Posted inରାଜ୍ୟ

ପୁରୀ ବିମାନବନ୍ଦର ବିଳମ୍ବ ପାଇଁ ରାଜ୍ୟକୁ ଦାୟୀ କଲା କେନ୍ଦ୍ର

ନୂଆଦିଲ୍ଲୀ,୨୪।୩: ପୁରୀରେ ଅନ୍ତର୍ଜାତୀୟ ବିମାନବନ୍ଦର ନିର୍ମାଣ ଲାଗି ପ୍ରକ୍ରିୟା ଆରମ୍ଭରେ ବିଳମ୍ବକୁ ନେଇ କେନ୍ଦ୍ର ବେସାମରିକ ବିମାନ ଚଳାଚଳ ମନ୍ତ୍ରୀ ଜ୍ୟୋତିରାଦିତ୍ୟ ସିନ୍ଧିଆ ବୁଧବାର ରାଜ୍ୟ ସରକାରଙ୍କୁ ଦାୟୀ କରିଛନ୍ତି। ଲୋକ ସଭାରେ ୨୦୨୨-୨୩ ଆର୍ଥିକ ବର୍ଷ ଲାଗି ଅନୁଦାନ ଦାବି ଆଲୋଚନାରେ ଭାଗନେଇ ସିନ୍ଧିଆ କହିଥିଲେ, ଶ୍ରୀଜଗନ୍ନାଥ ଅନ୍ତର୍ଜାତୀୟ ବିମାନବନ୍ଦର ନିର୍ମାଣ ସମ୍ପର୍କିତ ପ୍ରାକ୍‌ ବାସ୍ତବତା ରିପୋର୍ଟ ରାଜ୍ୟ ସରକାରଙ୍କୁ ଦିଆଯାଇଥିଲା। ଏହା ଉପରେ ରାଜ୍ୟ ସରକାରଙ୍କ ନିଷ୍ପତ୍ତିକୁ ମନ୍ତ୍ରଣାଳୟ ଅପେକ୍ଷା କରିଥିବାବେଳେ ଏପର୍ଯ୍ୟନ୍ତ ତାହା ମିଳିନାହିଁ। ରାଜ୍ୟ ସରକାରଙ୍କ ନିଷ୍ପତ୍ତି ସମ୍ପର୍କରେ ଜାଣିବା ପରେ ପ୍ରସ୍ତାବିତ ପ୍ରକଳ୍ପର କାର୍ଯ୍ୟ ତ୍ୱରାନ୍ବିତ ହୋଇପାରିବ ବୋଲି ମନ୍ତ୍ରୀ କହିଥିଲେ।

ଯାଜପୁର ବିଜେଡି ଏମ୍‌ପି ଶର୍ମିଷ୍ଠା ସେଠୀ ମଙ୍ଗଳବାର ପ୍ରସ୍ତାବିତ ପୁରୀ ବିମାନବନ୍ଦର ନିର୍ମାଣ ପ୍ରକ୍ରିୟା ତ୍ୱରାନ୍ବିତ କରିବାକୁ କେନ୍ଦ୍ର ସରକାରଙ୍କୁ କହିଥିଲେ। ଭୁବନେଶ୍ୱରସ୍ଥିତ ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦର ଦେଇ ବହୁସଂଖ୍ୟାରେ ଯାତ୍ରୀ ଓ ପର୍ଯ୍ୟଟକ ପୁରୀ ଆସୁଛନ୍ତି। ବର୍ତ୍ତମାନ ପୁରୀରେ ନୂଆ ବିମାନବନ୍ଦର ପ୍ରତିଷ୍ଠା ଜରୁରୀ ହୋଇପଡ଼ିଛି। ୨୦୨୧ ଜୁନ୍‌ରେ ଭାରତର ବିମାନବନ୍ଦର କର୍ତ୍ତୃପକ୍ଷ (ଏଏଆଇ) ଟିମ୍‌ ପୁରୀ ଗସ୍ତ କରି ପ୍ରସ୍ତାବିତ ପ୍ରକଳ୍ପ ଉପରେ ଅନୁଧ୍ୟାନ କରିଥିଲେ। ସେହିପରି କୋଲକାତାରେ ଥିବା ବିଜୁ ବାବୁଙ୍କ ଡାକୋଟା ବିମାନ ଭୁବନେଶ୍ୱରକୁ ଆଣିବା ଲାଗି ଶର୍ମିଷ୍ଠା ମନ୍ତ୍ରଣାଳୟର ଦୃଷ୍ଟି ଆକର୍ଷଣ କରିଥିଲେ। ଏଥିପାଇଁ କେନ୍ଦ୍ର ସରକାର ଖୁବ୍‌ଶୀଘ୍ର ଅନୁମତି ପ୍ରଦାନ କରିବେ ବୋଲି ମନ୍ତ୍ରୀ କହିଛନ୍ତି। ଏଥିସହିତ ଝାରସୁଗୁଡ଼ା ବିମାନବନ୍ଦରରେ ଏକ ବିମାନ ଉଡ଼ାଣ ତାଲିମ କେନ୍ଦ୍ର ପ୍ରତିଷ୍ଠା କରିବାକୁ କେନ୍ଦ୍ର ନିଷ୍ପତ୍ତି ନେଇଛି। ଝାରସୁଗୁଡ଼ାରୁ ଦିଲ୍ଲୀ, ବେଙ୍ଗାଲୁରୁ, କୋଲକାତା, ହାଇଦ୍ରାବାଦ, ରାୟପୁର ଓ ଭୁବନେଶ୍ୱରକୁ ବିମାନ ଚଳାଚଳ କରୁଛି। କୋଭିଡ୍‌ ସମୟରେ ପ୍ରାୟ ୨.୫ ଲକ୍ଷ ଯାତ୍ରୀ ଝାରସୁଗୁଡ଼ା ବିମାନବନ୍ଦର ଦେଇ ଯାତାୟାତ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭଞ୍ଜନଗର ଏନ୍‌ଏସିକୁ ମିଳିଲା ମ୍ୟୁନିସିପାଲଟି ମାନ୍ୟତା: ମିଶିବ ଏହି ସବୁ ଗାଁ, ଖୁସିରେ ଅଞ୍ଚଳବାସୀ

ଭଞ୍ଜନଗର,୨୨।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଏନ୍‌ଏସିକୁ ସୋମବାରଠାରୁ ବିଧିବଦ୍ଧ ଭାବେ ମ୍ୟୁନିସିପାଲଟି ମାନ୍ୟତା ମିଳିଛି। ସେହିଭଳି ଜଗନ୍ନାଥପ୍ରସାଦ ପଞ୍ଚାୟତକୁ ଏନ୍‌ଏସି ମାନ୍ୟତା ମିଳିଛି। ଆଜି...

ହାଇଦ୍ରାବାଦରୁ ଫେରିଲେ ମୁଖ୍ୟମନ୍ତ୍ରୀ, ଚିଠି ଏପରି କହିଲେ ଧର୍ମେନ୍ଦ୍ର

ଭୁବନେଶ୍ୱର,୨୨।୧୨: ଓଡ଼ିଶା ରାଜ୍ୟ ପଛୁଆ ବର୍ଗ କମିଶନ (OSCBC) ର ପୁନର୍ଗଠନ ପାଇଁ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ବ୍ୟକ୍ତିଗତ...

ଦିନକ ପରେ ବରଗଡ଼ ଧନୁଯାତ୍ରା: ମହୋତ୍ସବକୁ ନେଇ ଏମିତି କହିଲେ ଜିଲାପାଳ

ବରଗଡ,୨୨।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ୭୮ତମ ବରଗଡ଼ ଧନୁଯାତ୍ରା ମହୋତ୍ସବକୁ ଆଉ ମାତ୍ର ଦିନେ ବାକି। ଆସନ୍ତା ୨୪ତାରିଖରୁ ଏହି ମହୋତ୍ସବ ଆରମ୍ଭ ହେବ।...

ପ୍ରଚେଷ୍ଟା ରହିଲେ ସଫଳତା ନିଶ୍ଚିତ ମିଳିବ

ଭଞ୍ଜନଗର,୨୨।୧୨(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ସେଣ୍ଟ ଆନ୍ସ ଇଂଗ୍ରାଜୀ ମିଡିୟମ ସ୍କୁଲର ୧୯ ତମ ବାର୍ଷିକ ଉତ୍ସବ ସୋମବାର ସନ୍ଧ୍ୟାରେ ପାଳିତ ହୋଇଯାଇଛି। ଆୟୋଜିତ ଉତ୍ସବରେ...

ଦୁର୍ବ୍ୟବହାର ପ୍ରତିବାଦରେ ଡାକ୍ତର, କର୍ମଚାରୀଙ୍କ ଧାରଣା

କେସିଙ୍ଗା,୨୨ା୧୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରର ମେଡ଼ିକାଲ ଅଫିସର ଓ ଡାକ୍ତରଙ୍କୁ କେତେଜଣ ବ୍ୟକ୍ତି ଦୁର୍ବ୍ୟବହାର ପ୍ରଦର୍ଶନ କରିବା ପ୍ରତିବାଦରେ ସୋମବାର...

ଓଡ଼ିଶା ହେବ ପୁଞ୍ଜିନିବେଶ ହବ୍, ନିଯୁକ୍ତି ପାଇବେ…

ଭୁବନେଶ୍ବର,୨୨।୧୨:  ଓଡ଼ିଶା ହେବ ପୁଞ୍ଜିନିବେଶ ହବ୍ । ଫାର୍ମା ଓ ଡିଫେନ୍ସ ସହ ବୈଠକ ହୋଇଥିବା ବେଳେ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ...

ଜାନୁଆରୀ ୧ରୁ କଡ଼ାକଡ଼ି ହେବ ଗାଡ଼ି ଚେକିଂ, ଏହି ସାର୍ଟିଫିକେଟ ନ ଥିଲେ ମିଳିବନି ପେଟ୍ରୋଲ!

ଭୁବନେଶ୍ୱର,୨୨।୧୨: ଜାନୁଆରୀ ୧ ତାରିଖରୁ ଜୋରଦାର ଗାଡ଼ି ଚେକିଂ ହେବ। ଏନେଇ ପରିବହନ କମିଶନର ଅମିତାଭ ଠାକୁର ସୂଚନା ଦେଇଛନ୍ତି। ସେ କହିଛନ୍ତି, MVI ନିୟମ...

ବଡ଼ଦିନ ପାଳନ ପାଇଁ ଚଳଚଞ୍ଚଳ କନ୍ଧମାଳ: ପୋଲିସ ପାଟ୍ରୋଲିଂକୁ କରାଯିବ କଡାକଡ଼ି

ଦାରିଙ୍ଗବାଡି, ୨୨ା୧୨ (ଅରୁଣ ସାହୁ): ଆଉ ମାତ୍ର ୨ ଦିନ ପରେ ଯୀଶୁଖ୍ରୀଷ୍ଟଙ୍କ ଜନ୍ମଦିନ ପାଳନ ହେବ। ଏଥିପାଇଁ ସବୁଠି ଆନନ୍ଦର ଲହରି ଦେଖା ଦେଇଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri