୬୬ କୋଟି ଟିକା କିଣିବ କେନ୍ଦ୍ର

ନୂଆଦିଲ୍ଲୀ,୧୮।୭ : କୋଭିଡ ସଂକମଣରୁ ଦେଶବାସୀଙ୍କୁ ସୁରକ୍ଷା ପ୍ରଦାନ ଲାଗି କେନ୍ଦ୍ର ସରକାର ଟିକାକରଣକୁ ଗୁରୁତ୍ୱ ଦେଇଛନ୍ତି। ୨୦୨୨-୨୩ ଆର୍ଥିକ ବର୍ଷ ପୂର୍ବରୁ ଅଧିକାଂଶ ଲୋକଙ୍କୁ ଟିକା ପ୍ରଦାନ ପାଇଁ ଶନିବାର ଉଭୟ ସେରମ ଓ ଭାରତ ବାୟୋଟେକକୁ ଅର୍ଡର ଦେଇଛନ୍ତି। କେନ୍ଦ୍ର ସରକାର ପ୍ରାୟ ୧୪ ହଜାର ୫୦୫ କୋଟି ଟଙ୍କାର ୬୬ କୋଟି ଡୋଜ୍‌ ଟିକା ପାଇଁ ବରାଦ ଦେଇଛନ୍ତି। ଉଭୟ କୋଭାକ୍ସିନ ଓ କୋଭିସିଲଡ୍‌ ଟିକା ପାଇଁ ଏହି ଅର୍ଡର ଦିଆଯାଇଛି। ତେବେ ୬୬ କୋଟି ଡୋଜ୍‌ କ୍ରୟ ପାଇଁ ମୂଲ୍ୟ ସଂଶୋଧନ କରାଯାଇଛି। ଟିକସକୁ ବାଦ ଦେଇ କୋଭିସିଲ୍ଡକୁ ୨୦୫ ଟଙ୍କା ଓ କୋଭାକ୍ସିନକୁ ୨୧୫ ଟଙ୍କାରେ କିଣାଯିବ ବୋଲି ଜଣାପଡିଛି। ସେରମ୍‌ ଇନଷ୍ଟିଚ୍ୟୁଟ୍‌ ଅଫ୍‌ ଇଣ୍ଡିଆରୁ ୩୭.୫ କୋଟି କୋଭିସିଲ୍ଡ ଡୋଜ ଏବଂ ଭାରତ ବାୟୋଟେକରୁ ୨୮.୫ କୋଟି କୋଭାକ୍ସିନ ଡୋଜ ଅଗଷ୍ଟରୁ ଡିସେମ୍ବର ସୁଦ୍ଧା କ୍ରୟ କରାଯିବ ବୋଲି ସୂଚନା ମିଳିଛି। ଏ ନେଇ କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଣାଳୟ ଉଭୟ ଡୋଜ ୧୫୦ଟଙ୍କାରେ କ୍ରୟ କରୁଥିବା ବେଳେ ନୂତନ କରୋନା ଟିକା କ୍ରୟ ନୀତି ଜୁନ୍‌ ୨୧ରୁ ଲାଗୁ ହେବା ପରେ ଏହାର ମୂଲ୍ୟ ସଂଶୋଧନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମହେନ୍ଦ୍ରଗିରିରେ ନିଖୋଜ ପର୍ଯ୍ୟଟକଙ୍କ ମୃତଦେହ ମିଳିଲା, ୩ ସାଙ୍ଗଙ୍କ ସହ ବୁଲିବାକୁ ଯାଇ…

ପାରଳାଖେମୁଣ୍ଡି,୬ା୪(ଗିରିଧାରୀ ପରିଚ୍ଛା): ମହେନ୍ଦ୍ରଗିରିରେ ନିଖୋଜ ଥିବା ପର୍ଯ୍ୟଟକଙ୍କ ମୃତଦେହ ସୋମବାର ସକାଳେ ଉଦ୍ଧାର ହୋଇଛି। ଗତକାଲି କାଳବୈଶାଖୀ ପ୍ରଭାବରେ ବିନୋଦ ଚନ୍ଦ୍ର ଜେନା ନାମକ ଜଣେ ବ୍ୟକ୍ତି…

ଗୋଠଛଡ଼ା ଦନ୍ତାର ଉପଦ୍ରବ, ଦୁଇ ଘର ଭାଙ୍ଗି…..

କେନ୍ଦୁଝର,୫।୪(ନରେଶ ଚନ୍ଦ୍ର ପଟ୍ଟନାୟକ): ଚମ୍ପୁଆ ରେଞ୍ଜ ଅନ୍ତର୍ଗତ କଟୁପଶି ଗ୍ରାମରେ ଗୋଠଛଡା ଦନ୍ତାର ଉପଦ୍ରବ । ଗୋଠଛଡା ଦନ୍ତା ଆକ୍ରମଣରେ ଦୁଇ ଜଣଙ୍କ ଘର ଭାଙ୍ଗିଛି ।…

ଭାରତକୁ ସାହାଯ୍ୟ ମାଗିଲା ଇରାନ, ଏହି ବ୍ୟକ୍ତି ବଢାଇଲେ ଏମିତି ସହଯୋଗର ହାତ ସବୁଠି ହେଉଛି ଚର୍ଚ୍ଚା

ନୂଆଦିଲ୍ଲୀ,୬।୪: ଆମେରିକା, ଇସ୍ରାଏଲ ଏବଂ ଇରାନ ମଧ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଭାରତ ସାରା ବିଭିନ୍ନ ରାଜ୍ୟର ଲୋକମାନେ ଯୁଦ୍ଧ ଦ୍ୱାରା ପ୍ରଭାବିତ ଇରାନୀ ନାଗରିକମାନଙ୍କୁ ସହାୟତା…

ପରିବେଶ ନିୟମ ଉଲ୍ଲଂଘନ, ସିପିସିବି ନିର୍ଦ୍ଦେଶରେ ରେଙ୍ଗାଲି ଶ୍ୟାମ ମେଟାଲିକ୍ସ ସିଲ୍

ସମ୍ବଲପୁର/ରେଙ୍ଗାଲି,୬୲୪(ପ୍ରମୋଦ ବହିଦାର/ଦେବବ୍ରତ ପଣ୍ଡା): ସମ୍ବଲପୁର ଜିଲା ରେଙ୍ଗାଲି ବ୍ଲକ ପାଣ୍ଡଲୋଇ ସ୍ଥିତ ଶ୍ୟାମ ମେଟାଲିକ୍ସ ଏଣ୍ଡ ଏନର୍ଜି ଲିମିଟେଡ ବିରୋଧରେ କେନ୍ଦ୍ରୀୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ (ସିପିସିବି)…

ଧମାକାଦାର ଇନିଂସ ସହିତ ରେକର୍ଡ କଲେ ସରଫରାଜ

ନୂଆଦିଲ୍ଲୀ,୬।୪: ଇଣ୍ଡିଆନ ପ୍ରିମିୟର ଲିଗ ର 2026 ସଂସ୍କରଣରେ, ଚେନ୍ନାଇ ସୁପର କିଙ୍ଗସ ଲଗାତାର ତିନୋଟି ପରାଜୟ ବରଣ କରିଛି। ଏମ. ଚିନ୍ନାସ୍ବାମୀ ଷ୍ଟାଡିୟମରେ ଖେଳାଯାଇଥିବା ଏକ…

ଖାଦ୍ୟ ଯୋଗାଣ ବିଭାଗର ବଡ଼ ଘୋଷଣା, ୫ କେଜି ଗ୍ୟାସ୍ କିଣିବାକୁ ହେଲେ…

ଭୁବନେଶ୍ବର,୬।୪: ରାଜ୍ୟରେ ଗ୍ୟାସ୍ ସଙ୍କଟକୁ ନେଇ ଚିନ୍ତାରେ ରହିଛନ୍ତି ଖାଉଟି । ଏହାରି ଭିତରେ  ୫ କେଜି ଗ୍ୟାସ୍ ବିକ୍ରିକୁ ନେଇ ସ୍ପଷ୍ଟୀକରଣ ଦେଇଛନ୍ତି ଖାଦ୍ୟ ଯୋଗାଣ…

ଦୁଇ ପ୍ରକାର କଥା କହୁଛନ୍ତି ଟ୍ରମ୍ପ, ଗୋଟିଏ ପଟେ ଆକ୍ରମଣର ଚେତାବନୀ, ଅନ୍ୟପଟେ ଚୁକ୍ତି କଥା ବି ଉଠାଇଛନ୍ତି

ଓ୍ବାଶିଂଟନ,୬।୪: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ ଉପରେ ଆକ୍ରମଣ ପାଇଁ ସମୟ ସୀମାକୁ – ହରମୁଜ ପ୍ରଣାଳୀକୁ ପୁନଃ ଖୋଲିବା ସମ୍ପର୍କରେ – ଆହୁରି ୨୪…

ସଂସ୍ଥା ପ୍ରତି ନିଷ୍ଠା,ଏକାଗ୍ରତା ଜରୁରୀ: କରିମ୍‌ କବିରୁଦ୍ଦିନ

କଟକଠାରେ ପ୍ରତିଷ୍ଠିତ ହେଲ୍‌ଥ ଫୁଡ୍‌ ପ୍ରଡକ୍ଟ ପ୍ରା. ଲିଃ.ର ଏକ୍‌ଜିକ୍ୟୁଟିଭ ଡାଇରେକ୍ଟର କରିମ୍‌ କବିରୁଦ୍ଦିନ ଓଡ଼ିଶାର ଅନେକ ପରିବାରକୁ ରୋଜଗାରକ୍ଷମ କରି ବେକାର ସମସ୍ୟାର ସମାଧାନ କରିବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri