କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟ(ସଂଶୋଧନ) ବିଲ୍‌-୨୦୨୧ ରାଜ୍ୟ ସଭାରେ ଗୃହୀତ

ଭୁବନେଶ୍ୱର, ୧୦।୮(ବ୍ୟୁରୋ): କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ସୋମବାର ରାଜ୍ୟ ସଭାରେ କେନ୍ଦ୍ର ଶାସିତ ଅଞ୍ଚଳ ଲଦାଖରେ କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟ ପ୍ରତିଷ୍ଠା ହେବା ନେଇ କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟ(ସଂଶୋଧନ) ବିଲ୍‌, ୨୦୨୧ ଉପରେ ପ୍ରତିକ୍ରିୟା ରଖିବା ପରେ ଏହି ବିଲ୍‌ ଗୃହୀତ ହୋଇଛି। ଗୃହରେ କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟ(ସଂଶୋଧନ) ବିଲ୍‌, ୨୦୨୧ ଉପରେ ପ୍ରତିକ୍ରିୟା ରଖି ଧର୍ମେନ୍ଦ୍ର କହିଛନ୍ତି, ଭାରତ ସରକାର ଲେହ, ଲଦାଖ ଏବଂ କାର୍‌ଗିଲରେ ସାମଗ୍ରିକ ବିକାଶକୁ ସୁନିଶ୍ଚିତ କରିବା ପାଇଁ ପ୍ରତିଶ୍ରୁତିବଦ୍ଧ। ଲଦାଖରେ ଶିକ୍ଷାନୁଷ୍ଠାନଗୁଡ଼ିକରେ ଅଧ୍ୟୟନ କରୁଥିବା ଛାତ୍ରୀଛାତ୍ରଙ୍କୁ ଗୁଣାତ୍ମାକ ଶିକ୍ଷା ପ୍ରଦାନ କରିବା ଭାରତ ସରକାରଙ୍କ ଲକ୍ଷ୍ୟ। ଆରକ୍ଷଣ ପ୍ରସଙ୍ଗରେ ଧର୍ମେନ୍ଦ୍ର କହିଛନ୍ତି, କେନ୍ଦ୍ର ସରକାର ଉଚ୍ଚ ଶିକ୍ଷାନୁଷ୍ଠାନଗୁଡିକରେ ସାମ୍ବିଧାନିକ ଆରକ୍ଷଣ ଦେବା ପାଇଁ ପ୍ରତିଶ୍ରୁତିବଦ୍ଧ। କେବଳ ଓବିସି ବର୍ଗ ନୁହେଁ ବରଂ ଅନୁସୂଚିତ ଜାତି(ଏସ୍‌ସି), ଅନୁସୂଚିତ ଜନଜାତି(ଏସ୍‌ଟି) ଏବଂ ଆର୍ଥତ୍କ ଦୃଷ୍ଟିରୁ ଦୁର୍ବଳ ଶ୍ରେଣୀ(ଇଡବ୍ଲ୍ୟୁଏସ୍‌)ଙ୍କ ପାଇଁ ଆରକ୍ଷଣର ସାମ୍ବିଧାନିକ ବ୍ୟବସ୍ଥା ହୋଇଛି। ୨୦୨୧-୨୨ ଶିକ୍ଷା ବର୍ଷରୁ ମେଡିକାଲ ଏବଂ ଡେଣ୍ଟାଲ ପାଠ୍ୟକ୍ରମରେ ସ୍ନାତକ ଏବଂ ସ୍ନାତକତ୍ତୋରରେ ସର୍ବଭାରତୀୟ କୋଟା(ଏଆଇକ୍ୟୁ) ଯୋଜନାରେ ଓବିସିଙ୍କୁ ୨୭ ପ୍ରତିଶତ ଏବଂ ଆର୍ଥତ୍କ ଦୁର୍ବଳ ଶ୍ରେଣୀ (ଇଡବ୍ଲ୍ୟୁଏସ୍‌)ର ଛାତ୍ରୀଛାତ୍ରଙ୍କ ପାଇଁ ୧୦ ପ୍ରତିଶତ ଆରକ୍ଷଣର ଐତିହାସିକ ନିଷ୍ପତ୍ତି ନିଆଯାଇଛି। ଏହି ପଦକ୍ଷେପ ଦ୍ୱାରା ପଛୁଆ ଏବଂ ଆର୍ଥତ୍କ ଦୁର୍ବଳ ଶ୍ରେଣୀର ଓଡ଼ିଶା ସମେତ ଭାରତବର୍ଷର ୫ ହଜାର ୫୦୦ରୁ ଊଦ୍ଧର୍‌ବ ଛାତ୍ରୀଛାତ୍ର ଉପକୃତ ହେବେ ବୋଲି ଧର୍ମେନ୍ଦ୍ର କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନବୀନଙ୍କ ଲୁଙ୍ଗିକୁ ନେଇ ରାଜନୀତିରେ ଝଡ଼, ଧର୍ମେନ୍ଦ୍ର କହିଲେ…

ଭୁବନେଶ୍ୱର,୨୩।୦୪: ନିର୍ବାଚନ ପୂର୍ବରୁ ଓଡ଼ିଶା ରାଜନୀତିରେ ରୋଚକ ଘଟଣା ଦେଖିବାକୁ ମିଳିଛି। ନବୀନଙ୍କ ଲୁଙ୍ଗି ପିନ୍ଧା ଘଟଣାକୁ ନେଇ ବିଜେଡି-ଭାଜପା ଭିତରେ ବାକଯୁଦ୍ଧ ଆରମ୍ଭ ହୋଇଛି।...

ପ୍ରଦୀପ ପାଣିଗ୍ରାହୀଙ୍କୁ ଝଟକା

କଟକ,୨୩ା୪ (କାର୍ତ୍ତିକ ସାହୁ) ଟାଟା ମୋଟର୍ସରେ ଚାକିରି କରାଇଦେବାକୁ କହି ଲକ୍ଷ ଲକ୍ଷ ଟଙ୍କା ଠକିବା ଅଭିଯୋଗ ମାମଲାରେ ପ୍ରଦୀପ ପାଣିଗ୍ରାହୀଙ୍କୁ ବଡ଼ ଝଟକା ଲାଗିଛି।...

୪ ନେତାଙ୍କୁ ବଡ଼ ଦାୟିତ୍ୱ ଦେଲା ବିଜେଡି, ଅମର-ଶ୍ରୀମୟୀଙ୍କୁ ମିଳିଲା…

ଭୁବନେଶ୍ୱର,୨୩।୪: ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ଦଳର ୪ ନେତାଙ୍କୁ ବଡ଼ ଦାୟିତ୍ୱ ଦେଇଛନ୍ତି। ଅମର ପ୍ରସାଦ ଶତପଥୀଙ୍କୁ ବିଜେଡିର ବରିଷ୍ଠ ଉପ-ସଭାପତି ଦାୟିତ୍ୱ ଦିଆଯାଇଛି।...

ପାରଳାଖେମୁଣ୍ଡି ରାଜ୍ୟର ଉତ୍ତପ୍ତ ସହର

ଭୁବନେଶ୍ୱର,୨୩।୪: ଆଜି ପାରଳାଖେମୁଣ୍ଡି ପାଲଟିଛି ରାଜ୍ୟର ଉତ୍ତପ୍ତ ସହର। ସହରରେ ତାପମାତ୍ରା ୪୨.୮ ଡିଗ୍ରୀ ରେକର୍ଡ କରାଯାଇଛି। ଏଥିସହ ୧୭ଟି ସହର ତାପମାତ୍ରା ୪୦ ଡିଗ୍ରୀ...

ବରଗଡ଼ ଜିଲା ଭେଡେନ୍‌ ଥାନା ହାଜତ ମୃତ୍ୟୁ ମାମଲା: ମୃତକଙ୍କ ପରିବାରକୁ ୫ ଲକ୍ଷ ଟଙ୍କା କ୍ଷତିପୂରଣ ନିର୍ଦ୍ଦେଶ

କଟକ,୨୩ା୪ (କାର୍ତ୍ତିକ ସାହୁ): ବରଗଡ଼ ଜିଲା ଭେଡେନ୍‌ ଥାନା ହାଜତ ମୃତ୍ୟୁ ମାମଲାର ସିବିଆଇ ତଦନ୍ତ ପାଇଁ ରୁଜୁ ମାମଲାରେ ହାଇକୋର୍ଟ ମୃତକ ମାଖୁନ୍‌ ବାଗ୍‌ଙ୍କ...

ଜାତୀୟ ଧାନ ଗବେଷଣା ଅନୁଷ୍ଠାନର ୭୯ତମ ପ୍ରତିଷ୍ଠା ଦିବସ: ପ୍ରଯୁକ୍ତି ବିଦ୍ୟାର ବିକାଶ ଉତ୍ପାଦନ ବୃଦ୍ଧିରେ ସାହାଯ୍ୟ କରିଛି’

କଟକ,୨୩ା୪ (କାର୍ତ୍ତିକ ସାହୁ) ବିଦ୍ୟାଧରପୁରସ୍ଥିତ ଜାତୀୟ ଧାନ ଗବେଷଣା ଅନୁଷ୍ଠାନ(ଏନ୍‌ଆର୍‌ଆର୍‌ଆଇ)ର ୭୯ତମ ପ୍ରତିଷ୍ଠା ଦିବସ ଏବଂ ଧାନ ଦିବସ ପ୍ଲାଟିନମ୍‌ ଜୁବୁଲି ସମ୍ମିଳନୀ କକ୍ଷରେ ମଙ୍ଗଳବାର...

ଅଡୁଆରେ ପୁରୀ ଏମପି ପିନାକୀ ମିଶ୍ର, ପହଞ୍ଚିଲେ ହାଇକୋର୍ଟ

ପୁରୀ/ନୂଆଦିଲ୍ଲୀ,୨୩।୪: ଅଡୁଆରେ ପୁରୀ ଏମପି ପିନାକୀ ମିଶ୍ର । ପିନାକୀଙ୍କ ପିଛା ଛାଡୁନି ମହୁଆ ମୋଇତ୍ରା ବିବାଦ । ଦିଲ୍ଲୀ ହାଇକୋର୍ଟ ଦ୍ୱାରସ୍ଥ ହୋଇଛନ୍ତି ବିଜେଡି...

ଷ୍ଟାର ପ୍ରଚାରକ ଲିଷ୍ଟରେ ନାହିଁ ୩ ତାରକାଙ୍କ ନାମ

ଭୁବନେଶ୍ୱର,୨୩।୪: ଭାଜପା ଷ୍ଟାର ପ୍ରଚାରକ ତାଲିକାରେ ସ୍ଥାନ ପାଇଲେନି ୩ ଓଲିଉଡ ଷ୍ଟାର । ନିକଟରେ ବିଜେଡି ଛାଡି ଭାଜପାରେ ସାମିଲ ହୋଇଥିବା ଓଲିଉଡ ଷ୍ଟାରଙ୍କୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri