Posted inଜାତୀୟ

କେନ୍ଦ୍ରର ବିଜ୍ଞାପନ ଖର୍ଚ୍ଚ: ୫ ବର୍ଷରେ ୨,୬୦୨ କୋଟି

ନୂଆଦିଲ୍ଲୀ,୧୦ା୨: କେନ୍ଦ୍ର ସରକାର ଗତ ୫ ବର୍ଷ ମଧ୍ୟରେ ବିଭିନ୍ନ ପ୍ରିଣ୍ଟ ଓ ଇଲେକ୍ଟ୍ରୋନିକ୍‌ ଗଣମାଧ୍ୟମରେ ବିଜ୍ଞାପନ ବାବଦକୁ ୨,୫୦୦ କୋଟି ଟଙ୍କା ଖର୍ଚ୍ଚ କରିଛନ୍ତି। ଅନ୍ୟ ବିଜ୍ଞାପନ ଖର୍ଚ୍ଚକୁ ମିଶାଇଲେ ଏହା ପ୍ରାୟ ୨,୬୦୨ କୋଟି ଟଙ୍କା ହେବ ବୋଲି ଗୁରୁବାର ସୂଚନା ଓ ପ୍ରସାରଣ ମନ୍ତ୍ରଣାଳୟ ପକ୍ଷରୁ ପାର୍ଲାମେଣ୍ଟକୁ ଅବଗତ କରାଯାଇଛି। ରାଜ୍ୟ ସଭାରେ ପଚରାଯାଇଥିବା ଏକ ପ୍ରଶ୍ନର ଲିଖିତ ଉତ୍ତରରେ ସୂଚନା ଓ ପ୍ରସାରଣ ମନ୍ତ୍ରୀ ଅନୁରାଗ ଠାକୁର କହିଥିଲେ, ସରକାର ୨୦୧୭-୧୮ରୁ ଅଦ୍ୟାବଧି ମୁଦ୍ରଣ ଓ ବୈଦ୍ୟୁତିକ ଗଣମାଧ୍ୟମଗୁଡ଼ିକୁ ୨,୬୦୧.୯୮ କୋଟି ଟଙ୍କାର ବିଜ୍ଞାପନ ଦେଇଛନ୍ତି। ୫ ବର୍ଷରେ ପ୍ରିଣ୍ଟ ମିଡିଆରେ ୧,୬୫୪.୫୭ କୋଟି ଟଙ୍କା ଖର୍ଚ୍ଚ ହୋଇଛି। ୨୦୨୧-୨୨ରେ ୫,୬୦୮ ଖବରକାଗଜକୁ ବିଜ୍ଞାପନ ବାବଦରେ ଅଦ୍ୟାବଧି ୯୬.୩୯ କୋଟି ଟଙ୍କା ଦିଆଯାଇଛି। ୨୦୨୦-୨୧ରେ ୫,୨୧୧ ଖବରକାଗଜକୁ ୧୯୭.୪୯ କୋଟି ଟଙ୍କାର ବିଜ୍ଞାପନ ଦିଆଯାଇଥିବାବେଳେ ୨୦୧୯-୨୦ରେ ୫,୩୨୬ ଖବରକାଗଜକୁ ୨୯୫.୦୫ କୋଟି ଟଙ୍କା ପଇଠ କରାଯାଇଥିଲା। ସେହିପରି ୨୦୧୮-୧୯ରେ ୫,୬୩୧ ଖବରକାଗଜକୁ ୪୨୯.୫୫ କୋଟି ଏବଂ ୨୦୧୭-୧୮ରେ ୬,୭୮୨ ନ୍ୟୁଜପେପରକୁ ୬୩୬ କୋଟି ଟଙ୍କା ବିଜ୍ଞାପନ ବାବଦରେ ଦିଆଯାଇଥିଲା। କେନ୍ଦ୍ରମନ୍ତ୍ରୀ ଆହୁରି କହିଥିଲେ, ଗତ ୫ ବର୍ଷ ମଧ୍ୟରେ ୧,୩୧୮ ଟିଭି ଚ୍ୟାନେଲକୁ ୪୭୯.୬୧ କୋଟି ଟଙ୍କାର ବିଜ୍ଞାପନ ଦିଆଯାଇଥିଲା। ଏହି ଅବଧି ମଧ୍ୟରେ ୧,୬୯୪ଟି ଏଫ୍‌ଏମ୍‌ ରେଡିଓ ଚ୍ୟାନେଲ ୪୬୦.୬୦ କୋଟି ଟଙ୍କାର ବିଜ୍ଞାପନ ପାଇଛନ୍ତି। ସେହିପରି ୨୦୦୭ରୁ ବର୍ତ୍ତମାନ ସୁଦ୍ଧା ସାମାଜିକ ଗଣମାଧ୍ୟମରେ କେନ୍ଦ୍ର ସରକାର ୭.୨୦ କୋଟି ଟଙ୍କା ବିଜ୍ଞାପନ ବାବଦରେ ଖର୍ଚ୍ଚ କରିଛନ୍ତି ବୋଲି କେନ୍ଦ୍ରମନ୍ତ୍ରୀ ଅନୁରାଗ ଠାକୁର ଗୃହକୁ ଅବଗତ କରାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଟ୍ରେନ୍‌ ଟିକେଟ ବୁକିଂ ନିୟମ ବଦଳାଇଲା IRCTC, ଯାତ୍ରା କରିବାକୁ ଥିଲେ ଜାଣି ନିଅନ୍ତୁ…

ନୂଆଦିଲ୍ଲୀ,୩୦।୧୨: ଭାରତୀୟ ରେଳବାଇ ଆଧାର-ଯାଞ୍ଚ ହୋଇଥିବା IRCTC ଆକାଉଣ୍ଟ୍ ଧାରୀମାନଙ୍କ ପାଇଁ ବଡ଼ ରାହତ ଘୋଷଣା କରିଛି। ଆଡ଼ଭାନ୍ସ ରିଜର୍ଭେସନ୍ ପିରିଅଡ୍ (ARP)ର ପ୍ରଥମ ଦିନରେ...

ମହିଳାକୁ ହତ୍ୟା ଅଭିଯୋଗ, ପୋଲିସର ତନାଘନା

ଗୋପାଳପୁର,୩୦ା୧୨(ନବୀନ ରାଜ ଆଚାରୀ): ଗୋଳନ୍ଥରା ଥାନା ଅଞ୍ଚଳରେ ସୋମବାର ବିଳମ୍ବିତ ରାତିରେ ଜଣେ ମହିଳାଙ୍କୁ ତାଙ୍କ ସ୍ବାମୀ ହତ୍ୟା କରିଥିବା ଅଭିଯୋଗ ହୋଇଛି। ଫାସୀନୂଆପଡା ଗ୍ରାମରେ...

ସୁରୁଖୁରୁରେ ଧାନକିଣାକୁ ଗୁରୁତ୍ୱ ଚାଷୀ, ସମବାୟ ଓ ଯୋଗାଣ ବିଭାଗ ଅଧିକାରୀଙ୍କୁ ନେଇ ବୈଠକ

ଛତ୍ରପୁର,୩୦ା୧୨(ଦିଲୀପ ସାମଲ): ଚଳିତ ବର୍ଷ ଜିଲାରେ ଧାନକିଣା ସୁରୁଖୁରୁରେ କରିବା ପାଇଁ ମଙ୍ଗଳବାର ଚାଷୀ, ସମବାୟ ଓ ଯୋଗାଣ ବିଭାଗର ଅଧିକାରୀମାନଙ୍କୁ ନେଇ ତ୍ରିପାକ୍ଷିକ ବୈଠକ...

ଆର୍‌ସିବିକୁ ବଡ଼ ଝଟ୍‌କା, ଏହି କାରଣରୁ ଖେଳିବେ ନାହିଁ…

ନୂଆଦିଲ୍ଲୀ, ୩୦।୧୨: ମହିଳା ପ୍ରିମିଅର୍ ଲିଗ୍ (WPL) ୨୦୨୬ ଆରମ୍ଭ ହେବାକୁ ମାତ୍ର କିଛି ଦିନ ବାକି ଥିବାବେଳେ ରୟାଲ୍ ଚ୍ୟାଲେଞ୍ଜର୍ସ ବେଙ୍ଗଲୁରୁ (RCB) ଟିମ୍‌କୁ...

ରାଜ୍ୟସ୍ତରୀୟ ଟାଏକୋଣ୍ଡୋରେ ସଫଳତା: ଛୁଟୁଛି ଶୁଭେଚ୍ଛାର ସୁଅ

ରାଇକିଆ,୩୦ା୧୨ (ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ସେଣ୍ଟ କ୍ୟାଥରିନ ବିଦ୍ୟାଳୟରଛାତ୍ରୀଛାତ୍ରମାନେ ରାଜ୍ୟସ୍ତରୀୟ ଟାଏକୋଣ୍ଡୋ କ୍ରୀଡ଼ାରେ ସଫଳତା ଅର୍ଜନ କରିଛନ୍ତି। ଭଦ୍ରକ ଠାରେ ଅନୁଷ୍ଠିତ ୩ଦିନିଆ...

ଟିମ୍‌ ଇଣ୍ଡିଆକୁ ଫେରିପାରନ୍ତି ମହମ୍ମଦ ସାମି: ବିଶ୍ୱକପ୍ ପୂର୍ବରୁ ବଦଳିପାରେ ଚୟନକର୍ତ୍ତାଙ୍କ ନିଷ୍ପତି

ମୁମ୍ବାଇ,୩୦।୧୨: ଅଭିଜ୍ଞ ଦ୍ରୁତ ବୋଲର ମହମ୍ମଦ ସାମିଙ୍କୁ ନେଇ ବିସିସିଆଇ ଚୟନକର୍ତ୍ତା ଏକ ବଡ଼ ନିଷ୍ପତ୍ତି ନେବାକୁ ଯାଉଛନ୍ତି। ଫିଟ୍‌ନେସ୍‌ ଏବଂ ବୟସକୁ ନେଇ ଚାଲିଥିବା...

ଦେଶର GDP’କୁ ଅତିକ୍ରମ କଲା ଭାରତୀୟ ପରିବାର ପାଖରେ ଥିବା ସୁନା ମୂଲ୍ୟ

ନୂଆଦିଲ୍ଲୀ,୩୦।୧୨: ଭାରତୀୟ ପରିବାରଗୁଡ଼ିକ ପାଇଁ ସୁନା କେବଳ ଏକ ଅଳଙ୍କାର ନୁହେଁ, ବରଂ ଏହା ଭାବପ୍ରବଣତା ଏବଂ ଆର୍ଥିକ ସୁରକ୍ଷାର ଏକ ପ୍ରତୀକ। ବିଶ୍ୱ ବଜାରରେ...

ବର୍ଷର ଶେଷ ଦିନ ସଂହ ରାଶି ସହ ୫ରାଶିର ଫିଟିଯିବ ଭାଗ୍ୟ! ବାଜିବ ଲଟେରୀ

ଆସନ୍ତାକାଲି ହେଉଛି ୨୦୨୫ ବର୍ଷର ଶେଷ ୩୧ତମ ଦିନ ଏବଂ ବୁଧବାର। ବୁଧବାର ଦିନ ପ୍ରତିବନ୍ଧକ ଦୂରକାରୀ ଭଗବାନ ଗଣେଶ ଏବଂ ଜ୍ଞାନ ଏବଂ ବିବେକର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri