Posted inଜାତୀୟ

କେନ୍ଦ୍ରର ବିଜ୍ଞାପନ ଖର୍ଚ୍ଚ: ୫ ବର୍ଷରେ ୨,୬୦୨ କୋଟି

ନୂଆଦିଲ୍ଲୀ,୧୦ା୨: କେନ୍ଦ୍ର ସରକାର ଗତ ୫ ବର୍ଷ ମଧ୍ୟରେ ବିଭିନ୍ନ ପ୍ରିଣ୍ଟ ଓ ଇଲେକ୍ଟ୍ରୋନିକ୍‌ ଗଣମାଧ୍ୟମରେ ବିଜ୍ଞାପନ ବାବଦକୁ ୨,୫୦୦ କୋଟି ଟଙ୍କା ଖର୍ଚ୍ଚ କରିଛନ୍ତି। ଅନ୍ୟ ବିଜ୍ଞାପନ ଖର୍ଚ୍ଚକୁ ମିଶାଇଲେ ଏହା ପ୍ରାୟ ୨,୬୦୨ କୋଟି ଟଙ୍କା ହେବ ବୋଲି ଗୁରୁବାର ସୂଚନା ଓ ପ୍ରସାରଣ ମନ୍ତ୍ରଣାଳୟ ପକ୍ଷରୁ ପାର୍ଲାମେଣ୍ଟକୁ ଅବଗତ କରାଯାଇଛି। ରାଜ୍ୟ ସଭାରେ ପଚରାଯାଇଥିବା ଏକ ପ୍ରଶ୍ନର ଲିଖିତ ଉତ୍ତରରେ ସୂଚନା ଓ ପ୍ରସାରଣ ମନ୍ତ୍ରୀ ଅନୁରାଗ ଠାକୁର କହିଥିଲେ, ସରକାର ୨୦୧୭-୧୮ରୁ ଅଦ୍ୟାବଧି ମୁଦ୍ରଣ ଓ ବୈଦ୍ୟୁତିକ ଗଣମାଧ୍ୟମଗୁଡ଼ିକୁ ୨,୬୦୧.୯୮ କୋଟି ଟଙ୍କାର ବିଜ୍ଞାପନ ଦେଇଛନ୍ତି। ୫ ବର୍ଷରେ ପ୍ରିଣ୍ଟ ମିଡିଆରେ ୧,୬୫୪.୫୭ କୋଟି ଟଙ୍କା ଖର୍ଚ୍ଚ ହୋଇଛି। ୨୦୨୧-୨୨ରେ ୫,୬୦୮ ଖବରକାଗଜକୁ ବିଜ୍ଞାପନ ବାବଦରେ ଅଦ୍ୟାବଧି ୯୬.୩୯ କୋଟି ଟଙ୍କା ଦିଆଯାଇଛି। ୨୦୨୦-୨୧ରେ ୫,୨୧୧ ଖବରକାଗଜକୁ ୧୯୭.୪୯ କୋଟି ଟଙ୍କାର ବିଜ୍ଞାପନ ଦିଆଯାଇଥିବାବେଳେ ୨୦୧୯-୨୦ରେ ୫,୩୨୬ ଖବରକାଗଜକୁ ୨୯୫.୦୫ କୋଟି ଟଙ୍କା ପଇଠ କରାଯାଇଥିଲା। ସେହିପରି ୨୦୧୮-୧୯ରେ ୫,୬୩୧ ଖବରକାଗଜକୁ ୪୨୯.୫୫ କୋଟି ଏବଂ ୨୦୧୭-୧୮ରେ ୬,୭୮୨ ନ୍ୟୁଜପେପରକୁ ୬୩୬ କୋଟି ଟଙ୍କା ବିଜ୍ଞାପନ ବାବଦରେ ଦିଆଯାଇଥିଲା। କେନ୍ଦ୍ରମନ୍ତ୍ରୀ ଆହୁରି କହିଥିଲେ, ଗତ ୫ ବର୍ଷ ମଧ୍ୟରେ ୧,୩୧୮ ଟିଭି ଚ୍ୟାନେଲକୁ ୪୭୯.୬୧ କୋଟି ଟଙ୍କାର ବିଜ୍ଞାପନ ଦିଆଯାଇଥିଲା। ଏହି ଅବଧି ମଧ୍ୟରେ ୧,୬୯୪ଟି ଏଫ୍‌ଏମ୍‌ ରେଡିଓ ଚ୍ୟାନେଲ ୪୬୦.୬୦ କୋଟି ଟଙ୍କାର ବିଜ୍ଞାପନ ପାଇଛନ୍ତି। ସେହିପରି ୨୦୦୭ରୁ ବର୍ତ୍ତମାନ ସୁଦ୍ଧା ସାମାଜିକ ଗଣମାଧ୍ୟମରେ କେନ୍ଦ୍ର ସରକାର ୭.୨୦ କୋଟି ଟଙ୍କା ବିଜ୍ଞାପନ ବାବଦରେ ଖର୍ଚ୍ଚ କରିଛନ୍ତି ବୋଲି କେନ୍ଦ୍ରମନ୍ତ୍ରୀ ଅନୁରାଗ ଠାକୁର ଗୃହକୁ ଅବଗତ କରାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

‘କାଲି ତ ମୁଁ ମ୍ୟାଚ୍ ଖେଳିଥାଆନ୍ତି…’, ନିଜ ମୃତ୍ୟୁ ଖବର ଦେଖି ହସିଲେ କ୍ରିକେଟର, ଭାଇରାଲ୍‌ ହେଉଛି ଭିଡିଓ

ନୂଆଦିଲ୍ଲୀ,୩୦।୯: ପାକିସ୍ତାନୀ କ୍ରିକେଟର ଆଜମ ଖାନଙ୍କ ମୃତ୍ୟୁ ଖବର ଦେଖି ନିଜେ ହିଁ ହସିଲେ ଆଜମ । ସୋସିଆଲ ମିଡିଆରେ ତାଙ୍କର ଏକ ଭିଡିଓ ଭାଇରାଲ୍‌ ହେଉଛି,…

ମୋଦି କ୍ୟାବିନେଟରେ ବଡ଼ ନିଷ୍ପତ୍ତି, କୃଷକଙ୍କ ପାଇଁ କଲେ ବଡ଼ ଘୋଷଣା

ନୂଆଦିଲ୍ଲୀ,୩୦।୯: ଆଜି ପ୍ରଧାନମନ୍ତ୍ରୀ ମୋଦିଙ୍କ ଅଧ୍ୟକ୍ଷତାରେ କ୍ୟାବିନେଟ ବୈଠକ ଏବଂ ଅର୍ଥନୈତିକ ବ୍ୟାପାର ସମ୍ୱନ୍ଧୀୟ କ୍ୟାବିନେଟ କମିଟି (CCEA)ରେ ଅନେକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। କ୍ୟାବିନେଟ ‘ପିଏମ…

ଘଣ୍ଟାରେ ୧୦ଟା ବାଜିବା କ୍ଷଣି ମନେ ପଡ଼ିବେ ଭଗବାନ, ସ୍ମୃତି ଅନୁଭୂତି ବଖାଣି ବିଦ୍ୟାଳୟ କର୍ମଚାରୀ କହିଲେ…

ପାଟଣା,୩୦ା୯(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ତୁରୁମୁଙ୍ଗାସ୍ଥିତ ଦଧିବାମନ ଉଚ୍ଚମାଧ୍ୟମିକ ବିଦ୍ୟାଳୟର ଚତୁର୍ଥ ଶ୍ରେଣୀ କର୍ମଚାରୀ ଭଗବାନ ମହାନ୍ତ ବୁଧବାର ସରକାରୀ ଚାକିରିରୁ ଅବସର ଗ୍ରହଣ…

ACF ସୌମ୍ୟରଞ୍ଜନ ମୃତ୍ୟୁ ମାମଲା: ରୋଷେୟାଙ୍କୁ ଗିରଫ କଲା ପୋଲିସ, ସ୍ତ୍ରୀ ବିଦ୍ୟାଭାରତୀଙ୍କର…

ଗଜପତି,୩୦ା୯(ଗିରିଧାରୀ ପରିଚ୍ଛା): ବହୁଚର୍ଚ୍ଚିତ ଏସିଏଫ୍‌ ସୌମ୍ୟରଞ୍ଜନ ମହାପାତ୍ର ମୃତ୍ୟୁ ମାମଲାରେ ଅନ୍ୟତମ ଅଭିଯୁକ୍ତ ରୋଷେୟା ମନ୍ମଥ କୁମ୍ଭଙ୍କୁ ପାରଳାଖେମୁଣ୍ଡି ପୋଲିସ ଗିରଫ କରିଛି। ଏସ୍‌ଡିଜେଏମ୍‌ ପାରଳାଖେମୁଣ୍ଡିଙ୍କ ଅଦାଲତରୁ…

ପଛରେ ପଡ଼ିଗଲେ କୋହଲି: ଗିଲ୍‌ ଦେଉଛନ୍ତି ଜୋରଦାର ଚ୍ୟାଲେଞ୍ଜ

ନୂଆଦିଲ୍ଲୀ,୩୦।୯: ଆଇସିସିର ସଦ୍ୟତମ ଦିନିକିଆ ବ୍ୟାଟିଂ ରାଙ୍କିଙ୍ଗରେ ଭାରତୀୟ ଦଳର ଦୁଇ ଷ୍ଟାର୍‌ ବ୍ୟାଟରଙ୍କ ମଧ୍ୟରେ ଜୋରଦାର ଲଢ଼େଇ ଦେଖିବାକୁ ମିଳିଛି। ଶୁବମନ ଗିଲ ନମ୍ବର-୧ ସ୍ଥାନ…

ଦିନେ କରୁଥିଲେ ନକଲ, ଏବେ ଟିମ୍‌ ଇଣ୍ଡିଆ ପାଇଁ ଡେବ୍ୟୁ କରିବେ ଏହି କ୍ରିକେଟର୍‌

ନୂଆଦିଲ୍ଲୀ,୩୦।୯: କୁହାଯାଏ, ନକଲ ପାଇଁ ମଧ୍ୟ ଅକଲ ଦରକାର। ଦକ୍ଷିଣ ଆଫ୍ରିକାର ପୂର୍ବତନ ଦ୍ରୁତ ବୋଲର ଡେଲ ଷ୍ଟେନଙ୍କ ଆଦର୍ଶ ମାନି ତାଙ୍କ ବୋଲିଂ ଆକ୍ସନ ଓ…

ଟିମ ମାହୋଲରେ ଖୁସିନାହାନ୍ତି ବିରାଟ କୋହଲି: ଚାଞ୍ଚଲ୍ୟକର ବୟାନ ଦେଲେ କ୍ରିକେଟ୍‌ କିମ୍ବଦନ୍ତୀ

ନୂଆଦିଲ୍ଲୀ,୩୦।୯: ୱେଷ୍ଟଇଣ୍ଡିଜ ବିପକ୍ଷ ଦିନିକିଆ ସିରିଜ୍‌ରେ ବ୍ୟସ୍ତ ଅଛନ୍ତି ବିରାଟ କୋହଲି। ଏହି ସମୟରେ ପୂର୍ବତନ ଭାରତୀୟ କ୍ରିକେଟର ମହମ୍ମଦ କୈଫ ବିରାଟଙ୍କ ଟେଷ୍ଟ କ୍ରିକେଟରୁ ଅବସରକୁ…

ମହାନଦୀର ପଛୁଆ ପାଣିରେ ବୁଡ଼ିଲା ରାସ୍ତାଘାଟ, ଡଙ୍ଗା ପାଲଟିଛି ସାହାରା

ଖୋର୍ଦ୍ଧା,୩୦ା୯(ପ୍ରଭାତ ପାଣିଗ୍ରାହୀ): ମହାନଦୀର ପଛୁଆ ପାଣି ପ୍ରବେଶ ଯୋଗୁ ଖୋର୍ଦ୍ଧା ବ୍ଲକରେ ବନ୍ୟାଜଳ ପରିସ୍ଥିତି ସୃଷ୍ଟି ହୋଇଛି। ଏହି ବ୍ଲକ ଓରବରସିଂହ ପଞ୍ଚାୟତର ହିରୁମୂଳକୁ ସଂଯୋଗ କରୁଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?