ଆରମ୍ଭ ହେଲା ରତ୍ନଭଣ୍ଡାର ଗଣତି: ୪୮ ବର୍ଷ ପରେ ଝଲସିବ କାଳିଆ ସାଆନ୍ତଙ୍କ ଅଳଙ୍କାର

ପୁରୀ,୨୫ା୩(ଅଜିତ କୁମାର ମହାନ୍ତି): ଶ୍ରୀମନ୍ଦିର ପରିଚାଳନା କମିଟି ନିଷ୍ପତ୍ତି ଅନୁଯାୟୀ, ବୁଧବାରଠାରୁ ରତ୍ନଭଣ୍ଡାର ଗଣତି ଆରମ୍ଭ ହୋଇଛି। ଏନେଇ ସରକାରଙ୍କଠାରୁ ଆରମ୍ଭକରି ଶ୍ରୀମନ୍ଦିର ପ୍ରଶାସନ, ପୋଲିସ ପ୍ରଶାସନ, ଜିଲା ପ୍ରଶାସନ ପକ୍ଷରୁ ସମସ୍ତ ପ୍ରକାର ପ୍ରସ୍ତୁତି କରାଯାଇଛି। ନିର୍ଦ୍ଧାରିତ ହୋଇଥିବା ଶୁଭମୂହୁର୍ତ୍ତରେ ଗଣତି ମଣତି ଆରମ୍ଭ ହୋଇଛି । ତେବେ ଗଣତି ମଣତି ଆରମ୍ଭ ହେବା ପୂର୍ବରୁ ଶ୍ରୀମନ୍ଦିର ପ୍ରଶାସନିକ କାର୍ଯ୍ୟାଳୟ ପରିସରରେ ରତ୍ନଭଣ୍ଡାର କମିଟି ଅଧ୍ୟକ୍ଷ ଜଷ୍ଟିସ୍‌ ବିଶ୍ୱନାଥ ରଥଙ୍କ ଅଧ୍ୟକ୍ଷତାରେ ଏକ ବୈଠକ ଅନୁଷ୍ଠିତ ହୋଇଥିଲା।

ବୈଠକରେ ଅନ୍ୟମାନଙ୍କୁ ମଧ୍ୟରେ ମନ୍ଦିର ମୁଖ୍ୟ ପ୍ରଶାସକ ଡ. ଅରବିନ୍ଦ ପାଢ଼ୀ, ଜିଲାପାଳ ଦିବ୍ୟଜ୍ୟୋତି ପରିଡ଼ା, ଏସି ପ୍ରତୀକ ସିଂଙ୍କ ଅଧିକୃତ ଅଧିକାରୀମାନେ ଉପସ୍ଥିତଥିଲେ। ବୈଠକରେ ରତ୍ନ ଅଳଙ୍କାର ଗଣତି ମଣତି ନେଇ ବିସ୍ତୃତ ଆଲୋଚନା ହୋଇଥିଲା। ପରେ ପୂର୍ବାହ୍ନ ପ୍ରାୟ ୧୦ ଟା ୩୫ରେ ଶ୍ରୀମନ୍ଦିରରେ ପ୍ରବେଶ କରୁଥିଲେ। ପ୍ରବେଶ ପୂର୍ବରୁ ସିଂହଦ୍ୱାରଠାରେ ସମସ୍ତ ଅଧିକାରୀଙ୍କ ସହ ସୁପରଭାଇଜର ଟିମ୍‌ ଓ ହ୍ୟାଣ୍ଡଲିଂ ଟିମ୍‌ ସଦସ୍ୟ ସାଷ୍ଟାଙ୍ଗ ପ୍ରଣାମ କରି ଶ୍ରୀମନ୍ଦିର ମଧ୍ୟରୁ ଯାଇଥିଲେ। ଲାରେ ପାରମ୍ପାରିକ ପୋଷାକ ପିନ୍ଧି ପୂର୍ବ ନିର୍ଦ୍ଧାରିତ ଅମୃତବେଳା ମଧ୍ୟାହ୍ନ ୧୨ଟା ୯ରୁ ୧ଟା୪୫ ମଧ୍ୟରେ ରତ୍ନଭଣ୍ଡାର ଭିତରକୁ କେବଳ ହ୍ୟାଣ୍ଡଲଂ ଟିମ୍‌ ସଦସ୍ୟ ପ୍ରବେଶ କରି ରତ୍ନଭଣ୍ଡାର ମଧ୍ୟକୁ ଯାଇ ଗଣତି କାର୍ଯ୍ୟର ଶୁଭାରମ୍ଭ କରାଯାଇଛି। ମୋବାଇଲ ଓ କୌଣସି ଧାତବ ସାମଗ୍ରୀ ନେବା ନିଷେଧ କରାଯାଇଛି।

ରାଜ୍ୟ ସରକାରଙ୍କ ଏସ୍‌ଓପି ଅନୁଯାୟୀ ସମସ୍ତ କାର୍ଯ୍ୟ କରାଯାଉଛି। ପ୍ରଥମେ ଚଳନ୍ତି ଭଣ୍ଡାରର ରତ୍ନ ଅଳଙ୍କାର ଗଣତି ମଣତି ହେବ। ପରେ ବାହାର ଓ ଭିତର ଓ ରତ୍ନଭଣ୍ଡାରରେ ଥିବା ସମସ୍ତ ସୁନା ଅଳଙ୍କାରର ଗଣତି, ଭିଡିଓଗ୍ରାଫି ଓ ୩ଡି ମ୍ୟାଫି ହେବ। ୧୯୭୮ର ଗଣତି ତାଲିକା ଅନୁଯାୟୀ ମେଳକ କରାଯିବ। ପ୍ରତିଦିନ ଗଣତି ମଣତିର ତଥ୍ୟ କମ୍ପ୍ୟୁଟରରେ ରଖାଯିବ। ଗଣତିମଣତି ଦିନ ଭକ୍ତମାନେ ବାହାର କାଠ ନିକଟରୁ ଦର୍ଶନ କରିଛନ୍ତି। ସେହିଭଳି ପ୍ରାଧିକୃତ ପାଳିଆ ସେବାୟତମାନଙ୍କୁ ପ୍ରଶାସନ ପକ୍ଷରୁ ସ୍ବତନ୍ତ୍ର ପାସ୍‌ ପ୍ରଦାନ କରାଯାଇଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ବିଶାଖାପାଟଣାମ୍‌-ଗୋପାଳପୁର ମଧ୍ୟରେ ଅତିକ୍ରମ କରିବ ଗଭୀର ଅବପାତ: କାଲିଠୁ ରାଜ୍ୟରେ ପବନ ସହ ଭୀଷଣ ବର୍ଷା, ୪ ଜିଲାକୁ…

ଭୁବନେଶ୍ୱର, ୨୨ା୯(ବନ୍ଦନା ସେଠୀ) – କେନ୍ଦ୍ରୀୟ ବଙ୍ଗୋପସାଗରରେ ସକ୍ରିୟ ଥିବା ଅବପାତ ମଙ୍ଗଳବାର ଅପରାହ୍ନ ୫ଟା ୩୦ରେ ଗଭୀର ଅବପାତରେ ପରିଣତ ହୋଇଛି। ସନ୍ଧ୍ୟା ସୁଦ୍ଧା ଏହା…

ଗଭୀର ଅବପାତ: ଗଞ୍ଜାମରେ ପ୍ରଶାସନର ହାଇ-ଆଲର୍ଟ, ୨୧୬ ଜଣ ଆଶ୍ରୟସ୍ଥଳୀକୁ ସ୍ଥାନାନ୍ତର

ଛତ୍ରପୁର, ୨୨।୯(ଦିଲ୍ଲୀପ ସାମଲ): ସମ୍ଭାବ୍ୟ ଗଭୀର ଅବପାତ ଓ ପ୍ରବଳ ବର୍ଷା ଜନିତ ବିପର୍ଯ୍ୟୟର ମୁକାବିଲା ପାଇଁ ଗଞ୍ଜାମ ଜିଲା ପ୍ରଶାସନ ପକ୍ଷରୁ ଆଗୁଆ ସତର୍କତାମୂଳକ ପଦକ୍ଷେପ…

‘ଧରିତ୍ରୀ’ରେ ଖବର ପ୍ରସାରଣର ବଡ଼ ପ୍ରଭାବ: ଥୁଆମୂଳ ରାମପୁରରେ ଅଟକିଲା ବେଆଇନ ଦାଦନ ବସ୍, ୧୭ ହଜାରରୁ ଊର୍ଦ୍ଧ୍ୱ ଟଙ୍କା ଫାଇନ୍

ଥୁଆମୂଳ ରାମପୁର, ୨୨।୯(ଦୁର୍ଗା କୀର୍ତ୍ତି): ‘ଧରିତ୍ରୀ’ରେ ବେଆଇନ ଦାଦନ ଶ୍ରମିକ ଚାଲାଣ ସମ୍ପର୍କିତ ବିଶେଷ ଖବର ପ୍ରକାଶ ପାଇବା ପରେ ପ୍ରଶାସନିକ କଳ ତତ୍ପର ହୋଇଉଠିଛି। ଜିଲା…

୨ କିଲୋମିଟର ଘୋଷାଡ଼ି ନେଲା ପିକଅପ୍: ଅତାବିରାରେ ମର୍ମନ୍ତୁଦ ଦୁର୍ଘଟଣା, ଚାଲିଗଲା ଜଳଖିଆ ବ୍ୟବସାୟୀଙ୍କ ଜୀବନ

ଅତାବିରା, ୨୨।୯(ଯୁଧିଷ୍ଠିର ମହାପାତ୍ର): ସମ୍ବଲପୁର-ବରଗଡ଼ ୫୩ ନମ୍ବର ଜାତୀୟ ରାଜପଥର ଅତାବିରାରେ ମଙ୍ଗଳବାର ସନ୍ଧ୍ୟାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ଜଣେ ଯୁବକଙ୍କର ମୃତ୍ୟୁ ହୋଇଛି। ମୃତ…

ସୁବଳୟା ମହାନଦୀରୁ ଦୁଇ ଅଜଣା ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର: ଗଞ୍ଜେଇ ମାଫିଆ ହୋଇଥିବା ସନ୍ଦେହ, ପରିଚୟ ଖୋଜୁଛି…

ଅମରପାଲି, ୨୨।୯(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ସୁବଳୟା ମହାନଦୀ ଫେରିଘାଟ ନିକଟରୁ ମଙ୍ଗଳବାର ଅପରାହ୍ନରେ ଦୁଇଜଣ ଅଜଣା ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର କରାଯାଇଛି।…

ପୋଷଣ ସହ ବଢ଼ିବ ମନୋବଳ: ଗୁଡ଼ାରିରେ ଯକ୍ଷ୍ମା ଆକ୍ରାନ୍ତଙ୍କୁ ପୋଷଣ ଖାଦ୍ୟ ବାସ୍କେଟ ବଣ୍ଟନ, ଏମ୍‌ସିଏଲ୍‌ର ପ୍ରଶଂସନୀୟ…

ଗୁଡ଼ାରି, ୨୨।୯(ପ୍ରମୋଦ କୁମାର ପତି): ‘ପ୍ରଧାନମନ୍ତ୍ରୀ ଯକ୍ଷ୍ମା ମୁକ୍ତ ଭାରତ ଅଭିଯାନ’ ଅନ୍ତର୍ଗତ ରାୟଗଡ଼ା ଜିଲ୍ଲା ସ୍ୱାସ୍ଥ୍ୟ ଅଧିକାରୀଙ୍କ ତତ୍ତ୍ୱାବଧାନରେ ଗୁଡ଼ାରି ବ୍ଲକରେ ଚିହ୍ନଟ ହୋଇଥିବା ୫୧…

ହାଟଡିହୀର ଦୀପ୍ତିମୟୀଙ୍କୁ ବଡ଼ ଦାୟିତ୍ୱ: କେନ୍ଦୁଝର ଜିଲା ମହିଳା ମୋର୍ଚ୍ଚା ଉପସଭାପତି; ଛୁଟୁଛି ଶୁଭେଚ୍ଛାର…

ହାଟଡିହୀ,୨୨।୯(ଶୁଭକାନ୍ତ ନାୟକ): ଭାରତୀୟ ଜନତା ପାର୍ଟିର କେନ୍ଦୁଝର ଜିଲା ମହିଳା ମୋର୍ଚ୍ଚା ଉପସଭାପତି ଭାବେ ହାଟଡିହୀ ବ୍ଲକ ବଞ୍ଚୋ ଗ୍ରାମର ଦୀପ୍ତିମୟୀ ଖୁଣ୍ଟିଆଙ୍କୁ ମନୋନୀତ କରାଯାଇଛି। ଭାଜପା…

କଳାହାଣ୍ଡିରେ ଲଗାଣ ବର୍ଷାର ତାଣ୍ଡବ: କାଲି ସମସ୍ତ ଶିକ୍ଷାନୁଷ୍ଠାନ ଛୁଟି, ୨୫ ଯାଏ ସରକାରୀ କର୍ମଚାରୀଙ୍କ…

ଭବାନୀପାଟଣା, ୨୨।୯(ଉତ୍ତମ କୁମାର ଦାଶ): ବଙ୍ଗୋପସାଗରରେ ସୃଷ୍ଟ ଗଭୀର ଅବପାତ ପ୍ରଭାବରେ କଳାହାଣ୍ଡି ଜିଲାରେ ପ୍ରବଳ ବର୍ଷା ଜାରି ରହିଛି। ମଙ୍ଗଳବାର ସକାଳୁ ଘଡ଼ଘଡ଼ି ଓ ବିଜୁଳି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?