Posted inଜାତୀୟ

ଗଣମାଧ୍ୟମ, ସୋସିଆଲ ମିଡିଆକୁ ସତର୍କ କରାଇଲା କେନ୍ଦ୍ର; ରାମମନ୍ଦିରକୁ ନେଇ ବିଭ୍ରାନ୍ତ କରନାହିଁ

ନୂଆଦିଲ୍ଲୀ,୨୧।୧: ଅଯୋଧ୍ୟାରେ ଭବ୍ୟ ରାମମନ୍ଦିରର ପ୍ରାଣପ୍ରତିଷ୍ଠା ଉତ୍ସବ ୨୨ ତାରିଖରେ ଅନୁଷ୍ଠିତ ହେବାକୁ ଯାଉଥିବାବେଳେ ଏହାକୁ ନେଇ ବିଭିନ୍ନ ଗଣମାଧ୍ୟମ ଓ ସୋସିଆଲ ମିଡିଆ ପ୍ଲାଟ୍‌ଫର୍ମରେ କେତେକ ବିଭ୍ରାନ୍ତିକର ଖବର ପ୍ରସାରିତ ହେଉଥିବା ଜଣାପଡ଼ିଛି। ଏଭଳି ଖବର ପ୍ରସାରଣରୁ ଦୂରେଇ ରହିବାକୁ କେନ୍ଦ୍ର ସରକାର ଶନିବାର ଗଣମାଧ୍ୟମ ପ୍ରତିଷ୍ଠାନ ଓ ସୋସିଆଲ ମିଡିଆ ପ୍ଲାଟ୍‌ଫର୍ମଗୁଡ଼ିକୁ ସତର୍କ କରାଇଛନ୍ତି। କେନ୍ଦ୍ର ସୂଚନା ଓ ପ୍ରସାରଣ ମନ୍ତ୍ରଣାଳୟ ଏନେଇ ଏକ ଆଡଭାଇଜରି ଜାରି କରିଛି। ଯାଞ୍ଚ ହୋଇ ନ ଥିବା ତଥା ଉତ୍ତେଜନା ସୃଷ୍ଟିକାରୀ ମିଛ ଖବର କେତେକ ସାମାଜିକ ଗଣମାଧ୍ୟମରେ ପ୍ରସାରିତ ହେଉଥିବା ମନ୍ତ୍ରଣାଳୟର ଦୃଷ୍ଟିକୁ ଆସିଛି। ଏହା ସାମ୍ପ୍ରଦାୟିକ ସଦ୍‌ଭାବ ଏବଂ ଆଇନ ଶୃଙ୍ଖଳା ସ୍ଥିତି ବିଗାଡ଼ିପାରେ ବୋଲି ମନ୍ତ୍ରଣାଳୟ ଆଶଙ୍କା ବ୍ୟକ୍ତ କରିଛି। ୨୨ ତାରିଖ ପ୍ରାଣପ୍ରତିଷ୍ଠା ଉତ୍ସବରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ବହୁ ବିଶିଷ୍ଟ ବ୍ୟକ୍ତି ଯୋଗଦେବେ। ସାମ୍ପ୍ରଦାୟିକ ଉତ୍ତେଜନା ସୃଷ୍ଟି କଲା ଭଳି ମିଛ ଖବର ପ୍ରକାଶ ଓ ପ୍ରସାରଣରୁ ବିଭିନ୍ନ ଖବରକାଗଜ, ଘରୋଇ ସାଟେଲାଇଟ୍‌ ଟିଭି ଚ୍ୟାନେଲ ଏବଂ ଡିଜିଟାଲ ମିଡିଆର ପ୍ରକାଶକମାନେ ଦୂରେଇ ରହିବା ଲାଗି ଆଡଭାଇଜରିରେ କୁହାଯାଇଛି। ଏଭଳି ମିଥ୍ୟା ଖବର ଯେପରି ପ୍ରଦର୍ଶିତ ନ ହେବ, ସେ ଦିଗରେ ସୋସିଆଲ ମିଡିଆ ପ୍ଲାଟଫର୍ମଗୁଡ଼ିକ ପଦକ୍ଷେପ ନେବାକୁ ପରାମର୍ଶ ଦିଆଯାଇଛି।

ସୂଚନାଯୋଗ୍ୟ, ଗତ ୧୬ ତାରିଖରୁ ପ୍ରାଣପ୍ରତିଷ୍ଠା ଉତ୍ସବ ପାଇଁ ବିଭିନ୍ନ ରୀତିନୀତି ଆରମ୍ଭ ହୋଇଥିବାବେଳେ ଭିଆଇପି ଟିକେଟ, ରାମମନ୍ଦିର ପ୍ରସାଦ ବଣ୍ଟନକୁ ନେଇ ମିଛ ଖବର ସୋସିଆଲ ମିଡିଆରେ ଘୂରି ବୁଲୁଛି। ଇ-କମର୍ସ ସାଇଟ୍‌ ଆମାଜନରେ ସାଧାରଣ ମିଠାକୁ ‘ଶ୍ରୀରାମ ମନ୍ଦିର ଅଯୋଧ୍ୟା ପ୍ରସାଦ’ ତାଲିକାରେ ସ୍ଥାନ ଦିଆଯାଇଥିବାରୁ କେନ୍ଦ୍ରୀୟ ଖାଉଟି ସୁରକ୍ଷା କର୍ତ୍ତୃପକ୍ଷ ଉକ୍ତ ସଂସ୍ଥାକୁ ନୋଟିସ ପଠାଇ ଉପଯୁକ୍ତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ କୁହାଯାଇଛି। ରାମମନ୍ଦିର ପ୍ରାଣପ୍ରତିଷ୍ଠା ଉତ୍ସବ ନିମନ୍ତେ ତତ୍କାଳ ଭିଆଇପି ଟକେଟର ପ୍ରତିଶ୍ରୁତି ଦିଆଯାଇ ଏକ ଜାଲ୍‌ କ୍ୟୁଆର୍‌ କୋଡ୍‌ ସହ ହ୍ବାଟ୍ସଆପ୍‌ ବାର୍ତ୍ତା ଶେୟାର କରାଯାଇ ଅର୍ଥ ଆଦାୟ କରାଯାଉଥିଲା। ଏହା ଜାଲ୍‌ ବୋଲି ମନ୍ଦିର ଟ୍ରଷ୍ଟ ପକ୍ଷରୁ ସ୍ବଷ୍ଟ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଗଜପତିରେ ଗଞ୍ଜେଇ କାରବାର ଉପରେ ପୋଲିସର ଶକ୍ତ ପ୍ରହାର: ୪.୦୬ ଟନ୍‌ର ଗଞ୍ଜେଇ ଜବତ, ମୂଲ୍ୟ…

ପାରଳାଖେମୁଣ୍ଡି/ମୋହନା, ୨୬।୩ (ଗିରିଧାରୀ ପରିଚ୍ଛା/ମନ୍ମଥ ମିଶ୍ର): ଗଜପତି ଜିଲାରେ ଅବାଧ ଗଞ୍ଜେଇ ଚାଷ ଓ ଚାଲାଣକୁ ରୋକିବା ପାଇଁ ପୋଲିସ ପ୍ରଶାସନ ପକ୍ଷରୁ ଚଢାଉକୁ ଜୋରଦାର କରାଯାଇଛି।…

West Asia Conflict: ‘ପରିସ୍ଥିତି କରୋନା ପରି ହେବାକୁ ଯାଉଛି’ – ଯୁଦ୍ଧ ଲଢୁଥିବା ଦେଶଗୁଡ଼ିକ ଏହାର ପ୍ରଭାବକୁ ଅନୁଭବ କରୁନାହାଁନ୍ତି

ମସ୍କୋ,୨୬।୩: ରୁଷିଆ ରାଷ୍ଟ୍ରପତି ପୁଟିନ ପଶ୍ଚିମ ଏସିଆରେ ଚାଲିଥିବା ଯୁଦ୍ଧ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଦେଇଛନ୍ତି। ସେ କହିଛନ୍ତି ଯେ ଏହି ସଂଘର୍ଷର ପ୍ରଭାବ ପୂର୍ବାନୁମାନ…

ଦୁଃସାହସ! ଯୁଦ୍ଧ ଭିତରେ ଟ୍ରମ୍ପଙ୍କ ଭାଷା କହିଲାଣି ପାକିସ୍ତାନ! ଇସାକ ଦାରଙ୍କ ବୟାନକୁ ନେଇ ନିଆଁବାଣ ଇରାନ

ଇସଲାମାବାଦ,୨୬।୩: ପାକିସ୍ତାନର ବୈଦେଶିକ ମନ୍ତ୍ରୀ ଇସାକ ଦାର ଗୁରୁବାର (୨୬ ମାର୍ଚ୍ଚ, ୨୦୨୬) କହିଛନ୍ତି ଯେ ଆମେରିକା ଏବଂ ଇରାନ ମଧ୍ୟରେ ପରୋକ୍ଷ ଶାନ୍ତି ଆଲୋଚନା ଚାଲିଛି।…

ପଟ୍ଟାମୁଣ୍ଡାଇରେ ଚାଞ୍ଚଲ୍ୟ: କଳିଙ୍ଗାଘାଟ ନଦୀପଠାରୁ ଅଖାରେ ଭର୍ତ୍ତି ମଣିଷ କଙ୍କାଳ ଉଦ୍ଧାର, ହତ୍ୟା କରି ଫିଙ୍ଗି ଦେଇଥିବା ସନ୍ଦେହ…

ପଟ୍ଟାମୁଣ୍ଡାଇ,୨୬।୩(କଳ୍ପତରୁ ନାୟକ): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଗ୍ରାମାଞ୍ଚଳ ଥାନା ଅନ୍ତର୍ଗତ ଗୁଣୁପୁର କଳିଙ୍ଗାଘାଟ ନଦୀପଠାରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ନଦୀପଠାରୁ ମଣିଷ ଖପୁରୀ ଓ…

ରୋହିତ ଶର୍ମା-ବିରାଟ କୋହଲି ଆଗାମୀ ଗୋଟିଏ ବର୍ଷ ମଧ୍ୟରେ କେତେ ମ୍ୟାଚ ଖେଳିବେ, ସିଡ୍ୟୁଲ ଜାରିକଲା BCCI

ନୂଆଦିଲ୍ଲୀ,୨୬।୩: ଆଗାମୀ ବର୍ଷ ପାଇଁ ଟିମ ଇଣ୍ଡିଆର ଘରୋଇ ସିରିଜ ସୂଚୀ ପ୍ରକାଶ ପାଇଛି। ଅଷ୍ଟ୍ରେଲିଆ, ୱେଷ୍ଟଇଣ୍ଡିଜ, ଶ୍ରୀଲଙ୍କା ଏବଂ ଜିମ୍ବାୱେ ଆଗାମୀ ୧୨ ମାସ ବା…

IPL 2026: ସମ୍ପୂର୍ଣ୍ଣ କାର୍ଯ୍ୟସୂଚୀ ଘୋଷଣା କଲା BCCI, ୧୨ ସହରରେ ମୁକାବିଲା, ମାର୍ଚ୍ଚ ୨୮ରୁ ଆରମ୍ଭ ହେବ…

ନୂଆଦିଲ୍ଲୀ,୨୬।୩: କ୍ରିକେଟ ପ୍ରେମୀଙ୍କ ଅପେକ୍ଷାର ଅନ୍ତ। ବିସିସିଆଇ (BCCI) ପକ୍ଷରୁ ଆଇପିଏଲ ୨୦୨୬ (IPL 19th Season)ର ସମ୍ପୂର୍ଣ୍ଣ କାର୍ଯ୍ୟସୂଚୀ ଘୋଷଣା କରାଯାଇଛି। ଆସନ୍ତାମାର୍ଚ୍ଚ ୨୮ ତାରିଖରୁ…

ଦୂଷିତ ପାଣି ବ୍ୟବହାର କରି ସେବାଶ୍ରମ ବିଦ୍ୟାଳୟର ଛାତ୍ରୀଛାତ୍ର ଅସୁସ୍ଥ, ମେଡିକାଲ ଟିମ୍‌ ପହଞ୍ଚି…

ବାଙ୍କୀ,୨୬ା୩(ଶୁଭେନ୍ଦୁ ମହାପାତ୍ର): ବାଙ୍କୀ ବ୍ଲକ ଅନ୍ତର୍ଗତ କଦଳୀବାଡ଼ି ପଞ୍ଚାୟତସ୍ଥିତ ସେବାଶ୍ରମ ସରକାରୀ ବିଦ୍ୟାଳୟର ଛାତ୍ରୀଛାତ୍ର ଜଣ୍ଡିସ୍‌ ରୋଗରେ ଆକ୍ରାନ୍ତ ଥିବା ଅଭିଭାବକ ଓ ଗ୍ରାମବାସୀ ଅଭିଯୋଗ କରିଛନ୍ତି।…

ବ୍ରିଜ୍‌ ଉପରେ ହଠାତ୍‌ ଫାଟିଲା ପାନୀଳ ଜଳ ପାଇପ୍‌, ଆଉ ତା’ ପରେ…

ଗୁଣପୁର,୨୬ା୩(ସଂକେତ ପାତ୍ର): ସ୍ଥାନୀୟ ଗୁଣପୁର-ବିକ୍ରମପୁରକୁ ସଂଯୋଗ କରୁଥିବା ବ୍ରିଜ୍‌ ଉପରେ ଥିବା ପାନୀୟଜଳ ପାଇପ୍‌ ଫାଟିଯାଇ ଅଧିକ ସମୟ ଧରି ପାଣି ବହୁଥିବା ଦେଖାଯାଇଛି। ସୂଚନାନୁସାରେ, କେନ୍ଦ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri