ଚିଲିକା, ଅଂଶୁପା ପାଇଁ କେନ୍ଦ୍ର ଦେଇଛି ୪.୭ କୋଟି

ଭୁବନେଶ୍ୱର, ୨୦।୯(ବ୍ୟୁରୋ): ନ୍ୟାଶନାଲ୍‌ ପ୍ଲାନ୍‌ ଫର୍‌ କଞ୍ଜରଭେଶନ୍‌ ଅଫ୍‌ ଆକ୍ୱାଟିକ ଇକୋସିଷ୍ଟମ (ଏନପିସିଏ) ଅଧୀନରେ ଗତ ୨ବର୍ଷରେ କେନ୍ଦ୍ର ସରକାର ଓଡ଼ିଶାକୁ ୪.୭ କୋଟି ଟଙ୍କା ପ୍ରଦାନ କରିଛନ୍ତି। ଦେଶର ସର୍ବବୃହତ୍‌ ଲବଣ ଜଳ ହ୍ରଦ ଚିଲିକା ଏବଂ ଓଡ଼ିଶାର ବୃହତ୍ତମ ମଧୁର ଜଳ ହ୍ରଦ ଅଂଶୁପାର ପୁନରୁଦ୍ଧାର ଏବଂ ରକ୍ଷଣାବେକ୍ଷଣ ଲାଗି ଏହି ଅନୁଦାନ ରାଶି ପ୍ରଦାନ କରାଯାଇଥିବା କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଟୁଇଟ୍‌ କରି ସୂଚନା ଦେଇଛନ୍ତି। ଏଥିପାଇଁ ସେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ କେନ୍ଦ୍ର ଜଙ୍ଗଲ ଓ ପରିବେଶ ମନ୍ତ୍ରୀ ପ୍ରକାଶ ଜାଭଡେକରଙ୍କୁ ଧନ୍ୟବାଦ ଜଣାଇଛନ୍ତି।

ଧର୍ମେନ୍ଦ୍ର ତାଙ୍କ ଟୁଇଟ୍‌ରେ ଉଲ୍ଲେଖ କରିଛନ୍ତି, ମୋଦିଙ୍କ ନେତୃତ୍ୱ ଏବଂ ଜାଭଡ଼େକରଙ୍କ ଦକ୍ଷ କାର୍ଯ୍ୟଶୈଳୀ ଯୋଗୁ ଜୈବ ବିବିଧତାର ସଂରକ୍ଷଣ, ସୁରକ୍ଷା ଏବଂ ପରିଚାଳନା ଦିଗରେ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନିଆଯାଇପାରିଛି। ୩ବର୍ଷ ପୂର୍ବେ ଦଳ ଓ ଆବର୍ଜନାରେ ପୋତି ହୋଇଯାଇଥିବା ଅଂଶୁପା ହ୍ରଦର ପୁନରୁଦ୍ଧାର କରାଯାଇଛି। ସନ୍ତସନ୍ତିଆ ଅଞ୍ଚଳର ସଂରକ୍ଷଣ ଏବଂ ସୁରକ୍ଷା ପାଇଁ ପ୍ରୋତ୍ସାହନ ଯୋଗାଇ ଦିଆଯାଇଛି। ପରିବେଶ ପର୍ଯ୍ୟଟନର ସମ୍ଭାବନା ରଖିଥିବା ଅଂଶୁପା ଏବଂ ଚିଲିକା ହ୍ରଦ ପ୍ରବାସୀ ପକ୍ଷୀଙ୍କ ଘର ପାଲଟିଛି। ପ୍ରକୃତିପ୍ରେମୀଙ୍କ ମନମୋହିଲା ଭଳି ଏଠାରେ ପରିବେଶ ରହିଛି। ଏହି ଦୁଇ ହ୍ରଦର ଭବିଷ୍ୟତ, ସୁରକ୍ଷା ପାଇଁ କେନ୍ଦ୍ର ସରକାର ପ୍ରତିଶ୍ରୁତିବଦ୍ଧ। ବାରମ୍ବାର ପ୍ରାକୃତିକ ବିପର୍ଯ୍ୟୟର ସମ୍ମୁଖୀନ ହେଉଥିବା ଓଡ଼ିଶା ଭଳି ରାଜ୍ୟରେ ସନ୍ତସନ୍ତିଆ ଅଞ୍ଚଳ ଆର୍ଥତ୍କ ଦୃଷ୍ଟିକୋଣରୁ ଗୁରୁତ୍ୱପୂର୍ଣ୍ଣ ଏବଂ ପ୍ରାକୃତିକ ବିପର୍ଯ୍ୟୟରୁ ମଧ୍ୟ ସୁରକ୍ଷା ଦେବାରେ ସହାୟକ ହୋଇଥାଏ ବୋଲି ଧର୍ମେନ୍ଦ୍ର ନିଜ ଟୁଇଟ୍‌ରେ ଉଲ୍ଲେଖ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜୁଲାଇ ୨ରୁ ମାଟ୍ରିକ ସପ୍ଲିମେଣ୍ଟାରୀ ପରୀକ୍ଷା, ଜୁଲାଇ ୨ରୁ ୧୦ ପର୍ଯ୍ୟନ୍ତ ଚାଲିବ; ସମ୍ପୂର୍ଣ୍ଣ କାର୍ଯ୍ୟସୂଚୀ

କଟକ,୨୭ା୫ (କାର୍ତ୍ତିକ ସାହୁ): ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ୱାରା ପରିଚାଳିତ ଚଳିତ ବର୍ଷର ସପ୍ଲିମେଣ୍ଟାରୀ ହାଇସ୍କୁଲ ସାର୍ଟିଫିକେଟ ପରୀକ୍ଷା ଆଗାମୀ ଜୁଲାଇ ୨ ତାରିଖରୁ ଆରମ୍ଭ…

ଡେଣ୍ଟାଲ ସର୍ଜନ ପରୀକ୍ଷା ବିଜ୍ଞପ୍ତି ପ୍ରତ୍ୟାହାର କଲା ଓପିଏସ୍‌ସି, ଆଶାୟୀଙ୍କ ସମସ୍ତ ଆବେଦନ ବାତିଲ

କଟକ,୨୭ା୫(କାର୍ତ୍ତିକ ସାହୁ) ଓଡ଼ିଶା ପବ୍ଲିକ ସର୍ଭିସ କମିଶନ (ଓପିଏସ୍‌ସି) ଡେଣ୍ଟାଲ ସର୍ଜନ ପଦବୀରେ ନିଯୁକ୍ତି ପରୀକ୍ଷା ନିମନ୍ତେ ୨୦୨୫-୨୬ରେ ପ୍ରକାଶ କରିଥିବା ବିଜ୍ଞପ୍ତି ନଂ-୭କୁ ପ୍ରତ୍ୟାହାର କରିଛି।…

କେନ୍ଦୁଝରରେ କାଳବୈଶାଖୀ ତାଣ୍ଡବ; ଛିଣ୍ତିଲା ବିଦ୍ୟୁତ୍ ତାର, ଗଛ ପଡ଼ି ବୃଦ୍ଧା ଗୁରୁତର

କେନ୍ଦୁଝର,୨୭।୫ (ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ବ୍ଲକରେ ତାଣ୍ତବ ରଚିଛି କାଳବୈଶାଖୀ । ବୁଧବାର ସନ୍ଧ୍ୟାରେ ଜୋରରେ ପବନ ହେବାରୁ ପନିପରିବା ଫସଲ ସମେତ ଗଛ ଉପୁଡିଵା…

ତୈଳଦର ବୃଦ୍ଧି; ପାରଳାଖେମୁଣ୍ଡିରେ ବିଜେଡିର ବିକ୍ଷୋଭ ପ୍ରଦର୍ଶନ, ଟାୟାର ଜାଳି….

ଗଜପତି,୨୭।୫(ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡି ଠାରେ ପେଟ୍ରୋଲ ଓ ଡିଜେଲର ବର୍ଦ୍ଧିତ ଦର ପ୍ରତିବାଦରେ ଆଜି ବିଜେଡି ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି । ଜିଲା ସଭାପତି…

ଗୃହ ନିର୍ମାଣ ବେଳେ ଗୋଟିଏ ମହଲାରୁ ପଡ଼ି ଚାଲିଗଲା ମହିଳା ଶ୍ରମିକଙ୍କ ଜୀବନ, ବିଦ୍ୟୁତ ସଂସ୍ପର୍ଶରେ ଆସି….

ଦାରିଙ୍ଗବାଡି,୨୭।୫(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଅଞ୍ଚଳରେ ଏକ ଗୃହ ନିର୍ମାଣ ସମୟରେ ଏକ ବଡ଼ ଅଘଟଣ ଘଟିଯାଇଛି । ବୁଧବାର ପୂର୍ବାହ୍ନ ୧୧ ଟା…

ଜବତ ବଢିଲେବି କମୁନି ଗଞ୍ଜେଇ ବେପାର; ୪୫ କେଜି ଗଞ୍ଜେଇ ସହ କନ୍ଧମାଳର ୨ ଅଭିଯୁକ୍ତ ଗିରଫ

ଭଞ୍ଜନଗର,୨୭।୫(ବାବୁଲା ପ୍ରଧାନ): କନ୍ଧମାଳ ଜିଲାରୁ ଅଧିକାଂଶ ସମୟ ଗଞ୍ଜାମ ଜିଲା ଭଞ୍ଜନଗର ଦେଇ ବିପୁଳ ପରିମାଣର ଗଞ୍ଜେଇ ରାଜ୍ୟର ବିଭିନ୍ନ ଅଞ୍ଚଳ ଏବଂ ରାଜ୍ୟ ବାହାରକୁ ଚୋରା…

ଆଇପିଏଲ୍‌ରେ ବୈଭବଙ୍କ ମହାରେକର୍ଡ: କମିନ୍ସଙ୍କୁ ଟର୍ଗେଟ, ୬୦ ଛକା ମାରି ଭାଙ୍ଗିଲେ ଗେଲ୍‌ଙ୍କ ସହ ରାଇନାଙ୍କ…

ନୂଆଦିଲ୍ଲୀ,୨୭।୫: ଆଇପିଏଲ (IPL) ମଇଦାନରେ ପୁଣି ଥରେ ଇତିହାସ ରଚିଛନ୍ତି ଯୁବ ବ୍ୟାଟର ବୈଭବ ସୂର୍ଯ୍ୟବଂଶୀ। ଏହି ବାମହାତୀ ବିସ୍ଫୋରକ ବ୍ୟାଟର ସନରାଇଜର୍ସ ହାଇଦ୍ରାବାଦ ବିପକ୍ଷରେ ମାତ୍ର…

ଜନଜାତି ମହିଳା ସମାବେଶରେ ଯୋଗଦେଲେ ଦିଗପହଣ୍ଡି ବିଧାୟକ, ମେଧାବୀ ଛାତ୍ରୀଛାତ୍ର….

ଦିଗପହଣ୍ଡି,୨୭।୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ସହଦେବ ଟିକରପଡା  ମହେନ୍ଦ୍ରଗିରି ଆଦିମ ଅଧିବାସୀ କୁଇ ସମାଜ ପକ୍ଷରୁ ବୁଧବାର ଜନଜାତି ମହିଳା ସମାବେଶ ଅନୁଷ୍ଠିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri