Posted inUncategorized

ସମଲିଙ୍ଗୀ ବିବାହକୁ କେନ୍ଦ୍ରର ବିରୋଧ

ନୂଆଦିଲ୍ଲୀ, ୨୬।୨(ପି.ଟି.):ସ୍ବତନ୍ତ୍ର ବିବାହ ଆଇନ ଅଧୀନରେ ସମଲିଙ୍ଗୀ ବିବାହକୁ ସ୍ବୀକୃତି ଦେବା ପାଇଁ ହୋଇଥିବା ଆବେଦନକୁ କେନ୍ଦ୍ର ସରକାର ବିରୋଧ କରିଛନ୍ତି। କେବଳ ପୁରୁଷ ଓ ମହିଳାଙ୍କ ମଧ୍ୟରେ ବିବାହକୁ ଆଇନ ସ୍ବୀକୃତି ଦେଇଥାଏ ବୋଲି ଦିଲ୍ଲୀ ହାଇକୋର୍ଟରେ ସତ୍ୟପାଠ ଦାଖଲ କରି ସରକାର କହିଛନ୍ତି। ପର୍ସନାଲ ଲ’ରେ କେବଳ ବିଷମଲିଙ୍ଗୀ ବିବାହକୁ ସ୍ବୀକୃତି ଦିଆଯାଇଛି। ତେଣୁ ଏଥିରେ ହସ୍ତକ୍ଷେପ କରିବା ବରବାଦ କରିଦେବ ବୋଲି ସରକାର କହିଥିଲେ। ବିବାହ କେବଳ ଏକ ଘରୋଇ ଅବଧାରଣା ନୁହେଁ ବରଂ ସାମାଜିକ ଭାବେ ସ୍ବୀକୃତ ଅନୁଷ୍ଠାନ ବୋଲି ସରକାରଙ୍କ ପକ୍ଷରୁ କୁହାଯାଇଥିଲା। ଭାରତୀୟ ଦଣ୍ଡ ସଂହିତା (ଆଇପିସି)ର ଧାରା ୩୭୭କୁ ଅପରାଧମୁକ୍ତ କରାଯାଇଥିଲେ ମଧ୍ୟ ଆବେଦନକାରୀ ସମଲିଙ୍ଗୀ ବିବାହକୁ ମୌଳିକ ଅଧିକାର ଭାବେ ଦାବି କରିପାରିବେ ନାହିଁ ବୋଲି ସତ୍ୟପାଠରେ କୁହାଯାଇଛି। ୩୭୭କୁ ଅପରାଧମୁକ୍ତ କରାଯିବା କେବଳ ବ୍ୟକ୍ତିର ଗୋପନୀୟତା ଅଧିକାର ମଧ୍ୟରେ ସୀମିତ। ସମଲିଙ୍ଗୀ ବିବାହକୁ ସ୍ବୀକୃତି ଦେଇ ଏହାକୁ ସର୍ବସାଧାରଣ ଅଧିକାର କରାଯାଇପାରିବ ନାହିଁ।
ସ୍ବତନ୍ତ୍ର ବିବାହ ଆଇନରେ ଲିଙ୍ଗଗତ ନିର୍ବିଶେଷରେ ଦୁଇଜଣଙ୍କ ମଧ୍ୟରେ ବିବାହକୁ ବୈଧ ଘୋଷଣା କରିବା ଲାଗି ଗେ ଏବଂ ଲେସ୍‌ବିଆନ୍‌ ସମ୍ପ୍ରଦାୟର ୪ ଜଣ ଦିଲ୍ଲୀ ହାଇକୋର୍ଟରେ ଆବେଦନ କରିଥିଲେ। ଏହା ପୂର୍ବରୁ ମଧ୍ୟ ହାଇକୋର୍ଟରେ ୩ଟି ପିଟିଶନ ବିଚାରାଧୀନ ଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ୪ ନଦୀରେ ପାଣି ନାହିଁ

ନୂଆଦିଲ୍ଲୀ,୮ା୪:ଦକ୍ଷିଣ ଓଡ଼ିଶାରେ ପ୍ରବାହିତ ୪ଟି ନଦୀ ଏବେ ଶୁଖିଲା ପଡ଼ିଥିବା କେନ୍ଦ୍ରୀୟ ଜଳ ଆୟୋଗ (ସିଡବ୍ଲ୍ୟୁସି)ଙ୍କ ତଥ୍ୟରୁ ଜଣାପଡ଼ିଛି। ଗ୍ରୀଷ୍ମ ଆରମ୍ଭରୁ ରାଜ୍ୟରେ ତାପମାତ୍ରା ଅସହ୍ୟ...

ଚଳିତ ଆର୍ଥିକବର୍ଷର କାରବାର ଶେଷ, ସେନ୍‌ସେକ୍ସ ୭୪,୦୦୦ ନିକଟବର୍ତ୍ତୀ

ନୂଆଦିଲ୍ଲୀ,୨୯।୩: ଚଳିତ ଆର୍ଥିକ ବର୍ଷର ଅବଧି ଶେଷ ପୂର୍ବରୁ ଘରୋଇ ଶେୟାର ବଜାରର କାରବାର ଗୁରୁବାର ଶେଷ ହୋଇଛି। ବିଶେଷକରି ୨୦୨୩-୨୪ ଆର୍ଥିକ ବର୍ଷ (...

କେଜରିଓ୍ବାଲ କିଙ୍ଗପିନ, ସିସୋଡିଆ ମୁଖ୍ୟ ଷଡଯନ୍ତ୍ରକାରୀ: ଇଡି

ନୂଆଦିଲ୍ଲୀ,୨୨।୩: ଦିଲ୍ଲୀ ମଦ ଦୁର୍ନୀତି ମାମଲାରେ ଗୁରୁବାର (୨୧ ମାର୍ଚ୍ଚ ୨୦୨୪) ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲଙ୍କୁ ଏନଫୋର୍ସମେଣ୍ଟ ନିର୍ଦ୍ଦେଶାଳୟ (ଇଡି) ଗିରଫ କରିଛି। ମଦ ନୀତିରେ...

୨୦ ଲକ୍ଷ ଟଙ୍କା ହଡ଼ପ କରିନେଲେ ବିଇଓ

ଦାରିଙ୍ଗବାଡି,୨୦।୩(ଅରୁଣ ସାହୁ): ଶିକ୍ଷକ ନ୍ୟାଶନାଲ ପେନସନ ସିଷ୍ଟମର ୨୦ ଲକ୍ଷ ହଡପ କରି ବିଇଓ ରସାନନ୍ଦ କର ଏବେ ଭିଜିଲାନ୍ସ ମାମଲାରେ ଛନ୍ଦି ହୋଇଯାଇଛନ୍ତି। ଦାରିଙ୍ଗବାଡି...

ନିଜେ ନିଜର ମଜା ଉଡାଇଲେ ଅଶ୍ୱିନ, କହିଲେ-ଏତେ ବର୍ଷ ପରେ ବି ସୁଧାର ନାହିଁ…

ନୂଆଦିଲ୍ଲୀ,୧୩।୩: ନିକଟରେ ଭାରତୀୟ ଟିମ୍‌ର ଷ୍ଟାର ସ୍ପିନର ରବିଚନ୍ଦ୍ରନ ଅଶ୍ୱିନ ନିଜର ୫୦୦ ଉଇକେଟ ପୂରଣ ସହ ୧୦୦ତମ ଟେଷ୍ଟ ଖେଳିବାର ଗୌରବ ହାସଲ କରିଛନ୍ତି।...

ଧର୍ମଶାଳାରେ ଡେବ୍ୟୁ କରିବେ ୮ ଖେଳାଳି 

ନୂଆଦିଲ୍ଲୀ,୫।୩: ଧର୍ମଶାଳାର ଏଚ୍‌ପିସିଏ ଷ୍ଟାଡିୟମରେ ମାର୍ଚ୍ଚ ୭ରୁ ଭାରତ-ଇଂଲଣ୍ଡ ମଧ୍ୟରେ ୫ ମ୍ୟାଚ୍‌ ବିଶିଷ୍ଟ ଟେଷ୍ଟ ସିରିଜର ଅନ୍ତିମ ମୁକାବିଲା ଖେଲାଯିବ। ଏହି ମ୍ୟାଚ୍‌ରେ ବିଜେତା...

ପଓ୍ବନ୍‌ ସିଂଙ୍କ ପରେ ନିର୍ବାଚନରୁ ଓହରିଲେ ଉପେନ୍ଦ୍ର ସିଂ ରାଓ୍ବତ୍‌

ନୂଆଦିଲ୍ଲୀ,୪।୩ : ଆଗାମୀ ଲୋକ ସଭା ନିର୍ବାଚନ ପାଇଁ ଭାଜପା ୧୯୫ ପ୍ରାର୍ଥୀଙ୍କ ତାଲିକା ଘୋଷଣା କରିବାର ଦୁଇଦିନ ମଧ୍ୟରେ ୨ ଜଣ ପ୍ରାର୍ଥୀ ନିର୍ବାଚନ...

ଭାଜପା-ବିଜେଡି ବାହାଘର

ଛେଣ୍ଡିପଦା,୩।୩ (ଅଜିତ ଧଳ): ଅନୁଗୋଳ ଜିଲା ଛେଣ୍ଡିପଦା ବ୍ଲକ କୋଶଳାସ୍ଥିତ ମା’ ରାମଚଣ୍ଡୀଙ୍କ ପୀଠ ସମ୍ମୁଖରେ ବ୍ଲକ କଂଗ୍ରେସ ପକ୍ଷରୁ ଶନିବାର ଭାଜପା ଓ ବିଜେଡି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri