ସମୀକ୍ଷା କଲେ କେନ୍ଦ୍ରୀୟ ପ୍ରତିନିଧି

ବାରିପଦା ଅଫିସ,୧୨।୬ କେନ୍ଦ୍ର ସରକାରଙ୍କ ଆଦିବାସୀ ମନ୍ତ୍ରଣାଳୟ ପକ୍ଷରୁ ଏକ ତିନିଜଣିଆ ପ୍ରତିନିଧି ଦଳ ଶନିବାର ମୟୂରଭଞ୍ଜ ଜିଲା ଗସ୍ତରେ ଆସି ମିଶନ ଜୀବିକା ଓ ମିଶନ ସୁବିଦ୍ୟା ଯୋଜାନର ସମୀକ୍ଷା କରିଛନ୍ତି। ଏଥିରେ ଆଦିବାସୀ ମନ୍ତ୍ରଣାଳୟର ଉପସଚିବ ମନୋଜ କୁମାର ସିଂ, ଏନ୍‌ଇଏସ୍‌ଟିର ଯୁଗ୍ମ କମିଶନର ବିପିନ ଚନ୍ଦ୍ର ରାତୁରୀ ଓ ପରାମର୍ଶଦାତା ପ୍ରମୋଦ କୁମାର ଅଗ୍ରୱାଲ, ରାଜ୍ୟ ସରକାରଙ୍କ ପକ୍ଷରୁ ଫାଇନାନ୍ସ ମ୍ୟାଜେନର ସୁଶାନ୍ତ କୁମାର ବେହେରା, କେନ୍ଦ୍ର ଆଦିବାସୀ ବ୍ୟାପାର ଓ ଜଳଶକ୍ତି ମନ୍ତ୍ରୀଙ୍କ ପ୍ରତିନିଧି ହେମନ୍ତ କୁମାର ଶାହା ସମୀକ୍ଷା ବୈଠକରେ ଯୋଗ ଦେଇଥିଲେ। ଆଇଟିଡିଏର ପ୍ରକଳ୍ପ ଅଧିକାରୀ ବସନ୍ତ କୁମାର ସେଠୀ, ସ୍ବତନ୍ତ୍ର ଅଧିକାରିଣୀ ବିଦ୍ୟୁତଲତା ମହାପାତ୍ର, ସହକାରୀ ଅଧିକ୍ଷଣ ଯନ୍ତ୍ରୀ ଗଣପତି ଜେନା, ପ୍ରକଳ୍ପ ପରିଚାଳକ ଗଙ୍ଗାଧର ପ୍ରଧାନ, ବିଷୟବସ୍ତୁ ବିଶେଷଜ୍ଞ ଅମରେଶ ଚନ୍ଦ୍ର ବେହେରା, ସମସ୍ତ ଜୀବିକା ବିଶେଷଜ୍ଞ, ଏଫ୍‌ଆର୍‌ଏ ଜିଲା ସଂଯୋଜକ ପ୍ରଶାନ୍ତ ରାୟ ପ୍ରମୁଖ ଆଲେଚନାରେ ଅଂଶଗ୍ରହଣ କରି ଯୋଜନାଗୁଡ଼ିକର ରୂପରେଖ ସମ୍ପର୍କରେ ଅବଗତ କରିଛନ୍ତି। ଉକ୍ତ ବୈଠକରେ କେନ୍ଦ୍ରୀୟ ପ୍ରତିନିଧିମାନଙ୍କ ସହ ବାରିପଦାର ଜନୈକ ବ୍ୟବସାୟୀଙ୍କ ଉପସ୍ଥିତି ଓ କାଗଜପତ୍ର ତନଖି ସମୟରେ ବିଭିନ୍ନ ପ୍ରଶ୍ନବାଚୀ ସୃଷ୍ଟି କରି ଅଧିକାରୀମାନଙ୍କ ମନୋବଳକୁ ଦୁର୍ବଳ କରିବା ନେଇ ଅସନ୍ତୋଷ ପ୍ରକାଶ ପାଇଛି। ସରକାରୀ କାର୍ଯ୍ୟକ୍ରମରେ ସାମିଲ ହୋଇ ଏଭଳି ସମୀକ୍ଷା କରିବା ନେଇ ସାଧାରଣରେ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଡାଳରେ ଝୁଲିପଡ଼ିଲେ ନାବାଳକ-ଯୁବତୀ

ବାରିପଦା,୨୬ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ସ୍ଥାନୀୟ ସଦର ଥାନା ଅଧୀନ ଶଙ୍ଖାଭଙ୍ଖା ପଞ୍ଚାୟତ, ଶିଖରଘାଟି ଗ୍ରାମର ଏକ ଆମ୍ବଗଛ ଡାଳରେ ଜଣେ ନାବାଳକ ଓ ଯୁବତୀଙ୍କ ଝୁଲନ୍ତା...

ଯେତିକି ଲିଭୁଛି, ସେତିକି ଜଳୁଛି

ବାରିପଦା,୨୬ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଶିମିଳିପାଳ ଅଭୟାରଣ୍ୟରେ ପ୍ରତିଦିନ ବନାଗ୍ନି ଦେଖିବାକୁ ମିଳୁଛି। ସବୁଜିମା ଭରା ବିସ୍ତୀର୍ଣ୍ଣ ଅଞ୍ଚଳରେ ନିଆଁ ମାଡ଼ିଚାଲିଛି। କର୍ମଚାରୀମାନେ ଅକ୍ଳାନ୍ତ ପରିଶ୍ରମ କରି...

ଅସନ୍ତୁଷ୍ଟଙ୍କ ପାଇଁ ବଢୁଛି ଅଡୁଆ

ବୈଶିଙ୍ଗା,୨୬ା୪(ରତନ ଦାଶ):ସାଧାରଣ ନିର୍ବାଚନ ଯେତିକି ପାଖେଇ ଆସୁଛି ମୟୂରଭଞ୍ଜ ଜିଲା ବଡ଼ସାହି ବିଧାନସଭା ନିର୍ବାଚନ ମଣ୍ଡଳୀରେ ସବୁଦିନ କିଛି ନୂଆ କଥା ଦେଖିବାକୁ ମିଳୁଛି। ପ୍ରମୁଖ...

ଶିମିଳିପାଳର ୩୧ ପଏଣ୍ଟରେ ଲାଗିଛି ନିଆଁ

ବାରିପଦା,୨୫ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଶିମିଳିପାଳ ଅଭୟାରଣ୍ୟରେ ପ୍ରତିଦିନ ବନାଗ୍ନି ଦେଖିବାକୁ ମିଳୁଛି। ସବୁଜିମା ଭରା ବିସ୍ତୀର୍ଣ୍ଣ ଅଞ୍ଚଳରେ ନିଆଁ ମାଡ଼ି ଚାଲିଛି। କର୍ମଚାରୀମାନେ ଅକ୍ଳାନ୍ତ ପରିଶ୍ରମ...

ମିଶ୍ରଣ ପର୍ବରେ ବିଜେଡି କର୍ମୀଙ୍କୁ ଟାର୍ଗେଟ୍‌ କଲେ କଂଗ୍ରେସ କର୍ମୀ

ମୋରଡ଼ା,୨୫ା୪(ସ୍ମାରକ ମାଜୀ): ଆଗାମୀ ସାଧାରଣ ନିର୍ବାଚନ ପାଇଁ କଂଗ୍ରେସ ବଳ ଗୋଟାଇବାରେ ଲାଗିଛି। ଏହି ପରିପ୍ରେକ୍ଷୀରେ ଗୁରୁବାର ମୋରଡା ବ୍ଲକ ଅଧୀନ କଲରାଫୁଲିଆସ୍ଥିତ କଂଗ୍ରେସ କାର୍ଯ୍ୟାଳୟରେ...

ଆଉ ସହି ହେବନି,ଏଥର ଭୋଟ ବର୍ଜନ

ବାରିପଦା,୨୫ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ)ମୟୂରଭଞ୍ଜ ଜିଲା ଶିମିଳିପାଳ ଅଭୟାରଣ୍ୟ ପାଦଦେଶ ଯଦୁନାଥପୁର ପଞ୍ଚାୟତବାସୀ ଅବହେଳିତ ଓ ନିଷ୍ପେଷିିତ ଅବସ୍ଥାରେ ଜୀବନଯାପନ କରୁଛନ୍ତି। ଦେଶ ସ୍ବାଧୀନତାର ୭୭ବର୍ଷ ପରେ...

ଭାଜପାରେ ସାମିଲ ହେଲେ ବିଭିନ୍ନ ଦଳର ହଜାର ହଜାର କର୍ମୀ

ମୋରଡ଼ା,୨୪ା୪(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ନିର୍ବାଚନମଣ୍ଡଳୀ ସାଧାରଣ ନିର୍ବାଚନ ପାଇଁ ବେଶ୍‌ ଚଳଚଞ୍ଚଳ ହୋଇଉଠିଥିବା ବେଳେ ସବୁବେଳେ ଚର୍ଚ୍ଚାରେ ରହି ଆସିଛି। ଗଣତନ୍ତ୍ରର ଏହି...

ମୋରଡ଼ା ବିଜେଡି ବିଧାୟିକା ପ୍ରାର୍ଥିନୀଙ୍କ ପ୍ରତି ଛୁଟୁଛି ବିଦ୍ରୋହର ସୁଅ: ଦଳରୁ ଇସ୍ତଫା ଦେଲେ ସାଧାରଣ ସମ୍ପାଦକ

ମୋରଡ଼ା,୨୨ା୪(ସ୍ମାରକ ମାଜୀ): ଆଗକୁ ସାଧାରଣ ନିର୍ବାଚନ ଥିବା ବେଳେ ମୟୂରଭଞ୍ଜ ଜିଲା ମୋରଡ଼ା ନିର୍ବାଚନମଣ୍ଡଳୀ ପାଇଁ ବିଜୁ ଜନତା ଦଳ ମୋରଡ଼ା ବିଧାୟକ ରାଜକିଶୋର ଦାସଙ୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri