Posted inଜାତୀୟ

‘ଏକ ରାଷ୍ଟ୍ର, ଏକ ନିର୍ବାଚନ’ କାର୍ଯ୍ୟକାରୀ କରିବାକୁ ୩ ବିଲ୍‌ ଆଣିବ କେନ୍ଦ୍ର

ନୂଆଦିଲ୍ଲୀ,୨୯ା୯: ଦେଶରେ ଏକସଙ୍ଗେ ଲୋକ ସଭା ଏବଂ ବିଧାନସଭା ନିର୍ବାଚନ କରାଇବା ପାଇଁ ‘ଓ୍ବାନ୍‌ ନେଶନ ଓ୍ବାନ୍‌ ଇଲେକ୍‌ଶନ’ ଯୋଜନା କାର୍ଯ୍ୟକାରୀ କରିବାକୁ କେନ୍ଦ୍ର ସରକାର ୩ଟି ବିଲ୍‌ ଆଣିବା ନିମନ୍ତେ ବିଚାର କରୁଛନ୍ତି। ଏଥିପାଇଁ ୨ଟି ସମ୍ବିଧାନ ସଂଶୋଧନ ବିଲ୍‌ ଏବଂ ଗୋଟିଏ ସାଧାରଣ ସଂଶୋଧନ ବିଲ୍‌ ଗୃହୀତ କରାଇବାକୁ ହେବ। ଏକସଙ୍ଗେ ନିର୍ବାଚନ ପାଇଁ ପୂର୍ବତନ ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କ ଅଧ୍ୟକ୍ଷତାରେ ଗଠିତ ଉଚ୍ଚସ୍ତରୀୟ କମିଟି ଚଳିତ ମାସ ଆରମ୍ଭରେ ସରକାରଙ୍କୁ ସୁପାରିସ କରିଥିଲେ। ଦେଶବ୍ୟାପୀ ସହମତ ସୃଷ୍ଟି ପଦକ୍ଷେପ ପରେ ପର୍ଯ୍ୟାୟକ୍ରମେ ଲୋକ ସଭା, ରାଜ୍ୟ ବିଧାନସଭା, ପୌରସଭା ଓ ପଞ୍ଚାୟତ ନିର୍ବାଚନ କରାଯିବ।

ଏକତ୍ର ଲୋକ ସଭା ଓ ସମସ୍ତ ରାଜ୍ୟ ବିଧାନସଭା ନିର୍ବାଚନ କରାଇବା ନିମନ୍ତେ ବ୍ୟବସ୍ଥା ପ୍ରସ୍ତୁତି ଲାଗି ସମ୍ବିଧାନ ସଂଶୋଧନ ବିଲ୍‌ ଆଣିବାକୁ ପ୍ରସ୍ତାବ ରହିଛି। ଲୋକ ସଭା ଏବଂ ରାଜ୍ୟ ବିଧାନସଭାଗୁଡ଼ିକର କାର୍ଯ୍ୟକାଳ ଶେଷ ନେଇ ଅନୁଚ୍ଛେଦ ୮୨ଏରେ ସଂଶୋଧନ କରି ଏଥିରେ ଦୁଇଟି ଉପଅନୁଚ୍ଛେଦ ଯୋଡ଼ିବାକୁ ହେବ। ଲୋକସଭାର କାର୍ଯ୍ୟକାଳ ଓ ଭଙ୍ଗ ସମ୍ପର୍କିତ ଅନୁଚ୍ଛେଦ ୮୩(୨)ରେ ନୂଆ ଉପଅନୁଚ୍ଛେଦ (୩) ଏବଂ (୪) ଯୋଡ଼ିବାକୁ ହେବ। ସେହିପରି ଏକସଙ୍ଗେ ନିର୍ବାଚନ ଲାଗି ବିଧାନସଭାଗୁଡ଼ିକୁ ଭଙ୍ଗ ପାଇଁ ଅନୁଚ୍ଛେଦ ୩୨୭ରେ ସଂଶୋଧନ ଆଣିବାକୁ ପଡ଼ିବ। ଏହି ସଂଶୋଧନ ପାଇଁ ୫୦ ପ୍ରତିଶତ ରାଜ୍ୟର ସମର୍ଥନ ଆବଶ୍ୟକ ହେବନାହିଁ ବୋଲି ସୁପାରିସରେ କୁହାଯାଇଛି।

ଅନ୍ୟପକ୍ଷରେ ରାଷ୍ଟ୍ର ବ୍ୟାପାର ସମ୍ପର୍କିତ ପ୍ରସଙ୍ଗ ଡିଲ୍‌ ପାଇଁ ଦ୍ୱିତୀୟ ସମ୍ବିଧାନ ସଂଶୋଧନରେ ଅନୂ୍ୟନ ୫୦ ପ୍ରତିଶତ ରାଜ୍ୟର ସମର୍ଥନ ଆବଶ୍ୟକ ହେବ। ସେହିପରି ପୌରସଂସ୍ଥା ଓ ପଞ୍ଚାୟତଗୁଡ଼ିକର ନିର୍ବାଚନ ପାଇଁ ରାଜ୍ୟ ନିର୍ବାଚନ ଅଧିକାରୀଙ୍କ ସହ ପରାମର୍ଶ କରି ନିର୍ବାଚନ କମିଶନ ଭୋଟର ତାଲିକା ପ୍ରସ୍ତୁତ କରିବେ। ଏଥିପାଇଁ ଉଦ୍ଦିଷ୍ଟ ସାମ୍ବିଧାନିକ ବ୍ୟବସ୍ଥାରେ ସଂଶୋଧନ ଆଣିବାକୁ ହେବ। ବିଧାନସଭା ଥିବା କେନ୍ଦ୍ରଶାସିତ ଅଞ୍ଚଳ ପଣ୍ଡିଚେରୀ, ଦିଲ୍ଲୀ ଏବଂ ଜମ୍ମୁ-କଶ୍ମୀରରେ ଏହାକୁ ଡିଲ୍‌ କରୁଥିବା ୩ଟି ଆଇନର ବ୍ୟବସ୍ଥାରେ ସଂଶୋଧନ ପାଇଁ ତୃତୀୟ ବିଲ୍‌ ଆଣିବାକୁ ହେବ ବୋଲି କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମଧ୍ୟପ୍ରାଚ୍ୟ ଯୁଦ୍ଧ: ମୋଦିଙ୍କ ଅଧ୍ୟକ୍ଷତାରେ ୩ଘଣ୍ଟା ଧରି ବସିଲା ଉଚ୍ଚସ୍ତରୀୟ ବୈଠକ, ତେଲ-ଗ୍ୟାସ ନେଇ ଦେଲେ ବଡ଼ ନିର୍ଦ୍ଦେଶ

ନୂଆଦିଲ୍ଲୀ,୨୨।୩: ମଧ୍ୟପ୍ରାଚ୍ୟରେ ବଢ଼ୁଥିବା ଉତ୍ତେଜନା ମଧ୍ୟରେ ରବିବାର ସନ୍ଧ୍ୟାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ ବୈଠକ ବସିଥିଲା । ପ୍ରଧାନମନ୍ତ୍ରୀଙ୍କ ବାସଭବନରେ ଅନୁଷ୍ଠିତ ଏହି ଉଚ୍ଚସ୍ତରୀୟ…

ଛାତିଥରା କାହାଣୀ, ପ୍ରେମିକ ସହ ମିଶି ଶାଶୁଙ୍କୁ ହତ୍ୟା କଲେ ୪୪ ବର୍ଷୀୟ ବୋହୂ

ଲକ୍ଷ୍ନୌ,୨୨।୩: ଉତ୍ତର ପ୍ରଦେଶର ରାଜଧାନୀ ଲକ୍ଷ୍ନୌରେ, ଜଣେ ୬୫ବର୍ଷୀୟା ମହିଳାଙ୍କୁ ତାଙ୍କ ନିଜ ଘର ଭିତରେ ଗଳାକାଟି ହତ୍ୟା କରାଯାଇଥିବା ନେଇ ଅଭିଯୋଗ ହୋଇଛି । ଲକ୍ଷ୍ନୌ…

ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ ଆକ୍ସନରେ ମୋଦି!

ନୂଆଦିଲ୍ଲୀ,୨୨।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ବିଶ୍ୱବ୍ୟାପୀ ଚିନ୍ତାକୁ ବୃଦ୍ଧି କରିଛି। ଗତ ୨୩ ଦିନ ଧରି ଇରାନ, ଆମେରିକା ଏବଂ ଇସ୍ରାଏଲ ମଧ୍ୟରେ ଶତ୍ରୁତା ଲାଗି ରହିଛି।…

ଇଣ୍ଡୋ-ପ୍ରଶାନ୍ତ ମହାସାଗରରେ ଧମକ ଦେଲା ଭାରତ, ଦମ୍‌ ଦେଖାଇଲା INS ନୀଳଗିରି

ନୂଆଦିଲ୍ଲୀ,୨୨।୩: ଭାରତ-ପ୍ରଶାନ୍ତ (ଇଣ୍ଡୋ-ପ୍ୟାସିଫିକ)ମହାସାଗରୀୟ କ୍ଷେତ୍ରରେ ଭାରତର ବଢୁଥିବା ଶକ୍ତି ଏବେ ସ୍ପଷ୍ଟ ଭାବରେ ଦେଖା ଗଲାଣି। ଭାରତୀୟ ନୌସେନାର ଉଚ୍ଚ-ପ୍ରଯୁକ୍ତି ଯୁଦ୍ଧଜାହାଜ, INS ନୀଳଗିରି, ଅଷ୍ଟ୍ରେଲିଆରେ ଚାଲିଥିବା…

Modi Govt Plan-B ଆକ୍ଟିଭ! ଇନ୍ଧନ ଯୋଗାଣ, ଜାହାଜ ପରିବହନ ସୁରକ୍ଷା ଉପରେ ଦୃଢ ମନୋଭାବ ପୋଷଣ କଲା ଭାରତ, ହର୍ମୁଜ ଷ୍ଟ୍ରେଟରେ କଡ଼ା ନଜର

ନୂଆଦିଲ୍ଲୀ,୨୨।୩: ଆମେରିକା, ଇସ୍ରାଏଲ ଏବଂ ଇରାନ ସହିତ ଚାଲିଥିବା ବିବାଦ ମଧ୍ୟରେ, ଶକ୍ତି ପ୍ରତିଷ୍ଠାନ ଉପରେ ଆକ୍ରମଣ ବିଶ୍ୱ ଉତ୍ତେଜନାକୁ ଏକ ଗୁରୁତର ସ୍ତରକୁ ବୃଦ୍ଧି କରିଛି।…

ଖୁସି ଖବର: ଭାରତ ପହଞ୍ଚିଲା ଆମେରିକାର LPG ଜାହାଜ, ପ୍ରଥମେ ରୁଷିଆ ତେଲ ଟ୍ୟାଙ୍କର ଆଉ ଏବେ…

ନୂଆଦିଲ୍ଲୀ,୨୨।୩: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ପରେ, ବିଶ୍ୱ ତୈଳ ସଙ୍କଟ ଆହୁରି ଘନିଷ୍ଠ ହୋଇଛି। ଇରାନର ହର୍ମୁଜ ପ୍ରଣାଳୀ ଉପରେ ପହରାଦେବା ଜାହାଜଗୁଡ଼ିକୁ ସମୁଦ୍ରରେ ରହିବାକୁ ବାଧ୍ୟ କରିଛି।…

ବଢିବ କି ପେଟ୍ରୋଲ-ଡିଜେଲ ମୂଲ୍ୟ? କେନ୍ଦ୍ର ସରକାର ଦେଲେ ବଡ଼ ସୂଚନା

ନୂଆଦିଲ୍ଲୀ,୨୨।୩: ମଧ୍ୟପ୍ରାଚ୍ୟ ଯୁଦ୍ଧ ମଧ୍ୟରେ, ହର୍ମୁଜ ପ୍ରଣାଳୀକୁ ନେଇ ଉତ୍ତେଜନା ବୃଦ୍ଧି ପାଇଛି। ହର୍ମୁଜ ପ୍ରଣାଳୀ ସମ୍ପୂର୍ଣ୍ଣ ବନ୍ଦ ହୋଇପାରେ ବୋଲି ଆଲୋଚନା ହେଉଛି। ଏହା ଭବିଷ୍ୟତରେ…

ଭାରତୀୟ ରାଜନୀତିରେ ଇତିହାସ ସୃଷ୍ଟି କଲେ ପ୍ରଧାନମନ୍ତ୍ରୀ ମୋଦି, ନିଜ ନାଁରେ କଲେ ଆଉ ଏକ ରେକର୍ଡ

ନୂଆଦିଲ୍ଲୀ,୨୨।୩: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ଭାରତୀୟ ରାଜନୀତିରେ ଇତିହାସ ସୃଷ୍ଟି କରିଛନ୍ତି। ମୋଦି ଗୁଜରାଟର ମୁଖ୍ୟମନ୍ତ୍ରୀ ଏବଂ ପ୍ରଧାନମନ୍ତ୍ରୀ ଭାବରେ ତାଙ୍କର କାର୍ଯ୍ୟକାଳକୁ ମିଶାଇ ମୋଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri