Posted inଜାତୀୟ

ବନ୍ୟପ୍ରାଣୀ ବେପାରକୁ ଗ୍ରୀନ ସିଗନାଲ ଦେଲେ କେନ୍ଦ୍ର ସରକାର

ଭୁବନେଶ୍ୱର, ୨୦।୧(ଅସମାପିକା ସାହୁ)- ଆଇନଗତ ଉପାୟରେ ଏଣିକି ଭାରତୀୟ ବନ୍ୟପ୍ରାଣୀଙ୍କୁ କିଣା ବିକା କରି ହେବ। କେନ୍ଦ୍ର ପରିବେଶ, ଜଙ୍ଗଲ ଓ ଜଳବାୟୁ ପରିବର୍ତ୍ତନ ମନ୍ତ୍ରଣାଳୟ ତରଫରୁ ଗତ ୧୮ ତାରିଖରେ ଜାରି କରାଯାଇଥିବା ଗେଜେଟ ନଂ ୪୦ରେ ଏନେଇ ଲାଇସେନ୍ସ ପ୍ରଦାନ କରାଯିବା ନେଇ ବିଦ୍ଧିବଦ୍ଧ ଘୋଷଣା କରାଯାଇଛି। ତେବେ ସିଡ୍ୟୁଲ-୧ ଅନ୍ତର୍ଭୁକ୍ତ ପ୍ରାଣୀଙ୍କୁ ଏହି ଲାଇସେନ୍ସିଂ ପ୍ରକ୍ରିୟାରୁ ବାହାରେ ରଖାଯାଇଛି। ଅର୍ଥାତ କେବଳ ସିଡ୍ୟୁଲ-୧ ପ୍ରାଣୀଙ୍କୁ ଛାଡ଼ିଦେଇ ଅନ୍ୟ ସବୁ ପ୍ରାଣୀଙ୍କୁ ଟ୍ରେଡିଂ କରିବା ପାଇଁ ଲାଇସେନ୍ସ ମିଳିପାରିବ।

ଏହି ଗେଜେଟ ପ୍ରକାଶ ପାଇବା ପରେ ପୂର୍ବରୁ ପ୍ରଚଳିତ ଥିବା ୧୯୮୩ ମସିହାର ନିୟମ ଅକାମୀ ହୋଇଯାଇଛି। ୧୯୮୩ ମସିହା ନିୟମରେ ସିଡ୍ୟୁଲ-୧ କିମ୍ବା ସିଡ୍ୟୁଲ-୨ ର ପାର୍ଟ ୨ ପ୍ରାଣୀମାନଙ୍କ ଟ୍ରେଡିଂ ପାଇଁ ଲାଇସେନ୍ସ ଦିଆଯାଉନଥିଲା। ନୂତନ ୱାଇଲ୍ଡଲାଇଫ(ପ୍ରୋଟେକସନ) ଲାଇସେନ୍ସିଂ (ଆଡିସନାଲ ମ୍ୟାଟର୍ସ ଫର କନ୍ସିଡରେସନ) ରୁଲସ, ୨୦୨୪ ଗତ ୧୮ତାରିଖରୁ ହିଁ କାର୍ଯ୍ୟକାରୀ ହୋଇଛି। ଏଇ ନିୟମରେ ବନ୍ୟଜୀବ (ସଂରକ୍ଷଣ) ଆଇନ, ୧୯୭୨ ର ସେକ୍ସନ ୪୪, କ୍ଲଜ(ବି) ସବ-ସେକ୍ସନ(୪) ଅଧୀନରେ ଲାଇସେନ୍ସ ଦେବା ପାଇଁ ପ୍ରାବଧାନ ରଖାଯାଇଛି ଏବଂ କିଛି ସର୍ତ୍ତାବଳୀ ରକ୍ଷାଯାଇଛି। ରାଜ୍ୟର ମୁଖ୍ୟ ବନ୍ୟଜୀବ ତତ୍ତ୍ୱାବଧାରକ କିମ୍ବା ତାଙ୍କ ଅଧିକୃତ ଅଧିକାରୀ ଏହି ଲାଇସେନ୍ସ ପ୍ରଦାନ କରିପାରିବାର ପ୍ରାବଧାନ ରଖାଯାଇଛି।

ଏହି ନୂତନ ନିୟମକୁ ନେଇ ଦେଶ ବ୍ୟାପୀ ପ୍ରତିକ୍ରିୟା ଦେଖା ଦେବାରେ ଲାଗିଲାଣି। ଓଡ଼ିଶାରେ ମଧ୍ୟ ଏହାକୁ ନେଇ ବନ୍ୟପ୍ରାଣୀ ବିଶେଷଜ୍ଞମାନେ ଚିନ୍ତାପ୍ରକଟ କରିଲେଣି। ସୂଚନାଯୋଗ୍ୟ, ଗତବର୍ଷ ଏପ୍ରିଲ ୧ରେ ଦେଶରେ ସଂଶୋଧିତ ବନ୍ୟଜୀବ (ସଂରକ୍ଷଣ) ଆଇନ, ୧୯୭୨କୁ ଲାଗୁ କରାଯାଇଥିଲା। ଏଥିରେ ବନ୍ୟପ୍ରାଣୀ, ଉଦ୍ଭିଦ ଓ ବିଦେଶୀ(Exotic) ପ୍ରାଣୀଙ୍କ ପାଇଁ ବ୍ୟାପକ ସଂଶୋଧନ କରାଯାଇଥିଲା। ଦଣ୍ଡ ବିଧାନ ପରିମାଣକୁ ୨୫ ହଜାର ଟଙ୍କା ଜୋରିମାନାକୁ ୧ ଲକ୍ଷ ଟଙ୍କା ବୃଦ୍ଧି କରା ଯାଇଥିଲା। ସମସ୍ତ ବନ୍ୟପ୍ରାଣୀଙ୍କୁ ସିଡ୍ୟୁଲ-୧ ଏବଂ ସିଡ୍ୟୁଲ-୨ରେ ରଖାଯାଇଥିଲା। ଯଦିଓ ସିଡ୍ୟୁଲ-୧ ପ୍ରାଣୀଙ୍କ ଟ୍ରେଡିଂକୁ ଲାଇସେନ୍ସ ପ୍ରକ୍ରିୟାରୁ ବାହାରେ ରଖାଯାଇଛି, କିନ୍ତୁ ସିଡ୍ୟୁଲ-୨ରେ ସର୍ବାଧିକ ପ୍ରାଣୀ ଅଛନ୍ତି।

ସଂଶୋଧିତ ଆଇନରେ ପ୍ରକୃତିରେ ପ୍ରାଣୀମାନଙ୍କର ସଂଖ୍ୟା, ସେମାନଙ୍କର ସଙ୍କଟଗ୍ରସ୍ତତା ଆଦିକୁ ବିଚାରକୁ ନେଇ ସବୁ ଭାରତୀୟ ବନ୍ୟପ୍ରାଣୀଙ୍କୁ ସିଡ୍ୟୁଲ-୨ରେ ରଖାଯାଇଛି। ସେମାନଙ୍କ ଭିତରେ ନୀଳଗାଈ, ବାଦୁଡ଼ି, ଚିତ୍ରା ହରିଣ, ଜଙ୍ଗଲି ଠେକୁଆ, ବାରହା, ହନୁ ମାଙ୍କଡ଼ ଇତ୍ୟାଦି ସ୍ତନ୍ୟପାୟୀ, ବାରବେଟ(Barbets), ବି ଇଟର(Bee-eater), ବିଟର୍ନ (Bittern), ହିରୋନ (Heron), ଇଗ୍ରେଟ (Egret), ବୁଲବୁଲ (Bulbul), କୋଇଲି (Cuckoos), ଅନେକ ପ୍ରଜାତିର ବତକଙ୍କ ସମେତ ମୋଟ ୧,୧୩୪ ଟି ପ୍ରଜାତିର ପକ୍ଷୀ, ୩୦୦ରୁ ଉର୍ଦ୍ଧ୍ୱ ସାପ, ଅନେକ ପ୍ରଜାତିର ବେଙ୍ଗ ଆଦି ଅନ୍ତର୍ଭୁକ୍ତ। ସିଡ୍ୟୁଲ-୨ ପ୍ରାଣୀଙ୍କ ପାଇଁ ଟ୍ରେଡିଂ ଲାଇସେନ୍ସ ଦିଆଯିବାର ପ୍ରାବଧାନ କରିବା ଦ୍ୱାରା କେନ୍ଦ୍ର ସରକାର ପ୍ରତ୍ୟକ୍ଷ ଭାବରେ ବେପାର ଏବଂ ପରୋକ୍ଷ ଭାବରେ ଶୀକାର ପାଇଁ ରାସ୍ତା ଫିଟେଇଦେଲେ ବୋଲି ବନ୍ୟପ୍ରାଣୀ ବିଶେଷଜ୍ଞ ମାନେ କହିଲେଣି।

ଏ ସମ୍ପର୍କରେ ବନ୍ୟପ୍ରାଣୀ ବିଶେଷଜ୍ଞ ବିଶ୍ୱଜିତ ମହାନ୍ତି କହିଛନ୍ତି, ଏହା ନିଶ୍ଚୟ ଏକ ଚିନ୍ତାର ବିଷୟ। ଗତ ୪୦ବର୍ଷ ପରେ କେନ୍ଦ୍ର ସରକାର ଏଭଳି ପରିବର୍ତ୍ତନ ଆଣିଛନ୍ତି। ଯେଉଁମାନଙ୍କ ସଂରକ୍ଷଣ ଓ ସୁରକ୍ଷା ପାଇଁ ଚିନ୍ତା କରାଯାଉଥିଲା ଏବେ ସେମାନଙ୍କୁ ଟ୍ରେଡିଂ ପାଇଁ ଅନୁମତି ମଳିଲା। ପରୋକ୍ଷରେ ଏହାର ଶୀକାର କରିବା ପାଇଁ ସୁଯୋଗ ମିଳିଯିବ। ଏମାନଙ୍କ ଶୀକାର ବଢ଼ିଲେ ଆଗକୁ ଏସବୁ ପ୍ରାଣୀ ଲୋପ ପାଇଯିବାର ମଧ୍ୟ ଆଶଙ୍କା ରହୁଛି। ଖୋର୍ଦ୍ଧା ଜିଲାର ପୂର୍ବତନ ଅବୈତନିକ ବନ୍ୟପ୍ରାଣୀ ତତ୍ତ୍ୱାବଧାରକ ଶୁଭେନ୍ଦୁ ମଲ୍ଲିକ କହିଛନ୍ତି, ଟ୍ରେଡିଂର ଅର୍ଥ ବେପାର। ହେଲେ ଘରେ ପୋଷିବା ପାଇଁ ଟ୍ରେଡିଂ ହେବ କି ମାଂସ ଖାଇବା ପାଇଁ ଟ୍ରେଡ଼ିଂ ହେବ ସେଇଟା କିଏ କହିବ। ଲାଇସେନ୍ସ ପାଇବା ପରେ ଯାହାର ଯାହା ଇଚ୍ଛା ହେଲା ସିଏ କରିବ। ହେଲେ ବନ୍ୟପ୍ରାଣୀଙ୍କୁ ଚୋରା ଶୀକାର ଏବଂ ବେପାରରୁ ରକ୍ଷା କରିବା ପାଇଁ ସେମାନଙ୍କୁ ସଂରକ୍ଷଣ ଦେଇ ସିଡ୍ୟୁଲ୍‌-୨ ତାଲିକାରେ ରଖିବାର ବର୍ଷେ ନ ପୁରୁଣୁ ତାଙ୍କୁ ଟ୍ରେଡିଂ ଲାଇସେନ୍ସ ଦେବା କେନ୍ଦ୍ର ସରକାରଙ୍କ କଣ ଯେ ହଠାତ ଦରକାର ପଡ଼ିଲା ତାହା ଜଣାପଡ଼ୁନାହିଁ।

ସେପଟେ ଟ୍ରେଡିଂ ଲାଇସେନ୍ସ ବ୍ୟବସ୍ଥାକୁ ନେଇ ବିଦେଶୀ ପ୍ରାଣୀଙ୍କ ବେପାର କରୁଥିବା ପେଟ ସପ ମାଲିକମାନେ ନୂତନ ନିୟମକୁ ସ୍ବାଗତ କରିଛନ୍ତି। ଏ ଲାଇସେନ୍ସ ବ୍ୟବସ୍ଥା ଦ୍ୱାରା ପେଟ ସପ ମାଲିକମାନେ ବିଦେଶରୁ ବନ୍ୟପ୍ରାଣୀ ଆମଦାନୀ କରିବା ବାଟ ଫିଟିଯିବ। ଭୁବନେଶ୍ୱରର ଏକ ପେଟ୍‌ସପ୍‌ର ମାଲିକ ସତ୍ୟ ଶଙ୍କର ବିଶ୍ୱାଳ କହିଛନ୍ତି, ଆମର ସିଡ୍ୟୁଲ-୨ ରେ ଥିବା ଭାରତୀୟ ବନ୍ୟପ୍ରାଣୀଙ୍କୁ ଟ୍ରେଡିଂ ପାଇଁ ଲାଇସେନ୍ସ ଦରକାର ନାହିଁ। ସିଡ୍ୟୁଲ-୪ ପ୍ରାଣୀଙ୍କ ପାଇଁ ଲାଇସେନ୍ସ ମିଳିଲେ ଆମକୁ ବିଦେଶରୁ ଭଲ ପ୍ରଜାତିର ଏକଜୋଟିକ ପ୍ରାଣୀ ଆମଦାନୀ କରିବା ପାଇଁ ସୁଯୋଗ ମିଳିବ। ଉଲ୍ଲେଖଯୋଗ୍ୟ, ନୂତନ ବା ସଂଶୋଧିତ ବନ୍ୟପ୍ରାଣୀ ଆଇନରେ ବିଦେଶୀ(Exotic) ପ୍ରାଣୀଙ୍କୁ ସିଡ୍ୟୁଲ-୪ ତାଲିକାରେ ସ୍ଥାନ ଦିଆଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଭାରତରେ ବ୍ୟାପିଲା ବାର୍ଡ ଫ୍ଲୁ ସଂକ୍ରମଣ; ଏହିସବୁ ରାଜ୍ୟରେ ଜାରି ହେଲା ସତର୍କତା

ନୂଆଦିଲ୍ଲୀ,୨।୧: କେରଳର ଆଲପୁଜା ଏବଂ କୋଟାୟମ ସମେତ କିଛି ଅଞ୍ଚଳରେ ବାର୍ଡ ଫ୍ଲୁ ବା ପକ୍ଷୀ ଜ୍ୱର ମାମଲା ଚିହ୍ନଟ ହୋଇଛି। ଏହାକୁ ଦୃଷ୍ଟିରେ ରଖି...

ଉମର ଖଲିଦ୍‌ଙ୍କୁ ଚିଠି ଲେଖିଲେ NYC ମେୟରଙ୍କ ସମେତ ୮ ଆମେରିକୀୟ ସାଂସଦ, ଭାରତକୁ କଲେ ବଡ ଅପିଲ୍

ନୂଆଦିଲ୍ଲୀ,୨।୧: ୨୦୨୦ ଦିଲ୍ଲୀ ଦଙ୍ଗା ମାମଲାରେ ପାଞ୍ଚ ବର୍ଷରୁ ଅଧିକ ସମୟ ଧରି ଜେଲରେ ଥିବା ଉମର ଖାଲିଦ୍‌ଙ୍କୁ ଆମେରିକାରୁ ଆସିଛି ସମର୍ଥନର ଚିଠି। ୟୁଏପିଏ...

ଫେବୃଆରୀ ୧ରୁ FASTag ନିୟମରେ ହେବ ବଡ଼ ପରିବର୍ତ୍ତନ

ନୂଆଦିଲ୍ଲୀ,୧।୧: କେନ୍ଦ୍ର ସରକାର FASTag ନିୟମରେ ବଡ଼ ପରିବର୍ତ୍ତନ କରିବାକୁ ଯାଉଛନ୍ତି। ଏହା ଅଧୀନରେ, ଗାଡ଼ି ମାଲିକଙ୍କୁ FASTag ପାଇବା ପାଇଁ ଆଉ KYC ପୂରଣ...

ସାବରିମାଲା ଦୁର୍ନୀତିର ବଡ଼ ପର୍ଦ୍ଦାଫାଶ

କୋଚି,୧ା୧: କେରଳ ହାଇକୋର୍ଟଙ୍କ ତରଫରୁ ସାବରିମାଲା ମନ୍ଦିରର ସୁନା ଚୋରି ଘଟଣାର ତଦନ୍ତ ଆରମ୍ଭ କରିଥିବା ସ୍ୱତନ୍ତ୍ର ତଦନ୍ତକାରୀ ଟିମ୍‌ (ଏସ୍‌ଆଇଟି) ମନ୍ଦିର ଗର୍ଭଗୃହର ଦ୍ୱରାପାଳକ...

ଏହି ଦିନ ଗଡ଼ିବ ଭାରତର ପ୍ରଥମ ବୁଲେଟ୍ ଟ୍ରେନ୍: ବୁକ୍ କରନ୍ତୁ ଟିକେଟ୍

ନୂଆଦିଲ୍ଲୀ,୧।୧: ଭାରତୀୟ ପରିବହନ କ୍ଷେତ୍ରରେ ଏକ ଐତିହାସିକ ଅଧ୍ୟାୟ ଯୋଡ଼ି ହେବାକୁ ଯାଉଛି। ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ଘୋଷଣା ଅନୁଯାୟୀ, ଆସନ୍ତା ଅଗଷ୍ଟ ୧୫,...

୨୦୨୬ରେ ଲେଖା ହେବ ମହାକାଶ ବିଜ୍ଞାନର ନୂଆ ଅଧ୍ୟାୟ: ଭାରତ, ଆମେରିକା ରଚିବେ ଇତିହାସ

ନୂଆଦିଲ୍ଲୀ,୧।୧: ୨୦୨୬ ବର୍ଷଟି ବିଶ୍ୱ ମହାକାଶ ଇତିହାସରେ ଏକ ନୂତନ ଯୁଗର ସୂତ୍ରପାତ କରିବାକୁ ଯାଉଛି। ଭାରତର ‘ଇସ୍ରୋ’ ଏବଂ ଆମେରିକାର ‘ନାସା’ ଦୁଇଟି ଭିନ୍ନ...

ଚମକାଇ ଦେଲା ୫୩ ବର୍ଷିୟ ନ୍ୟୁରୋସର୍ଜନଙ୍କ ଅସମୟ ମୃତ୍ୟୁ, ୩ ଦିନ ପୂର୍ବରୁ କରିଥିଲେ ECG, ନର୍ମାଲ ରିପୋର୍ଟ ପରେ ହାର୍ଟ ଆଟାକରେ ହେଲା…

ନାଗପୁର,୧।୧: ନାଗପୁରର ଜଣେ ପ୍ରସିଦ୍ଧ ନ୍ୟୁରୋସର୍ଜନ ଡକ୍ଟର ଚନ୍ଦ୍ରଶେଖର ପାଖମୋଡେ ଡିସେମ୍ବର ୩୧ ତାରିଖ ସକାଳେ ୫୩ ବର୍ଷ ବୟସରେ ହୃଦଘାତରେ ମୃତ୍ୟୁବରଣ କରିଛନ୍ତି। ଏହି...

ଭାରତ-ପାକିସ୍ତାନ ପରସ୍ପରକୁ ଦେଲେ ପରମାଣୁ ଘାଟିର ଠିକଣା, କାହିଁକି ନୂଆବର୍ଷରେ ଏମିତି କଲେ ଦୁଇ ଦେଶ? ଜାଣନ୍ତୁ…

ନୂଆଦିଲ୍ଲୀ/ଇସଲାମାବାଦ,୧।୧: ଭାରତ ଏବଂ ପାକିସ୍ତାନ ଗୁରୁବାର (ଡିସେମ୍ବର ୧, ୨୦୨୫) କୂଟନୈତିକ ଚ୍ୟାନେଲ ମାଧ୍ୟମରେ ପରମାଣୁ ପ୍ରତିଷ୍ଠାନ ଏବଂ ସୁବିଧାଗୁଡ଼ିକର ତାଲିକା ଆଦାନପ୍ରଦାନ କରିଥିଲେ। ଭାରତୀୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri