ସମୀକ୍ଷା କଲେ କେନ୍ଦ୍ରୀୟ ପ୍ରତିନିଧି

ବାରିପଦା ଅଫିସ,୧୨।୬ କେନ୍ଦ୍ର ସରକାରଙ୍କ ଆଦିବାସୀ ମନ୍ତ୍ରଣାଳୟ ପକ୍ଷରୁ ଏକ ତିନିଜଣିଆ ପ୍ରତିନିଧି ଦଳ ଶନିବାର ମୟୂରଭଞ୍ଜ ଜିଲା ଗସ୍ତରେ ଆସି ମିଶନ ଜୀବିକା ଓ ମିଶନ ସୁବିଦ୍ୟା ଯୋଜାନର ସମୀକ୍ଷା କରିଛନ୍ତି। ଏଥିରେ ଆଦିବାସୀ ମନ୍ତ୍ରଣାଳୟର ଉପସଚିବ ମନୋଜ କୁମାର ସିଂ, ଏନ୍‌ଇଏସ୍‌ଟିର ଯୁଗ୍ମ କମିଶନର ବିପିନ ଚନ୍ଦ୍ର ରାତୁରୀ ଓ ପରାମର୍ଶଦାତା ପ୍ରମୋଦ କୁମାର ଅଗ୍ରୱାଲ, ରାଜ୍ୟ ସରକାରଙ୍କ ପକ୍ଷରୁ ଫାଇନାନ୍ସ ମ୍ୟାଜେନର ସୁଶାନ୍ତ କୁମାର ବେହେରା, କେନ୍ଦ୍ର ଆଦିବାସୀ ବ୍ୟାପାର ଓ ଜଳଶକ୍ତି ମନ୍ତ୍ରୀଙ୍କ ପ୍ରତିନିଧି ହେମନ୍ତ କୁମାର ଶାହା ସମୀକ୍ଷା ବୈଠକରେ ଯୋଗ ଦେଇଥିଲେ। ଆଇଟିଡିଏର ପ୍ରକଳ୍ପ ଅଧିକାରୀ ବସନ୍ତ କୁମାର ସେଠୀ, ସ୍ବତନ୍ତ୍ର ଅଧିକାରିଣୀ ବିଦ୍ୟୁତଲତା ମହାପାତ୍ର, ସହକାରୀ ଅଧିକ୍ଷଣ ଯନ୍ତ୍ରୀ ଗଣପତି ଜେନା, ପ୍ରକଳ୍ପ ପରିଚାଳକ ଗଙ୍ଗାଧର ପ୍ରଧାନ, ବିଷୟବସ୍ତୁ ବିଶେଷଜ୍ଞ ଅମରେଶ ଚନ୍ଦ୍ର ବେହେରା, ସମସ୍ତ ଜୀବିକା ବିଶେଷଜ୍ଞ, ଏଫ୍‌ଆର୍‌ଏ ଜିଲା ସଂଯୋଜକ ପ୍ରଶାନ୍ତ ରାୟ ପ୍ରମୁଖ ଆଲେଚନାରେ ଅଂଶଗ୍ରହଣ କରି ଯୋଜନାଗୁଡ଼ିକର ରୂପରେଖ ସମ୍ପର୍କରେ ଅବଗତ କରିଛନ୍ତି। ଉକ୍ତ ବୈଠକରେ କେନ୍ଦ୍ରୀୟ ପ୍ରତିନିଧିମାନଙ୍କ ସହ ବାରିପଦାର ଜନୈକ ବ୍ୟବସାୟୀଙ୍କ ଉପସ୍ଥିତି ଓ କାଗଜପତ୍ର ତନଖି ସମୟରେ ବିଭିନ୍ନ ପ୍ରଶ୍ନବାଚୀ ସୃଷ୍ଟି କରି ଅଧିକାରୀମାନଙ୍କ ମନୋବଳକୁ ଦୁର୍ବଳ କରିବା ନେଇ ଅସନ୍ତୋଷ ପ୍ରକାଶ ପାଇଛି। ସରକାରୀ କାର୍ଯ୍ୟକ୍ରମରେ ସାମିଲ ହୋଇ ଏଭଳି ସମୀକ୍ଷା କରିବା ନେଇ ସାଧାରଣରେ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ରେଳ ଲାଇନ୍‌ ପାରି ହେଉଥିଲେ, ଧକ୍କା ଦେଲା ବାଙ୍ଗିରିପୋଷି-ରୁପ୍ସା ଟ୍ରେନ: ମୁଣ୍ଡରୁ ଗଣ୍ଡି ଅଲଗା…

ବୈଶିଙ୍ଗା, ୧।୪ (ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ମଛପଦା ନିକଟରେ ବୁଧବାର ରାତିରେ ଏକ ମର୍ମନ୍ତୁଦ ରେଳ ଦୁର୍ଘଟଣା ଘଟିଯାଇଛି। ବାଙ୍ଗିରିପୋଷି-ରୁପ୍ସା ଡିଏମୟୁ…

ଥାନାରେ ପଶି ଥାନାଧିକାରୀଙ୍କୁ ଗାଳିଗୁଲଜ କରି ଯୁବକ ଦେଲେ ହତ୍ୟା ଧମକ, ଭଦ୍ରଲୋକ ହୋଇ ଥାନାକୁ ଆସିଲେ,

ଉଦଳା,୧।୪(ସନ୍ତୋଷ କୁମାର ବାଛିନୀ): ଥାନାରେ ପଶି ହଙ୍ଗାମା କଲେ ଯୁବକ । ମହିଳା ଥାନା ଅଧିକାରୀଙ୍କ ସହିତ ଅନ୍ୟ ମହିଳା ଅଧିକାରୀଙ୍କୁ ଦୁର୍ବ୍ୟବହାର କରିଲେ ଯୁବକ। କପ୍ତିପଦା…

ଘରର ଲାଇନ୍‌ କାଟି ଖୁଡ଼ୀଙ୍କୁ ହତ୍ୟା କରିବାକୁ ଯାଇଥିଲେ ପୁତୁରା, ପାଟି କରିବାରୁ…

ମୋରଡ଼ା,୧ା୪(ସ୍ମାରକ ମାଜୀ): ନିଜ ଖୁଡ଼ୀକୁ ଡାହାଣୀ ସନ୍ଦେହ କରି ଜୀବନରୁ ମାରିଦେବାକୁ ପୁତୁରା ଉଦ୍ୟମ କରିଥିବା ଘଟଣା ଦେଖିବାକୁ ମିଳିଛି ମୟୂରଭଞ୍ଜ ଜିଲା ରାସଗୋବିନ୍ଦପୁର ଥାନା ଅଧୀନ…

କଳିଯୁଗର ବୋହୂ…ଶାଶୁଙ୍କୁ ନିର୍ଘାତ ମାଡ଼ ମାରିବା ପରେ ପନିକିରେ ହାଣିଲେ, ସବୁ ଦେଖି ଚୁପ୍ ଥିଲେ ପୁଅ

ଉଦଳା,୩୧।୩(ସନ୍ତୋଷ କୁମାର ବାଛିନୀ): ବୋହୂ ସାଜିଲେ ରାକ୍ଷସୀ। ଗୁଣି ସନ୍ଦେହରେ ଶାଶୁଙ୍କୁ ଅତି ନିର୍ଦ୍ଦୟ ଭାବେ ଘର ଭିତରେ ପନିକିରେ ହାଣିଲା ବୋହୂ । ଆଉ ଏ…

ଶିମିଳିପାଳ ସୁରକ୍ଷା ପାଇଁ ଏକାଠି ହେଲେ ଗ୍ରାମବାସୀ

ବାରିପଦା,୩୦ା୩(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଶ୍ୟାମାଖୁଣ୍ଟ ବ୍ଲକ ଅଧୀନ ରଙ୍ଗମାଟିଆସ୍ଥିତ ପଞ୍ଚାୟତ କଲ୍ୟାଣ ମଣ୍ଡପରେ ଶିମିଳିପାଳର ସୁରକ୍ଷା ନେଇ ଏକ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି।…

ହଷ୍ଟେଲରେ ଖାଇବା ପରେ ବିଗିଡ଼ିଲା ଛାତ୍ରୀଙ୍କ ସ୍ବାସ୍ଥ୍ୟ, ହସ୍ପିଟାଲରେ ଭର୍ତ୍ତି ହେଲେ ୧୫

ମୋରଡ଼ା,୩୦।୩(ସ୍ମାରକ ମାଜୀ): କର୍ତ୍ତୃପକ୍ଷଙ୍କ ଅବହେଳା ଯୋଗୁଁ ୧୫ ଜଣ ଛାତ୍ରୀ ଗୁରୁତର ହୋଇ ଡାକ୍ତରଖାନାରେ ଚିକିତ୍ସିତ ହେଉଛନ୍ତି । ଏମିତି ଘଟଣା ଦେଖିବାକୁ ମିଳିଛି ମୟୂରଭଞ୍ଜ ଜିଲା…

ଶିମିଳିପାଳରେ ଶିକାରୀଙ୍କୁ ଧରିଲା AI କ୍ୟାମେରା, ବନ୍ଧୁକ-ବିସ୍ଫୋରକ ଜବତ

ବାରିପଦା,୨୯ା୩(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଶିମିଳିପାଳ ଅଭୟାରଣ୍ୟରେ ଖଞ୍ଜ ଯାଇଥିବା କୁତ୍ରିମ ବୁଦ୍ଧିମତା (AI) କ୍ୟାମେରାରେ କଏଦ ଫଟୋଚିତ୍ରକୁ ନେଇ ବନବିଭାଗ ଚଢ଼ାଉ କରି ଜଣେ…

ଏକାବେଳେ ତିନି ତିନି ଜଣଙ୍କୁ ଆକ୍ରମଣ କଲା ଭାଲୁ, ଜଣଙ୍କ ପରେ ଜଣଙ୍କୁ….

ଉଦଳା,୨୯।୩:(ସନ୍ତୋଷ କୁମାର ବାଛିନୀ): ସକାଳୁ ଶୌଚ ପାଇଁ  ଯାଇଥିଲେ, ହେଲେ ଅଚାନକ ଆକ୍ରମଣ କଲା ଭାଲୁ। ଭାଲୁ ଆକ୍ରମଣରେ ୩ ଗୁରୁତର ହୋଇଛନ୍ତି॥ କପ୍ତିପଦା ବନାଞ୍ଚଳ ତାଳଗଡି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri