ଷ୍ଟାଟସ୍‌ ରିପୋର୍ଟ ଦାଖଲ ଲାଗି ୩ ମାସ ସମୟ ମାଗିଲା କେନ୍ଦ୍ର

ନୂଆଦିଲ୍ଲୀ, ୨୮ା୩:ପୋଲାଭରମ ଜଳସେଚନ ପ୍ରକଳ୍ପକୁ ନେଇ ଓଡ଼ିଶା, ଆନ୍ଧ୍ରପ୍ରଦେଶ, ତେଲଙ୍ଗାନା ଓ ଛତିଶଗଡ଼ ମଧ୍ୟରେ ଲାଗିରହିଥିବା ବିବାଦର ସମାଧାନ ପାଇଁ ବୈଠକ ଡକାଯାଇଥିଲା। ଏହାର ଷ୍ଟାଟସ୍‌ ରିପୋର୍ଟ ଦାଖଲ ଲାଗି କେନ୍ଦ୍ର ସରକାର ସୁପ୍ରିମକୋର୍ଟଙ୍କୁ ୩ ମାସ ସମୟ ମାଗିଛନ୍ତି। ଜଷ୍ଟିସ୍‌ ଏସ୍‌.କେ. କୌଲଙ୍କ ଅଧ୍ୟକ୍ଷତାରେ ଗଠିତ ୩ ଜଣିଆ ଖଣ୍ଡପୀଠରେ ଏହାର ଶୁଣାଣି ପାଇଁ ତାଲିକାଭୁକ୍ତ ହୋଇଥିଲା। ତେବେ ଦୁଇଜଣ ବିଚାରପତି ଉପସ୍ଥିତ ରହୁଥିବାରୁ ଶୁଣାଣି ହୋଇପାରି ନାହିଁ। କେନ୍ଦ୍ର ଜଳଶକ୍ତି ମନ୍ତ୍ରୀଙ୍କ ସହ ଉପରୋକ୍ତ ରାଜ୍ୟଗୁଡ଼ିକର ମୁଖ୍ୟମନ୍ତ୍ରୀମାନଙ୍କ ବୈଠକ କେବଳ ପରାମର୍ଶ ପର୍ଯ୍ୟାୟରେ ସୀମିତ ରହିଥିବାରୁ ଷ୍ଟାଟସ୍‌ ରିପୋର୍ଟ ଦାଖଲ ଲାଗି ୩ ମାସ ସମୟ ଦେବାକୁ କେନ୍ଦ୍ର ସରକାର ସର୍ବୋଚ୍ଚ ଅଦାଲତଙ୍କୁ ଅନୁରୋଧ କରିଛନ୍ତି। ରିପୋର୍ଟ ଦାଖଲ ଲାଗି ଗତବର୍ଷ ଡିସେମ୍ବରରେ ସର୍ବୋଚ୍ଚ ଅଦାଲତ କେନ୍ଦ୍ର ଜଳଶକ୍ତି ମନ୍ତ୍ରଣାଳୟକୁ ୨ ମାସ ସମୟ ଦେଇଥିଲେ। ପୋଲାଭରମ ବିବାଦ ସମାଧାନରେ କେନ୍ଦ୍ର ସରକାର ଅଗ୍ରଣୀ ଭୂମିକା ନେବା ସହ ଆବଶ୍ୟକ ହେଲେ ମୁଖ୍ୟମନ୍ତ୍ରୀମାନଙ୍କ ବୈଠକ ଡାକିବାକୁ ପୂର୍ବରୁ ସୁପ୍ରିମକୋର୍ଟ ପରାମର୍ଶ ଦେଇଥିଲେ। ଇତିମଧ୍ୟରେ ଜଳଶକ୍ତି ମନ୍ତ୍ରଣାଳୟ ସମ୍ପୃକ୍ତ ରାଜ୍ୟଗୁଡ଼ିକର ମୁଖ୍ୟ ସଚିବ ଓ ପରେ ଟେକ୍‌ନିକାଲ ଟିମ୍‌ର ବୈଠକ ଡାକିଥିଲା। ଉକ୍ତ ବୈଠକରେ ପଛୁଆ ଜଳ ଉପରେ ଅନୁଧ୍ୟାନ ଲାଗି ରାଜ୍ୟଗୁଡ଼ିକ ସହମତ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବିରୋଧୀଙ୍କୁ ଝଟ୍‌କା: CEC ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଅଭିଯୋଗ ପ୍ରସ୍ତାବ ଖାରଜ

ନୂଆଦିଲ୍ଲୀ,୬।୪: ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଭିଯୋଗ ପ୍ରସ୍ତାବକୁ ଖାରଜ କରାଯାଇଛି। ରାଜ୍ୟ ସଭା ଅଧ୍ୟକ୍ଷ ଏହି ପ୍ରସ୍ତାବକୁ ଖାରଜ କରିଛନ୍ତି। ବିରୋଧୀ ଦଳ…

ପୂର୍ବତନ ବିଧାୟକ, ପୂର୍ବତନ ଏମ୍‌ପିଙ୍କୁ ବିଜେଡିରୁ କରାଗଲା ନିଲମ୍ବନ , ଜାଣନ୍ତୁ କାହିଁକି ଏମିତି କାର୍ଯ୍ୟାନୁଷ୍ଠାନ ନେଲେ ନବୀନ

ବାସୁଦେବପୁର,୬।୪(କାଳୀପଦ ରାୟ): ଭଦ୍ରକ ଜିଲା ବାସୁଦେବପୁରର ପୂର୍ବତନ ବ୍ଲକ ଅଧ୍ୟକ୍ଷ ତଥା ଧାମନଗରର ପୂର୍ବତନ ବିଧାୟକ ମୁକ୍ତିକାନ୍ତ ମଣ୍ଡଳ, ଭଦ୍ରକର ପୂର୍ବତନ ଏମ୍‌ପି ମଞ୍ଜୁଲତା ମଣ୍ଡଳଙ୍କୁ ଦଳ…

୯ ପୋଲିସ ଅଧିକାରୀଙ୍କୁ ଫାଶି ଦଣ୍ଡ ଶୁଣାଇଲେ କୋର୍ଟ, ଏହି ମାମଲାର ଶୁଣାଣି କରି…

ନୂଆଦିଲ୍ଲୀ,୬।୪: ତାମିଲନାଡୁର ମଦୁରାଇ ଜିଲା କୋର୍ଟ ପୋଲିସ ହେପାଜତରେ ଜଣେ ପିତା ଏବଂ ପୁଅଙ୍କ ମୃତ୍ୟୁ ମାମଲାରେ ଏକ ଗୁରୁତ୍ୱପୂର୍ଣ୍ଣ ରାୟ ଦେଇଛନ୍ତି। ସୋମବାର (୬ ଏପ୍ରିଲ,…

ଟିଏମ୍‌ସି ନା ଭାଜପା: ଏଥର ପଶ୍ଚିମବଙ୍ଗରେ କିଏ କରିବ ଶାସନ, ଚମକାଇଲା ଜନମତ ସର୍ଭେ

ନୂଆଦିଲ୍ଲୀ,୬।୪: ଚଳିତ ବର୍ଷ ଦେଶର ପାଞ୍ଚଟି ରାଜ୍ୟରେ ବିଧାନସଭା ନିର୍ବାଚନ ହେବାକୁ ଯାଉଛି। ଏଥିମଧ୍ୟରୁ ପଶ୍ଚିମବଙ୍ଗ ଏବଂ ଆସାମରେ ବିଧାନସଭା ନିର୍ବାଚନ ସମଗ୍ର ଦେଶର ଦୃଷ୍ଟି ଆକର୍ଷଣ…

କାଳବୈଶାଖୀର ତାଣ୍ଡବ: ବର୍ଷା ପବନରେ ଉଡିଗଲା ରାବଣର ମୁଣ୍ଡ

ନୟାଗଡ,୬।୪(ଲୋକନାଥ ମିଶ୍ର): ଭାରତ ପ୍ରସିଦ୍ଧ ଲଙ୍କାପୋଡି ଯାତ୍ରାର ଲଙ୍କାପୋଡି ପୂର୍ବରୁ ୩୫ ଫୁଟ କାଠର ରାବଣର ମୁଣ୍ଡ ଉଡି ଯାଇ କିଛି ଦୂରରେ ପଡିଛି। ଅପରାହ୍ନରେ ଦଶପଲ୍ଲାରେ…

ଥୁଆମୂଳ ରାମପୁରରେ ‘ଆଦିବାସୀ ସଂସ୍କୃତି ଭବନ’ ପାଇଁ ପ୍ରକ୍ରିୟା ଆରମ୍ଭ, ଅଧାପନ୍ତରିଆ ସଂଗ୍ରହାଳୟର ଭବିଷ୍ୟତ କ’ଣ?

ଥୁଆମୂଳ ରାମପୁର,୬।୪(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁରରେ ଆଦିବାସୀ ସଂସ୍କୃତିର ସଂରକ୍ଷଣ ପାଇଁ ସରକାର ନୂତନ ‘ଆଦିବାସୀ ସଂସ୍କୃତି ଭବନ’ ନିର୍ମାଣ ନିମନ୍ତେ ପ୍ରକ୍ରିୟା ଆରମ୍ଭ…

କୋରାପୁଟ ବିଧାୟକଙ୍କୁ ନୂଆ ଦାୟିତ୍ବ,ଜିଲାପାଳଙ୍କ ଉପସ୍ଥିତିରେ….

କୋରାପୁଟ,୬।୪(ଅମିତାଭ ବେହେରା ): କୋରାପୁଟ ଜିଲା ଯୋଜନା କମିଟି ଅଧ୍ୟକ୍ଷ ଭାବେ କୋରାପୁଟ ବିଧାୟକ ରଘୁରାମ ମାଛ ସୋମବାର ଦାୟିତ୍ବ ଗ୍ରହଣ କରିଛନ୍ତି । ସୋମବାର କୋରାପୁଟ…

ହାତକୁ ଦି’ ହାତ ହେଲେ IIT ବାବା: ଜାଣନ୍ତୁ କାହାକୁ ବାଛିଲେ ଜୀବନସାଥୀ

ଧର୍ମଶାଳା,୬।୪: ପ୍ରୟାଗରାଜ ମହାକୁମ୍ଭ ସମୟରେ ନିଜର ଅନନ୍ୟ ଶୈଳୀ ଏବଂ ଆଧ୍ୟାତ୍ମିକ ବ୍ୟକ୍ତିତ୍ୱ ପାଇଁ ଜାତୀୟ ସ୍ତରରେ ପ୍ରସିଦ୍ଧି ଲାଭ କରିଥିବା ଆଇଆଇଟିଏନ ବାବା ଓରଫ୍‌ ଅଭୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri