ଷ୍ଟାଟସ୍‌ ରିପୋର୍ଟ ଦାଖଲ ଲାଗି ୩ ମାସ ସମୟ ମାଗିଲା କେନ୍ଦ୍ର

ନୂଆଦିଲ୍ଲୀ, ୨୮ା୩:ପୋଲାଭରମ ଜଳସେଚନ ପ୍ରକଳ୍ପକୁ ନେଇ ଓଡ଼ିଶା, ଆନ୍ଧ୍ରପ୍ରଦେଶ, ତେଲଙ୍ଗାନା ଓ ଛତିଶଗଡ଼ ମଧ୍ୟରେ ଲାଗିରହିଥିବା ବିବାଦର ସମାଧାନ ପାଇଁ ବୈଠକ ଡକାଯାଇଥିଲା। ଏହାର ଷ୍ଟାଟସ୍‌ ରିପୋର୍ଟ ଦାଖଲ ଲାଗି କେନ୍ଦ୍ର ସରକାର ସୁପ୍ରିମକୋର୍ଟଙ୍କୁ ୩ ମାସ ସମୟ ମାଗିଛନ୍ତି। ଜଷ୍ଟିସ୍‌ ଏସ୍‌.କେ. କୌଲଙ୍କ ଅଧ୍ୟକ୍ଷତାରେ ଗଠିତ ୩ ଜଣିଆ ଖଣ୍ଡପୀଠରେ ଏହାର ଶୁଣାଣି ପାଇଁ ତାଲିକାଭୁକ୍ତ ହୋଇଥିଲା। ତେବେ ଦୁଇଜଣ ବିଚାରପତି ଉପସ୍ଥିତ ରହୁଥିବାରୁ ଶୁଣାଣି ହୋଇପାରି ନାହିଁ। କେନ୍ଦ୍ର ଜଳଶକ୍ତି ମନ୍ତ୍ରୀଙ୍କ ସହ ଉପରୋକ୍ତ ରାଜ୍ୟଗୁଡ଼ିକର ମୁଖ୍ୟମନ୍ତ୍ରୀମାନଙ୍କ ବୈଠକ କେବଳ ପରାମର୍ଶ ପର୍ଯ୍ୟାୟରେ ସୀମିତ ରହିଥିବାରୁ ଷ୍ଟାଟସ୍‌ ରିପୋର୍ଟ ଦାଖଲ ଲାଗି ୩ ମାସ ସମୟ ଦେବାକୁ କେନ୍ଦ୍ର ସରକାର ସର୍ବୋଚ୍ଚ ଅଦାଲତଙ୍କୁ ଅନୁରୋଧ କରିଛନ୍ତି। ରିପୋର୍ଟ ଦାଖଲ ଲାଗି ଗତବର୍ଷ ଡିସେମ୍ବରରେ ସର୍ବୋଚ୍ଚ ଅଦାଲତ କେନ୍ଦ୍ର ଜଳଶକ୍ତି ମନ୍ତ୍ରଣାଳୟକୁ ୨ ମାସ ସମୟ ଦେଇଥିଲେ। ପୋଲାଭରମ ବିବାଦ ସମାଧାନରେ କେନ୍ଦ୍ର ସରକାର ଅଗ୍ରଣୀ ଭୂମିକା ନେବା ସହ ଆବଶ୍ୟକ ହେଲେ ମୁଖ୍ୟମନ୍ତ୍ରୀମାନଙ୍କ ବୈଠକ ଡାକିବାକୁ ପୂର୍ବରୁ ସୁପ୍ରିମକୋର୍ଟ ପରାମର୍ଶ ଦେଇଥିଲେ। ଇତିମଧ୍ୟରେ ଜଳଶକ୍ତି ମନ୍ତ୍ରଣାଳୟ ସମ୍ପୃକ୍ତ ରାଜ୍ୟଗୁଡ଼ିକର ମୁଖ୍ୟ ସଚିବ ଓ ପରେ ଟେକ୍‌ନିକାଲ ଟିମ୍‌ର ବୈଠକ ଡାକିଥିଲା। ଉକ୍ତ ବୈଠକରେ ପଛୁଆ ଜଳ ଉପରେ ଅନୁଧ୍ୟାନ ଲାଗି ରାଜ୍ୟଗୁଡ଼ିକ ସହମତ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବିଦିଶା ଲୋକସଭା ଆସନରୁ ପ୍ରାର୍ଥୀପତ୍ର ଦାଖଲ କଲେ ପୂର୍ବତନ ମୁଖ୍ୟମନ୍ତ୍ରୀ ଶିବରାଜ

ଭୋପାଳ,୧୯।୪: ଭାଜପାର ବରିଷ୍ଠ ନେତା ତଥା ମଧ୍ୟପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ଶିବରାଜ ସିଂ ଚୌହାନ ବିଦିଶା ଲୋକସଭା ଆସନରୁ ପ୍ରାର୍ଥୀ ଭାବେ ଶୁକ୍ରବାର ନାମାଙ୍କନପତ୍ର ଦାଖଲ...

କଂଗ୍ରେସକୁ ଭୋଟ ନ ଦେବାକୁ କହିଲେ ମମତା ବାନାର୍ଜୀ

କୋଲକତା,୧୯।୪: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଗୁରୁବାର ବିରୋଧୀ ଇଣ୍ଡିଆ ମେଣ୍ଟରେ ଥିବା ସିପିଆଇ(ଏମ) ଓ କଂଗ୍ରେସକୁ ତୀବ୍ର ସମାଲୋଚନା କରିଛନ୍ତି। ଉଭୟ ଦଳ ବେଙ୍ଗଲରେ...

ଟ୍ରେନ୍‌ ଚଳାଚଳରେ ପରିବର୍ତ୍ତନ

ସମ୍ବଲପୁର,୧୯ା୪(ପ୍ରମୋଦ ବହିଦାର): ରେଳବାଇ ସୁରକ୍ଷା ଜନିତ ରକ୍ଷଣାବେକ୍ଷଣ କାର୍ଯ୍ୟ ପାଇଁ ସମ୍ବଲପୁର ରେଳମଣ୍ଡଳ ଅଧୀନସ୍ଥ କେତେକ ଟ୍ରେନ୍‌ ଚଳାଚଳରେ ପରିବର୍ତ୍ତନ କରାଯାଇଥିବା ନେଇ ସମ୍ବଲପୁର ରେଳ...

ତାପମାତ୍ରାରେ ଭୁବନେଶ୍ୱକୁ ଟପିଲା କଟକ

ଭୁବନେଶ୍ୱର,୧୯।୪: ରାଜ୍ୟରେ ଜାରି ରହିଛି ପ୍ରଚଣ୍ଡ ତାତି। ସକାଳ ୮ଟା ପରେ ଘରୁ ବାହାରିବା ମୁସ୍କିଲ ହୋଇପଡୁଛି। ରାଜ୍ୟରେ ଏ ବର୍ଷ ପ୍ରଥମ ଥର ପାଇଁ...

ମହାନଦୀରେ ଡଙ୍ଗାବୁଡି ଘଟଣା: ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୯।୪: ମହାନଦୀରେ ଡଙ୍ଗା ବୁଡିବା ଘଟଣାରେ ମୃତକଙ୍କ ପରିବାରକୁ ଅନୁକମ୍ପା ସହାୟତା ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ପରିବାରକୁ ୪ ଲକ୍ଷ ଲେଖାଏଁ ଅନୁକମ୍ପା...

‘ଜେଲ୍‌ରେ କେଜ୍‌ରିଓ୍ବାଲଙ୍କ ସହ କିଛି ବି ହୋଇପାରେ’

ନୂଆଦିଲ୍ଲୀ,୧୯।୪: ଅରବିନ୍ଦ କେଜ୍‌ରିଓ୍ବାଲଙ୍କୁ ମଧୁମେହ ହୋଇଥିଲେ ହେଁ ସେ ଜେଲ୍‌ରେ ଆମ୍ବ ଏବଂ ମିଠା ଖାଉଛନ୍ତି ବୋଲି ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି) ଦାବି କରିଛି। ଏହାପରେ ରାଜନୈତିକ...

୨୦୧୯ରେ ପୁରୀ ବିଧାନସଭାରେ କାହିଁକି ହାରିଥିଲା ବିଜେଡି, କାରଣ କହିଲେ ସଭାପତି…

ପୁରୀ,୧୯।୪: ୨୦୧୯ରେ ପୁରୀ ବିଧାନସଭା ଆସନରେ କାହିଁକି ହାରିଲା ବିଜେଡି । ଏନେଇ କାରଣ କହିଛନ୍ତି ଖୋଦ ଜିଲା ବିଜେଡି ସଭାପତି । ସଭାପତି ଦିବାକର...

ନାଗାଲାଣ୍ଡର ୬ ଜିଲାରେ ବୁଥ୍‌ ଖାଁ ଖାଁ, ଭୋଟ ଦେବାକୁ ଆସିଲେ ନାହିଁ ଜଣେ ହେଲେ ବି ଭୋଟର୍‌  

କୋହିମା,୧୯ା୪: ନାଗାଲାଣ୍ଡରେ ପୃଥକ ସରକାର(ରାଜ୍ୟ) ଏବଂ ଅଧିକ ଆର୍ଥିକ ସ୍ବାଧୀନତା ଦାବିରେ ‘ଲୋକଙ୍କ ଜରୁରୀକାଳିନ ପରିସ୍ଥିତି’ ନେଇ ଘୋଷଣା କରି ପୂର୍ବ ନାଗାଲାଣ୍ଡ ଲୋକ ସଂଗଠନ(ଇଏନ୍‌ପିଓ)...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri