ଜିଏସ୍‌ଟି କ୍ଷତିପୂରଣ ଦେବ କେନ୍ଦ୍ର

ନୂଆଦିଲ୍ଲୀ,୨୦।୯: ସାମଗ୍ରୀ ଓ ସେବା ଟିକସ( ଜିଏସ୍‌ଟି) କ୍ଷତିପୂରଣ ପ୍ରଦାନ ନେଇ କେନ୍ଦ୍ରର ଉତ୍ତରଦାୟିତ୍ୱ ରହିଛି। ଏହାକୁ ସରକାର ଅଗ୍ରାହ୍ୟ କରିନାହାନ୍ତି। ଏ ପ୍ରସଙ୍ଗରେ ଜିଏସ୍‌ଟି ପରିଷଦ ବୈଠକରେ ଆଲୋଚନା କରାଯିବ ବୋଲି କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ ଶନିବାର ସ୍ପଷ୍ଟୀକରଣ ପ୍ରଦାନ କରିଛନ୍ତି। ଅତିରିକ୍ତ ଖର୍ଚ୍ଚଦାବି ଆଲୋଚନା ବେଳେ ସୀତାରାମନ କହିଛନ୍ତି, ‘ଆକ୍ଟ ଅଫ୍‌ ଗଡ୍‌’ ସମ୍ପର୍କରେ ସେ ଯେଉଁ ମନ୍ତବ୍ୟ ଦେଇଥିଲେ ବିରୋଧୀ ତା’ର ଭିନ୍ନ ଅର୍ଥ ବାହାର କରିବାକୁ ଚେଷ୍ଟା କରିଛନ୍ତି। ରାଜ୍ୟଗୁଡିକର ସ୍ବାର୍ଥ ରକ୍ଷା କରିବା ଲାଗି କେନ୍ଦ୍ର ସରକାର ବିଭିନ୍ନ ପଦକ୍ଷେପ ଗ୍ରହଣ କରିଛନ୍ତି। ଦେଶର ବିଦେଶୀ ମୁଦ୍ରାଭଣ୍ଡାର ୫୩୭ ବିଲିୟନ ଡଲାରକୁ ବୃଦ୍ଧି ଘଟିଛି। ୧୯ ମାସର ଆମଦାନୀକୁ ଭରଣା କରିବା ଦିଗରେ ଏହା ସହାୟକ ହୋଇପାରିବ ବୋଲି ସେ ସ୍ପଷ୍ଟ କରିଛନ୍ତି।
ଆକ୍ଟ ଅଫ୍‌ ଗଡ୍‌ ମନ୍ତବ୍ୟକୁ ବିରୋଧୀ ବ୍ୟଙ୍ଗ ଭାବେ ନେଇଥିବାରୁ ଏହାକୁ ସୀତାରାମନ ସମାଲୋଚନା କରିଛନ୍ତି। ଜିଏସ୍‌ଟି କ୍ଷତିପୂରଣ ପ୍ରସଙ୍ଗ ନେଇ କେନ୍ଦ୍ର ରାଜ୍ୟ ଆଲୋଚନା କରିବେ। ବର୍ତ୍ତମାନ ସ୍ଥିତିରେ କିଭଳି କ୍ଷତିପୂରଣ ପ୍ରଦାନ କରାଯିବ ସେ ନେଇ କେନ୍ଦ୍ର ସରକାର ଚିନ୍ତା କରୁଛନ୍ତି। ସବୁ କିଛି ଆଲୋଚନା ହେଲା ପରେ ଯାଇ ନିଷ୍ପତ୍ତି ନିଆଯିବ। ସେ ପୁଣି କହିଛନ୍ତି, ଏହାର ଅର୍ଥ ନୁହେଁ କେନ୍ଦ୍ର ସରକାର କ୍ଷତିପୂରଣ ଦେବେ ନାହିଁ। କନ୍‌ସୋଲିଡେଟେଡ ଫଣ୍ଡରୁ କ୍ଷତିପୂରଣ ପ୍ରଦାନ କରିବା ନେଇ ଜିଏସ୍‌ଟି ଆଇନରେ କୌଣସି ବ୍ୟବସ୍ଥା କରାଯାଇନାହିଁ। ମାତ୍ର କ୍ଷତିପୂରଣ ପ୍ରଦାନଠାରୁ କେନ୍ଦ୍ର ସରକାର ଦୂରକୁ ଯାଇନାହାନ୍ତି। କୋଭିଡ୍‌ ଯୋଗୁ ବର୍ତ୍ତମାନ ବିଭିନ୍ନ ସମସ୍ୟା ଉପୁଜୁଛି। ଏଭଳି ସ୍ଥିତିରେ ସରକାର ଟିକସ ବଢାଇ ଟିକସ ହ୍ରାସକୁ ଭରଣା କରିବା ନେଇ କୌଣସି ଯୋଜନା ରଖି ନାହାନ୍ତି ବୋଲି ସେ ସ୍ପଷ୍ଟ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଡିଜିଟାଲ୍ ଯୁଗରେ ବି କ୍ୟାଶ୍‌ର କମାଲ୍: ବଜାରରେ ୪୦ ଲକ୍ଷ କୋଟି ଅତିକ୍ରମ କଲା ନଗଦ ଟଙ୍କା

ନୂଆଦିଲ୍ଲୀ,୧୭।୨: ଦେଶରେ ଡିଜିଟାଲ୍ ପେମେଣ୍ଟ ବା UPI କାରବାରରେ ବ୍ୟାପକ ବୃଦ୍ଧି ପାଇବାରେ ଲାଗିଛି। ଏହାରି ମଧ୍ୟରେ ଭାରତୀୟ ଅର୍ଥନୀତିରେ ନଗଦ ଟଙ୍କାର ପ୍ରଚଳନ ଏକ ନୂଆ…

ଭାରତରେ ଶିଶୁଙ୍କ ପାଇଁ ବ୍ୟାନ୍ ହେବ ସୋସିଆଲ ମିଡିଆ: କେନ୍ଦ୍ର ସରକାରଙ୍କ ବଡ଼ ପଦକ୍ଷେପ

ନୂଆଦିଲ୍ଲୀ,୧୭।୨: ଭାରତରେ ଶିଶୁ ଏବଂ କିଶୋରମାନଙ୍କ ପାଇଁ ସୋସିଆଲ ମିଡିଆ ବ୍ୟବହାର ଉପରେ ଏକ ବଡ଼ କଟକଣା ଆସିବାକୁ ଯାଉଛି। କୋମଳମତି ପିଲାଙ୍କ ମାନସିକ ସ୍ୱାସ୍ଥ୍ୟ ଏବଂ…

ମହଙ୍ଗା ହେଲା ସିଗାରେଟ୍‌: ଏସବୁ ବ୍ରାଣ୍ଡ ମୂଲ୍ୟରେ ୪୧% ପର୍ଯ୍ୟନ୍ତ ବୃଦ୍ଧି

ନୂଆଦିଲ୍ଲୀ,୧୭।୨: ଦେଶର ଅଗ୍ରଣୀ ସିଗାରେଟ୍ ପ୍ରସ୍ତୁତକାରୀ କମ୍ପାନୀ ITC ଲିମିଟେଡ୍ ଏହାର ପ୍ରମୁଖ ବ୍ରାଣ୍ଡଗୁଡ଼ିକର ମୂଲ୍ୟରେ ବଡ଼ ଧରଣର ବୃଦ୍ଧି ଘଟାଇଛି। ସରକାରଙ୍କ ଦ୍ୱାରା ଲାଗୁ ହୋଇଥିବା…

ନିର୍ବାଚନୀ ବୈତରଣୀ ପାର ହେବାକୁ ‘ନଗଦ ଟଙ୍କା’ ମୁଖ୍ୟ ଅସ୍ତ୍ର: ଶିକ୍ଷା, ସ୍ୱାସ୍ଥ୍ୟରେ କମୁଛି ଖର୍ଚ୍ଚ

