ଫସଲ କ୍ଷୟକ୍ଷତି ଆକଳନ କରି ଫେରିଲା କେନ୍ଦ୍ରୀୟ ଟିମ୍‌

ଭୁବନେଶ୍ୱର, ୧୪।୧୨(ବ୍ୟୁରୋ): ବାତ୍ୟା ‘ଜଓ୍ବାଦ’ଜନିତ ପ୍ରବଳ ବର୍ଷାରେ ରାଜ୍ୟରେ ବ୍ୟାପକ ଫସଲ ନଷ୍ଟ ହୋଇଛି। ଏହି କ୍ଷୟକ୍ଷତିର ଆକଳନ କରି କେନ୍ଦ୍ରୀୟ ଟିମ୍‌ ସୋମବାର ଦିଲ୍ଲୀ ଫେରି ଯାଇଛନ୍ତି। ଗୃହ ମନ୍ତ୍ରଣାଳୟର ଯୁଗ୍ମ ଶାସନ ସଚିବ ସୌରଭ ରାୟଙ୍କ ନେତୃତ୍ୱରେ ଓଡ଼ିଶା ଆସିଥିବା ୬ ଜଣିଆ କେନ୍ଦ୍ରୀୟ ଟିମ୍‌ ଦୁଇଦିନରେ ଗଞ୍ଜାମ, ପୁରୀ, ଜଗତ୍‌ସିଂପୁର, କଟକ, ଯାଜପୁର ଓ କେନ୍ଦ୍ରାପଡ଼ା ଆଦି ଜିଲାର କ୍ଷତିଗ୍ରସ୍ତ ଅଞ୍ଚଳ ବୁଲି ଦେଖିବା ସହ ଚାଷୀଙ୍କ ସହିତ ସିଧାସଳଖ ଆଲୋଚନା କରିଥିଲେ। ପରେ ଏହି ଟିମ୍‌ ସୋମବାର ଅପରାହ୍ନ ୪ଟାରେ ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର, ଉନ୍ନୟନ କମିଶନର ତଥା ସ୍ବତନ୍ତ୍ର ରିଲିଫ୍‌ କମିଶନର ପ୍ରଦୀପ କୁମାର ଜେନାଙ୍କ ସହ ଲୋକସେବା ଭବନ ସଭାଗୃହରେ କ୍ଷୟକ୍ଷତି ବିଷୟରେ ଆଲୋଚନା କରିଥିଲେ। ଖରିଫ ଫସଲ ପାଚିବା ସମୟରେ ଏହି ବାତ୍ୟାଜନିତ ବର୍ଷା ଚାଷୀଙ୍କର ପ୍ରଭୂତ କ୍ଷତି କରିଛି ବୋଲି କେନ୍ଦ୍ରୀୟ ଟିମ୍‌ର ସଦସ୍ୟମାନେ କହିଥିଲେ। କେନ୍ଦ୍ରୀୟ ଟିମ୍‌ ସଦସ୍ୟ ପୂଜା ଜୈନ କହିଲେ, ଚଳିତ ମାସର ପ୍ରଥମ ସପ୍ତାହରେ ଲଗାଣ ବର୍ଷାରେ ପୁରୀ ଓ ଗଞ୍ଜାମ ଜିଲାରେ ଚାଷୀଙ୍କର ବ୍ୟାପକ କ୍ଷୟକ୍ଷତି ହୋଇଛି। ଚାଷୀଙ୍କୁ ଉପଯୁକ୍ତ ସହାୟତା ମିଳିବା ପାଇଁ ରିଲିଫ୍‌ କୋଡ୍‌ରେ ସଂଶୋଧନର ଆବଶ୍ୟକତା ରହିଛି। ଏନେଇ କେନ୍ଦ୍ର ସରକାରଙ୍କୁ ସୁପାରିସ କରାଯିବ। ରିଲିଫ୍‌ କୋଡ୍‌ ସଂଶୋଧନ ପାଇଁ ବିଭିନ୍ନ ମନ୍ତ୍ରଣାଳୟର ସମ୍ପର୍କ ରହିଥିବାରୁ କେନ୍ଦ୍ର କ୍ୟାବିନେଟ ଚୂଡ଼ାନ୍ତ ନିଷ୍ପତ୍ତି ନେବ ବୋଲି ସେ କହିଛନ୍ତି।
ତେବେ ଆଲୋଚନା ସମୟରେ, ମୁଖ୍ୟ ଶାସନ ସଚିବ ବାତ୍ୟା ସମୟର ସ୍ଥିତି ଓ ନିଆଯାଇଥିବା ପଦକ୍ଷେପ ସମ୍ପର୍କରେ କହିଥିଲେ। ଭାରତୀୟ ପାଣିପାଗ ବିଭାଗର ପୂର୍ବାନୁମାନ ଅନୁସାରେ କୃଷକଙ୍କୁ ପାଚିଲା ଶସ୍ୟ ଓ ଉଦ୍ୟାନଜାତ ଦ୍ରବ୍ୟ କ୍ଷେତରୁ ଆଣି ନିରାପଦ ସ୍ଥାନରେ ରଖିବାକୁ ପରାମର୍ଶ ଦିଆଯାଇଥିଲା। କୃଷକମାନେ ମଧ୍ୟ ବହୁ ଚେଷ୍ଟା କରିଥିଲେ। ଏତେ କମ୍‌ ସମୟ ମଧ୍ୟରେ ସମସ୍ତ ଧାନ, ପନିପରିବା ଓ ଅନ୍ୟାନ୍ୟ ଖରିଫ୍‌ ଫସଲ ଅମଳ କରି ନିରାପଦ ସ୍ଥାନକୁ ଆଣିବା ସମ୍ଭବ ହୋଇ ନ ଥିଲା। ପ୍ରାଥମିକ ଆଖିଦେଖା ଆକଳନ ଅନୁସାରେ ୧୨ଟି ଜିଲା ଅନ୍ତର୍ଗତ ୧୩୧ଟି ବ୍ଲକ୍‌ରେ ପ୍ରାୟ ୫.୭୮ ଲକ୍ଷ ହେକ୍ଟର ଜମିର ଖରିଫ୍‌ ଫସଲ ବିଶେଷ ଭାବେ କ୍ଷତିଗ୍ରସ୍ତ ହୋଇଛି ବୋଲି ମୁଖ୍ୟ ଶାସନ ସଚିବ କହିଛନ୍ତି। ବର୍ତ୍ତମାନ କ୍ଷେତ୍ରସ୍ତରୀୟ କ୍ଷୟକ୍ଷତି ଆକଳନ କରାଯାଇଛି ବୋଲି କୃଷି ଓ କୃଷକ ସଶକ୍ତୀକରଣ ବିଭାଗ ଶାସନ ସଚିବ ସୁରେଶ କୁମାର ବଶିଷ୍ଠ କହିଥିଲେ। ପ୍ରକୃତ କ୍ଷୟକ୍ଷତି ଆକଳନ ପ୍ରାୟ ୭ଦିନ ମଧ୍ୟରେ ସରିଯିବ। ତେବେ ଜମିରେ ପାଣି ଜମି ରହିବାରୁ ଚାଷୀ ମଧ୍ୟ ରବି ଫସଲ ନିମନ୍ତେ ମଞ୍ଜି ବୁଣିବାରୁ ବଞ୍ଚତ୍ତ ହୋଇଛନ୍ତି ବୋଲି ଉନ୍ନୟନ କମିଶନର ଜେନା କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ବଚସା ହେଲା କାଳ….ଏୟାର ଗନ୍ ବ୍ୟବହାର କରି ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ଭରିଦେଲେ ପବନ, ତାପରେ….

ଚଣ୍ଡିଗଡ଼,୮ା୪: ହରିୟାଣାର ଗୁରୁଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏୟାର ଗନ୍ ବ୍ୟବହାର କରି ଜଣେ ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ବାୟୁ ପ୍ରବେଶ କରିବାରୁ ତାଙ୍କର…

ଦିଗପହଣ୍ଡି ଏନଏସି କାଉନସିଲ ପକ୍ଷରୁ ପରିବର୍ଦ୍ଧିତ ସଭାରେ ଯୋଗଦେଲେ ବିଧାୟକ, ବିଦ୍ୟୁତ-ପାନୀୟ….

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି କାଉନସିଲର ୨୨ ତମ ପରିବର୍ଦ୍ଧିତ ଆଲୋଚନା ସଭା ବୁଧବାର ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ…

ଗ୍ୟାସ କଳାବଜାର ନେଇ ଅସୁରାଳିରେ ଚଢ଼ାଉ, ୧୭ ସିଲିଣ୍ଡର ଜବତ

ଧାମନଗର,୮।୪( ସନ୍ତୋଷ କୁମାର ମହାପାତ୍ର): ବେଆଇନ ଗ୍ୟାସ ସିଲିଣ୍ଡର କଳାବଜାରୀ ବିରୋଧରେ ବ୍ଲକ ପ୍ରଶାସନ ପକ୍ଷରୁ ଚଡାଉ କରି ୧୭ ଟି ଗ୍ୟାସ ସିଲିଣ୍ଡର ଜବତ କରାଯାଇଛି…

ଯୋଗାଣ ମନ୍ତ୍ରୀଙ୍କ ବଡ଼ ଘୋଷଣା, ପେଟ୍ରୋଲ ପମ୍ପରେ ମିଳିବ ୫ କେଜିଆ LPG ଗ୍ୟାସ, କେତେ ଟଙ୍କା?

ଭୁବନେଶ୍ବର,୮।୪: ୫ କେଜିଆ ଗ୍ୟାସ ସିଲିଣ୍ଡର ନେଇ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ବଡ଼ ଘୋଷଣା କରିଛନ୍ତି । ପେଟ୍ରୋଲ ପମ୍ପରେ ମିଳିବ ୫ କେଜିଆ ଏଲ୍‌ପିଜି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri