ସହଯୋଗ ଲାଗି କେନ୍ଦ୍ର ପ୍ରସ୍ତୁତ

ଭୁବନେଶ୍ୱର, ୨୫।୫(ବ୍ୟୁରୋ): ‘ୟାସ୍‌’ ବାତ୍ୟା ଦ୍ୱାରା ଓଡ଼ିଶାରେ ପ୍ରଭାବିତ ହେବାକୁ ଥିବା ଜିଲାଗୁଡ଼ିକ ସମ୍ପର୍କରେ କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କୁ ଅବଗତ କରିବା ସହିତ ବାତ୍ୟା ସହ ଜଡ଼ିତ ବିଭିନ୍ନ ବିଷୟରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଆଲୋଚନା କରିଛନ୍ତି। କେନ୍ଦ୍ର ସରକାର ଏହି ବିପତ୍ତି ସମୟରେ ଓଡ଼ିଶା ସାଙ୍ଗରେ ଅଛନ୍ତି ଏବଂ ସମସ୍ତ ପ୍ରକାର ସମ୍ଭାବ୍ୟ ସହାୟତା ଏବଂ ସମ୍ପୂର୍ଣ୍ଣ ସହଯୋଗ ପାଇଁ ପ୍ରସ୍ତୁତ ବୋଲି ସ୍ବରାଷ୍ଟ୍ର ମନ୍ତ୍ରୀ ପ୍ରତିଶ୍ରୁତି ଦେଇଥିବା ଧର୍ମେନ୍ଦ୍ର ଟୁଇଟ୍‌ କରି କରିଛନ୍ତି। ଏଭଳି ପ୍ରାକୃତିକ ବିପର୍ଯ୍ୟୟ ସମୟରେ ଓଡ଼ିଶାର ଭଉଣୀ, ଭାଇ ଓ ଗୁରୁଜନମାନେ ପ୍ରଶାସନ ଦ୍ୱାରା ଜାରି କରାଯାଇଥିବା ସତର୍କତା ସୂଚନାକୁ ମାନିବା ପାଇଁ ଧର୍ମେନ୍ଦ୍ର ପରାମର୍ଶ ଦେଇଛନ୍ତି। ବାତ୍ୟା ‘ୟାସ୍‌’ ପ୍ରଭାବରେ କାହାର କିଛି କ୍ଷତି ନ ହେଉ, ଏହା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ନିକଟରେ ପ୍ରାର୍ଥନା ବୋଲି ଧର୍ମେନ୍ଦ୍ର କହିଛନ୍ତି। ସେହିପରି ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି. ନଡ୍ଡାଙ୍କ ଅଧ୍ୟକ୍ଷତାରେ ବାତ୍ୟା ୟାସ୍‌ ଦ୍ୱାରା ପ୍ରଭାବିତ ହେବାକୁ ଥିବା ୫ଟି ରାଜ୍ୟର ପ୍ରତିନିଧିମାନଙ୍କ ସହ ଆଲୋଚନା କରିଛନ୍ତି। ସ୍ଥାନୀୟ ପ୍ରଶାସନ ଏବଂ ସରକାରଙ୍କ ସହ ମିଳିତ ସହଯୋଗରେ କାମ କରିବା ପାଇଁ ସେ ଆହ୍ବାନ ଦେଇଛନ୍ତି। କେନ୍ଦ୍ର ସରକାରଙ୍କୁ ପକ୍ଷରୁ ନିଆଯାଇଥିବା ପଦକ୍ଷେପ ସମ୍ପର୍କରେ ଆଲୋଚନା କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କରୋନା ମୁକାବିଲା ନେଇ ଫୋନ୍‌ ମାଧ୍ୟମରେ ମୁଖ୍ୟମନ୍ତ୍ରୀ-ପ୍ରଧାନମନ୍ତ୍ରୀଙ୍କ ଆଲୋଚନା: ରଥଯାତ୍ରା ନେଇ ବି ହେଲା ଆଲୋଚନା

ଭୁବନେଶ୍ୱର, ୨୪।୪(ବ୍ୟୁରୋ): କରୋନା ସ୍ଥିତିକୁ ନେଇ ଶୁକ୍ରବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ମଧ୍ୟରେ ଆଲୋଚନା ହୋଇଛି। ଉଭୟ ଫୋନ୍‌ ମାଧ୍ୟମରେ...

ପୁଣି କଡ଼ାକଡ଼ି ହେବ କୋଭିଡ୍‌ ନିୟମ

ଭୁବନେଶ୍ୱର,୨୦।୨(ବ୍ୟୁରୋ): ଓଡ଼ିଶାରେ ପୁଣି କଡ଼ାକଡ଼ି ହେବ କୋଭିଡ୍‌ ନିୟମ। ମହାରାଷ୍ଟ୍ରରେ କରୋନା ସଂକ୍ରମଣ ବଢ଼ିବା ସହ ଲକ୍‌ଡାଉନ୍‌ ସ୍ଥିତି ଉପୁଜିବା ପରେ ଓଡ଼ିଶାରେ ମଧ୍ୟ ଛନକା...

ଶୋଚନୀୟ ଅବସ୍ଥାରେ ଏମ୍ପ୍ଲୟମେଣ୍ଟ ଏକ୍ସଚେଞ୍ଜ: ୫୫ ବର୍ଷ ହେଲା ଚାଲିଛି ଭଡ଼ାଘରେ

ତାଳଚେର,୧୮ା୯(ନି.ପ୍ର.)-ତାଳଚେର ବଲଣ୍ଡାଠାରେ ଥିବା ରାଜ୍ୟ ସରକାରଙ୍କ ସ୍ବତନ୍ତ୍ର ନିୟୋଜନ କାର୍ଯ୍ୟାଳୟ (ସ୍ପେଶିଆଲ ଏମ୍ପ୍ଲୟମେଣ୍ଟ ଏକ୍ସଚେଞ୍ଜ ଅଫିସ) ଅବସ୍ଥା ଶୋଚନୀୟ ହୋଇପଡ଼ିଛି। ଦୀର୍ଘ ୫୫ ବର୍ଷ ହେଲା...

ଭାଇଜାନଙ୍କ ଫିଲ୍ମ ‘ରାଧେ’ରେ ଓଡ଼ିଆ ଅଭିନେତା ରାମ ସିର୍କା

କେନ୍ଦୁଝର, ୨୫ା୩ : ଇଛା ଥିଲେ ହାସଲ କରିହେବ ସବୁ କିଛି। ଏହାକୁ ପ୍ରମାଣ କରି ଦେଖାଇଛନ୍ତି ବଲିଉଡ୍‌ରେ ପରିଚୟ ସୃଷ୍ଟି କରିଥିବା ଆଦିବାସୀ ଯୁବକ...

ବଦଳିଲା ସ୍କୁଲ ମିଶ୍ରଣ ନିଷ୍ପତ୍ତି

ଭୁବନେଶ୍ୱର,୨୨।୧୧(ବ୍ୟୁରୋ)- ବିଧାନସଭାରେ ଲଗାତର ୩ଦିନ ସ୍କୁଲ ବନ୍ଦ ଏବଂ ମିଶ୍ରଣ ପ୍ରସଙ୍ଗରେ ହୋହାଲା ପରେ ରବିବାର ରାଜ୍ୟ ସରକାର ତାଙ୍କର ନିଷ୍ପତ୍ତି ବଦଳାଇଛନ୍ତି। ୨୫ନୁହେଁ ଏଣିକି...

ସ୍ନାନଯାତ୍ରା ଲାଗି ବଡ଼ଦାଣ୍ଡରେ ୧୪୪ ଧାରା

ପୁରୀ ଅଫିସ,୨।୬: ଆସନ୍ତା ୫ ତାରିଖରେ ଅନୁଷ୍ଠିତ ହେବ ସ୍ନାନଯାତ୍ରା। କରୋନା ଲାଗି ଏଥର ବିଭିନ୍ନ କଟକଣା ମଧ୍ୟରେ ମହାପ୍ରଭୁ ସ୍ନାନମଣ୍ଡପରେ କରିବେ ପ୍ରତ୍ୟକ୍ଷ ସ୍ନାନ...

ରାଜଧାନୀରେ ଶତାଧିକ ଚାଷୀ ଗିରଫ

ଭୁବନେଶ୍ୱର,୪ା୨(ବ୍ୟୁରୋ) : ନୟାଗଡ଼ ଚିନିକଳକୁ ପୁନଃ କାର୍ଯ୍ୟକ୍ଷମ ଓ ଚାଷୀଙ୍କ ବକେୟା ପ୍ରଦାନ ଦାବିରେ ଗତ ୩୦ତାରିଖରୁ ଆରମ୍ଭ ହୋଇଥିବା ବିଶାଳ ପଦଯାତ୍ରା ସୋମବାର ରାଜଧାନୀ...

୪୬୪.୭୨ କୋଟିର ୪ ପ୍ରକଳ୍ପ ଅନୁମୋଦିତ

ଭୁବନେଶ୍ୱର,୧୮ା୧୧(ବ୍ୟୁରୋ): ରାଜ୍ୟରେ କୋଭିଡ୍‌-୧୯ ମହାମାରୀ ସତ୍ତ୍ୱେ ଶିଳ୍ପ କ୍ଷେତ୍ରକୁ ଅଗ୍ରାଧିକାର ଦେଉଛନ୍ତି ସରକାର। ରାଜ୍ୟରେ ମେଟାଲ ଏବଂ ଖାଦ୍ୟ ପ୍ରକ୍ରିୟାକରଣ ଆଦି ୪ଟି ଶିଳ୍ପ କ୍ଷେତ୍ରରେ...

Advertisement


Archives

Model This Week