ଅତିରିକ୍ତ ୨.୩୫ ଲକ୍ଷ କୋଟି ଖର୍ଚ୍ଚ କରିବ କେନ୍ଦ୍ର

 

ନୂଆଦିଲ୍ଲୀ, ୧୫।୯: ଚଳିତ ଆର୍ଥତ୍କ ବର୍ଷରେ କେନ୍ଦ୍ର ସରକାର ଅତିରିକ୍ତ ୨.୩୫ ଲକ୍ଷ କୋଟି ଟଙ୍କା ଖର୍ଚ୍ଚ କରିବେ। ଏହା ମଧ୍ୟରେ ପ୍ରାଥମିକ ପର୍ଯ୍ୟାୟରେ କୋଭିଡ୍‌-୧୯ ଜନିତ ଖର୍ଚ୍ଚ ତୁଲାଇବା ଲାଗି ୧.୬୬ ଲକ୍ଷ କୋଟି ଟଙ୍କା ସାମିଲ ରହିଛି। ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ ସୋମବାର ପ୍ରଥମ ପର୍ଯ୍ୟାୟ ଅତିରିକ୍ତ ପୁଞ୍ଜି ବ୍ୟୟ ପ୍ରସ୍ତାବକୁ ଉପସ୍ଥାପନ କରିଛନ୍ତି। ଏଥିଲାଗି ସଂସଦର ମଞ୍ଜୁରୀ ଲୋଡ଼ାଯାଇଛି। କରୋନା ମହାମାରୀ ଯୋଗୁ ରାଜ୍ୟଗୁଡ଼ିକରେ ଟିକସ ସଂଗ୍ରହ କମିଛି। ଏଭଳି ସ୍ଥିତିରେ ରାଜ୍ୟଗୁଡ଼ିକୁ ୪୬,୬୦୨ କୋଟି ଟଙ୍କା ପ୍ରଦାନ କରାଯିବା ନେଇ ଯୋଜନା ରଖାଯାଇଛି। ସେହିଭଳି ସବ୍‌ସିଡି ଖାଦ୍ୟ ସାମଗ୍ରୀ ଯୋଗାଣ ଲାଗି ୧୦ ହଜାର କୋଟି ଟଙ୍କା ଆବଶ୍ୟକ ପଡୁଛି।
ଯୋଜନା ମୁତାବକ, ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମନିଯୁକ୍ତି ଯୋଜନା ବାବଦକୁ ୪୦ ହଜାର କୋଟି ଟଙ୍କା ପ୍ରଦାନ କରାଯିବ। ସେହିଭଳି ପ୍ରଧାନମନ୍ତ୍ରୀ ଜନଧନ ଯୋଜନା ଏବଂ ଜାତୀୟ ସାମାଜିକ ସୁରକ୍ଷା କାର୍ଯ୍ୟକ୍ରମରେ ବ୍ୟାଙ୍କ ଖାତାରେ ସିଧାସଳଖ ଅର୍ଥ ପଠାଇବା ଲାଗି ୩୩,୭୭୨.୪୮ କୋଟି ଟଙ୍କା ସାମିଲ ରହିଛି। ପ୍ରଧାନମନ୍ତ୍ରୀ ଗରିବ କଲ୍ୟାଣ ଯୋଜନାରେ ଜନଧନ ଖାତା ଏବଂ ବାର୍ଦ୍ଧକ୍ୟ ଭତ୍ତା ବାବଦକୁ ୩୩,୭୭୧.୪୮ କୋଟି ଟଙ୍କା ପଠାଯାଇଛି। ଦେଶର ସ୍ବାସ୍ଥ୍ୟ ଭିତ୍ତିଭୂମି ଉନ୍ନତ କରିବା ଲାଗି ୧୪,୨୩୧ କୋଟି ଟଙ୍କା ଖର୍ଚ୍ଚ ସାମିଲ ରହିଛି। ଏହା ମଧ୍ୟରେ ମହାମାରୀ ନିୟନ୍ତ୍ରଣ ଲାଗି ଅତିରିକ୍ତ ଖର୍ଚ୍ଚ ବାବଦକୁ ୫୯୧୫.୪୯ କୋଟି ଏବଂ ଇଣ୍ଡିଆନ କାଉନସିଲ ଅଫ୍‌ ମେଡିକାଲ ରିସର୍ଚ୍ଚ(ଆଇସିଏମ୍‌ଆର୍‌)କୁ ୨୪୭୫ କୋଟି ଟଙ୍କା ପ୍ରଦାନର ପ୍ରସ୍ତାବ ରହିଛି। ପ୍ରଧାନମନ୍ତ୍ରୀ ଗରିବ କଲ୍ୟାଣ ଯୋଜନାରେ ଶ୍ରମ ମନ୍ତ୍ରଣାଳୟ ଗ୍ରାଣ୍ଟ ଇନ୍‌ ଏଡ୍‌ ଜେନେରାଲ ଭାବେ ସରକାର ୪୮୬୦ କୋଟି ଟଙ୍କା ଲୋଡିଛନ୍ତି। ସେହିଭଳି ଭାରତୀୟ କ୍ଷୁଦ୍ର ଶିଳ୍ପ ଉନ୍ନତୀକରଣ ବ୍ୟାଙ୍କ(ସିଡ୍‌ବୀ)ର ସବ୍‌ସିଡି ଲାଗି ୧୨୩୨ କୋଟି ଅର୍ଥ ଲାଗି ମଞ୍ଜୁରୀ ଲୋଡ଼ାଯାଇଛି। ନ୍ୟାଶନାଲ କ୍ରେଡିଟ ଗ୍ୟାରେଣ୍ଟି ଟ୍ରଷ୍ଟି କମ୍ପାନୀ ଲିମିଟେଡ୍‌ (ଏନ୍‌ସିଜିଟିସି)ର ଗ୍ୟାରେଣ୍ଟି ଏମର୍ଜେନ୍ସି କ୍ରେଡିଟ ଲାଇନ(ଜିଇସିଏଲ୍‌) ସୁବିଧା ଲାଗି ୪ ହଜାର କୋଟି ଭଳି ପ୍ରସ୍ତାବ ଏଥିରେ ସାମିଲ ରହିଛି।

 


Enter your email to get our daily news in your inbox.

All Right Reserved By Dharitri.Com

ଅପେକ୍ଷାର ଅନ୍ତ! ରୟାଲ ଏନ୍‌ଫିଲ୍ଡ ଲଞ୍ଚ କଲା ପ୍ରଥମ ଇଲେକ୍ଟ୍ରିକ୍‌ ବାଇକ୍‌, ଜବରଦସ୍ତ ଫିଚର ସହ ମୂଲ୍ୟ…

ନୂଆଦିଲ୍ଲୀ,୯।୪: ଅପେକ୍ଷାର ଅନ୍ତ ଘଟିଛି। ଭାରତୀୟ ବଜାରରେ ରୟାଲ ଏନଫିଲ୍ଡ (Royal Enfield) ନିଜର ପ୍ରଥମ ଇଲେକ୍ଟ୍ରିକ ମୋଟରସାଇକେଲ ’ଫ୍ଲାଇଙ୍ଗ ଫ୍ଲି ସି୬’ (Flying Flea C୬)କୁ…

ସୁନା-ରୂପା ମୂଲ୍ୟରେ ବଡ଼ ହ୍ରାସ,୩୩୦୦ଟଙ୍କା କମିଲା ଦାମ୍

ନୂଆଦିଲ୍ଲୀ,୯।୪:  ଘରୋଇ ଫ୍ୟୁଚର୍ସ ବଜାରରେ ଗୁରୁବାର ସୁନା ଏବଂ ରୂପାର ମୂଲ୍ୟ ହ୍ରାସ ପାଇଛି । ବାଣିଜ୍ୟ ଆରମ୍ଭ ହେବା ସମୟରେ, ସୁନା ଏବଂ ରୂପା ଉଭୟର…

ବ୍ୟାଙ୍କରେ ଆକାଉଣ୍ଟ ନ ଥିଲେ ମଧ୍ୟ ନେଇପାରିବେ ଲୋନ୍‌, ଜାଣନ୍ତୁ ପୂରା ବିବରଣୀ

ପ୍ରତ୍ୟେକ ବ୍ୟକ୍ତି ନିଜର ଦୈନନ୍ଦିନ ଆବଶ୍ୟକତା ପୂରଣ କରିବା ପାଇଁ ଲୋନ୍‌ ବା ଋଣ ନିଅନ୍ତି। କେତେବେଳେ ଗାଡ଼ି ପାଇଁ ତ କେତେବେଳେ ଘର ପାଇଁ। ଆଉ…

ଉତ୍ପାଦର ଗୁଣବତ୍ତା ସହ ବୁଝାମଣା କରନ୍ତୁ ନାହିଁ: ଇଂ. ସମ୍ୱିତ ରଞ୍ଜନ ସାହୁ

ପ୍ର- ଅର୍ଗାନିକ୍‌ ମା’ ପ୍ରତିଷ୍ଠା ଚିନ୍ତାଧାରା କିପରି ମନକୁ ଆସିଥିଲା ଏବଂ ବର୍ତ୍ତମାନ ପର୍ଯ୍ୟନ୍ତ ଯାତ୍ରା କିପରି ରହିଛି? ଉ- ବ୍ୟକ୍ତି ଜୀବନର କିଛି ଘଟଣାକୁ ନେଇ…

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ଯୁଦ୍ଧବିରତି ଭିତରେ ବଦଳିଲା ଗ୍ୟାସ ସିଲିଣ୍ଡର ଦର, ଜାଣନ୍ତୁ ବଢିଲା ନା କମିଲା…

ନୂଆଦିଲ୍ଲୀ,୮।୪: ବିଶ୍ୱ ଉତ୍ତେଜନା ମଧ୍ୟରେ, ସାଧାରଣ ଲୋକଙ୍କ ପାଇଁ ଏକ ଆଶ୍ୱସ୍ତିକର ଖବର ଆସିଛି। ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ଘୋଷଣା ପରେ, ଅନ୍ତର୍ଜାତୀୟ ବଜାରରେ…

ଆମେରିକା-ଇରାନ ଯୁଦ୍ଧବିରତି ଭିତରେ ଭାରତର ବଲ୍ଲେବଲ୍ଲେ, ମିଳିଲା ବଡ଼ ଅଫର୍‌

ନୂଆଦିଲ୍ଲୀ,୮।୪: ଗତ କିଛି ସପ୍ତାହ ଧରି, ଆମେରିକା ଏବଂ ଇରାନ ମଧ୍ୟରେ ବୃଦ୍ଧି ପାଉଥିବା ଉତ୍ତେଜନା ସମଗ୍ର ବିଶ୍ୱକୁ ଏବଂ ଭାରତୀୟ ବଜାରକୁ ନିଶ୍ୱାସ ନେବାରେ ବାଧ୍ୟ…

ଯୁଦ୍ଧବିରତି ଭିତରେ ହଠାତ୍‌ ଖସିଲା ତେଲଦର, ଜାଣନ୍ତୁ ନୂଆ ପେଟ୍ରୋଲ ରେଟ୍‌

ନୂଆଦିଲ୍ଲୀ,୮ା୪: ଆମେରିକା ଏବଂ ଇରାନ ମଧ୍ୟରେ ଦୁଇ ସପ୍ତାହ ପାଇଁ ଯୁଦ୍ଧବିରତି ଘୋଷଣା ପରେ ବୁଧବାର (୮ ଏପ୍ରିଲ) ସେୟାର ମାର୍କେଟ୍‌ରେ ବଡ଼ ବୃଦ୍ଧି ଦେଖିବାକୁ ମିଳିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri