କେନ୍ଦ୍ର, ରାଜ୍ୟ ସରକାରଙ୍କୁ ଜବାବ ଦାଖଲ ନିର୍ଦ୍ଦେଶ

କଟକ ଅଫିସ,୧୨ା୩: ମୟୂରଭଞ୍ଜ ଜିଲା ବାଦାମପାହାଡ଼ରୁ ବେଆଇନ ଲୁହାପଥର ଉତ୍ତୋଳନ କରାଯିବା ଘଟଣାରେ ହାଇକୋର୍ଟ କେନ୍ଦ୍ର ଓ ରାଜ୍ୟ ସରକାରଙ୍କୁ ଜବାବ ଦାଖଲ ଲାଗି ଶୁକ୍ରବାର ନିର୍ଦ୍ଦେଶ ଦେଇଛନ୍ତି। ବାଦାମପାହାଡ଼ ଗ୍ରାମର ଏସ୍‌.କେ. ସାଜିଦ୍‌ ଅଲ୍ଲୀ ଏବଂ ଅନ୍ୟମାନଙ୍କ ପକ୍ଷରୁ ଆଗତ ମାମଲାର ଶୁଣାଣି କରି ହାଇକୋର୍ଟ ମୁଖ୍ୟ ବିଚାରପତି ଏସ୍‌. ମୁରଲୀଧର ଓ ବିଚାରପତି ଆର.କେ. ପଟ୍ଟନାୟକଙ୍କୁ ନେଇ ଗଠିତ ଖଣ୍ଡପୀଠ କେନ୍ଦ୍ର ଖଣି ମନ୍ତ୍ରଣାଳୟ, କେନ୍ଦ୍ର କର୍ପୋରେଟ୍‌ ମନ୍ତ୍ରଣାଳୟ, ରାଜ୍ୟ ଇସ୍ପାତ ଏବଂ ଖଣି ବିଭାଗ ସଚିବ, ଖଣି ବିଭାଗ ନିର୍ଦ୍ଦେଶକ, କମ୍ପାନୀ ରେଜିଷ୍ଟ୍ରାର, ମୟୂରଭଞ୍ଜ ଜିଲାପାଳ, ବାରିପଦା ସର୍କଲ ଖଣି ଅଧିକାରୀ, ଲାଲ୍‌ ଟ୍ରେଡର ଏବଂ ଏଜେନ୍ସିର ଏମ୍‌ଡି ରାଜକୁମାର ମିଶ୍ରଙ୍କୁ ଜବାବ ଦାଖଲ ଲାଗି ନିର୍ଦ୍ଦେଶ ଦେଇଛନ୍ତି। ଆସନ୍ତା ୪ ସପ୍ତାହ ମଧ୍ୟରେ ପ୍ରତ୍ୟେକ ପକ୍ଷ ଜବାବ ଦାଖଲ କରିବେ। ଜୁଲାଇ ୨୧ରେ ମାମଲାର ପରବର୍ତ୍ତୀ ଶୁଣାଣି ପାଇଁ ଧାର୍ଯ୍ୟ ହୋଇଛି।
ଆବେଦନକାରୀମାନେ ପିଟିଶନ୍‌ରେ ଦର୍ଶାଇଛନ୍ତି, ଏହି ପାହାଡ଼କୁ ଯେତିକି ଦିନ ପାଇଁ ଲିଜ୍‌ ଦିଆଯାଇଥିଲା, ତାହାର ଅବଧି ଶେଷ ହୋଇସାରିଛି। ଏହାସତ୍ତ୍ୱେ ମଧ୍ୟ ପୂର୍ବରୁ ଥିବା କମ୍ପାନୀ ଏଥିରୁ ଲୁହାପଥର ଉତ୍ତୋଳନ କରିଆସୁଛି। ଏ ନେଇ କେନ୍ଦ୍ର ଓ ରାଜ୍ୟ ସରକାରଙ୍କଠାରୁ ଅନୁମତି ନିଆଯାଇନାହିଁ। ଏଥିଯୋଗୁ କେନ୍ଦ୍ର ଏବଂ ରାଜ୍ୟ ସରକାରଙ୍କୁ କୋଟି କୋଟି ଟଙ୍କାର ରାଜସ୍ବ ହରାଇବାକୁ ପଡୁଛି। ଏ ନେଇ ରାଜ୍ୟ ଓ କେନ୍ଦ୍ର ସରକାରଙ୍କ ନିକଟରେ ଅଭିଯୋଗ କରାଯାଇଥିଲେ ମଧ୍ୟ କୌଣସି ପଦକ୍ଷେପ ଗ୍ରହଣ କରା ନ ଯିବାରୁ ଆବେଦନକାରୀମାନେ ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲେ। ଆବେଦନକାରୀଙ୍କ ପକ୍ଷରୁ ଆଇନଜୀବୀ ଏମ୍‌. ପାଣିଗ୍ରାହୀ ମାମଲା ପରିଚାଳନା କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅଧାରେ ଅଟକିଲା ଧାନମଣ୍ଡି ନିର୍ମାଣ

ବରଗଡ଼,୧୭।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ରାଜ୍ୟରେ ଅଧିକ ଧାନ ଉତ୍ପାଦନ ଯୋଗୁ ଜିଲାର ଏଭଳି ପରିଚୟ ରହିଛି। ହେଲେ ଏଠାରେ ଚାଷ, ଚାଷୀଙ୍କ…

ଖରାଦିନେ ଫ୍ରିଜରେ ଜମୁଛି କି ମୋଟା ବରଫ ସ୍ତର? କରନ୍ତୁନି ହେୟଜ୍ଞାନ, ଏହି ୪ ଉପାୟରେ…

ଗ୍ରୀଷ୍ମ ଋତୁରେ ଫ୍ରିଜ ପ୍ରତ୍ୟେକ ଘରର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଆବଶ୍ୟକତା ପାଲଟିଯାଏ। ମାତ୍ର ଅନେକ ସମୟରେ ଲୋକମାନେ ଏକ ବଡ଼ ସମସ୍ୟାର ସମ୍ମୁଖୀନ ହୁଅନ୍ତି। ସେଇଟି ହେଉଛି…

ବରଗଡ଼ ଟାଉନ କେନାଲର ହେବ ସୌନ୍ଦର୍ଯ୍ୟକରଣ, ନିର୍ମାଣ ହେବ ବକ୍ସ କଣ୍ଡୁଇଟ

ବରଗଡ଼,୧୭।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଟାଉନ କେନାଲର ଉନ୍ନତିକରଣ ଓ ସୌନ୍ଦର୍ଯ୍ୟକରଣ ସହିତ କେନାଲ ଉପରେ ବକ୍ସ କଣ୍ଡୁଇଟ ନିର୍ମାଣ ହେବ। ରବିବାର ସନ୍ଧ୍ୟାରେ ଏହାର ଭିତ୍ତିପ୍ରସ୍ତର ସ୍ଥାପନ…

ଦୁର୍ଘଟଣାରେ ଚାଲିଗଲା ଯୁବକଙ୍କ ଜୀବନ, ଗାଡି ସହ ଡ୍ରାଇଭର ଫେରାର

ବରଗଡ଼,୧୭।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ସଦର ଥାନା ଅଧୀନ ଗୋବିନ୍ଦପୁର ଛକ ନିକଟରେ ରବିବାର ଏକ ସଡ଼କ ଦୁର୍ଘଟଣା ଘଟିଛି। ଏକ ଗାଡ଼ି ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ…

ଅଧରାତିରେ ପ୍ରେମିକାଙ୍କୁ ଭେଟିବାକୁ ଲୁଚିଛପି ଯାଇଥିଲେ ପ୍ରେମିକ, ଗାଁ  ଲୋକଙ୍କ ହାବୁଡ଼ରେ ପଡ଼ିବା ପରେ…

ପାଟନା,୧୭।୫: ବିହାରର ମୁଜାଫରପୁର ଜିଲାରୁ ଏକ ଚକିତ କଲା ଭଳି ଖବର ସାମ୍ନାକୁ ଆସିଛି। ରାତିର ଅନ୍ଧାରରେ ପ୍ରେମିକାକୁ ଦେଖା କରିବାକୁ ଆସିଥିବା ଜଣେ ପ୍ରେମିକକୁ ଗ୍ରାମବାସୀ…

ବଜ୍ରପାତରେ ଚାଲିଗଲା ଶ୍ରମିକଙ୍କ ଜୀବନ, ୨ ଆହତ

କୁଆଁରମୁଣ୍ଡା,୧୭ା୫(ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜିଲା ରାଏବୋଗା ଥାନା ଝୁନୁମୁରରେ ରହି ଦିନ ମଜୁରିଆ ଭାବେ କାମ କରୁଥିବା ବୁଧୁଆ ବାଗେ(୩୧)ଙ୍କ ବଜ୍ରପାତରେ ମୃତ୍ୟୁ ଘଟିଛି। ତାଙ୍କ…

ପରିବାରଲୋକଙ୍କୁ ଅଟକ ରଖି କୋଦାଳରେ ଆକ୍ରମଣ କରିଥିଲେ ଯୁବକ, ବାନ୍ଧିଲା ପୋଲିସ

ଆନନ୍ଦପୁର,୧୭ା୫(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ପୌରପାଳିକା ଫକୀରପୁର ଗ୍ରାମର ପ୍ରଶାନ୍ତ କୁମାର ଦାସ ପରିବାର ଲୋକଙ୍କୁ ଆକ୍ରମଣ କରିବାରୁ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି…

‘୩ ପରୀକ୍ଷା, ଜଣେ ମନ୍ତ୍ରୀ…’ଧର୍ମେନ୍ଦ୍ରଙ୍କୁ କାହିଁକି ବରଖାସ୍ତ କରୁନାହାନ୍ତି ମୋଦି; ବର୍ଷିଲେ…

ନୂଆଦିଲ୍ଲୀ,୧୭।୫: ଲୋକ ସଭାର ବିରୋଧୀ ଦଳ ନେତା ତଥା କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ରବିବାର  ପୁଣି ନିଟ୍‌(NEET) ପେପର ଲିକ୍‌ ମାମଲା ଏବଂ ଶିକ୍ଷା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri