୧୨,୩୫୧ କୋଟିର ଆର୍‌ଏଲ୍‌ବି ଅନୁଦାନ ଦେଲା କେନ୍ଦ୍ର

ନୂଆଦିଲ୍ଲୀ: ରୁରାଲ ଲୋକାଲ ବଡି ବା ଗ୍ରାମାଞ୍ଚଳ ଶାସନ ବ୍ୟବସ୍ଥା ଅନୁଦାନ ବାବଦ କେନ୍ଦ୍ର ସରକାର ରାଜ୍ୟଗୁଡିକୁ ବୁଧବାର ୧୨,୩୫୧ କୋଟି ଟଙ୍କାର ଅନୁଦାନ ପ୍ରଦାନ କରିଛନ୍ତି। ୧୮ ରାଜ୍ୟକୁ ଏହି ରାଶି ପ୍ରଦାନ କରାଯାଇଥିବା ଅର୍ଥ ମନ୍ତ୍ରଣାଳୟ ପକ୍ଷରୁ ସ୍ପଷ୍ଟ କରାଯାଇଛି। ୨୦୨୦-୨୧ ଆର୍ଥତ୍କ ବର୍ଷରେ ମନ୍ତ୍ରଣାଳୟ ପକ୍ଷରୁ ଦ୍ୱିତୀୟ କିସ୍ତି ଭାବେ ଏହି ବେସିକ ଗ୍ରାଣ୍ଟ ଜାରି କରାଯାଇଛି। ଅର୍ଥ ମନ୍ତ୍ରଣାଳୟର ବ୍ୟୟ ବିଭାଗ ପକ୍ଷରୁ ଏହି ରାଶି ପ୍ରଦାନ କରାଯାଇଛି। ଗ୍ରାମାଞ୍ଚଳ ଶାସନ ବ୍ୟବସ୍ଥାରେ ଆର୍ଥତ୍କ ସ୍ବାୟତ୍ତତା ଏବଂ କମ୍ୟୁନିଟି ଆସେଟର ଉନ୍ନତୀକରଣ ଲାଗି ପଞ୍ଚଦଶ ଅର୍ଥ କମିଶନଙ୍କ ସୁପାରିସ ଆଧାରରେ ଉକ୍ତ ରାଶି ଯୋଗାଣ କରିବା ନେଇ ବ୍ୟବସ୍ଥା ରହିଛି। ପ୍ରଥମ କିସ୍ତିରେ ରାଜ୍ୟଗୁଡିକୁ ୧୮,୧୯୯ କୋଟି ଟଙ୍କା ଦିଆଯାଇଥିଲା। ସେହିଭଳି ଟାଏଡ ଗ୍ରାଣ୍ଟ ଭାବେ ୧୫,୧୮୭ କୋଟି ଟଙ୍କା ଦିଆଯାଇଛି। କିସ୍ତିରେ ରାଜ୍ୟଗୁଡିକ ମୋଟ ୪୫,୭୩୮ କୋଟି ଟଙ୍କା ପାଇଛନ୍ତିି।


Enter your email to get our daily news in your inbox.

All Right Reserved By Dharitri.Com

ହର୍ମୁଜରେ ମହାଯୁଦ୍ଧର କାଉଣ୍ଟଡାଉନ୍‌! ଆମେରିକା ଆରମ୍ଭ କରିବାକୁ ଯାଉଛି ସବୁଠୁ ବଡ଼ ଅପରେଶନ…

ନୂଆଦିଲ୍ଲୀ/ତେହେରାନ,୧।୫: ମଧ୍ୟପ୍ରାଚ୍ୟରେ ଯେକୌଣସି ସମୟରେ ଏକ ବଡ଼ ଧରଣର ବିନାଶ ଦେଖିବାକୁ ମିଳିପାରେ । ଆମେରିକା ଇରାନ ଉପରେ ଏକ ବଡ଼ ଆକ୍ରମଣ ପାଇଁ ପ୍ରସ୍ତୁତ ହେଉଥିବା…

ଆଇଏମ୍‌ଡିର ବଡ଼ ଚେତାବନୀ, ମେ’ରେ ସ୍ବାଭାବିକଠାରୁ ହେବ ଅଧିକ ବର୍ଷା

ନୂଆଦିଲ୍ଲୀ,୧।୫: ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ମଧ୍ୟରେ ଏକ ଆଶ୍ୱସ୍ତିକର ଖବର ଆସିଛି। ଚଳିତ ବର୍ଷ ମେ ମାସରେ ଦେଶରେ ସ୍ବାଭାବିକଠାରୁ ଅଧିକ ବର୍ଷା ହେବ ବୋଲି ଭାରତୀୟ…

ଶର୍ଟ ସର୍କିଟରୁ ଲାଗିଲା ନିଆଁ, ଲକ୍ଷାଧିକ ଟଙ୍କାର ସାମଗ୍ରୀ ପୋଡ଼ି ନଷ୍ଟ

ମୋହନା,୧।୫(ମନ୍ମଥ ମିଶ୍ର ): କିଛି ଦିନ ହେଲା ଅଞ୍ଚଳରେ କାଳବୈଶାଖୀ ତାଣ୍ଡବ ଚାଲିଥିବା ବେଳେ ଶୁକ୍ରବାର ପୁଣି ଏକ ଅଘଟଣ ଦେଖିବାକୁ ମିଳିଛି ଗଜପତି ଜିଲା ମୋହନା…

ମଇ ଆରମ୍ଭରୁ ଫୋନ୍‌ ଦାମ୍‌ ବଢ଼ାଇଲେ ଏହି ୩ କମ୍ପାନୀ, ଗ୍ରାହକଙ୍କ ପକେଟରେ ଚାବୁକ୍‌; ଜାଣନ୍ତୁ ନୂଆ ମୂଲ୍ୟ

ନୂଆଦିଲ୍ଲୀ,୧।୫:ଯଦି ଆପଣ ଏକ ନୂଆ ସ୍ମାର୍ଟଫୋନ କିଣିବାକୁ ଯୋଜନା କରୁଛନ୍ତି, ତେବେ ଆପଣଙ୍କ ପକେଟ ଉପରେ ଏବେ ଅଧିକ ଚାପ ପଡ଼ିପାରେ। Nothing, Realme ଏବଂ OnePlus…

କିଡନୀ ରୋଗ ନେଲା ସ୍ବାମୀଙ୍କ ଜୀବନ: ମା’ଙ୍କ କାନ୍ଧରେ ଦୁଇ ସନ୍ତାନଙ୍କ ବୋଝ

କର୍ଲାମୁଣ୍ଡା:୧।୫(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଗଜବାହାଲ ପଞ୍ଚାୟତ ଧରାଖମନ ଗାଁରେ କିଡନୀ ରୋଗରେ ଆକ୍ରନ୍ତ ହୋଇ ୨୦ରୁ ଊଦ୍ଧର୍‌ବ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଥିବା…

କମର୍ସିଆଲ ଏଲ୍‌ପିଜି ପରେ ଏବେ ବଢ଼ିବ ପେଟ୍ରୋଲ-ଡିଜେଲ ଦର, ଖୁବ୍‌ଶୀଘ୍ର ହୋଇପାରେ ଘୋଷଣା!

ନୂଆଦିଲ୍ଲୀ,୧।୫: ଦେଶରେ ଖୁବଶୀଘ୍ର ପେଟ୍ରୋଲ ଏବଂ ଡିଜେଲ ଦରରେ ବୃଦ୍ଧି ଦେଖିବାକୁ ମିଳିପାରେ। ରିପୋର୍ଟ ଅନୁଯାୟୀ, ସରକାର ତୈଳ ଦର ବଢ଼ାଇବା ପାଇଁ ବିଚାର କରୁଛନ୍ତି, ଯଦିଓ…

ଜନଗଣନାରୁ ଫେରୁଥିଲେ, ଜନତା ଲେନ୍‌ରେ ସ୍କୁଟିକୁ ଧକ୍କା ଦେଲା କାର୍‌; ଛିଟିକି ପଡ଼ି ଶିକ୍ଷୟତ୍ରୀ…

ଦିଗପହଣ୍ଡି,୧।୫(ଅଶେଷ ନାଥ ମିଶ୍ର): ଜନଗଣନାରୁ ଫେରୁଥିଲେ। ଶିକ୍ଷୟତ୍ରୀଙ୍କ ସ୍କୁଟିକୁ କାର୍‌ ଧକ୍କା ଦେବାରୁ ସେ ଗୁରୁତର ହୋଇଛନ୍ତି। ଏଭଳି ଏକ ଘଟଣା ଘଟିଛି ଗଞ୍ଜାମ ଜିଲା ଦିଗପହଣ୍ଡିରେ।…

ଶ୍ରମିକ ଦିବସରେ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା, ବଢ଼ିଲା…

ଭୁବନେଶ୍ୱର,୧।୫: ଶ୍ରମିକ ଦିବସରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଏକ ବଡ଼ ଘୋଷଣା କରିଛନ୍ତି। ମୁଖ୍ୟମନ୍ତ୍ରୀ ଶ୍ରମିକଙ୍କ ହିତକୁ ଦୃଷ୍ଟିରେ ରଖି ଦୈନିକ ମଜୁରୀ ବୃଦ୍ଧି କରିଛନ୍ତି। ଅଣକୁଶଳୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri