Posted inଜାତୀୟ

ପେଗାସସ୍‌ ତଦନ୍ତରେ ସହଯୋଗ କରୁନି କେନ୍ଦ୍ର

ନୂଆଦିଲ୍ଲୀ,୨୬ା୮:ଇସ୍ରାଏଲ୍‌ର ଏନ୍‌ଏସ୍‌ଓ ଗ୍ରୁପ୍‌ ପକ୍ଷରୁ ବିକଶିତ ପେଗାସସ୍‌ ସ୍ପାଏଓ୍ବେର ଜରିଆରେ ଗୁପ୍ତଚରଗିରି କରାଯାଇଥିବା ନେଇ ଅଭିଯୋଗର ତଦନ୍ତ ପାଇଁ ସୁପ୍ରିମକୋର୍ଟ ଏକ କମିଟି ଗଠନ କରିଛନ୍ତି। ଏହି ବୈଷୟିକ ତଥା ଅନୁଧ୍ୟାନକାରୀ କମିଟିକୁ ତଦନ୍ତରେ କେନ୍ଦ୍ର ସରକାର ସହଯୋଗ କରୁ ନ ଥିବାରୁ ଗୁରୁବାର ସିଜେଆଇ ଏନ୍‌.ଭି. ରମନାଙ୍କ ଅଧ୍ୟକ୍ଷତାରେ ଗଠିତ ତିନିଜଣିଆ କମିଟି ଅସନ୍ତୋଷ ବ୍ୟକ୍ତ କରିଛନ୍ତି।
ପ୍ରଧାନ ବିଚାରପତି ରମନା କହିଛନ୍ତି, ସର୍ବୋଚ୍ଚ ଅଦାଲତଙ୍କ ଦ୍ୱାରା ନିଯୁକ୍ତ କମିଟି ୨୯ଟି ମୋବାଇଲ ଫୋନ୍‌ ଯାଞ୍ଚ କରିଛି। ସେଥିରୁ ୫ଟି ମୋବାଇଲରେ ମାଲ୍‌ଓ୍ବେର ଠାବ କରାଯାଇଛି। ଉକ୍ତ ପ୍ୟାନେଲ ତିନୋଟି ଭାଗରେ ବିସ୍ତୃତ ରିପୋର୍ଟ ଦାଖଲ କରିଛି। ନାଗରିକଙ୍କ ବ୍ୟକ୍ତିଗତ ଅନ୍ତରଙ୍ଗ ତଥ୍ୟ (ପ୍ରିଭେସି) ସୁରକ୍ଷା ଅଧିକାର ଏବଂ ଦେଶର ସାଇବର ସିକ୍ୟୁରିଟିକୁ ସୁନିଶ୍ଚିତ କରିବା ସକାଶେ ଆଇନରେ ସଂଶୋଧନ କରିବା ଲାଗି ଏହାର ଗୋଟିଏ ଭାଗରେ ପରାମର୍ଶ ଦିଆଯାଇଛି। ୪ ସପ୍ତାହ ପରେ ଏହି ପ୍ରସଙ୍ଗରେ ଶୁଣାଣି ପାଇଁ ଜଷ୍ଟିସ୍‌ ସୂର୍ଯ୍ୟକାନ୍ତ ଏବଂ ହିମା କୋହିଲ ସାମିଲ ଥିବା ଖଣ୍ଡପୀଠ ଧାର୍ଯ୍ୟ କରିଛନ୍ତି। ଦେଶର ଖବରଦାତା, ବିଚାରପତି, ମାନବାଧିକାର କର୍ମୀ ଓ ବିରୋଧୀ ନେତାମାନଙ୍କ ଗୁପ୍ତଚରଗିରି କରିବା ପାଇଁ କେନ୍ଦ୍ର ପେଗାସସ୍‌ ସ୍ପାଏଓ୍ବେରକୁ ବ୍ୟବହାର କରିଥିବା ଅଭିଯୋଗ ଆସିବା ପରେ ଗତ ଅକ୍ଟୋବର ୨୭ରେ ସୁପ୍ରିମକୋର୍ଟ ତଦନ୍ତ ନିର୍ଦ୍ଦେଶ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୨୦୩୦ ସୁଦ୍ଧା ଭାରତ ହେବ ବିଶ୍ୱର ତୃତୀୟ ବୃହତ୍ତମ ଅର୍ଥନୀତି; ୭.୩ ଟ୍ରିଲିୟନ ଡଲାରରେ ପହଞ୍ଚିବ GDP

ବେଙ୍ଗାଲୁରୁ,୨୯।୧୨: ଭାରତୀୟ ଅର୍ଥନୀତି ଏକ ନୂତନ ମାଇଲଖୁଣ୍ଟ ଅତିକ୍ରମ କରିଛି। ସୋମବାର ଜାରି ହୋଇଥିବା ଏକ ସରକାରୀ ବିବୃତ୍ତି ଅନୁଯାୟୀ, ୪.୧୮ ଟ୍ରିଲିୟନ ଡଲାର GDP...

ଆତ୍ମହତ୍ୟା କଲେ ଅଭିନେତ୍ରୀ, ସରକାରୀ ଚାକିରି କରିବାକୁ ଚାପ ପକାଉଥିଲେ ପରିବାର

ବେଙ୍ଗାଲୁରୁ,୨୯।୧୨: ସରକାରୀ ଚାକିରି ଆଉ ବିବାହ ଚାପରୁ ମୁକୁଳିପାରି ନାହାନ୍ତି ଲୋକପ୍ରିୟ ଅଭିନେତ୍ରୀ ନନ୍ଦିନୀ ସିଏମ୍‌। ବେଙ୍ଗାଲୁରୁର କେଙ୍ଗେରୀ ସ୍ଥିତ ଏକ ପେଇଂ ଗେଷ୍ଟ (PG)...

ଲୋକ ସଭା ସାଂସଦଙ୍କ ମହାନତା: ନିଜ ଦରମାରୁ ଜଳଖିଆ ଅନୁଷ୍ଠାନକୁ ଦାନକଲେ ଏକ ଲକ୍ଷ ଟଙ୍କା

ମଥୁରାନଗରୀ,୨୯।୧୨(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ମୁଖ୍ୟ ଡାକ୍ତରଖାନା ନିକରେ ରହିଥିବା ମା ଏକଟଙ୍କିଆ ଜଳଖିଆ ଅନୁଷ୍ଠାନର ବାର୍ଷିକୋତ୍ସବରେ ସୋମବାର ଅନୁଷ୍ଠିତ ହୋଇଛି। ଅନୁଷ୍ଠାନର ମୁଖ୍ୟ ଉମେଶ ପ୍ରଧାନଙ୍କ...

ମଥୁରା ପରିଭ୍ରମଣରେ ବାହାରି ପୂର୍ତ୍ତ ବିଭାଗରେ ପହଞ୍ଚିଲେ କଂସ ମହାରାଜ, କହିଲେ ପି.ସି ଖାଉଛ, ରାସ୍ତାରେ ଚାଲିପାରୁନି…

ମଥୁରାନଗରୀ,୨୯।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବରେ ସୋମବାର ଥିଲା ଷଷ୍ଠ ଦିବସ। ଅନ୍ୟଦିନ ଭଳି ରାଜ ମହଲରୁ ମଥୁରା ପରିଭ୍ରମଣରେ ବାହାରିଥିଲେ...

ଦିଲ୍ଲୀ ସାଧାରଣତନ୍ତ୍ର ପରେଡ୍‌ରେ ଯୋଗଦେବେ ପିପୁଲ୍ସ କଲେଜର ୨ ଛାତ୍ରୀ, ପ୍ରଥମଥର ପାଇଁ ହେଲେ ମନୋନୀତ

ବୁଗୁଡା, ୨୯।୧୨(କାଳିଚରଣଦାଶ): ବୁଗୁଡ଼ା ପିପୁଲ୍ସ କଲେଜର ଅଧ୍ୟାପକ ତଥା ଲେଫ୍ଟନାଣ୍ଟ ଅଜୟ କୁମାର ସାହୁଙ୍କ ନିଷ୍ଠାପର ଉଦ୍ୟମ ଯୋଗୁ ବୁଗୁଡା ପିପୁଲ୍ସ କଲେଜର ଦୁଇଜଣ ଏନସିସି...

ଫୁଲ ତୋଳିବାକୁ ଯାଇଥିବାବେଳେ ଘରେ ପଶିଗଲା ଚୋର, ଧରାପଡିବା ପରେ…

ଭଞ୍ଜନଗର,୨୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାଇପାସ ରୋଡ ଗିରିଧାରୀ ସ୍ବାଇଁଙ୍କ ଘରୁ ସୋମବାର ପ୍ରତ୍ୟୁଷରେ ଜଣେ ଦୁର୍ବୃତ୍ତ ପଶି ସୁନା ଅଳଙ୍କାର ଓ ନଗଦ...

ଭାରତ ସରକାରଙ୍କ ବଡ଼ ନିଷ୍ପତ୍ତି: ୭୯,୦୦୦ କୋଟି ଟଙ୍କାର ସାମରିକ ଉପକରଣ କିଣିବାକୁ ମଞ୍ଜୁରୀ

ନୂଆଦିଲ୍ଲୀ ,୨୯।୧୨: ଶକ୍ତିଶାଳୀ ହେବ ଭାରତୀୟ ସେନା। ନାଲି ଆଖି ଦେଖାଇଲେ ମିସାଇଲ ମାଡ଼ କରିବ ଭାରତ। ଦେଶର ପ୍ରତିରକ୍ଷା କ୍ଷମତାକୁ ଅଧିକ ସୁଦୃଢ଼ କରିବା...

ଘରକୁ ଫେରୁଥିବାବେଳେ ଭାରସାମ୍ୟ ହରାଇ ଗଛରେ ପିଟିହେଲା ବାଇକ, ତା’ପରେ…

ଲାଞ୍ଜିଗଡ଼,୨୯।୧୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ଥାନା ଅନ୍ତର୍ଗତ ଲାଞ୍ଜିଗଡ ଆଶ୍ରମପଡା ନିକଟରେ ଏକ ବାଇକ ଗଛରେ ପିଟିହୋଇ ଦୁର୍ଘଟଣା ଘଟିଥିବାବେଳେ ଏଥିରେ ଜଣେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri