ସଂସଦରେ ଏହିଦିନ ଉପସ୍ଥାପନ ହେବ କେନ୍ଦ୍ର ବଜେଟ, କିରେନ ରିଜିଜୁ କଲେ ଘୋଷଣା

ନୂଆଦିଲ୍ଲୀ,୬।୭: କେନ୍ଦ୍ର ବଜେଟ ନେଇ କେନ୍ଦ୍ର ସଂସଦୀୟ ବ୍ୟାପାର ମନ୍ତ୍ରୀ କିରେନ ରିଜିଜୁ ଶନିବାର ତାରିଖ ଘୋଷଣା କରିଛନ୍ତି। ସେ ଆଜି ଏକ୍ସରେ ପୋଷ୍ଟ କରି କହିଛନ୍ତି, ସଂସଦର ଆଗାମୀ ବଜେଟ ଅଧିବେଶନ ଜୁଲାଇ ୨୩ରେ ଉପସ୍ଥାପନ ହେବ।

କିରେନ ରିଜିଜୁ ଆହୁରି କହିଛନ୍ତି , ଭାରତ ସରକାରଙ୍କ ସୁପାରିଶ କ୍ରମେ ଜୁଲାଇ ୨୨ରେ ସଂସଦରେ ବଜେଟ ଅଧିବେଶନ ଡାକିବାକୁ ମାନ୍ୟବର ରାଷ୍ଟ୍ରପତି ଅନୁମୋଦନ କରିଛନ୍ତି। ସେ କହିଛନ୍ତି ଯେ, ଏଥର ବଜେଟ ଅଧିବେଶନ ଜୁଲାଇ ୨୨ ରୁ ଆରମ୍ଭ ହେବ। ଅଗଷ୍ଟ ୧୨ ପର୍ଯ୍ୟନ୍ତ ବଜେଟ ଅଧିବେଶନ ଜାରି ରହିବ। ଏଥିସହ ଜୁଲାଇ ୨୩ରେ ଲୋକ ସଭାରେ ବଜେଟ ଉପସ୍ଥାପନ କରାଯିବ ବୋଲି ରିଜିଜୁ କହିଛନ୍ତି।

ସୂଚନାଥାଉ କି, ଓଡ଼ିଶାରେ ମଧ୍ୟ ଜୁଲାଇ ୨୨ ତାରିଖରୁ ସପ୍ତଦଶ ବିଧାନସଭା ଅଧିବେଶନ ଆରମ୍ଭ ହେବାକୁ ଯାଉଛି। ଦୁଇଟି ପର୍ଯ୍ୟାୟରେ ଏହି ଅଧିବେଶନ ସେପ୍ଟେମ୍ବର ୧୩ତାରିଖ ପର୍ଯ୍ୟନ୍ତ ଚାଲିବ । ଅଧିବେଶନରେ ମୋଟ ୨୭ଟି କାର୍ଯ୍ୟଦିବସ ଥିବା ବେଳେ ଜୁଲାଇ ୨୫ରେ ୨୦୨୪-୨୫ ଆର୍ଥିକ ବର୍ଷର ପୂର୍ଣ୍ଣାଙ୍ଗ ବଜେଟ ଉପସ୍ଥାପନ ହେବ ।

ଶୁକ୍ରବାର ବିଧାନସଭା ସଚିବାଳୟ ପକ୍ଷରୁ ଜାରି କାର୍ଯ୍ୟସୂଚୀ ଅନୁସାରେ, ଜୁଲାଇ ୨୨ରେ ଅଧିବେଶନ ରାଜ୍ୟପାଳଙ୍କ ଅଭିଭାଷଣରୁ ଆରମ୍ଭ ହେବ । ଏହାପରେ ୨୩ରେ ଉପବାଚସ୍ପତି ନିର୍ବାଚନ ଘୋଷଣା ଓ ରାଜ୍ୟପାଳଙ୍କ ଅଭିଭାଷଣ ଉପରେ ଧନ୍ୟବାଦ ପ୍ରସ୍ତାବକୁ ନେଇ ୨ଦିନ ଧରି ଆଲୋଚନା ହେବ । ୨୪ତାରିଖରେ ଉପବାଚସ୍ପତି ନିର୍ବାଚନ ଶେଷ ହେବ । ୨୫ତାରିଖରେ ୨୦୨୪-୨୫ ଆର୍ଥିକ ବର୍ଷର ପୂର୍ଣ୍ଣାଙ୍ଗ ବଜେଟ ଅର୍ଥମନ୍ତ୍ରୀ ତଥା ରାଜ୍ୟ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ଉପସ୍ଥାପିତ କରିବାର କାର୍ଯ୍ୟକ୍ରମ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

MS Dhoni IPL Retirement:ଏତିକି ବର୍ଷ ବୟସ ପର୍ଯ୍ୟନ୍ତ ଖେଳିବାକୁ ଲକ୍ଷ୍ୟ ରଖିଛନ୍ତି ଧୋନୀ! IPL ଅବସରକୁ ନେଇ ମୁହଁ ଖୋଲିଲେ ମାହି

ନୂଆଦିଲ୍ଲୀ,୨୩।୩: ଚେନ୍ନାଇ ସୁପର କିଙ୍ଗ୍ସର ଏକ ପ୍ରଶଂସକ କାର୍ଯ୍ୟକ୍ରମରେ, ଏମଏସ ଧୋନୀ ହାସ୍ୟରସପୂର୍ଣ୍ଣ ଭାବରେ ମନ୍ତବ୍ୟ ଦେଇଥିଲେ ଯେ ସେ ୬୦ ବର୍ଷ ବୟସ ପର୍ଯ୍ୟନ୍ତ ଆଇପିଏଲ…

୩ ହଜାର ଟଙ୍କାରେ ବିକ୍ରି ହେଉଛି ଗ୍ୟାସ ସିଲିଣ୍ଡର: କଳାବଜାର କଲେ କଡ଼ା କାର୍ଯ୍ୟାନୁଷ୍ଠାନ

ଭଞ୍ଜନଗର,୨୩।୩(ବାବୁଲା ପ୍ରଧାନ): ଇରାନ, ଇସ୍ରାଏଲ-ଆମେରିକା ମଧ୍ୟରେ ଲାଗିଥିବା ଯୁଦ୍ଧର ପରିଣାମ ଆମ ଦେଶ ସମେତ ଅନ୍ୟାନ୍ୟ ଦେଶକୁ ମଧ୍ୟ ଭୋଗିବାକୁ ପଡ଼ୁଛି। ଗ୍ୟାସ, ପେଟ୍ରୋଲ, ଡିଜେଲ ଆମଦାନୀ…

ଠପ୍‌ ହୋଇଯିବକି ସାରା ବିଶ୍ୱ? ହର୍ମୁଜ ଷ୍ଟ୍ରେଟକୁ ନେଇ ଏମିତି ନିଷ୍ପତ୍ତି ନେଲା ଇରାନ, ପ୍ରମାଦ ଗଣିଲାଣି ସାରା ବିଶ୍ୱ

ତେହରାନ୍‌,୨୩।୩: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ବୃଦ୍ଧି ପାଉଛି। ଇରାନ ଏବେ ହର୍ମୁଜ ପ୍ରଣାଳୀ ଦେଇ ଯାଉଥିବା କିଛି ଜାହାଜ ଉପରେ ୨ ନିୟୁତ ଡଲାର (ପ୍ରାୟ ୧୮.୮ କୋଟି)…

ନଷ୍ଟ ହୋଇଯାଇଥିବା ପାଓ୍ବାରପ୍ଲାଣ୍ଟକୁ ନେଇ ଏମିତି ଧମକ ଦେଲା ଇରାନ ସାରା ବିଶ୍ୱ ସ୍ତବ୍ଧ

ତେହରାନ୍‌,୨୩।୩: ମଧ୍ୟପ୍ରାଚ୍ୟରେ ସଂଘର୍ଷ ଏବେ ଅଧିକ ବିପଜ୍ଜନକ ସ୍ତରରେ ପହଞ୍ଚିଛି। ଇରାନ କହିଛି ଯେ ଯଦି ଆମେରିକୀୟ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏହାର ଶକ୍ତି କେନ୍ଦ୍ର ଉପରେ…

ଷ୍ଟ୍ରେଟ ଅଫ ହର୍ମୁଜକୁ ନେଇ ଟ୍ରମ୍ପଙ୍କ ପରେ ଏବେ ଧମକ ଦେଲେଣି ସ୍କଟ ବେସେଣ୍ଟ , କହିଲେ ‘ଇରାନର ଦୁର୍ଗ…’

ଓ୍ବାଶିଂଟନ,୨୩।୩: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ଆହୁରି ବୃଦ୍ଧି ପାଇଛି। ଆମେରିକା ଏବଂ ଇରାନ ମଧ୍ୟରେ ବିବାଦ ଏବେ ଖୋଲାଖୋଲି ଭାବରେ ପ୍ରକାଶ ପାଇବାକୁ ଲାଗିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ…

ତିନି ଚିରଞ୍ଜୀବୀଙ୍କ ବିଚାର

ଶହୀଦ ଭଗତ ସିଂ, ସୁଖଦେବ ଓ ଶିବରାମ ରାଜଗୁରୁଙ୍କ ଅପରାଧଜନିତ ବିଚାରକୁ କଦାପି ବିଚାର କୁହାଯାଇ ପାରିବ ନାହିଁ। ତାହା ଅନ୍ୟାୟ, ଅବିବେକିତା ଓ ଅସଭ୍ୟତାର ଏକ…

ପରମାଣୁ ଅସ୍ତ୍ର ଛାୟାରୁ ମୁକ୍ତି

ବର୍ତ୍ତମାନର ବିଶ୍ୱରେ ଲାଗିରହିଛି ତିନୋଟି ମହାସମର। ତନ୍ମଧ୍ୟରୁ ରୁଷିଆ-ୟୁକ୍ରେନ୍‌ ଏବଂ ଇସ୍ରାଏଲ-ପାଲେଷ୍ଟାଇନ୍‌ ଯୁଦ୍ଧ ବର୍ଷ ବର୍ଷ ଧରି ଚାଲିଥିଲା ବେଳେ ନିକଟରେ ଆରମ୍ଭ ହୋଇଛି ଅତୀବ ଭୟଙ୍କର…

ଚର୍ଚ୍ଚାରେ କଣ୍ଠଶିଳ୍ପୀ ଦିପ୍ତିରେଖା: ପ୍ରଧାନମନ୍ତ୍ରୀ ମୋଦି ଶେୟାର କଲେ…

ଭୁବନେଶ୍ୱର,୨୩ା୩(ସୌମ୍ୟରଞ୍ଜନ ରାଉତ):ଓଡ଼ିଆ କଣ୍ଠଶିଳ୍ପୀ ଦୀପ୍ତିରେଖା ପାଢୀଙ୍କ ଭକ୍ତିମୟ ଭଜନ ‘ଦୁର୍ଗତି ନାଶିନୀ ମା’ର ଭିଡ଼ିଓ ଲିଙ୍କ୍‌କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ତାଙ୍କ ସୋସିଆଲ ମିଡିଆ ଆକାଉଣ୍ଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri