ଗାନ୍ଧିଜୀଙ୍କ ଆଦର୍ଶରେ ଅନୁପ୍ରାଣିତ ହେବାକୁ ଆହ୍ବାନ

କଟକ ଅଫିସ, ୨୪ା୩: ମହାତ୍ମା ଗାନ୍ଧୀଙ୍କ ଓଡ଼ିଶା ଆଗମନର ଶତବାର୍ଷିକ ପାଳନ ଅବସରରେ କଟକ ଜିଲା ପ୍ରଶାସନ ପକ୍ଷରୁ ମଙ୍ଗଳବାର ସହରରେ ବିଭିନ୍ନ କାର୍ଯ୍ୟକ୍ରମ ଆୟୋଜନ କରାଯାଇଥିଲା। ଏହି ଅବସରରେ ରେଳଷ୍ଟେଶନଠାରେ ବିଶିଷ୍ଟ ଅତିଥିମାନେ ଗାନ୍ଧୀଙ୍କ ଫଟୋଚିତ୍ରରେ ମାଲ୍ୟାର୍ପଣ କରିଥିଲେ। ଏହାପରେ ସକାଳ ସାଢେ ୭ଟାରେ ଷ୍ଟେଶନଠାରୁ ବିଶାଳ ଶୋଭାଯାତ୍ରା ବାହାରିଥିଲା। ଏହାକୁ ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ର ଉଦ୍‌ଘାଟନ କରିଥିଲେ। କଟକ ଏମ୍‌ପି ଭର୍ତ୍ତୃହରି ମହତାବଙ୍କ ନେତୃତ୍ୱରେ ବାହାରିଥିବା ପଦଯାତ୍ରା କଲେଜଛକ, ରାଣୀହାଟ, ମଙ୍ଗଳାବାଗ, ନୂଆପାଟଣା, ମାଛୁଆବଜାର, ତିନିକୋଣିଆ ବଗିଚା, ଦରଘା ବଜାର, ଚୌଧୁରୀ ବଜାର, ନୟାସଡ଼କ, ବାଲୁବଜାର, ହାଇକୋର୍ଟ ଛକ, ଚାନ୍ଦିନୀ ଚୌକ୍‌ ଦେଇ ପୂର୍ବାହ୍ନ ୧୧ଟାରେ ବେଲଭ୍ୟୁ ଛକଠାରେ ପହଞ୍ଚିଥିଲା। ଏହି ପଦଯାତ୍ରାକୁ ସ୍ମରଣୀୟ କରିବା ପାଇଁ ବିଭିନ୍ନ ସଂଗଠନ ସ୍ବତଃପ୍ରବୃତ୍ତ ଭାବେ ସାମିଲ ହୋଇଥିଲେ। ଗାନ୍ଧିଜୀଙ୍କ ବାର୍ତ୍ତା ବହନ କରୁଥିବା ବିଭିନ୍ନ ପ୍ରଜ୍ଞାପନ ମେଢକୁ ଏହି ଶୋଭାଯାତ୍ରାରେ ସାମିଲ କରାଯାଇଥିଲା। ରାଜ୍ୟର ବିଭିନ୍ନ ପ୍ରାନ୍ତରୁ ଆସିଥିବା ଦଣ୍ଡନୃତ୍ୟ, ଘୁମୁରା, ସଂକିର୍ତ୍ତନ ମଣ୍ଡଳୀ ସମେତ ଏନ୍‌ସିସି କ୍ୟାଡ୍‌ଟମାନେ ଏହି ଶୋଭାଯାତ୍ରାକୁ ଅଧିକ ଆକର୍ଷିତ କରିଥିଲେ। ସେହିଭଳି ପୋଲିସ ବାହିନୀ ଏଥିରେ ସାମିଲ ହୋଇ ବ୍ୟାଣ୍ଡପାର୍ଟି ସହ ବିଭିନ୍ନ ଧୁନ୍‌ ବଜାଇଥିଲେ। ଏହି ଅବସରରେ ବିଭିନ୍ନ ପୂଜା କମିଟି, ସାମାଜିକ ସଂଗଠନ, ସାହି କମିଟି ପକ୍ଷରୁ ପଦଚାରୀଙ୍କୁ ସ୍ବାଗତ ସମ୍ବର୍ଦ୍ଧନା ଦିଆଯାଇଥିଲା।
ବେଲ୍‌ଭ୍ୟୁଠାରେ ଏମ୍‌ପି ମହତାବ ଶୋଭାଯାତ୍ରାକାରୀଙ୍କୁ ଗାନ୍ଧିଜୀଙ୍କ ନୀତିଆଦର୍ଶରେ ଅନୁପ୍ରାଣିତ ହେବାକୁ ଆହ୍ବାନ ଦେଇଥିଲେ। ସେହିପରି ବିଧାୟକ ଇଂ. ମହମ୍ମଦ ମୋକିମ୍‌ କହିଥିଲେ, ଗାନ୍ଧିଙ୍କ ବିଚାର ଧାରାକୁ ଆମେ ଯଦି ବଞ୍ଚାଇ ନ ରଖିବା ତେବେ ଅଖଣ୍ଡ ଭାରତ ବଞ୍ଚିବା କଷ୍ଟକର ହୋଇଯିବ। ଏହି ଶୋଭାଯାତ୍ରାରେ ମନ୍ତ୍ରୀ ଅଶୋକ ପଣ୍ଡା, ସମୀର ରଞ୍ଜନ ଦାଶ, ରଣେନ୍ଦ୍ର ପ୍ରତାପ ସ୍ବାଇଁ, ବିଧାୟକ ଦେବୀ ମିଶ୍ର, ଶଶୀଭୂଷଣ ବେହେରା, ପୂର୍ବତନ ବିଧାୟକ ପ୍ରଭାତ ତ୍ରିପାଠୀ, ପ୍ରଭାତ ରଞ୍ଜନ ବିଶ୍ୱାଳ, କଂଗ୍ରେସ ନେତା ସୁରେଶ ମହାପାତ୍ର, ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକ, ଭାଜପା ନେତା ନୟନ ମହାନ୍ତି, ଜିଲାପାଳ ଭବାନୀ ଶଙ୍କର ଚୟନୀ, ସ୍ବାଧୀନତା ସଂଗ୍ରାମୀ ପଦ୍ମଚରଣ ନାୟକ, ବକ୍ସିବଜାର ସମ୍ବାଦପତ୍ର ବିକ୍ରେତା ସଂଘ ସାଧାରଣ ସମ୍ପାଦକ ଦୁର୍ଗା ପ୍ରସାଦ ଛାଟୋଇ, ଉପସଭାପତି ଶ୍ରୀନିବାସ ରେଡ୍ଡୀ, କୋଷାଧ୍ୟକ୍ଷ ଅକ୍ଷୟ ମହାନ୍ତି, ସହସମ୍ପାଦକ ରତ୍ନାକର ପ୍ରଧାନ, ପ୍ରଶାନ୍ତ ସାହୁ, ସନ୍ତୋଷ ମହାନ୍ତି, ହିମାଂଶୁ ମହାପାତ୍ରଙ୍କ ସମେତ ସହରର ବୁଦ୍ଧିଜୀବୀ ଓ ମାନ୍ୟଗଣ୍ୟ ବ୍ୟକ୍ତି ସାମିଲ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଏହି କ୍ରିକେଟରଙ୍କ ନାମରେ ଯୌନ ନିର୍ଯାତନା ମାମଲା, ଜାଣନ୍ତୁ…

ଢାକା,୧୧ା୧୨: ବାଂଲାଦେଶର ପେସ ବୋଲିଂ ଅଲରାଉଣ୍ଡର ତୋଫେଲ ଅହମଦ ରେହାନ ବିବାହ ପ୍ରଲୋଭନ ଦେଖାଇ ଜଣେ ମହିଳାଙ୍କୁ ଯୌନ ନିର୍ଯାତନା ଦେଇଥିବା ଅଭିଯୋଗ ହୋଇଛି। ଏହି...

ମ୍ୟାଚ ପୂର୍ବରୁ ଗୁରୁଜ୍ଞାନ ଦେଲେ ଯୁବରାଜ, ହାରିଗଲା ଟିମ୍ ଇଣ୍ଡିଆ

ମୁଲାନପୁର,୧୧ା୧୨: ମହାରାଜା ଯାଦବୀନ୍ଦ୍ର ସିଂହ ଅନ୍ତର୍ଜାତୀୟ କ୍ରିକେଟ୍ ଷ୍ଟାଡିୟମ୍‌ରେ ଖେଳାଯାଇଥିବା ଦ୍ୱିତୀୟ T20 ଅନ୍ତର୍ଜାତୀୟ ମ୍ୟାଚରେ ଭାରତୀୟ ଦଳ ଦକ୍ଷିଣ ଆଫ୍ରିକାଠାରୁ ୫୧ ରନ୍‌ରେ ପରାସ୍ତ...

ଗଡ଼ିଲା ହାଇଡ୍ରୋଜେନ୍‌ ଚାଳିତ ଜାହାଜ

ବାରାଣସୀ,୧୧ା୧୨: ଭାରତରେ ସ୍ବଦେଶୀ ଜ୍ଞାନକୌଶଳରେ ନିର୍ମିତ ପ୍ରଥମ ହାଇଡ୍ରୋଜେନ୍‌ ଇନ୍ଧନ-ସେଲ୍‌ ଜାହାଜର ଚଳାଚଳକୁ କେନ୍ଦ୍ର ବନ୍ଦର, ଜାହାଜ ଚଳାଚଳ ଓ ଜଳମାର୍ଗ ମନ୍ତ୍ରୀ ସର୍ବାନନ୍ଦ ସୋନୋଓ୍ବାଲ...

ମାଲକାନଗିରିରେ ଉତ୍ତଜନା: ମାଲ୍ୟବନ୍ତ ମହୋତ୍ସବ ସ୍ଥଗିତ

ମାଲକାନଗିରି,୧୧।୧୨ (ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲାରେ ଉତ୍ତେଜନାମୂଳକ ପରିସ୍ଥିତି ଲାଗି ରହିଥିବା ବେଳେ ଜିଲାସ୍ତରୀୟ ଲୋକ ମହୋତ୍ସବ ମାଲ୍ୟବନ୍ତ- ୨୦୨୫କୁ ଜିଲା ପ୍ରଶାସନ ପକ୍ଷରୁ ସ୍ଥଗିତ...

ପାକିସ୍ତାନ ଖେଳାଳିଙ୍କ ସହ ହାତ ମିଳାଇବେ ବୈଭବ ସୂର୍ଯ୍ୟବଂଶୀ! ଏସିଆ କପ ପୂର୍ବରୁ ICC ରଖିଲା ଏମିତି ଦାବି

ନୂଆଦିଲ୍ଲୀ,୧୧।୧୨: ୧୯ ବର୍ଷରୁ କମ ଏସିଆ କପ ୨୦୨୫ ଡିସେମ୍ବର ୧୨ ତାରିଖରେ ଆରମ୍ଭ ହେବ। ଭାରତର ୧୯ ବର୍ଷରୁ କମ ଦଳର ନେତୃତ୍ୱ ଆୟୁଷ...

ଅର୍ଶଦୀପଙ୍କ ପାଇଁ ଭୟଙ୍କର ଦିନ: ଗୋଟିଏ ଓଭରରେ ପକାଇଲେ ୭ ୱାଇଡ୍

ମୁଲାନପୁର,୧୧ା୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଗୁରୁବାର ମୁଲାନପୁରରେ ଖେଳାଯାଉଥିବା ଦ୍ୱିତୀୟ ଟି-୨୦ ଆନ୍ତର୍ଜାତୀୟ ମ୍ୟାଚ୍‌ରେ ଭାରତୀୟ ପେସ୍ ବୋଲର ଅର୍ଶଦୀପ ସିଂହ ଏକ...

Bahraich Violence: ବହରାଇଚ ହିଂସା ଅଭିଯୁକ୍ତ ସରଫରାଜଙ୍କୁ ମୃତ୍ୟୁଦଣ୍ଡ, ଅନ୍ୟ ନଅ ଜଣଙ୍କୁ ଆଜୀବନ କାରାଦଣ୍ଡ

ନୂଆଦିଲ୍ଲୀ,୧୧।୧୨: ବହରାଇଚ ହିଂସାର ମୁଖ୍ୟ ଅଭିଯୁକ୍ତ ସରଫରାଜଙ୍କୁ ମୃତ୍ୟୁଦଣ୍ଡ ଦିଆଯାଇଛି। ଅନ୍ୟ ନଅ ଜଣ ଅଭିଯୁକ୍ତଙ୍କୁ ମଧ୍ୟ ଆଜୀବନ କାରାଦଣ୍ଡ ଦିଆଯାଇଛି। ଗୁରୁବାର କୋର୍ଟ ରାମଗୋପାଳ...

ଦୁର୍ଘଟଣାରେ ଚାଲିଗଲା ଜୀବନ: ବାଇକ୍‌ ଚାଳକ ଗିରଫ

କୋକସରା,୧୧ା୧୨ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ଗତ ୩ ତାରିଖ ରାତିରେ ନିଆଁ ପୁଇଁବା ସମୟରେ ବାଇକ୍‌ ଧକ୍କାରେ କୋକସରା ଥାନା ଡାଲଗୁମା ଗ୍ରାମର ଅଶୋକ କୁମାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri