ସୁଧ ଛାଡ ପ୍ରସଙ୍ଗରେ ସୁପ୍ରିମକୋର୍ଟଙ୍କୁ ଉତ୍ତର ରଖିଲା କେନ୍ଦ୍ର

ନୂଆଦିଲ୍ଲୀ: ସବୁ ବର୍ଗର ଋଣ ଉପରେ ସୁଧ ଛାଡ ପ୍ରସଙ୍ଗରେ କେନ୍ଦ୍ର ସରକାର ମଙ୍ଗଳବାର ସୁପ୍ରିମକୋର୍ଟଙ୍କ ନିକଟରେ ପକ୍ଷ ରଖିଛନ୍ତି। ସବୁ ବର୍ଗର ଋଣ ଏବଂ ଅଗ୍ରୀମ ଉପରେ ଯଦି ସୁଧ ଛାଡ ହୁଏ ତେବେ ଏଥି ଲାଗି ୬ ଲକ୍ଷ କୋଟି ଟଙ୍କା ଭରଣା କରିବାକୁ ହେବ ବୋଲି ସରକାର କହିଛନ୍ତି। ସୂଚନା ଯୋଗ୍ୟ, ଋଣ କିସ୍ତି ଉପରେ ଲୋକଙ୍କୁ ଆଶ୍ୱସ୍ତି ପ୍ରଦାନ କରିବା ଲାଗି ସରକାର ମୋରାଟୋରିୟମ ସୁବିଧା ଘୋଷଣା କରିଥିଲେ। ମୋରାଟୋରିୟମ ବେଳେ କିଛି ବ୍ୟାଙ୍କ ସୁଧ ଉପରେ ସୁଧ ଲାଗୁ କରିବା ଦେଖାଯାଇଥିଲା। ମାମଲା ସୁପ୍ରିମକୋର୍ଟରେ ପହଞ୍ଚିବା ପରେ ସରକାର କିଛି ନିର୍ଦ୍ଦିଷ୍ଟ ବର୍ଗ ଋଣ ଉପରେ ସୁଧ ହାର ବହନ କରିବାକୁ ରାଜି ହୋଇଛନ୍ତି। ହେଲେ ସବୁ ବର୍ଗ ଋଣ ଉପରେ ସୁଧ ଛାଡ କଲେ କିଭଳି ସମସ୍ୟା ଉପୁଜିବ ସେ ଉପରେ ସରକାର ମଙ୍ଗଳବାର ପକ୍ଷ ସ୍ପଷ୍ଟ କରିଛନ୍ତି। ଯଦି ବ୍ୟାଙ୍କଗୁଡିକ ଏଭଳି ବୃହତ୍‌ ପରିମାଣର ଅର୍ଥ ଛାଡ କରନ୍ତି ତେବେ ସେମାନଙ୍କୁ ବଡ ବୋଝ ପଡିଯିବ। ବ୍ୟାଙ୍କଗୁଡିକର ମୋଟ ସମ୍ପତ୍ତିର ବଡ ଭାଗ ହରାଇବାକୁ ପଡିବ। ଜଷ୍ଟିସ ଅଶୋକ ଭୂଷଣ, ଜଷ୍ଟିସ ଆର୍‌.ଏସ୍‌. ରେଡି ଏବଂ ଜଷ୍ଟିସ ଏମ୍‌.ଆର୍‌.ଶାହାଙ୍କୁ ନେଇ ଗଠିତ ଖଣ୍ଡପୀଠ ଏହି ମାମଲାର ଶୁଣାଣି କରୁଛନ୍ତି। ସଲିସିଟର ଜେନେରାଲ ତୁଷାର ମେହେଟ୍ଟା କେନ୍ଦ୍ର ସରକାରଙ୍କ ପକ୍ଷରୁ ପକ୍ଷ ରଖି କହିଛନ୍ତି ଯେ,ଏଭଳି ପ୍ରମୁଖ କାରଣ ଲାଗି କେନ୍ଦ୍ର ସରକାର ସବୁ ବର୍ଗର ଋଣ ଉପରେ ସୁଧ ଛାଡ କରିବାକୁ ନିଷ୍ପତ୍ତି ନେଲେ ନାହିଁ। କେବଳ କିସ୍ତି ପ୍ରଦାନରେ କିଛିଟା ଆଶ୍ୱସ୍ତି ଦିଆଗଲା।


Enter your email to get our daily news in your inbox.

All Right Reserved By Dharitri.Com

ଛାନିଆ ହୋଇଗଲେ କି ଯାତ୍ରା ମାଲିକ ନାଣ୍ଡୁ! ସାଇ ସତ୍ୟଜିତଙ୍କ ମା’ଙ୍କ ଅଭିଯୋଗ ପରେ…

ଭୁବନେଶ୍ୱର,୬।୨: ଖଳନାୟକ ସାଇ ସତ୍ୟଜିତଙ୍କ ମା’ଙ୍କ ଅଭିଯୋଗ ପରେ ଖଣ୍ଡଗିରି ଥାନାରେ ହାଜର ହେଲେ ‘ତୁଳସୀ’ ଗଣନାଟ୍ୟ ମାଲିକ ଅନନ୍ତ ଧଳ ଓରଫ ନାଣ୍ଡୁ। ସାଇଙ୍କ ମା’ଙ୍କ…

ଅଲିମ୍ପିଆନ ସୁଶୀଲଙ୍କ ଜାମିନ ଖାରଜ

ନୂଆଦିଲ୍ଲୀ,୬ା୨: ସ୍ଥାନୀୟ ଛତ୍ରସାଲ ଷ୍ଟାଡିୟମରେ ପୂର୍ବତନ ଜାତୀୟ ଜୁନିୟର କୁସ୍ତି ଚାମ୍ପିୟନ ସାଗର ଧନକରଙ୍କ ହତ୍ୟା ମାମଲାରେ ଗିରଫ ଅଲିମ୍ପିଆନ ସୁଶିଲ କୁମାରଙ୍କ ଜାମିନ ଆବେଦନକୁ ଦିଲ୍ଲୀର…

ଭାରତକୁ ବଡ଼ ଝଟ୍‌କା: ଟି୨୦ ବିଶ୍ୱକପ୍‌ରୁ ବାଦ୍‌ ପଡ଼ି ପାରନ୍ତି ହର୍ଷିତ ରାଣା

ମୁମ୍ବାଇ,୬ା୨: ଅଭ୍ୟାସ ମ୍ୟାଚରେ ଆଣ୍ଠୁରେ ଆଘାତ ଲାଗିଥିବାରୁ ଭାରତର ଯୁବ ସ୍ପିଡଷ୍ଟର ହର୍ଷିତ ରାଣା ଟି୨୦ ବିଶ୍ୱକପ୍‌ରୁ ବାଦ୍‌ ପଡ଼ିପାରନ୍ତି। ହର୍ଷିତଙ୍କ ଉପରେ କିନ୍ତୁ ଦଳର ଫିଜିଓ…

ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ ପୁନଃ ଲାଗୁ ଦାବି କରି କଂଗ୍ରେସ…

ଭଞ୍ଜନଗର,୬ା୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା କଂଗ୍ରେସ (ପଶ୍ଚିମ) ସଂଗଠନ ପକ୍ଷରୁ ଦେଶରେ ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ ପୁନଃ ଲାଗୁ ଦାବି କରି ଶୁକ୍ରବାର ଭଞ୍ଜନଗର ଉପଜିଲାପାଳ ଉମାଶଙ୍କର ବେହେରାଙ୍କୁ ଏକ…

ପଞ୍ଚମ ଶ୍ରେଣୀ ମେଧା ବୃତ୍ତି ପରୀକ୍ଷାଫଳ ପ୍ରକାଶିତ: କିଏ କେଉଁ ତାଲିକାରେ ରହିଲେ ଦେଖନ୍ତୁ ପୂରା ଲିଷ୍ଟ…

ପାଟଣା,୬।୨(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ପଞ୍ଚମ ଶ୍ରେଣୀ ମେଧା ବୃତ୍ତି ଓ ଅର୍ଥନୈତିକ ଅନଗ୍ରସର ବୃତ୍ତି ପରୀକ୍ଷାଫଳ ୨୦୨୫ ଶୁକ୍ରବାର ପ୍ରକାଶ ପାଇଛି।…

ଜମୁଛି ସ୍କାଉଟ, ଗାଇଡ କ୍ୟାମ୍ପ: ଦ୍ୱିତୀୟ ଦିନରେ ଛାତ୍ରୀଛାତ୍ରଙ୍କୁ ଆକର୍ଷଣ କଲା…

ଦାରିଙ୍ଗବାଡି, ୬ ।୨ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ସିମନବାଡି ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟ ପରିସର ମଧ୍ୟରେ ୩ ଦିନିଆ ୨୨ତମ ଜିଲାସ୍ତରୀୟ…

ଟପ୍‌ ମାଓବାଦୀ ନେତା ନିଖିଲଙ୍କ ଆତ୍ମସମର୍ପଣ ପରେ ଏମିତି କହିଲେ ଡିଜିପି

ଭୁବନେଶ୍ୱର,୬।୨: ମାଓବାଦୀ ନେତା ନିଖିଲ ଆତ୍ମସମର୍ପଣ କରିଛନ୍ତି। ଓଡ଼ିଶାର ଟପ ମାଓବାଦୀ ନେତା ନିଖିଲ ଓରଫ ନିରଞ୍ଜନ ଆତ୍ମସମର୍ପଣ କରିଥିବା ବେଳେ ତାଙ୍କ ସହ ସ୍ତ୍ରୀ ଇନ୍ଦୁ…

ଶ୍ରଦ୍ଧା, ଅଶ୍ରୁ ଆଉ ସ୍ମୃତି: ଫଲଗୁ ନଦୀରେ ଅଜିତ ପାଓ୍ବାରଙ୍କୁ ଅନ୍ତିମ ବିଦାୟ

ମୁମ୍ବାଇ,୬।୨: ଗୟାର ପବିତ୍ର ଭୂମିରେ ଶୁକ୍ରବାର ମହାରାଷ୍ଟ୍ରର ପୂର୍ବତନ ଉପମୁଖ୍ୟମନ୍ତ୍ରୀ ସ୍ବର୍ଗତ ଅଜିତ ପାୱାରଙ୍କ ସ୍ମୃତିରେ ଏକ ଗମ୍ଭୀର ଶୋକ ସଭା ଅନୁଷ୍ଠିତ ହୋଇଥିଲା। ଏହି କାର୍ଯ୍ୟକ୍ରମର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri