ପ୍ରତିଦ୍ୱନ୍ଦ୍ୱୀ ନ ଥିବାରୁ ବଦଳିଲେନି ଅଧ୍ୟକ୍ଷ

ଭୁବନେଶ୍ୱର,୨୨ା୬ (ବନ୍ଦନା ସେଠୀ)ଶାନ୍ତି ଶୃଙ୍ଖଳାରେ ସରିଲା ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ଷ୍ଟାଣ୍ଡିଂ କମିଟି ଅଧ୍ୟକ୍ଷ ନିର୍ବାଚନ। ବୁଧବାର ବିଏମ୍‌ସି ମୁଖ୍ୟାଳୟରେ ମେୟର ସୁଲୋଚନା ଦାସଙ୍କ ଅଧ୍ୟକ୍ଷତାରେ ନିର୍ବାଚନ ଅନୁଷ୍ଠିତ ହୋଇଥିଲା। ପୂର୍ବରୁ ଷ୍ଟାଣ୍ଡିଂ କମିଟି ଅଧ୍ୟକ୍ଷ ବଦଳିବା ନେଇ ଯେଉଁ ଚର୍ଚ୍ଚା ଚାଲିଥିଲା, ସେଥିରେ ପୂର୍ଣ୍ଣଚ୍ଛେଦ ପଡିଛି। ଯେଉଁମାନେ ପୂର୍ବରୁ ଅଧ୍ୟକ୍ଷ ଥିଲେ, ପୁନର୍ବାର ସେମାନେ ସମାନ ଉପବିଭାଗଗୁଡିକର ଅଧ୍ୟକ୍ଷ ରହିଛନ୍ତି। ନିୟମ ଅନୁଯାୟୀ, ଅଧ୍ୟକ୍ଷ ପଦ ପାଇଁ ପୂର୍ବତନ ଅଧ୍ୟକ୍ଷମାନେ ନାମାଙ୍କନ ଦାଖଲ କରିଥିଲେ। ତାଙ୍କ ବ୍ୟତୀତ ଅନ୍ୟ କୌଣସି କର୍ପୋରେଟର ନାମାଙ୍କନ ଦାଖଲ କରି ନ ଥିଲେ। ତେଣୁ ନିର୍ବାଚନ ଅଧିକାରୀ ଭାବେ ଅତିରିକ୍ତ କମିଶନର ଲକ୍ଷ୍ମୀକାନ୍ତ ସେଠୀ ନାମାଙ୍କନପତ୍ରଗୁଡିକୁ ଯାଞ୍ଚ କରିଥିଲେ। ଯାଞ୍ଚ ପରେ ପ୍ରତ୍ୟାହାର ପାଇଁ ସମୟ ଘୋଷଣା କରିଥିଲେ। ନିର୍ଦ୍ଧାରିତ ସମୟ ମଧ୍ୟରେ କେହି ନାମାଙ୍କନ ପତ୍ର ପ୍ରତ୍ୟାହାର କରି ନ ଥିଲେ କିମ୍ବା କୌଣସି କମିଟି ଅଧ୍ୟକ୍ଷ ପଦ ପାଇଁ ଏକାଧିକ ପ୍ରତିଦ୍ୱନ୍ଦ୍ୱୀ ନ ଥିବାରୁ ସମସ୍ତେ ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହୋଇଥିଲେ। ନିର୍ବାଚନରେ ଡେପୁଟି ମେୟର ମଞ୍ଜୁଲତା କଅଁର, ସ୍ବତନ୍ତ୍ର କର୍ପୋରେଶନ ଅଧିକାରୀ ଡେପୁଟି କମିଶନର ସପନ କୁମାର ନନ୍ଦ ଏବଂ ଆସିଷ୍ଟାଣ୍ଟ କମିଶନର ଏନ. ଗଣେଶ ବାବୁ ପ୍ରମୁଖ ଉପସ୍ଥିତ ଥିଲେ।

ବୁଝାଇବା ପରେ ମାନ ଭାଙ୍ଗିଲେ କମିଟି ଅଧ୍ୟକ୍ଷ
ଷ୍ଟାଣ୍ଡିଂ କମିଟି ମଧ୍ୟରେ ଏଷ୍ଟାବ୍ଲିଶ୍‌ମେଣ୍ଟ କମିଟି ଅଧ୍ୟକ୍ଷ ନିର୍ବାଚନକୁ ନେଇ ଅନିଶ୍ଚିତତା ଲାଗିରହିଥିଲା। ସମ୍ପୃକ୍ତ ବିଭାଗ ଅଧ୍ୟକ୍ଷ କୁମାରେନ୍ଦ୍ର ମହାପାତ୍ର ଏବଂ ବିଭାଗୀୟ ଅଧିକାରୀଙ୍କ ମଧ୍ୟରେ ବିବାଦ ଲାଗି ରହିଥିବାରୁ ଦାବି ପୂରଣ ନ ହେବା ପର୍ଯ୍ୟନ୍ତ ନିର୍ବାଚନରେ ସାମିଲ ହେବେ ନାହିଁ ବୋଲି କୁମାରେନ୍ଦ୍ର ସଫା ସଫା ଶୁଣାଇ ଦେଇଥିଲେ। ତେବେ ଯେପରି କୌଣସି ଅପ୍ରୀତିକର ପରିସ୍ଥିତି ସୃଷ୍ଟି ନ ହୁଏ, ସେଥିପାଇଁ ମେୟର ଏବଂ ଅନ୍ୟ କର୍ପୋରେଟରମାନେ କୁମାରେନ୍ଦ୍ରଙ୍କୁ ବୁଝାଇଥିଲେ। ଶେଷରେ ସମସ୍ତ କର୍ପୋରେଟରଙ୍କ ସମର୍ଥନ ଏବଂ ମେୟରଙ୍କ ଠାରୁ ପ୍ରତିଶ୍ରୁତି ପାଇବା ପରେ କୁମାରେନ୍ଦ୍ର ନିର୍ବାଚନ ପାଇଁ ନାମାଙ୍କନ ଦାଖଲ କରିଥିଲେ।

ମେଡିକାଲରୁ ନାମାଙ୍କନ ପତ୍ର ପଠାଇଲେ ପ୍ରେମାନନ୍ଦ
ଲାଇସେନ୍ସ ଏବଂ ଅପିଲ ଷ୍ଟାଣ୍ଡିଂ କମିଟି ପାଇଁ ୱାର୍ଡ୨୦ର ପ୍ରେମାନନ୍ଦ ଜେନାଙ୍କୁ ଅଧ୍ୟକ୍ଷ ଭାବେ ନିର୍ବାଚିତ କରାଯାଇଛି। ତେବେ ଗୁରୁତର ଆହତ ଥିବା କାରଣରୁ ସେ ନିର୍ବାଚନରେ ଅନୁପସ୍ଥିତ ଥିଲେ। ସ୍ବାସ୍ଥ୍ୟଗତ ସମସ୍ୟା ଦର୍ଶାଇ ସେ ମେଡିକାଲରୁ ନିଜ ନାମାଙ୍କନପତ୍ର ଭରି ପଠାଇଥିଲେ। ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ୨୦ନମ୍ବର ୱାର୍ଡର କର୍ପୋରେଟର ଜେନାଙ୍କୁ ୧୬ ତାରିଖ ରାତିରେ ମରଣାନ୍ତକ ଆକ୍ରମଣ କରାଯାଇଥିଲା। ଏଥିରେ ସେ ଆହତ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

IND vs WI: ତୃତୀୟ ଦିନିକିଆ ପୂର୍ବରୁ ବଡ଼ ଝଟ୍‌କା, ବାଦ୍ ପଡ଼ିଲେ ଷ୍ଟାର୍ ଅଲରାଉଣ୍ଡର, ମାରିଥିଲେ ଦମଦାର୍ ଶତକ!

ନୂଆଦିଲ୍ଲୀ,୨।୧୦: ଭାରତ ଏବଂ ୱେଷ୍ଟଇଣ୍ଡିଜ୍ ମଧ୍ୟରେ ଖେଳାଯାଉଥିବା ୩ ମ୍ୟାଚ୍ ବିଶିଷ୍ଟ ଦିନିକିଆ (ODI) ସିରିଜ୍‌ରେ ଭାରତୀୟ ଦଳ ୨-୦ ରେ ଅଗ୍ରଣୀ ସହ ସିରିଜ୍ କବ୍‌ଜା…

ତୁଳା ରାଶିରେ ଶୁକ୍ରଙ୍କ ଓଲଟା ଚାଲି: ଅକ୍ଟୋବର ୩ରୁ ଏହି ୫ଟି ରାଶିର ଲୋକଙ୍କୁ ରହିବାକୁ ପଡ଼ିବ ସାବଧାନ!

୨୦୨୬ ଅକ୍ଟୋବର ୩ ତାରିଖରୁ ଶୁକ୍ର ନିଜର ସ୍ୱରାଶି ତୁଳାରେ ବକ୍ରୀ ଅର୍ଥାତ୍ ଓଲଟା ଚାଲି ଚାଲିବାକୁ ଯାଉଛନ୍ତି। ଶୁକ୍ରଙ୍କର ଏହି ଚଳନ ହେତୁ ସମ୍ପର୍କ, ଭାଗୀଦାରୀ,…

SRHର ଅଧିନାୟକ ନିଷ୍ପତ୍ତିକୁ ନେଇ ଝଡ଼! କ୍ଷୁବ୍ଧ ଅଭିଷେକ ଶର୍ମା, ଛାଡ଼ିପାରନ୍ତି ଦଳ

ନୂଆଦିଲ୍ଲୀ,୨।୧୦: ଇଣ୍ଡିଆନ୍ ପ୍ରିମିୟର ଲିଗ୍ (IPL) ୨୦୨୭ ସଂସ୍କରଣ ପୂର୍ବରୁ ସନ୍‌ରାଇଜର୍ସ ହାଇଦ୍ରାବାଦ (SRH) ଶିବିରରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଗଣମାଧ୍ୟମ ରିପୋର୍ଟ ଅନୁଯାୟୀ,…

ଧାମୁଣିପଙ୍ଗା ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ କ୍ଲଷ୍ଟର ସ୍ତରୀୟ ‘ସୁରଭି’ ମହୋତ୍ସବ ଅନୁଷ୍ଠିତ

କଲ୍ୟାଣସିଂହପୁର, ୨/୧୦ (ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ଧାମୁଣିପଙ୍ଗା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’…

ଚୋରାରେ କଟାଯାଇଥିବା ୪ ଶାଳ ଗଛର ଗଣ୍ଡି ଜବତ

ପାଟଣା, ୨।୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ଅନ୍ତର୍ଗତ ପାଟଣା ସେକ୍ସନର ମଲ୍ଲିପୋଷି ବିଟ୍‌ ଅଧୀନ ନୂଆପଡ଼ା ଗ୍ରାମ ହୁଡ଼ିରୁ ଚୋରାରେ କଟାଯାଇ…

କଙ୍କାଳ ଜବତ, ନିଖୋଜ ମହିଳାଙ୍କ କଙ୍କାଳ ବୋଲି ଅନୁମାନ

ରିଆମାଳ,୨|୧୦(ବଦ୍ରିନାରାୟଣ ଅଗ୍ରୱାଲା): ଦେବଗଡ଼ ଜିଲା ରିଆମାଳ ଥାନା ଗୁଣ୍ଡିଆପାଲି ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ସାନଡଙ୍ଗାଘାଟର ମୁଣ୍ଡା ସାହି ଗୋହିରା ନାଳ ପାଖରୁ ରିଆମାଳ ଥାନା ପୁଲିସ ଏକ…

ଅନ୍ତରବା ଛକରେ ଦୁର୍ଘଟଣା, ୩ ଗୁରୁତର, ୨ ଆହତ

ମୋହନା, ୨।୧୦ (ମନ୍ମଥ ମିଶ୍ର): ଗଜପତି ଜିଲା ଅଡ଼ବା ଥାନା ଅନ୍ତରବା ଛକରେ ଗୁରୁବାର ଏକ ସଡ଼କ ଦୁର୍ଘଟଣା ଘଟି ୩ ଜଣ ଗୁରୁତର ଓ ୨…

ଭାରତ-ପାକିସ୍ତାନ ମହାମୁକାବିଲା: ଓପନର ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ ବଢ଼ିଲା ଚିନ୍ତା, ସାମ୍ନାକୁ ଆସିଲା…

ନୂଆଦିଲ୍ଲୀ,୨।୧୦: ଏସିଆନ୍ ଗେମ୍ସ କ୍ରିକେଟ୍ ପ୍ରତିଯୋଗିତାର ଫାଇନାଲ୍‌ରେ ଆସନ୍ତା ଅକ୍ଟୋବର ୩ ତାରିଖରେ ଭାରତ ଓ ପାକିସ୍ତାନ ମୁହାଁମୁହିଁ ହେବାକୁ ଯାଉଛନ୍ତି। ଏହି ହାଇ-ଭୋଲ୍ଟେଜ୍ ସ୍ୱର୍ଣ୍ଣ ପଦକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?