ପ୍ରଧାନମନ୍ତ୍ରୀଙ୍କ ‘ଅମ୍ଫନ’ ସହାୟତା: ଖର୍ଚ୍ଚ କରିବାକୁ ଅନୁମତି ଦେଉନି କେନ୍ଦ୍ର

ଭୁବନେଶ୍ୱର,୮।୨(ବ୍ୟୁରୋ): ଓଡ଼ିଶା ବାତ୍ୟାପ୍ରବଣ ରାଜ୍ୟ। ଏଥିଯୋଗୁ ପ୍ରତ୍ୟେକ ବର୍ଷ ବହୁ ଧନ ଜୀବନ ନଷ୍ଟ ହେଉଛି। ବାତ୍ୟା ଦାଉରୁ ରକ୍ଷା ପାଇବା ପାଇଁ ରାଜ୍ୟ ସରକାର ଉପକୂଳବର୍ତ୍ତୀ ଜିଲାଗୁଡ଼ିକରେ ଦୀର୍ଘକାଳୀନ ବାତ୍ୟା ନିରୋଧୀ ଭିତ୍ତିଭୂମି ନିର୍ମାଣ କରିବାକୁ ଯୋଜନା କରିଛନ୍ତି। ତେବେ ଏଥିପାଇଁ ଅର୍ଥ ବାଧକ ସାଜିଛି। ବାତ୍ୟା ଅମ୍ଫନ କ୍ଷୟକ୍ଷତି ଭରଣା ପାଇଁ ଓଡ଼ିଶାକୁ ତତ୍କାଳ ମିଳିଥିବା ୫୦୦ କୋଟି ଟଙ୍କା ଖର୍ଚ୍ଚ କରିବାକୁ କେନ୍ଦ୍ର ସରକାର ଅନୁମତି ଦେଉ ନାହାନ୍ତି। ବାତ୍ୟା ନିରୋଧୀ ପ୍ରକଳ୍ପକୁ ନେଇ ରାଜ୍ୟ ସରକାର ଅଡୁଆରେ ପଡିଛନ୍ତି।
୨୦୨୦ ମେ ୨୦ ତାରିଖରେ ବାତ୍ୟା ‘ଅମ୍ଫନ’ ଯୋଗୁ ଓଡ଼ିଶା ଏବଂ ପଶ୍ଚିମବଙ୍ଗ ପ୍ରଭାବିତ ହେଲା। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୨୦୨୦ ମେ ୨୨ ତାରିଖରେ ଆକାଶ ମାର୍ଗରୁ ବାତ୍ୟା ପ୍ରଭାବିତ ଅଞ୍ଚଳ ପରିଦର୍ଶନ କରିବା ପରେ ଓଡ଼ିଶା ପାଇଁ ୫୦୦ କୋଟି ଟଙ୍କାର ତତ୍କାଳ ସହାୟତା ଘୋଷଣା କରିଥିଲେ। ପ୍ରଧାନମନ୍ତ୍ରୀଙ୍କ ଗସ୍ତ ପରଦିନ ଆର୍ଥାତ୍‌ ମେ ୨୩ ତାରିଖରେ ଓଡ଼ିଶାକୁ ସେହି ଅର୍ଥ ମିଳିଲା। ଏ ନେଇ କେନ୍ଦ୍ର ସରକାରଙ୍କୁ ମଧ୍ୟ ରାଜ୍ୟ ସରକାର ଧନ୍ୟବାଦ ଦେଇଥିଲେ। ତେବେ ଉପକୂଳ ଓଡ଼ିଶାରେ ଦୀର୍ଘକାଳୀନ ବାତ୍ୟା ନିରୋଧୀ ଭିତ୍ତିଭୂମି ନିର୍ମାଣ ପାଇଁ ସେହି ଅର୍ଥ ଖର୍ଚ୍ଚ କରିବାକୁ କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ଅନୁମତି ଦେଉ ନାହିଁ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କୁ ଚିଠି ଲେଖିବା ପରେ ମଧ୍ୟ କେନ୍ଦ୍ର ସରକାର ଏ ନେଇ କୌଣସି ନିଷ୍ପତ୍ତି ନେଇ ନାହାନ୍ତି। ତେବେ ନିକଟରେ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏକ ଉଚ୍ଚସ୍ତରୀୟ ବୈଠକରେ ଓଡ଼ିଶାକୁ ଜାତୀୟ ବିପର୍ଯ୍ୟୟ ପ୍ରଶମନ ପାଣ୍ଠି(ଏନ୍‌ଡିଆର୍‌ଏଫ୍‌) ପାଇଁ କୌଣସି ଅର୍ଥ ଯୋଗାଇ ଦିଆଯାଇ ନାହିଁ। ଅମ୍ଫନ ଅନ୍ତରୀଣ ସହାୟତା ରାଶି ୫୦୦ କୋଟିକୁ ଭବିଷ୍ୟତରେ ବିପର୍ଯ୍ୟୟ ମୁକାବିଲା ପାଇଁ ଖର୍ଚ୍ଚ କରିବାକୁ ବୈଠକରେ ନିଷ୍ପତ୍ତି ହୋଇଛି। କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ଏନେଇ ଗୃହ ବିଭାଗକୁ ଚିଠି ଲେଖି ଜଣାଇ ଦେଇଛି। ଫଳରେ ବାତ୍ୟା ପ୍ରଭାବିତ ଅଞ୍ଚଳରେ ଦୀର୍ଘମିଆଦୀ ଭିତ୍ତିଭୂମି ଲାଗି ରାଜ୍ୟ ସରକାର କରିଥିବା ଯୋଜନା ପାଇଁ ଅର୍ଥ ଯୋଗାଡ଼ କରିବା ନେଇ ଅଡୁଆରେ ପଡ଼ିଛନ୍ତି। ସ୍ବରାଷ୍ଟ୍ର ମନ୍ତ୍ରଣାଳୟରୁ ଚିଠି ପାଇବା ପରେ ଚଳିତ ସପ୍ତାହରେ ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର ଅମ୍ଫନ କ୍ଷୟକ୍ଷତି ଭରଣା ପାଇଁ ଓଡ଼ିଶାକୁ ଦିଆଯାଇଥିବା ଅନ୍ତରୀଣ ସହାୟତା ବାବଦ ୫୦୦ କୋଟି ଟଙ୍କାକୁ ବାତ୍ୟା ନିରୋଧୀ ଦୀର୍ଘକାଳୀନ ଭିତ୍ତିଭୂମି ବାବଦରେ ଖର୍ଚ୍ଚ କରିବା ନେଇ ସ୍ବରାଷ୍ଟ୍ର ମନ୍ତ୍ରଣାଳୟକୁ ଗତ ସପ୍ତାହରେ ପତ୍ର ଲେଖିଛନ୍ତି। କରୋନା ଯୋଗୁ ରାଜ୍ୟର ଆର୍ଥିକ ଅବସ୍ଥା ଭଲ ନ ଥିବା ବେଳେ କେନ୍ଦ୍ର ସରକାରଙ୍କ ଅସହଯୋଗକୁ ନେଇ ରାଜ୍ୟ ସରକାର ଚିନ୍ତାରେ ପଡିଛନ୍ତି।
ଉଲ୍ଲେଖଯୋଗ୍ୟ ଯେ ଅମ୍ଫନ ମାଡ଼ରେ ଉପକୂଳବର୍ତ୍ତୀ ୧୦ଟି ଜିଲା କେନ୍ଦ୍ରାପଡ଼ା, ଜଗତ୍‌ସିଂହପୁର, ଯାଜପୁର, ଭଦ୍ରକ, ବାଲେଶ୍ୱର, ମୟୂରଭଞ୍ଜ, କେନ୍ଦୁଝର, କଟକ, ଖୋର୍ଦ୍ଧା ଏବଂ ପୁରୀ ପ୍ରଭାବିତ ହୋଇଥିଲା। ସେଥିରୁ ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା ଓ ଜଗତ୍‌ସିଂହପୁର ଜିଲାରେ ଭୟଙ୍କର କ୍ଷୟକ୍ଷତି ହୋଇଛି। କ୍ଷୟକ୍ଷତିର ଭରଣା ପାଇଁ ରାଜ୍ୟ ସରକାର ୨୦୨୦ଜୁନ୍‌ ୨୨ତାରିଖରେ ୧୬,୨୩୫ କୋଟିର ଚୂଡ଼ାନ୍ତ ରିପୋର୍ଟ କେନ୍ଦ୍ର ସରକାରଙ୍କୁ ପ୍ରଦାନ କରିଥିଲେ। କେନ୍ଦ୍ରାପଡ଼ା, ଜଗତ୍‌ସିଂହପୁର, ବାଲେଶ୍ୱର ଏବଂ ଭଦ୍ରକ ଜିଲାରେ ବାତ୍ୟା ନିରୋଧୀ ବିଦ୍ୟୁତ୍‌ ଭିତ୍ତିଭୂମି ପାଇଁ ୧୧ ହଜାର ୧୧୪କୋଟି, ଗ୍ରାମାଞ୍ଚଳ ଗୃହ ନିର୍ମାଣ ପାଇଁ ୪,୧୫୨ କୋଟି, ସମୁଦ୍ର ପାଣି ଅଟକାଇବାକୁ ଲୁଣାବନ୍ଧ ପାଇଁ ୭୬୭ କୋଟି ଏବଂ ରିଲିଫ୍‌ ଓ ଥଇଥାନ ପାଇଁ ୨୦୨ କୋଟି ଟଙ୍କାର ପ୍ରସ୍ତାବ ପ୍ରଦାନ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବଡ଼ ଖବର: ବିଜେଡି ସଂସଦୀୟ ଦଳ ନେତା ପଦରୁ ସସ୍ମିତ ପାତ୍ରଙ୍କ ଇସ୍ତଫା, ବଢ଼ିଲା ଚର୍ଚ୍ଚା

ଭୁବନେଶ୍ୱର,୮।୪: ଓଡ଼ିଶା ରାଜନୀତିରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ରାଜ୍ୟ ସଭାରେ ବିଜେଡି ସଂସଦୀୟ ଦଳ ନେତା ପଦରୁ ଇସ୍ତଫା ଦେଇଛନ୍ତି ଡକ୍ଟର ସସ୍ମିତ ପାତ୍ର।…

ଇରାନକୁ ଅସ୍ତ୍ରଶସ୍ତ୍ର ଯୋଗାଉଥିବା ଦେଶ ଉପରେ ଲାଗିବ ୫୦% ଟାରିଫ, ଯୁଦ୍ଧବିରତି ପରେ ଟ୍ରମ୍ପଙ୍କ ଘୋଷଣା

ଓ୍ବାଶିଂଟନ୍‌,୮।୪:  ଯୁଦ୍ଧବିରତି ପରେ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି । ସେ ଦୃଢ଼ତାର ସହିତ କହିଛନ୍ତି ଯେ ଇରାନରେ ନେତୃତ୍ୱର ଏକ…

ଯୁଦ୍ଧବିରତିର ସତ କହିଦେଲା ରୁଷିଆ, ଟ୍ରମ୍ପ କରିଥିଲେ…

ନୂଆଦିଲ୍ଲୀ,୮।୪: ମଧ୍ୟପ୍ରାଚ୍ୟରେ ଦୁଇ ସପ୍ତାହ ପାଇଁ ଯୁଦ୍ଧବିରତି ପାଇଁ ଆମେରିକା ଏବଂ ଇରାନ ରାଜି ହୋଇଛନ୍ତି, ଯାହା ଉଭୟ ପକ୍ଷ ଦ୍ୱାରା ଘୋଷଣା କରାଯାଇଛି। ଡୋନାଲ୍ଡ ଟ୍ରମ୍ପଙ୍କ…

ଯୁବକଙ୍କୁ ମରଣାନ୍ତକ ଆକ୍ରମଣ କରି ବନ୍ଧା ହେଲେ ଯୁବକ

ଆନନ୍ଦପୁର,୮ା୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ରାମଚନ୍ଦ୍ରପୁରୁ ଥାନା ଅଧୀନ କଡ଼ରାପlଳ ଗ୍ରାମର ପ୍ରଦୋଷ ବରାଳ (୨୮) ଗତ ମଙ୍ଗଳବାର କୌଣସି କାରଣରୁ ରାମଚନ୍ଦ୍ରପୁରୁ ଥାନା ଅଧୀନ…

MI ବିପକ୍ଷରେ ଆଉଟ୍ ହୋଇ କାନ୍ଦିଲେ ବୈଭବ ସୂର୍ଯ୍ୟବଂଶୀ! ଭାଇରାଲ୍ ହେଉଛି ଭିଡିଓ

ମୁମ୍ବାଇ,୮।୪: ଆଇପିଏଲ ୨୦୨୬ର ୧୩ତମ ଲିଗ୍ ମ୍ୟାଚ୍, ମୁମ୍ବାଇ ଇଣ୍ଡିଆନ୍ସ ବିପକ୍ଷରେ ବୈଭବ ସୂର୍ଯ୍ୟବଂଶୀ ଏକ ଚମତ୍କାର ଇନିଂସ ଖେଳିଥିଲେ । ମାତ୍ର ୧୪ ବଲ୍‌ରେ ୩୯ ରନ୍…

ପୋଲତଳୁ ମିଳିଲା ମୃତଦେହ, ପାରିପାର୍ଶ୍ୱିକ ସ୍ଥିତିରୁ…

ବଲାଙ୍ଗୀର/ଲାଠୋର,୮ା୪(ସୁନିଲ କୁମାର ମହାନ୍ତି/ଭୁବନେଶ୍ୱର ବାରିକ): ବଲାଙ୍ଗୀର ଜିଲା ଲାଠୋର ଥାନା ଅଧୀନ କରୁଆଁଝର କୋଉ ପୋଲତଳୁ ପୋଲିସ ବୁଧବାର ଏକ ମୃତଦେହ ଜବତ କରିଛି। ମୃତକ ଜଣକ…

ଯୁଦ୍ଧବିରତି ଭିତରେ ଇରାନ କଲା ବଡ଼ ଘୋଷଣା, ହର୍ମୁଜରେ ଜାହାଜ ଗଲେ ଉଡାଇ ଦେବୁ…

ନୂଆଦିଲ୍ଲୀ,୮।୪: ଇରାନ ଏବଂ ଆମେରିକା ମଧ୍ୟରେ ଯୁଦ୍ଧବିରତି କାର୍ଯ୍ୟକାରୀ ହେବାର ପ୍ରାୟ 12 ଘଣ୍ଟା ବିତିଗଲା, ଯେତେବେଳେ ଇରାନ ନୌସେନା ହରମୁଜ ପ୍ରଣାଳୀ ସମ୍ପର୍କରେ ଏକ ବଡ଼…

ଯୁଦ୍ଧବିରତିର ମାତ୍ର କିଛି ଘଣ୍ଟା ପରେ ଇରାନ ତୈଳ ବିଶୋଧନାଗାରରେ ବିସ୍ଫୋରଣ, କିଏ କଲା ଆକ୍ରମଣ?

ତେହେରାନ,୮।୪: ଆମେରିକା ସର୍ତ୍ତମୂଳକ ଯୁଦ୍ଧବିରତି ଘୋଷଣା କରିବାର କିଛି ଘଣ୍ଟା ପରେ ଇରାନର ଲାଭାନ ଦ୍ୱୀପରେ ପ୍ରଥମ ବଡ଼ ଆକ୍ରମଣ ହୋଇଛି । ଲାଭାନ ଦ୍ୱୀପରେ ଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri