Posted inଭଦ୍ରକ

ଯାଞ୍ଚ ହେବ ୧୧୦ ଦିବ୍ୟାଙ୍ଗଙ୍କ ପ୍ରମାଣପତ୍ର

ଭଦ୍ରକ ଅଫିସ, ୧୭।୧: ଭଦ୍ରକ ସ୍ବୟଂଶାସିତ କଲେଜରେ ଜାଲ୍‌ ଦିବ୍ୟାଙ୍ଗ ସାର୍ଟିଫିକେଟରେ ପାଠପଢ଼ା ଘଟଣା ଦିନକୁ ଦିନ ଜଟିଳ ହେବାରେ ଲାଗିଛି।
କଂଗ୍ରେସ ମୁଖପାତ୍ର ଶୁଭେନ୍ଦୁ ରାୟ ମହାପାତ୍ର ମୁହଁ ଖୋଲି ଏହି ଘଟଣାକୁ ତୀବ୍ର ନିନ୍ଦା କରିଛନ୍ତି। ତୁରନ୍ତ ଘଟଣାର ମାଷ୍ଟରମାଇଣ୍ଡ କୁହାଯାଉଥିବା ବିଜେଡି କର୍ମୀମାନଙ୍କୁ ଗିରଫ ପାଇଁ ଏକ ଖବରଦାତା ସମ୍ମିଳନୀରେ ଦାବି କରିଛନ୍ତି। ଅପରପକ୍ଷେ କଲେଜ ଅଧ୍ୟକ୍ଷ ଡ. ଉମାକାନ୍ତ ସାମଲ କହିଛନ୍ତି, କଲେଜର କୌଣସି ଭୂମିକା ନ ଥିବାବେଳେ ଚୟନ ପ୍ରକ୍ରିୟା ସାମସ୍‌ ପକ୍ଷରୁ କରାଯାଉଛି। ଏଣୁ ଆମେ ସାର୍ଟିଫିକେଟ ଯାଞ୍ଚ କରିବା ପାଇଁ କୌଣସି ବିକଳ୍ପ ନାହିଁ। ଏପରି ସ୍ଥଳେ ଜିଲାପାଳ ତ୍ରିଲୋଚନ ମାଝିଙ୍କ ନିର୍ଦ୍ଦେଶକ୍ରମେ ୨୦୧୯-୨୦, ୨୦୨୦-୨୧, ୨୦୨୧-୨୨ ଶିକ୍ଷାବର୍ଷରେ କଲେଜରେ ଅଧ୍ୟୟନରତ ମୋଟ ୯୪୬ ଛାତ୍ରୀଛାତ୍ରଙ୍କ ମଧ୍ୟରୁ ଦିବ୍ୟାଙ୍ଗ ପ୍ରମାଣପତ୍ର ଦେଇ ନାମ ଲେଖାଇଥିବା ୧୧୦ ଜଣଙ୍କର ବୈଧତା ଯାଞ୍ଚ କରିବାକୁ ଭଦ୍ରକ, ବାଲେଶ୍ୱର ଓ କେନ୍ଦୁଝର ଜିଲାର ମୁଖ୍ୟ ଚିକିତ୍ସାଧିକାରୀ କୁହାଯାଇଛି। କେବଳ ଭଦ୍ରକ ଜିଲା ମୁଖ୍ୟ ଚିକିତ୍ସାଧିକାରୀଙ୍କୁ ୯୬ ଜଣଙ୍କ ପ୍ରମାଣପତ୍ର ଯାଞ୍ଚ ପାଇଁ ନିର୍ଦ୍ଦେଶ ହୋଇଥିବା ବେଳେ ଅବଶିଷ୍ଟ ପ୍ରମାଣପତ୍ରଗୁଡ଼ିକ ବାଲେଶ୍ୱର ଓ କେନ୍ଦୁଝର ଜିଲା ମୁଖ୍ୟ ଚିକିତ୍ସାଧିକାରୀଙ୍କ ନିକଟକୁ ପଠାଯାଇଥିବା ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଆସୁଛି ବଡ଼ ଲଘୁଚାପ! ପ୍ରବଳରୁ ଅତି ପ୍ରବଳ ବର୍ଷା, ୨୪ ଘଣ୍ଟାରେ…

ଭୁବନେଶ୍ୱର , ୧୮।୮: ଆସୁଛି ଆଉ ଏକ ଲଘୁଚାପ। ଅଗଷ୍ଟ ୨୨ କିମ୍ବା ୨୩ ତାରିଖ ବେଳକୁ ଉତ୍ତରପଶ୍ଚିମ ବଙ୍ଗୋପସାଗର ଓ ସଂଲଗ୍ନ ଉତ୍ତର ଓଡ଼ିଶା ଉପକୂଳରେ…

ପର୍ବପର୍ବାଣୀ ଋତୁ ପୂର୍ବରୁ LPGକୁ ନେଇ ବଡ଼ ନିଷ୍ପତ୍ତି ନେଲେ ସରକାର, ଜାଣନ୍ତୁ କ’ଣ…

ନୂଆଦିଲ୍ଲୀ, ୧୮।୮: ଆସନ୍ତା କିଛି ସପ୍ତାହରେ ଗଣେଶ ଚତୁର୍ଥୀ, ନବରାତ୍ରି, ଦୀପାବଳି ଏବଂ ଏହାପରେ ବିବାହ ଋତୁ ଆରମ୍ଭ ହେବାକୁ ଯାଉଛି। ଏଭଳି ସମୟରେ ରୋଷେଇ ଘରେ…

 କିଏ ଗଠନ କରିଥିଲା ‘ଦିମାଗି ନକ୍ସଲ’ ପାର୍ଟି? ପ୍ରତିଷ୍ଠାତାଙ୍କ ପରିଚୟ ରହସ୍ୟ ହୋଇ ରହିଛି

ଦଳ କିଏ ଗଠନ କରିଥିଲା ‘ଦିମାଗି ନକ୍ସଲ’ ପାର୍ଟି? ପ୍ରତିଷ୍ଠାତାଙ୍କ ପରିଚୟ ରହସ୍ୟ ହୋଇ ରହିଛି ନୂଆଦିଲୀ,୧୮।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସ୍ବାଧୀନତା ଦିବସ ଭାଷଣରେ ଉଲ୍ଲେଖ…

ବାନ୍ଦା ଘାଟିରେ ଫସିଲେ ପର୍ଯ୍ୟଟକ: ରାସ୍ତା ଅବସ୍ଥା ଶୋଚନୀୟ

ଦାରିଙ୍ଗବାଡି,୧୮।୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ପର୍ତ୍ତମାହା ପଞ୍ଚାୟତର ବାନ୍ଦା ଘାଟିରେ ପର୍ଯ୍ୟଟକଙ୍କ କାର ଫସିଯାଇଛି। ଲଘୁଚାପ ଜନିତ ବର୍ଷା ଯୋଗୁ ଏବେ ଉକ୍ତ ଘାଟି…

ଉଚ୍ଚସ୍ଥ ଗୁରୁ-ବକ୍ରୀ ଶନିଙ୍କ ଚମତ୍କାର ସଂଯୋଗ: ଦୀପାବଳି ପର୍ଯ୍ୟନ୍ତ ଏହି ୩ ରାଶିକୁ ମିଳିବ ପ୍ରଚୁର ଧନଲାଭ, କ୍ୟାରିୟରରେ…

ଗୁରୁ ଗ୍ରହ ଜୁନ ୨ ତାରିଖରେ କର୍କଟ ରାଶିରେ ଗୋଚର କରିଥିଲେ। ଏବେ ଗୁରୁ ଗ୍ରହ ୩୧ ଅକ୍ଟୋବର ୨୦୨୬ରେ ସିଂହ ରାଶିରେ ଗୋଚର କରିବେ। ଶନି…

ଘର ବାହାରେ ଖେଳୁଥିବା ବେଳେ ଶିଶୁକନ୍ୟାଙ୍କୁ ଟେକି ନେଇଗଲା ବାଘ, ତାପରେ…

ମାଲକାନଗିରି,୧୮।୮(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ମାଥିଲି ବ୍ଲକ ଇନ୍ଦ୍ରାଗୁଡ଼ା ଗ୍ରାମରେ ବାଘ ଆତଙ୍କ ଦେଖିବାକୁ ମିଳିଛି । ଘର ବାରଣ୍ଡାରେ ଶିଶୁକନ୍ୟା ଜଣକ ଖେଳୁଥିବା ବେଳେ ହଠାତ୍…

ମହିଳାଙ୍କ ଖାତାକୁ ଆସିବ ୩ହଜାର ଟଙ୍କା, ହେଲେ ସରକାର କାହିଁକି ଦେଉଛନ୍ତି ଏହି ଟଙ୍କା? ଜାଣନ୍ତୁ ଏହା ପଛର ରହସ୍ୟ

କୋଲକାତା,୧୮।୮: ପଶ୍ଚିମବଙ୍ଗ ସରକାରଙ୍କ ଅନ୍ନପୂର୍ଣ୍ଣା ଯୋଜନାରେ ହିତାଧିକାରୀ ମହିଳାଙ୍କ ବ୍ୟାଙ୍କ ଆକାଉଣ୍ଟକୁ ପାଣ୍ଠି ସ୍ଥାନାନ୍ତର ପ୍ରକ୍ରିୟା ସୋମବାର (ଅଗଷ୍ଟ ୧୭, ୨୦୨୬) ଠାରୁ ଆରମ୍ଭ ହୋଇଛି। ରାଜ୍ୟ…

ଜନସାଧାରଣଙ୍କ ପାଇଁ ଚିନ୍ତାଜନକ ଖବର: ପେଟ୍ରୋଲ-ଡିଜେଲ ଦାମ୍‌…

ନୂଆଦିଲ୍ଲୀ, ୧୮।୮: ଜନସାଧାରଣଙ୍କ ପାଇଁ ଅନ୍ତର୍ଜାତୀୟ ବଜାରରୁ ଏକ ନୂଆ ଚିନ୍ତାଜନକ ଖବର ଆସୁଛି। Crude Oil ଦରରେ ଲଗାତାର ତୃତୀୟ ଦିନ ପାଇଁ ବୃଦ୍ଧି ଦେଖିବାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri