ଏଲ୍‌ଇଡି ଲାଇଟ୍‌ ଲଗାଯାଇଥିଲା। ସାଢ଼େ ୪ ଲକ୍ଷ ଟଙ୍କା ବ୍ୟୟ ଅଟକଳରେ ନିର୍ମାଣକାରୀ ବିଭାଗ ପକ୍ଷରୁ କାର୍ଯ୍ୟ କରାଯାଇଥିଲେ ହେଁ ନିମ୍ନମାନର କାର୍ଯ୍ୟଯୋଗୁ ସିଲିଂ ଖସି ପଡ଼ିଥିବା ଦେଖିବାକୁ ମିଳିଛି।
ସିଲିଂ ଖସି ପଡ଼ିବା ସମୟରେ ସୌଭାଗ୍ୟ ବସତଃ କୌଣସି ବୈଠକ ଚାଲି ନ ଥିଲା, ନଚେତ୍‌ ଅଧିକାରୀମାନେ ଦୁର୍ଘଟଣାର ସମ୍ମୁଖିନ ହୋଇଥାନ୍ତେ ବୋଲି କୁହାଯାଉଛି। ନିର୍ମାଣ କାର୍ଯ୍ୟ ବେଳେ ବିଭାଗୀୟ ଯନ୍ତ୍ରୀମାନେ ଉପସ୍ଥିତ ରହୁ ନ ଥିବାରୁ ନିମ୍ନମାନର କାର୍ଯ୍ୟ ହେଉଥିବା ପରିଲକ୍ଷିତ ହୋଇଛି। ଏ ସମ୍ପର୍କରେ ଅତିରିକ୍ତ ଜିଲାପାଳ ରୁଦ୍ର ନାରାୟଣ ମହାନ୍ତିଙ୍କ ଦୃଷ୍ଟି ଆକର୍ଷଣ ପରେ ଘଟଣାର ତଦନ୍ତ କରାଯିବ ବୋଲି ସେ ପ୍ରକାଶ କରିଛନ୍ତି। ତେବେ ସିଲିଂ ଖସି ପଡ଼ିବା ଅଭିଯୋଗକୁ ବିଭାଗୀୟ ସହକାରୀ ଯନ୍ତ୍ରୀ ଗୌରହରି କମିଳା ଅସ୍ବୀକାର କରିଥିବା ବେଳେ ଅତ୍ୟାଧୁନିକ ଭାବେ ଏହାର ନିର୍ମାଣ କରାଯାଉଥିବା ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପାଟଣା ବ୍ଲକ୍‌ର ୪୧ ଶିକ୍ଷକ-ଶିକ୍ଷୟିତ୍ରୀଙ୍କୁ ପଦୋନ୍ନତି: ନିଯୁକ୍ତିପତ୍ର ବାଣ୍ଟିଲେ …

ପାଟଣା,୨୫।୮(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଗୋଷ୍ଠୀ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟ ଅଧୀନରେ କାର୍ଯ୍ୟରତ ୪୧ ଜଣ ଶିକ୍ଷକ-ଶିକ୍ଷୟିତ୍ରୀ ଚତୁର୍ଥ ବର୍ଗରୁ ତୃତୀୟ ବର୍ଗକୁ ପଦୋନ୍ନତି ପାଇଛନ୍ତି।…

କିରିକୁଟି ସରକାରୀ ଉଚ୍ଚ ବିଦ୍ୟାଳୟରେ ‘ନିଶା ମୁକ୍ତ ଓଡ଼ିଶା’ ଅଭିଯାନ: ଗଞ୍ଜେଇ ଚାଷ-ନିଶାରୁ ଦୂରେଇ ରହିବାକୁ…

ଦାରିଙ୍ଗବାଡ଼ି,୨୫।୮ (ଅରୁଣ ସାହୁ): କନ୍ଧମାଳ ଏସପି ରମେନ୍ଦ୍ର ପ୍ରସାଦ ଏବଂ ବାଲିଗୁଡ଼ା ଏସଡିପିଓ ଶୁଭମ ଭୋସଲେଙ୍କ ନିର୍ଦ୍ଦେଶକ୍ରମେ ମଙ୍ଗଳବାର ଦାରିଙ୍ଗବାଡ଼ି ଥାନା କିରିକୁଟି ସରକାରୀ ଉନ୍ନୀତ ଉଚ୍ଚ…

ସୋନାଲିସା ଓ ମିହିର ରଞ୍ଜନଙ୍କୁ ସମ୍ମାନିତ କଲା ସମ୍ବର୍ଦ୍ଧନା ମଞ୍ଚ

ପାଟଣା,୨୫।୮(ବୀର କିଶୋର ଦାଶ): ମେଧାବୀ ଛାତ୍ରଛାତ୍ରୀ ସମ୍ବର୍ଦ୍ଧନା ମଞ୍ଚ, ସ୍ୱାମ ପାଟଣା ପକ୍ଷରୁ ମଙ୍ଗଳବାର ପାଟଣା ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ପରିସରରେ ଏକ ବିଶେଷ ସମ୍ବର୍ଦ୍ଧନା…

ସୁଭଦ୍ରା ଟଙ୍କା ଆସିବା ଆଗରୁ ମୋଦିଙ୍କୁ ଭେଟିଲେ ପ୍ରଭାତୀ ପରିଡ଼ା, ହୋଇପାରେ ବଡ଼ ଘୋଷଣା!

ଭୁବନେଶ୍ୱର,୨୫।୮: ବଡ଼ ଖବର । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟିଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା । ଏ ନେଇ ସୋସିଆଲ ମିଡିଆରେ ପୋଷ୍ଟ କରି ସୂଚନା ଦେଇଛନ୍ତି…

ପାଣି ଡ୍ରମ ଭିତରେ କୁଣ୍ଡଳୀ ମାରି ବସିଥିଲା ବିରାଟକାୟ ଅଜଗର, ପରିବାର ଲୋକଙ୍କ ମଧ୍ୟରେ ଖେଳିଗଲା ଆତଙ୍କ, ତା’ ପରେ…

କଲ୍ୟାଣସିଂହପୁର,୨୫।୮(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଶିକରପାଇ ଅଞ୍ଚଳରେ ଏକ ବିଶାଳ ଅଜଗର ସାପ ଉଦ୍ଧାର ହେବା ଘଟଣା ସ୍ଥାନୀୟ ଅଞ୍ଚଳରେ ଚର୍ଚ୍ଚାର ବିଷୟ…

ସୂର୍ଯ୍ୟ-କେତୁ ଆଣିବେ ବଡ଼ ସଙ୍କଟ! ଆଗାମୀ ୨୬ ଦିନ ୩ ରାଶି ପାଇଁ ବଢିବ ଅଯଥା ଟେନସନ୍, ହୋଇଯାଆନ୍ତୁ ସାବଧାନ…

ଜ୍ୟୋତିଷ ଶାସ୍ତ୍ରରେ, ସୂର୍ଯ୍ୟ ଦେବତାଙ୍କୁ ଆତ୍ମା, ପିତା, ସମ୍ମାନ ଏବଂ ନେତୃତ୍ୱର କାରକ ଭାବରେ ବିବେଚନା କରାଯାଏ । ସମାନକ୍ରମରେ ପାପି କେତୁଙ୍କୁ ଏକ ଛାୟା ଗ୍ରହ…

ନିଟ୍ ପରୀକ୍ଷାରେ କୃତକାର୍ଯ୍ୟ ହେଲେ ଆଦିବାସୀ ଝିଅ ପୂର୍ଣ୍ଣିମା, ସମଗ୍ର କୋକସରା ଅଞ୍ଚଳରେ ଖୁସିର ଲହରୀ

କୋକସରା,୨୫।୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ବଡ଼ପୋଡ଼ାଗୁଡ଼ା ଗ୍ରାମର ମେଧାବୀ ଆଦିବାସୀ ଝିଅ ପୂର୍ଣ୍ଣିମା ପୁଝାରୀ ସର୍ବଭାରତୀୟ ନିଟ୍ (NEET UG) ପରୀକ୍ଷାରେ ସଫଳତା…

କାମ କରୁଥିବା ବେଳେ ହେଲା ଛାତିରେ ଯନ୍ତ୍ରଣା, ହୃଦଘାତରେ ଚାଲିଗଲା କ୍ୟାସିୟର ଅରବିନ୍ଦଙ୍କ ଜୀବନ

ଭବାନୀପାଟଣା,୨୫।୮(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ସମଗ୍ର ଶିକ୍ଷା ପ୍ରକଳ୍ପ କାର୍ଯ୍ୟାଳୟର କ୍ୟାସିୟର (କୋଷାଧ୍ୟକ୍ଷ) ଅରବିନ୍ଦ ପଣ୍ଡାଙ୍କର ୫୬ ବର୍ଷ ବୟସରେ ହୃଦଘାତରେ ମଙ୍ଗଳବାର ପୂର୍ବାହ୍ନରେ ପରଲୋକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri