ଚଳିତ ସପ୍ତାହରେ ଆସିବ କେନ୍ଦ୍ରୀୟ ଟିମ୍‌

ଭୁବନେଶ୍ୱର,୭।୯(ବ୍ୟୁରୋ): ଅଗଷ୍ଟରେ ଲଘୁଚାପଜନିତ ବର୍ଷା ଯୋଗୁ ରାଜ୍ୟରେ ଭୟଙ୍କର ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଥିଲା। ବନ୍ୟା କ୍ଷୟକ୍ଷତି ଆକଳନ କରିବାକୁ ଆସନ୍ତା ୧୦ ତାରିଖ ସୁଦ୍ଧା ୮ ଜଣିଆ କେନ୍ଦ୍ରୀୟ ଟିମ୍‌ ଓଡ଼ିଶା ଗସ୍ତରେ ଆସିବେ । ଏ ନେଇ କେନ୍ଦ୍ର ଅର୍ଥ ମନ୍ତ୍ରଣାଳୟ ପକ୍ଷରୁ ରାଜ୍ୟ ସରକାରଙ୍କୁ ଜଣାଇ ଦିଆଯାଇଛି। ଏହି ଟିମ୍‌ ବନ୍ୟା ଦ୍ୱାରା ଅତି ପ୍ରଭାବିତ ଜିଲା ବୁଲି ଦେଖିବେ। ସୋମବାର କେନ୍ଦ୍ର ସରକାରଙ୍କ ପକ୍ଷରୁ କେଉଁ ଦିନ କେନ୍ଦ୍ରୀୟ ଟିମ୍‌ ଗସ୍ତ କରିବେ ସେ ନେଇ ରାଜ୍ୟ ସରକାରଙ୍କୁ ଜଣାଇବେ ବୋଲି ସ୍ବତନ୍ତ୍ର ରିଲିଫ କମିଶନ(ଏସ୍‌ଆର୍‌ସି) ପ୍ରଦୀପ କୁମାର ଜେନା କହିଛନ୍ତି। ଟିମ୍‌ର ସଦସ୍ୟ ସଂଖ୍ୟାକୁ ଦେଖି କେଉଁ ଜିଲାକୁ କେଉଁ ଟିମ୍‌ ଯିବେ ତାହା ନିଷ୍ପତ୍ତି ହେବ। ତେବେ ଗତ ବନ୍ୟାରେ ଅଧିକ ପ୍ରଭାବିତ ବ୍ରାହ୍ମଣୀ ଓ ବୈତରଣୀ ନଦୀ ଦ୍ୱାରା ଅଧିକ କ୍ଷତିଗ୍ରସ୍ତ ହୋଇଥିବା ବାଲେଶ୍ୱ ଜିଲାର ବାଲେଶ୍ୱର ସଦର ବ୍ଲକ, ଭଦ୍ରକର ତିହିଡି ଓ ଧାମନଗର, ଯାଜପୁର ଜିଲାର ବରି ଓ ଡେରାବିଶ ବ୍ଲକ, କେନ୍ଦ୍ରାପଡ଼ାର ରାଜନଗର ଏବଂ ପୁରୀ ଜିଲାର କଣାସ ବ୍ଲକ ଗସ୍ତ କିରବା ସମ୍ଭାବନା ରହିଛି। ମିଳିଥିବା ସୂଚନା ଅନୁଯାୟୀ କେନ୍ଦ୍ରୀୟ ଟିମ୍‌ ଦୁଇଦିନ ବନ୍ୟା କ୍ଷୟକ୍ଷତି ଅଞ୍ଚଳ ବୁଲି ଦେଖିବେ ବୋଲି ଜଣାପଡିଛି। ଲଘୁଚାପଜନିତ ବର୍ଷା ଯୋଗୁ ବ୍ରାହ୍ମଣୀ, ବୈତରଣୀ, ବୁଢ଼ାବଳଙ୍ଗ, ସୁବର୍ଣ୍ଣରେଖା ଓ ମହାନଦୀରେ ଆସିଥିବା ବନ୍ୟା ଯୋଗୁ ଉତ୍ତର ଏବଂ ଉପକୂଳ ଓଡ଼ିଶାରେ ଅନେକ ଜିଲା ଭୟଙ୍କର ଭାବେ ପ୍ରଭାବିତ ହୋଇଛି। ପ୍ରାରମ୍ଭିକ ଆକଳନ ଅନୁଯାୟୀ ବନ୍ୟା ଯୋଗୁ ରାଜ୍ୟର ୨୦ ଜିଲା ପ୍ରଭାବିତ ହୋଇଛି। ସେହି ଜିଲାଗୁଡିକ ହେଲା ଅନୁଗୋଳ, ବାଲେଶ୍ୱର, ବରଗଡ, ଭଦ୍ରକ, ବୌଦ୍ଧ, କଟକ, ଢେଙ୍କାନାଳ, ଜଗତ୍‌ସିଂହପୁର, ଯାଜପୁର, ଝାରସୁଗୁଡା, କେନ୍ଦ୍ରାପଡା, କେନ୍ଦୁଝର, ଖୋର୍ଦ୍ଧା, ମୟୂରଭଞ୍ଜ, ନୟାଗଡ, ନୂଆପଡା, ପୁରୀ, ସମ୍ବଲପୁର, ସୁବର୍ଣ୍ଣପୁର ଏବଂ ସୁନ୍ଦରଗଡ଼। ଚଳତ ବନ୍ୟାରେ ୧୭ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୧୦ ହଜାର ୩୮୨ ଘର ଭାଙ୍ଗିଛି। ସେହିପରି ୧ ଲକ୍ଷ ୬୮ ହଜାର ହେକ୍ଟର ଜମି ଜଳମଗ୍ନ ହୋଇଥିବା ବେଳେ ୧୧୨ ବ୍ଲକର ୮୯୬ ପଞ୍ଚାୟର ୩୨୫୬ ଗ୍ରାମ ପ୍ରଭାବିତ ହୋଇଛି। ୩୪୦ ଗ୍ରାମର ୨ ଲକ୍ଷ ୬୫ ହଜାର ଲୋକ ପାଣିଘେରରେ ରହିଥିଲେ। ତେବେ କେନ୍ଦ୍ରୀୟ ଟିମ୍‌ ଆସିବା ପୂର୍ବରୁ ଆଉ ଏକ ରିପୋର୍ଟ ୧୫ ଦିନ ମଧ୍ୟରେ ପ୍ରସ୍ତୁତ କରିବାକୁ ଜିଲାପାଳମାନଙ୍କୁ ନିର୍ଦ୍ଦେଶ ଦିଆଯାଇଥିଲା। ଜିଲାପାଳମାନେ ସୋମବାର ରାଜ୍ୟର ବନ୍ୟାଜନିତ କ୍ଷୟକ୍ଷତି ସମ୍ପର୍କରେ ରିପୋର୍ଟ ଦେବେ । ଏହି ରିପୋର୍ଟ କେନ୍ଦ୍ରୀୟ ଟିମ୍‌କୁ ପ୍ରଦାନ କରାଯିବ ବୋଲି ଏସ୍‌ଆର୍‌ସି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଇରାନର ତୈଳ ଜାହାଜ ଉପରେ ଆମେରିକାର ବଡ଼ ଆକ୍ରମଣ

ଓ୍ବାଶିଂଟନ,୫ା୯: ଇରାନର ଇସ୍‌ଲାମିକ ରିଭଲ୍ୟୁଶନାରି ଗାର୍ଡ କର୍‌ (ଆଇଆର୍‌ଜିସି) ଆମେରିକା ନୌସେନାର ୨ ଯୁଦ୍ଧଜାହାଜକୁ ଟାର୍ଗେଟ କରି କ୍ଷେପଣାସ୍ତ୍ର ଛାଡ଼ିବା ପରେ ଆମେରିକା ସେନା ଅଶୋଧିତ ତୈଳ…

ଭୂସ୍ଖଳନ ଘଟି ଚାମେଲିଆ ନଦୀ ଗତିପଥ ଅବରୋଧ, କାଳୀ ନଦୀରେ ବଡ଼ ବନ୍ୟା ଆଶଙ୍କା

ଡେରାଡୁନ୍‌,୫ା୯: ଏକ ବଡ଼ ଧରଣର ଭୂସ୍ଖଳନ ଯୋଗୁ ନେପାଳର ଚାମେଲିଆ ନଦୀ ଆଂଶିକ ଅବରୋଧ ହୋଇ ଏକ କୃତ୍ରିମ ହ୍ରଦ ସୃଷ୍ଟି କରିଛି। ଫଳରେ ଭାରତ ପାର୍ଶ୍ୱରେ…

କେନ୍ଦୁଝରରେ ବ୍ୟାଡମିଣ୍ଟନ ଟୁର୍ନାମେଣ୍ଟ

କେନ୍ଦୁଝର,୬।୯(ନରେଶ ଚନ୍ଦ୍ର ପଟ୍ଟନାୟକ): ଜିଲା ପ୍ରଶାସନର ଅଧିକାରୀ ଓ କର୍ମଚାରୀମାନଙ୍କ ମଧ୍ୟରେ କ୍ରୀଡ଼ା ମନୋଭାବ, ସହଯୋଗିତା ଏବଂ ସୁସ୍ଥ କାର୍ଯ୍ୟ ପରିବେଶ ସୃଷ୍ଟି କରିବା ଉଦ୍ଦେଶ୍ୟରେ କେନ୍ଦୁଝର…

ଅଧିକ ମାର୍କ ଚାହୁଁଥିଲେ…JNU ପ୍ରଫେସରଙ୍କ ବିରୋଧରେ ଯୌନ ନିର୍ଯାତନା ଅଭିଯୋଗ

ନୂଆଦିଲ୍ଲୀ,୬ା୯: ଦିଲ୍ଲୀର ଜବାହରଲାଲ ନେହେରୁ ୟୁନିଭର୍ସିଟି (JNU)ର ଜଣେ ପ୍ରଫେସରଙ୍କ ବିରୋଧରେ ୧୧ ଜଣ ଛାତ୍ରୀ ଯୌନ ନିର୍ଯାତନା ଅଭିଯୋଗ ଆଣିଛନ୍ତି। ଏହି ଅଭିଯୋଗ ମେ’ ମାସରେ…

ବ୍ଲକ ସଂଯୋଜକ ନିଯୁକ୍ତି ପ୍ରକ୍ରିୟାରେ ଅନିୟମିତତା ଅଭିଯୋଗ, ଆବେଦନକାରୀଙ୍କୁ ମିଳିନି ପରୀକ୍ଷା ସୂଚନା

ବରଗଡ଼/ଅତାବିରା,୬।୯(ପ୍ରେମାନନ୍ଦ ଖମାରୀ/ଯୁଧିଷ୍ଠିର ମହାପାତ୍ର): ରାଜ୍ୟ ସରକାରଙ୍କ ମିଶନ ଶକ୍ତି ବିଭାଗ ଏବଂ ସେଣ୍ଟର ଫର୍‌ ରିସର୍ଚ୍ଚ ଇନ୍‌ ସ୍କିମ୍‌ ଏଣ୍ଡ୍‌ ପଲିସିଜ୍‌(ସିଆରଆଇଏସପି)ର ମିଳିତ ପ୍ରକଳ୍ପ ବ୍ଲେସ୍‌(ବିଲଡ଼ିଂ ଲାଇଭହୁଡସ୍‌…

ପାଟଣା କଲେଜରେ ୬କୋଟିରୁ ଉର୍ଦ୍ଧ୍ବ ଟଙ୍କା ହେରଫେର ଅଭିଯୋଗ, ଭିଜିଲାନ୍ସ ତଦନ୍ତ ଦାବି

ପାଟଣା,୬।୯(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ୍‌ ମୁଖ୍ୟାଳୟସ୍ଥିତ ସର୍ବ ପ୍ରଥମ ୪୪ବର୍ଷ ଆଞ୍ଚଳିକ ମହାବିଦ୍ୟାଳୟ, ସ୍ବାମପାଟଣାରେ ୬ କୋଟି ୬୦ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କା ହେରଫେର ଅଭିଯୋଗ…

ପୋଲିସକୁ କାହିଁକି ଡାକିଲୁ…. ସ୍ତ୍ରୀଙ୍କୁ ହତ୍ୟା ଉଦ୍ୟମ, ବନ୍ଧାହେଲେ ସ୍ବାମୀ

ଦିଗପହଣ୍ଡି,୬।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଂସାମାରି ଗ୍ରାମ ଢେପ ସାହିର ଟି.ବିଜୟ ଦୋରା ତାଙ୍କ ସ୍ତ୍ରୀ ଟି.ଲିଲି ଦୋରାଙ୍କୁ ମରଣାନ୍ତକ ମାଡ଼ ମାରି…

ଜାମିନରେ ଆସିବା ପରେ କୁଲାଡ଼ ବ୍ୟାଘ୍ରଦେବୀଙ୍କ ଦର୍ଶନ କଲେ ବିକ୍ରମ ପଣ୍ଡା, ଭଞ୍ଜନଗର-ଆସିକାରେ ସ୍ବାଗତ

ଭଞ୍ଜନଗର,୬।୯(ବାବୁଲା ପ୍ରଧାନ): ଆଇନଜୀବୀ ପିତବାସ ପଣ୍ଡା ହତ୍ୟା ମାମଲାରେ ବ୍ରହ୍ମପୁରର ପୂର୍ବତନ ବିଧାୟକ ବିକ୍ରମ ପଣ୍ଡାଙ୍କୁ ଜାମିନ ମିଳିଛି । ଏହାରି ଭିତରେ ସେ ନିଜର ମାନସିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri