କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟ(ସଂଶୋଧନ) ବିଲ୍‌-୨୦୨୧ ରାଜ୍ୟ ସଭାରେ ଗୃହୀତ

ଭୁବନେଶ୍ୱର, ୧୦।୮(ବ୍ୟୁରୋ): କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ସୋମବାର ରାଜ୍ୟ ସଭାରେ କେନ୍ଦ୍ର ଶାସିତ ଅଞ୍ଚଳ ଲଦାଖରେ କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟ ପ୍ରତିଷ୍ଠା ହେବା ନେଇ କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟ(ସଂଶୋଧନ) ବିଲ୍‌, ୨୦୨୧ ଉପରେ ପ୍ରତିକ୍ରିୟା ରଖିବା ପରେ ଏହି ବିଲ୍‌ ଗୃହୀତ ହୋଇଛି। ଗୃହରେ କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟ(ସଂଶୋଧନ) ବିଲ୍‌, ୨୦୨୧ ଉପରେ ପ୍ରତିକ୍ରିୟା ରଖି ଧର୍ମେନ୍ଦ୍ର କହିଛନ୍ତି, ଭାରତ ସରକାର ଲେହ, ଲଦାଖ ଏବଂ କାର୍‌ଗିଲରେ ସାମଗ୍ରିକ ବିକାଶକୁ ସୁନିଶ୍ଚିତ କରିବା ପାଇଁ ପ୍ରତିଶ୍ରୁତିବଦ୍ଧ। ଲଦାଖରେ ଶିକ୍ଷାନୁଷ୍ଠାନଗୁଡ଼ିକରେ ଅଧ୍ୟୟନ କରୁଥିବା ଛାତ୍ରୀଛାତ୍ରଙ୍କୁ ଗୁଣାତ୍ମାକ ଶିକ୍ଷା ପ୍ରଦାନ କରିବା ଭାରତ ସରକାରଙ୍କ ଲକ୍ଷ୍ୟ। ଆରକ୍ଷଣ ପ୍ରସଙ୍ଗରେ ଧର୍ମେନ୍ଦ୍ର କହିଛନ୍ତି, କେନ୍ଦ୍ର ସରକାର ଉଚ୍ଚ ଶିକ୍ଷାନୁଷ୍ଠାନଗୁଡିକରେ ସାମ୍ବିଧାନିକ ଆରକ୍ଷଣ ଦେବା ପାଇଁ ପ୍ରତିଶ୍ରୁତିବଦ୍ଧ। କେବଳ ଓବିସି ବର୍ଗ ନୁହେଁ ବରଂ ଅନୁସୂଚିତ ଜାତି(ଏସ୍‌ସି), ଅନୁସୂଚିତ ଜନଜାତି(ଏସ୍‌ଟି) ଏବଂ ଆର୍ଥତ୍କ ଦୃଷ୍ଟିରୁ ଦୁର୍ବଳ ଶ୍ରେଣୀ(ଇଡବ୍ଲ୍ୟୁଏସ୍‌)ଙ୍କ ପାଇଁ ଆରକ୍ଷଣର ସାମ୍ବିଧାନିକ ବ୍ୟବସ୍ଥା ହୋଇଛି। ୨୦୨୧-୨୨ ଶିକ୍ଷା ବର୍ଷରୁ ମେଡିକାଲ ଏବଂ ଡେଣ୍ଟାଲ ପାଠ୍ୟକ୍ରମରେ ସ୍ନାତକ ଏବଂ ସ୍ନାତକତ୍ତୋରରେ ସର୍ବଭାରତୀୟ କୋଟା(ଏଆଇକ୍ୟୁ) ଯୋଜନାରେ ଓବିସିଙ୍କୁ ୨୭ ପ୍ରତିଶତ ଏବଂ ଆର୍ଥତ୍କ ଦୁର୍ବଳ ଶ୍ରେଣୀ (ଇଡବ୍ଲ୍ୟୁଏସ୍‌)ର ଛାତ୍ରୀଛାତ୍ରଙ୍କ ପାଇଁ ୧୦ ପ୍ରତିଶତ ଆରକ୍ଷଣର ଐତିହାସିକ ନିଷ୍ପତ୍ତି ନିଆଯାଇଛି। ଏହି ପଦକ୍ଷେପ ଦ୍ୱାରା ପଛୁଆ ଏବଂ ଆର୍ଥତ୍କ ଦୁର୍ବଳ ଶ୍ରେଣୀର ଓଡ଼ିଶା ସମେତ ଭାରତବର୍ଷର ୫ ହଜାର ୫୦୦ରୁ ଊଦ୍ଧର୍‌ବ ଛାତ୍ରୀଛାତ୍ର ଉପକୃତ ହେବେ ବୋଲି ଧର୍ମେନ୍ଦ୍ର କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?