ଦେଶର ସମ୍ପତ୍ତି ଶାଗମାଛ ଦରରେ ବିକୁଛି କେନ୍ଦ୍ର: କଂଗ୍ରେସ

ଭୁବନେଶ୍ୱର,୩୧।୮(ବ୍ୟୁରୋ): ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ ନ୍ୟାଶନାଲ ମନିଟାଇଜେଶନ ପାଇପ୍‌ଲାଇନ ଯୋଜନା ସମ୍ପର୍କରେ ଚଳିତ ମାସ ୨୩ ତାରିଖରେ ଘୋଷଣା କରିଥିଲେ। ଏଥିରେ ରାଜପଥ, ବନ୍ଦର, ବିମାନ ବନ୍ଦର, ରେଳପଥ, ଖଣି, ବିଦ୍ୟୁତ୍‌ ସରବରାହ ବ୍ୟବସ୍ଥା, ଷ୍ଟାଡିୟମ, ପାନ୍ଥନିବାସ ଭଳି ଅନେକ ସରକାରୀ ଉଦ୍ୟୋଗ ତଥା ପ୍ରକଳ୍ପଗୁଡିକୁ ସାମିଲ କରାଯାଇଛି। ଏ ବାବଦରେ କେନ୍ଦ୍ର ସରକାର ଆଗାମୀ ୪ ବର୍ଷ ମଧ୍ୟରେ ୬ ଲକ୍ଷ କୋଟି ଟଙ୍କା ପାଇବା ପାଇଁ ଲକ୍ଷ୍ୟ ରଖିଛନ୍ତି। ମୋଦି ସରକାର ଦେଶର ବିକାଶ ନାଁରେ ଗୁଡ଼ାଏ ମିଛ ବିକ୍ରି ପରେ ଏବେ ଦେଶର ସମ୍ପତ୍ତି ବିକ୍ରି ଆରମ୍ଭ କରିଛନ୍ତି ବୋଲି ରାଜ୍ୟ କଂଗ୍ରେସ ଅଭିଯୋଗ ଆଣିଛି। ସୋମବାର ରାଜ୍ୟ କଂଗ୍ରେସ କାର୍ଯ୍ୟାଳୟରେ ଆୟୋଜିତ ଖବରଦାତା ସମ୍ମିଳନୀରେ ବରିଷ୍ଠ କଂଗ୍ରେସ ନେତା ପଞ୍ଚାନନ କାନୁନ୍‌ଗୋ ଏ ନେଇ ଅଭିଯୋଗ ଆଣିବା ସହ କଡ଼ା ସମାଲୋଚନା କରି କହିଛନ୍ତି, ବିଗତ ୭ବର୍ଷ ମଧ୍ୟରେ ଦେଶରେ କେବଳ ଅର୍ଥନୀତି ବିନାଶ ପ୍ରକ୍ରିୟା ସୃଷ୍ଟି ହୋଇଛି। ୭୦ବର୍ଷର ସମ୍ପତ୍ତିକୁ କେନ୍ଦ୍ର ସରକାର ଶାଗମାଛ ଦରରେ ବିକ୍ରି କରୁଛନ୍ତି। ଯେତେବେଳେ କେନ୍ଦ୍ର ଅର୍ଥମନ୍ତ୍ରୀ ମାସକୁ ଜିଏସ୍‌ଟି ବାବଦରେ ୧ଲକ୍ଷ କୋଟି ଟଙ୍କା ଆଦାୟ ହେଉଥିବା ଦାବି କରୁଛନ୍ତି, ସେତେବେଳେ ମାତ୍ର କେଇ ମାସର ଜିଏସ୍‌ଟି ଆଦାୟ ସହ ସମାନ ଅର୍ଥ ବଦଳରେ ଦେଶର ଏତେଗୁଡିଏ ସମ୍ପତ୍ତି ବିକିବା କେତେଦୂର ଯଥାର୍ଥ। କେନ୍ଦ୍ର ସରକାର ଏହି ନିଷ୍ପତ୍ତିକୁ ତୁରନ୍ତ ପ୍ରତ୍ୟାହାର କରିବା ପାଇଁ କଂଗ୍ରେସ ଦାବି କରିଛି। ଅପରପକ୍ଷରେ ଦେଶର ଅର୍ଥନୀତିରେ ସୃଷ୍ଟି ହୋଇଥିବା ଅସ୍ଥିରତା ପାଇଁ ସେ କେନ୍ଦ୍ର ସରକାରଙ୍କୁ ଦାୟୀ କରିଛନ୍ତି। କେନ୍ଦ୍ରର ତ୍ରୁଟିପୂର୍ଣ୍ଣ ନୀତି ଯୋଗୁ ଦେଶର ଅଭିବୃଦ୍ଧି ହାର ୪ ପ୍ରତିଶତ ରହିଛି। ଏଥିପାଇଁ କରୋନାକୁ ଦାୟୀ କରିବା ଠିକ୍‌ ନୁହେଁ ବୋଲି କାନୁନ୍‌ଗୋ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?