ବିଡିଓଙ୍କ ବଦଳି ଦାବି ନେଇ ବ୍ଲକ କାର୍ଯ୍ୟାଳୟରେ ତାଲା ପକାଇଲେ ଚେୟାରମ୍ୟାନ

କୋଟଗଡ଼,୧୬ା୬(ସରୋଜ ବଳିୟାରସିଂ): ବିଡିଓଙ୍କ ବଦଳି ଦାବି ନେଇ ବ୍ଲକ କାର୍ଯ୍ୟାଳୟରେ ତାଲା ପକାଇଛନ୍ତି ବ୍ଲକ ଚେୟାରମ୍ୟାନ। ଏଭଳି ଘଟଣା କନ୍ଧମାଳ ଜିଲା କୋଟଗଡ଼ ବ୍ଲକରେ ଦେଖିବାକୁ ମିଳିଛି। କିଛି ଦିନ ଧରି ବିଡିଓ ଅର୍ଜୁନ ପ୍ରଧାନ ଓ ବ୍ଲକ ଚେୟାରମ୍ୟାନ ପିଙ୍କି କହଁରଙ୍କ ମଧ୍ୟରେ ତିକ୍ତତା ବଢ଼ିବାରେ ଲାଗିଛି। ଏ ନେଇ ବ୍ଲକ ଚେୟାରମ୍ୟାନ ଓ ଜିଲା ପରିଷଦ ସରପଞ୍ଚ ଏବଂ ସମିତି ସଭ୍ୟ ଗତ ମଙ୍ଗଳବାରଠାରୁ ବ୍ଲକ କାର୍ଯ୍ୟଳୟରେ ତାଲା ପକାଇଛନ୍ତି। ଏମିତି କି ବିଡିଓ ଅର୍ଜୁନ ପ୍ରଧାନ ସ୍ଥାନୀୟ ସରପଞ୍ଚ ଓ ସମିତି ସଭ୍ୟଙ୍କୁ ଅଣଦେଖା ସହ ଉନ୍ନୟନମୂଳକ କାର୍ଯ୍ୟରେ ସହଯୋଗ କରୁ ନ ଥିବା ବ୍ଲକ ଚେୟାରମ୍ୟାନ ଅଭିଯୋଗ କରିଛନ୍ତି। ଏମିତି କି ବ୍ଲକର ୧୫ଟି ପଞ୍ଚାୟତର ସ୍ଥାନୀୟ ସରପଞ୍ଚ ଓ ସମିତି ସଭ୍ୟ ବିଭିନ୍ନ ସମସ୍ୟା ନେଇ ତାଙ୍କ ପାଖକୁ ଆସୁଥିଲେ ମଧ୍ୟ ତାଙ୍କୁ ଅଣଦେଖା କରନ୍ତି ବୋଲି ଜନପ୍ରତିନିଧି ଅଭିଯୋଗ କରିଛନ୍ତି। ଏଣୁ ବିଡିଓ ଅର୍ଜୁନ ପ୍ରଧାନଙ୍କୁ ତୁରନ୍ତ କୋଟଗଡ଼ ବ୍ଲକରୁ ବଦଳି କରା ଯାଉ ବୋଲି ଦାବି କରିଛନ୍ତି। ଯେଉଁ ପର୍ଯ୍ୟନ୍ତ ବିଡିଓଙ୍କୁ ବଦଳି କରା ନ ଯାଇଛି, ସେ ପର୍ଯ୍ୟନ୍ତ ବ୍ଲକରେ ତାଲା ଝୁଲିବା ସହ ଆନ୍ଦୋଳନ ତୀବ୍ରତର ହେବ ବୋଲି ବ୍ଲକ ଚେୟାରମ୍ୟାନ ପିଙ୍କି କହଁର, ଜିଲା ପରିଷଦ ସଭ୍ୟ ସୁନାମାଝି,ସରପଞ୍ଚ ସୁନିତା ମଲିକ, ଜଣାଇଛନ୍ତି। ଅନ୍ୟପଟେ ବିଡିଓ ଅର୍ଜୁନ ପ୍ରଧାନଙ୍କର ପ୍ରତିକ୍ରିୟା ଜାଣିବା ଲାଗି ଯୋଗାଯୋଗ କରାଯାଇଥିଲେ ମଧ୍ୟ ସେ ଫୋନ୍‌ ଉଠାଇ ନ ଥିଲେ। ଦୀର୍ଘ ୪ ଦିନ ଧରି ବ୍ଲକରେ ତାଲା ଝୁଲୁଥିବା ଯୋଗୁ ବ୍ଲକର ଉନ୍ନୟନମୂଳକ କାର୍ଯ୍ୟ ବାଧାପ୍ରାପ୍ତ ସୃଷ୍ଟି ହେବାରେ ଲାଗିଛି।


Enter your email to get our daily news in your inbox.

All Right Reserved By Dharitri.Com

୧୩ ହଜାର କୋଟିରୁ ଅଧିକ ପୁଞ୍ଜି ପ୍ରତ୍ୟାହାର କରିଛନ୍ତି ଏଫ୍‌ପିଆଇ

ମୁମ୍ବାଇ,୧୪ା୯: ଭୂ-ରାଜନୀତିକ କାରଣକୁ ନେଇ ବିଶ୍ୱସ୍ତରରେ ଅନିଶ୍ଚିତତା ବୃଦ୍ଧି ପାଇବା ଯୋଗ ଅଶୋଧିତ ତୈଳ ମୂଲ୍ୟ ବୃଦ୍ଧି ନିବେଶକମାନଙ୍କୁ ପ୍ରଭାବିତ କରିଛି। ଏହାବ୍ୟତୀତ ଆମେରିକାର ବଣ୍ଡ୍‌ ୟିଲ୍ଡ…

ଦାୟିତ୍ୱରୁ ଦୂରେଇ ଯାଉଛି ପୋଲିସର ମାନବାଧିକାର ସୁରକ୍ଷା ସେଲ୍‌

କଟକ ସଦର, ୧୪/୯ (ସୁଶାନ୍ତ କୁମାର ଜେନା): ବିଭିନ୍ନ ଫୌଜଦାରୀ ମାମଲାର ରାୟକୁ ସୁପ୍ରିମକୋର୍ଟ ଓ ହାଇକୋର୍ଟ ସମୟକୁ ସମୟ ସମୀକ୍ଷା କରି ଗୁରୁତ୍ୱପୂର୍ଣ୍ଣ ରାୟ ପ୍ରଦାନ…

ଆମେରିକାକୁ ପଛରେ ପକାଇ ଭାରତ ହେବ ୨ୟ ବୃହତ୍‌ ଅର୍ଥନୀତି

ନୂଆଦିଲ୍ଲୀ,୧୪ା୯: ଆସନ୍ତା ୨୫ ବର୍ଷ ମଧ୍ୟରେ ଆମେରିକାକୁ ପଛରେ ପକାଇ ଭାରତ ବିଶ୍ୱର ଦ୍ୱିତୀୟ ବୃହତ୍ତମ ଅର୍ଥବ୍ୟବସ୍ଥା ହେବା ପଥରେ ଅଗ୍ରସର ହେଉଛି। ପରବର୍ତ୍ତୀ ସମୟରେ ଏହା…

ଆସନ୍ତାକାଲି ନୂଆଖାଇ: ପୂଜା ପାଇଁ ଘର ଘର ବୁଲି ଚାଉଳ ସଂଗ୍ରହ

କେସିଙ୍ଗା, ୧୪।୯ (ତୁମେଶ୍ୱର ସାହୁ): ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଖାଇକୁ ନେଇ ସବୁଠି ଉତ୍ସାହ ଓ ଆନନ୍ଦର ପରିବେଶ। ଆସନ୍ତାକାଲି ନୂଆଖାଇ ପାଳନ ହେବାକୁ ଥିବାବେଳେ ଗରିବଠାରୁ…

ମିଳିତ ଶସ୍ୟ ବଜାର ପ୍ରତିଷ୍ଠା ପାଇଁ ପୁଟିନ୍‌ଙ୍କ ଆହ୍ବାନ

ନୂଆଦିଲ୍ଲୀ,୧୪ା୯: ରୁଷିଆ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନ ବ୍ରିକ୍ସ ଦେଶଗୁଡ଼ିକ ମଧ୍ୟରେ ଏକ ନୂତନ ବୀମା ବ୍ୟବସ୍ଥା ପ୍ରଚଳନ କରିବା ସହିତ ମିଳିତ ଶସ୍ୟ ବଜାର ପ୍ରତିଷ୍ଠା ପାଇଁ…

‘ଢେମ୍‌ସା ନୃତ୍ୟ ଆନ୍ଧ୍ରପ୍ରଦେଶର’ ଗୁଗ୍‌ଲରେ ଉଲ୍ଲେଖ ନେଇ ବଢ଼ୁଛି ଅସନ୍ତୋଷ

ପଟ୍ଟାଙ୍ଗି,୧୪ା୯(ଶରତ କୁମାର ଧଳ):କୋରାପୁଟ କଫି ଏବେ ବ୍ରିକ୍ସ ସମ୍ମିଳନୀରେ ବିଶ୍ୱ ପ୍ରତିନିଧିମାନଙ୍କୁ ପରଷା ଯାଉଛି। କୋରାପୁଟ କଫିକୁ ବିଶ୍ୱ ଦରବାରରେ ପରିଚିତ କରାଇବା ପାଇଁ ଚେଷ୍ଟା ଜାରି…

ଧରାପଡ଼ିଲା ଓରାଙ୍ଗଉଟାନର ଚାଲାଣର ମାଷ୍ଟରମାଇଣ୍ଡ୍‌: ଏହି ୨ ଜଣ କରୁଥିଲେ…

ଭୁବନେଶ୍ୱର/ଭୋଗରାଇ,୧୪ା୯ (ତ୍ରିନାଥ ମହାନ୍ତି/ପ୍ରଦୀପ ଦାସ):ବାଲେଶ୍ୱର ବିଚିତ୍ରପୁର ଜଙ୍ଗଲରୁ ୫ ଓରାଙ୍ଗ୍‌ଉଟାନ ଶାବକ ଉଦ୍ଧାର ଘଟଣାରେ ଅନ୍ତର୍ଜାତୀୟ ଚୋରା ଚାଲାଣକାରୀଙ୍କ ଲିଙ୍କ୍‌ ରହିଛି। ପଶ୍ଚିବଙ୍ଗ ଦୀଘାସ୍ଥିତ ଗ୍ରାଣ୍ଡ୍‌ ହେରିଟେଜ୍‌…

ଏଇ ଭାରତରେ

ମଧ୍ୟପ୍ରଦେଶ ଷ୍ଟେଟ ଇଣ୍ଡଷ୍ଟ୍ରିଆଲ ସିକ୍ୟୁରିଟି ଫୋର୍ସର ଆଇପିଏସ୍‌ ଅଧିକାରୀ ବୀରେନ୍ଦ୍ର ମିଶ୍ରା ବେଡ଼ିଆ ସମ୍ପ୍ରଦାୟର ପିଲାଙ୍କୁ କୁତ୍ସିତ ପ୍ରଥାରୁ ମୁକୁଳାଇ ସମାଜର ମୁଖ୍ୟ ଧାରାରେ ସାମିଲ କରୁଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?