ନୂଆଦିଲ୍ଲୀ,୧୭।୨: ଭାରତୀୟ ରାଜନୀତିରେ ଏବେ ‘ସିଧାସଳଖ ନଗଦ ହସ୍ତାନ୍ତର’ ସବୁଠାରୁ ବଡ଼ ନିର୍ବାଚନୀ ଅସ୍ତ୍ର ପାଲଟିଛି। ୧୬ଶ ଅର୍ଥ କମିଶନଙ୍କ ରିପୋର୍ଟ ଅନୁଯାୟୀ, ୨୦୧୮-୧୯ରେ ରାଜ୍ୟଗୁଡ଼ିକର ମୋଟ…

ଜାନୁଆରୀରେ ବଢ଼ିଲା ହୋଲସେଲ୍ ଦରଦାମ୍: ୧୦ ମାସର ସର୍ବୋଚ୍ଚ ସ୍ତରରେ…

ନୂଆଦିଲ୍ଲୀ,୧୬।୨: ଦେଶରେ ପୁଣି ଥରେ ମହଙ୍ଗା ମାଡ଼ର ଆଭାସ ମିଳିଛି। ଜାନୁଆରୀ ମାସରେ ଭାରତର ହୋଲସେଲ୍ ଦରଦାମ୍ (WPI) ୧୦ ମାସର ସର୍ବୋଚ୍ଚ ସ୍ତର ୧.୮୧% କୁ…

ଜାତୀୟ ରାଜପଥରେ ବଢ଼ିପାରେ ଟୋଲ୍ ଟ୍ୟାକ୍ସ: ବଡ଼ ଯୋଜନା କରୁଛନ୍ତି କେନ୍ଦ୍ର ସରକାର

ନୂଆଦିଲ୍ଲୀ,୧୬।୨: ଭାରତରେ ଆଗକୁ ବଢିପାରେ ଟୋଲ୍ ଟ୍ୟାକ୍ସ। ଦେଶରେ ଏକ୍ସପ୍ରେସ-ୱେ ଏବଂ ହାଇ-ସ୍ପିଡ୍ ରୋଡ୍ ନିର୍ମାଣ କାର୍ଯ୍ୟକୁ ତ୍ୱରାନ୍ୱିତ କରିବା ପାଇଁ କେନ୍ଦ୍ର ସରକାର ଏକ ବଡ଼…

ଚାଷୀଙ୍କ ପାଇଁ ଖୁସି ଖବର: କିଷାନ କ୍ରେଡିଟ କାର୍ଡ ନିୟମରେ ବଡ଼ ପରିବର୍ତ୍ତନ କରିବ RBI

ମୁମ୍ବାଇ,୧୫ା୨: ଭାରତୀୟ ରିଜର୍ଭ ବ୍ୟାଙ୍କ (RBI) କିଶାନ କ୍ରେଡିଟ୍ କାର୍ଡ (KCC) ଯୋଜନାରେ ବ୍ୟାପକ ସଂସ୍କାର ଆଣିବା ପାଇଁ ଏକ ନୂତନ ଚିଠା ମାର୍ଗଦର୍ଶିକା ଜାରି କରିଛି।…

PM Kisan:  ଆସିଲା ବଡ଼ ଅପଡେଟ୍‌: ଏହି ଦିନ ଚାଷୀଙ୍କ ଖାତାକୁ ଆସିବ ୨୦୦୦ ଟଙ୍କା… 

ନୂଆଦିଲ୍ଲୀ,୧୫।୨: ଦେଶର କ୍ଷୁଦ୍ର ଓ ନାମମାତ୍ର ଚାଷୀଙ୍କୁ ଆର୍ଥିକ ସହାୟତା ଯୋଗାଇବା ପାଇଁ ପ୍ରଧାନମନ୍ତ୍ରୀ ମୋଦୀଙ୍କ ଦ୍ୱାରା ଆରମ୍ଭ କରାଯାଇଥିବା ପିଏମ-କିଷାନ ଯୋଜନାର ପରବର୍ତ୍ତୀ କିସ୍ତି ଖୁବ୍‌ଶୀଘ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri