Posted inଜାତୀୟ

ଅନେକ ଗୁରୁତ୍ୱପୂର୍ଣ୍ଣ ପ୍ରକଳ୍ପକୁ ଅନୁମୋଦନ ଦେଲେ କେନ୍ଦ୍ର ସରକାର

ନୂଆଦିଲ୍ଲୀ,୨୨।୭: ଦେଶରେ ପେଗାସସ ମାମଲାକୁ ନେଇ ଚାଲିଥିବା ବିବାଦ ମଧ୍ୟରେ କେନ୍ଦ୍ର ସରକାର ଗୁରୁବାର ଅନେକ ଗୁରୁତ୍ୱପୂର୍ଣ୍ଣ ପ୍ରକଳ୍ପକୁ ଅନୁମୋଦନ କରିଛନ୍ତି। ଏହା ଅଧୀନରେ କେନ୍ଦ୍ର ଶାସିତ ଅଞ୍ଚଳ ଲଦାଖରେ ୭୫୦ କୋଟି ଟଙ୍କା ବ୍ୟୟରେ ଏକ କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟ ପ୍ରତିଷ୍ଠା ହେବ। ଏହି ବିଶ୍ୱବିଦ୍ୟାଳୟ ସେଠାରେ ଥିବା ଅନ୍ୟ ଶିକ୍ଷାନୁଷ୍ଠାନଗୁଡ଼ିକ ପାଇଁ ଏକ ମଡେଲ ଭାବରେ କାର୍ଯ୍ୟ କରିବ। କେନ୍ଦ୍ର ମନ୍ତ୍ରୀ ଅନୁରାଗ ଠାକୁର ଏହି ସୂଚନା ଦେଇଛନ୍ତି। ଏହା ବ୍ୟତୀତ ଲଦାଖରେ ଲଦାଖ ଇଣ୍ଟିଗ୍ରେଟେଡ ଇନଫ୍ରାଷ୍ଟ୍ରକଚର ଡେଭଲପମେଣ୍ଟ କର୍ପୋରେସନ ଲିମିଟେଡ (ଏଲ୍‌ଆଇଆଇଡେସିଓ) ପ୍ରତିଷ୍ଠାକୁ ମଧ୍ୟ କେନ୍ଦ୍ର କ୍ୟାବିନେଟ ଅନୁମୋଦନ କରିଛି।
ଏହି ପ୍ରକଳ୍ପଗୁଡିକ ଅଧୀନରେ ଏକ ସମନ୍ବିତ ବହୁମୁଖୀ ନିଗମ ପ୍ରତିଷ୍ଠା କରିବାକୁ ମଧ୍ୟ ନିଷ୍ପତ୍ତି ନିଆଯାଇଛି। ଏହି ନିଗମ ଲଦାଖରେ ପର୍ଯ୍ୟଟନ, ଶିଳ୍ପ, ପରିବହନ ସୁବିଧା ବିକାଶ ଏବଂ ସ୍ଥାନୀୟ ଉତ୍ପାଦ ଏବଂ ହସ୍ତତନ୍ତର ମାର୍କେଟିଂ ଭଳି ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ଏବଂ ଭିତ୍ତିଭୂମି ସୃଷ୍ଟି କରିବ। ଏଥିସହ ସରକାର ପାଞ୍ଚ ବର୍ଷ ମଧ୍ୟରେ ୬,୩୨୨ କୋଟି ଟଙ୍କା ପ୍ରୋତ୍ସାହନ ସହିତ ସ୍ପେସିଆଲିଟି ଷ୍ଟିଲ ପାଇଁ ପିଏଲ୍‌ଆଇ ଯୋଜନାକୁ ଅନୁମୋଦନ କରିଛନ୍ତି। ସରକାରଙ୍କ ଅନୁଯାୟୀ ଏହି ପ୍ରକଳ୍ପ ଉତ୍ପାଦନ ବୃଦ୍ଧି କରିବ, ଆମଦାନୀ ହ୍ରାସ କରିବ। ମୋଟ ୩୯୬୨୫ କୋଟି ଟଙ୍କା ବିନିଯୋଗ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ଇରାନ ଉପରେ ବଡ଼ ଆର୍ଥିକ କଟକଣା ଘୋଷଣା କଲେ ଟ୍ରମ୍ପ, ସହଯୋଗୀ ଦେଶକୁ ଅଲଟିମେଟମ

ଓ୍ବାଶିଂଟନ,୨୦।୮: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ କହିଛନ୍ତି ଯେ ଇସଲାମିକ ଗଣରାଜ୍ୟ ଇରାନକୁ ତାଙ୍କ ପରି କେହି ଚୁକ୍ତି କରିବା ପାଇଁ ଏତେ ସୁଯୋଗ ଦେଇନାହାଁନ୍ତି। ଟ୍ରମ୍ପ…

ସ୍ମାର୍ଟ ମିଟର ଲଗାଇବା ବାଧ୍ୟତାମୂଳକ ନୁହେଁ: ଓଲଟା କାମ କରୁଛି ଟାଟା ପାଓ୍ବାର

ଭୁବନେଶ୍ୱର,୨୦।୮(ସୁନିତ୍‌ ମିଶ୍ର):ଓଡ଼ିଶା ବିଦ୍ୟୁତ୍‌ ନିୟାମକ ଆୟୋଗ (ଓଇଆର୍‌ସି) ୨୪ ମାର୍ଚ୍ଚ ୨୦୨୬ରେ ଦେଇଥିବା ତଥ୍ୟ ଅନୁଯାୟୀ ରାଜ୍ୟରେ ବର୍ତ୍ତମାନ ୯୭ ଲକ୍ଷ ୪୯ ହଜାର ୬୧୫ ଜଣ…

‘ବନ୍ଦେ ମାତରମ’: କଂଗ୍ରେସ ପ୍ରସ୍ତାବକୁ ସମାଲୋଚନା କଲା ଭାଜପା

ନୂଆଦିଲ୍ଲୀ,୨୦।୮: ‘ବନ୍ଦେ ମାତରମ’ ଉପରେ ଚାଲିଥିବା ରାଜନୈତିକ ହଟ୍ଟଗୋଳ ମଧ୍ୟରେ, କଂଗ୍ରେସ କାର୍ଯ୍ୟକାରିଣୀ କମିଟି (CWC) କେବଳ ଏହାର ପ୍ରଥମ ଦୁଇଟି ପଦ ଗାଇବା ପାଇଁ ଏକ…

ବିପଦସଙ୍କୁଳ ଶ୍ରେଣୀଗୃହ, ମୁହଁ ମୋଡୁଛନ୍ତି ଛାତ୍ରୀଛାତ୍ର

ଭବାନୀପାଟଣା,୨୦ା୮(ଉତ୍ତମ କୁମାର ଦାଶ):ଓଡ଼ିଶା ମାନବାଧିକାର କମିଶନ (ଓଏଚ୍‌ଆର୍‌ସି) ଓ ରାଜ୍ୟ ସରକାରଙ୍କ ନିର୍ଦ୍ଦେଶ କ୍ରମେ ୨୦୧୪ରେ ରାଜ୍ୟର ସମସ୍ତ ଅସୁରକ୍ଷିତ ଓ ପରିତ୍ୟକ୍ତ ସ୍କୁଲ କୋଠା ଚିହ୍ନଟ…

ଘରେ ଶୋଇଥିଲେ ଟିକେଶ୍ୱର, କାମୁଡ଼ିଲା ସାପ: ରାତିଅଧରେ ଏମିତି କାମ କରିବାରୁ ଘଟିଲା…

ଦେବଗଡ,୨୦।୮(ଶଶାଙ୍କ ଶେଖର ଝାଙ୍କର): ସାପ କାମୁଡାରେ ଦେବଗଡ ଥାନା ତଥା ବାରକୋଟ ବ୍ଲକ କଂଟାପାଲି ଗ୍ରାମ ପଞ୍ଚାୟତର ଟୁସୁଳା ଗ୍ରାମର ଜଣେ ଯୁବକଙ୍କ ମୃତ୍ୟୁ ଘଟିଥିବା ଜଣାପଡିଛି…

୨୦ଟଙ୍କା ଲାଞ୍ଚ ପାଇଁ ୩୦ ବର୍ଷର ଆଇନଗତ ଲଢ଼େଇ

ନୂଆଦିଲ୍ଲୀ, ୨୦।୮: ମାତ୍ର ୨୦ଟଙ୍କା ଲାଞ୍ଚ ମାମଲାରେ ୩ ଦଶନ୍ଧି ଧରି ଚାଳିଥିବା ଆଇନଗତ ଲଢ଼େଇର ଅନ୍ତ ଘଟିଛି। ସୁପ୍ରିମକୋର୍ଟ ବିଚାରପତି ଜଷ୍ଟିସ ଉଜ୍ଜଳ ଭୂୟାଁ ଏବଂ…

୨୮ରେ ରାଜ୍ୟ କ୍ୟାବିନେଟ୍‌: ୭ ପ୍ରସ୍ତାବକୁ ମିଳିପାରେ ଅନୁମୋଦନ

ଭୁବନେଶ୍ୱର,୨୦।୮(ରବିନାରାୟଣ ଜେନା):ରାଜ୍ୟ ସରକାରଙ୍କ ପକ୍ଷରୁ ଅଗଷ୍ଟ ୨୮ତାରିଖରେ ରାଜ୍ୟ କ୍ୟାବିନେଟ୍‌ ବୈଠକ ଅନୁଷ୍ଠିତ ହେବାକୁ ରହିଛି। ଏ ସଂକ୍ରାନ୍ତରେ ସଂସଦୀୟ ବ୍ୟାପାର ବିଭାଗ ପକ୍ଷରୁ ମନ୍ତ୍ରିମଣ୍ଡଳର ସଦସ୍ୟମାନଙ୍କୁ…

ଆଉ ଏକ ଲଘୁଚାପ: ୨୨ରୁ ପୁଣି ବର୍ଷା, ୧୫ ଜିଲାକୁ ୟେଲୋ ୱାର୍ନିଂ

ଭୁବନେଶ୍ୱର,୧୯ା୮(ସୌମ୍ୟରଞ୍ଜନ ରାଉତ) – ପଛକୁ ପଛ ଲଘୁଚାପ ଯୋଗୁ ପ୍ରବଳ ବର୍ଷା ହେବାରୁ ରାଜ୍ୟରେ ବନ୍ୟା ଦୁର୍ଦ୍ଦଶା ବଢ଼ି ଚାଲିଛି। ଏପରି ସ୍ଥିତିରେ ଆସୁଛି ଆଉ ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri