ଫସଲ କ୍ଷୟକ୍ଷତି ଆକଳନ କରି ଫେରିଲା କେନ୍ଦ୍ରୀୟ ଟିମ୍‌

ଭୁବନେଶ୍ୱର, ୧୪।୧୨(ବ୍ୟୁରୋ): ବାତ୍ୟା ‘ଜଓ୍ବାଦ’ଜନିତ ପ୍ରବଳ ବର୍ଷାରେ ରାଜ୍ୟରେ ବ୍ୟାପକ ଫସଲ ନଷ୍ଟ ହୋଇଛି। ଏହି କ୍ଷୟକ୍ଷତିର ଆକଳନ କରି କେନ୍ଦ୍ରୀୟ ଟିମ୍‌ ସୋମବାର ଦିଲ୍ଲୀ ଫେରି ଯାଇଛନ୍ତି। ଗୃହ ମନ୍ତ୍ରଣାଳୟର ଯୁଗ୍ମ ଶାସନ ସଚିବ ସୌରଭ ରାୟଙ୍କ ନେତୃତ୍ୱରେ ଓଡ଼ିଶା ଆସିଥିବା ୬ ଜଣିଆ କେନ୍ଦ୍ରୀୟ ଟିମ୍‌ ଦୁଇଦିନରେ ଗଞ୍ଜାମ, ପୁରୀ, ଜଗତ୍‌ସିଂପୁର, କଟକ, ଯାଜପୁର ଓ କେନ୍ଦ୍ରାପଡ଼ା ଆଦି ଜିଲାର କ୍ଷତିଗ୍ରସ୍ତ ଅଞ୍ଚଳ ବୁଲି ଦେଖିବା ସହ ଚାଷୀଙ୍କ ସହିତ ସିଧାସଳଖ ଆଲୋଚନା କରିଥିଲେ। ପରେ ଏହି ଟିମ୍‌ ସୋମବାର ଅପରାହ୍ନ ୪ଟାରେ ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର, ଉନ୍ନୟନ କମିଶନର ତଥା ସ୍ବତନ୍ତ୍ର ରିଲିଫ୍‌ କମିଶନର ପ୍ରଦୀପ କୁମାର ଜେନାଙ୍କ ସହ ଲୋକସେବା ଭବନ ସଭାଗୃହରେ କ୍ଷୟକ୍ଷତି ବିଷୟରେ ଆଲୋଚନା କରିଥିଲେ। ଖରିଫ ଫସଲ ପାଚିବା ସମୟରେ ଏହି ବାତ୍ୟାଜନିତ ବର୍ଷା ଚାଷୀଙ୍କର ପ୍ରଭୂତ କ୍ଷତି କରିଛି ବୋଲି କେନ୍ଦ୍ରୀୟ ଟିମ୍‌ର ସଦସ୍ୟମାନେ କହିଥିଲେ। କେନ୍ଦ୍ରୀୟ ଟିମ୍‌ ସଦସ୍ୟ ପୂଜା ଜୈନ କହିଲେ, ଚଳିତ ମାସର ପ୍ରଥମ ସପ୍ତାହରେ ଲଗାଣ ବର୍ଷାରେ ପୁରୀ ଓ ଗଞ୍ଜାମ ଜିଲାରେ ଚାଷୀଙ୍କର ବ୍ୟାପକ କ୍ଷୟକ୍ଷତି ହୋଇଛି। ଚାଷୀଙ୍କୁ ଉପଯୁକ୍ତ ସହାୟତା ମିଳିବା ପାଇଁ ରିଲିଫ୍‌ କୋଡ୍‌ରେ ସଂଶୋଧନର ଆବଶ୍ୟକତା ରହିଛି। ଏନେଇ କେନ୍ଦ୍ର ସରକାରଙ୍କୁ ସୁପାରିସ କରାଯିବ। ରିଲିଫ୍‌ କୋଡ୍‌ ସଂଶୋଧନ ପାଇଁ ବିଭିନ୍ନ ମନ୍ତ୍ରଣାଳୟର ସମ୍ପର୍କ ରହିଥିବାରୁ କେନ୍ଦ୍ର କ୍ୟାବିନେଟ ଚୂଡ଼ାନ୍ତ ନିଷ୍ପତ୍ତି ନେବ ବୋଲି ସେ କହିଛନ୍ତି।
ତେବେ ଆଲୋଚନା ସମୟରେ, ମୁଖ୍ୟ ଶାସନ ସଚିବ ବାତ୍ୟା ସମୟର ସ୍ଥିତି ଓ ନିଆଯାଇଥିବା ପଦକ୍ଷେପ ସମ୍ପର୍କରେ କହିଥିଲେ। ଭାରତୀୟ ପାଣିପାଗ ବିଭାଗର ପୂର୍ବାନୁମାନ ଅନୁସାରେ କୃଷକଙ୍କୁ ପାଚିଲା ଶସ୍ୟ ଓ ଉଦ୍ୟାନଜାତ ଦ୍ରବ୍ୟ କ୍ଷେତରୁ ଆଣି ନିରାପଦ ସ୍ଥାନରେ ରଖିବାକୁ ପରାମର୍ଶ ଦିଆଯାଇଥିଲା। କୃଷକମାନେ ମଧ୍ୟ ବହୁ ଚେଷ୍ଟା କରିଥିଲେ। ଏତେ କମ୍‌ ସମୟ ମଧ୍ୟରେ ସମସ୍ତ ଧାନ, ପନିପରିବା ଓ ଅନ୍ୟାନ୍ୟ ଖରିଫ୍‌ ଫସଲ ଅମଳ କରି ନିରାପଦ ସ୍ଥାନକୁ ଆଣିବା ସମ୍ଭବ ହୋଇ ନ ଥିଲା। ପ୍ରାଥମିକ ଆଖିଦେଖା ଆକଳନ ଅନୁସାରେ ୧୨ଟି ଜିଲା ଅନ୍ତର୍ଗତ ୧୩୧ଟି ବ୍ଲକ୍‌ରେ ପ୍ରାୟ ୫.୭୮ ଲକ୍ଷ ହେକ୍ଟର ଜମିର ଖରିଫ୍‌ ଫସଲ ବିଶେଷ ଭାବେ କ୍ଷତିଗ୍ରସ୍ତ ହୋଇଛି ବୋଲି ମୁଖ୍ୟ ଶାସନ ସଚିବ କହିଛନ୍ତି। ବର୍ତ୍ତମାନ କ୍ଷେତ୍ରସ୍ତରୀୟ କ୍ଷୟକ୍ଷତି ଆକଳନ କରାଯାଇଛି ବୋଲି କୃଷି ଓ କୃଷକ ସଶକ୍ତୀକରଣ ବିଭାଗ ଶାସନ ସଚିବ ସୁରେଶ କୁମାର ବଶିଷ୍ଠ କହିଥିଲେ। ପ୍ରକୃତ କ୍ଷୟକ୍ଷତି ଆକଳନ ପ୍ରାୟ ୭ଦିନ ମଧ୍ୟରେ ସରିଯିବ। ତେବେ ଜମିରେ ପାଣି ଜମି ରହିବାରୁ ଚାଷୀ ମଧ୍ୟ ରବି ଫସଲ ନିମନ୍ତେ ମଞ୍ଜି ବୁଣିବାରୁ ବଞ୍ଚତ୍ତ ହୋଇଛନ୍ତି ବୋଲି ଉନ୍ନୟନ କମିଶନର ଜେନା କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମଇଦାନକୁ ଓହ୍ଲାଇବେ ମୋକିମଙ୍କ ଝିଅ ସୋଫିଆ, ବିରୋଧୀ ଛାନିଆ

କଟକ,୨୬।୪: ବିଧାୟକ ମହମ୍ମଦ ମୋକିମଙ୍କ ଝିଅ ସୋଫିଆ ଫିରଦୋସ୍‌ ଏଥର ବାରବାଟୀ-କଟକ ଆସନରୁ ଲଢ଼ିବା ପ୍ରାୟତଃ ନିଶ୍ଚିତ । କେବଳ ଏଆଇସିସିର ଘୋଷଣାକୁ ବାକି ରହିଛି...

ଏଥର ଧାମନଗରରେ ବିଗ୍‌ ଫାଇଟ୍‌, ମୁହାଁମୁହିଁ ହେବେ ଡାକ୍ତର-ଇଞ୍ଜିନିୟର

ଭଦ୍ରକ,୨୬।୪: ଏଥର ଧାମନଗର ଦେଖିବ ବଡ଼ ଫାଇଟ୍‌। ମୁହାଁମୁହିଁ ହେବେ ଡାକ୍ତର-ଇଞ୍ଜିନିୟର। ଭଦ୍ରକ ଲୋକ ସଭାର ଧାମନଗର ବିଧାନସଭା ଆସନରେ ହେବ କାଣ୍ଟେ କା ଟକ୍କର।...

ଏଲପିଜି ସିଲିଣ୍ଡରରେ ଭୋଟର ସଚେତନତା ବାର୍ତ୍ତା

କଟକ,୨୬ା୪ (କାର୍ତ୍ତିକ ସାହୁ) ଆଗାମୀ ସାଧାରଣ ନିର୍ବାଚନରେ ଭୋଟଦାନକୁ ଶତ ପ୍ରତିଶତ କରାଇବାର ଲକ୍ଷ୍ୟ ରଖିଛି କଟକ ଜିଲା ପ୍ରଶାସନ। ଭୋଟରମାନଙ୍କୁ ଆକୃଷ୍ଟ କରିବା ପାଇଁ...

୨୮ରେ କମ୍ପିବ ଓଡିଶା, ଆସୁଛନ୍ତି ରାହୁଲ-ନଡ୍ଡା

ଭୁବନେଶ୍ୱର,୨୬।୪: ଦିନକ ପରେ ଓଡିଶା ଗସ୍ତରେ ଆସୁଛନ୍ତି ଭାଜପା ଓ କଂଗ୍ରେସର ଦୁଇ ଟାଣୁଆ ନେତା । ସେମାନେ ହେଲେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି...

ଭାଇବୋହୂ, ପୁତୁରାଙ୍କୁ ଟାଙ୍ଗିଆରେ ହାଣି ହତ୍ୟା କଲେ ଦେଢଶୁର

କୁଚିଣ୍ଡା,୨୬।୪(ବିରଞ୍ଚତ୍ ଦର୍କା): ସମ୍ବଲପୁର ଜିଲା ଗୋବିନ୍ଦପୁର ଥାନା କିନାବଗା ପଞ୍ଚାୟତ ଦଲକିବାହାଲ ଗ୍ରାମରେ ଗୁରୁବାର ରାତିରେ ଏକ ଜଘନ୍ୟ ହତ୍ୟାକାଣ୍ଡ ଘଟିଛି। ନିଜ ଭାଇବୋହୂ ଏବଂ...

ଫୁଟୁଛି ଓଡିଶା, ଅନୁଗୁଳ ସର୍ବୋଚ୍ଚ ଉତ୍ତପ୍ତ ସହର

ଭୁବନେଶ୍ୱର,୨୬।୪(ଅସମାପିକା ସାହୁ): ସାରା ରାଜ୍ୟରେ ଜାରି ରହିଛି ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ । ପ୍ରବଳ ଗରମ ଓ ଗୁଳୁଗୁଳିରେ ସାରା ରାଜ୍ୟ ସନ୍ତୁଳି ହେଉଥିବା ବେଳେ...

ପୁଅକଥା ମନେ ପକାଇ ହସ୍ପିଟାଲରେ ମା’ଙ୍କ ଆତ୍ମହତ୍ୟା ଉଦ୍ୟମ

ବଲାଙ୍ଗୀର,୨୬।୪: ବଲାଙ୍ଗୀର ଜିଲା କଣ୍ଟାବାଞ୍ଜି ହସ୍ପିଟାଲରେ ଜଣେ ମହିଳା ଆତ୍ମହତ୍ୟା ଉଦ୍ୟମ କରିଛନ୍ତି। ମହିଳା ଜଣଙ୍କ ହେଉଛନ୍ତି ମୁରିବାହାଲ ଥାନା ସାନଝରବାହାଲି ଗାଁର ପଦ୍ମାବତୀ ସେଠ...

ଆହୁରି ଦୁଇ ସପ୍ତାହ ନିସ୍ତାର ନାହିଁ: ୨୮ ତାରିଖ ପାଇଁ ସତର୍କ କଲା ବିଭାଗ

ଭୁବନେଶ୍ୱର,୨୬।୪: ରାଜ୍ୟରେ ଜାରି ରହିଛି ତାତି। ଗରମ ସାଙ୍ଗକୁ ଗୁଳୁଗୁଳିରେ ସନ୍ତୁଳି ହେଉଛନ୍ତି ରାଜ୍ୟବାସୀ। ଏଭଳିସ୍ଥତିରେ ଆହୁରି ଦୁଇ ସପ୍ତାହ ତାତିରୁ ନିସ୍ତାର ମିଳିବ ନାହିଁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri