ଗାନ୍ଧିଜୀଙ୍କ ଆଦର୍ଶରେ ଅନୁପ୍ରାଣିତ ହେବାକୁ ଆହ୍ବାନ

କଟକ ଅଫିସ, ୨୪ା୩: ମହାତ୍ମା ଗାନ୍ଧୀଙ୍କ ଓଡ଼ିଶା ଆଗମନର ଶତବାର୍ଷିକ ପାଳନ ଅବସରରେ କଟକ ଜିଲା ପ୍ରଶାସନ ପକ୍ଷରୁ ମଙ୍ଗଳବାର ସହରରେ ବିଭିନ୍ନ କାର୍ଯ୍ୟକ୍ରମ ଆୟୋଜନ କରାଯାଇଥିଲା। ଏହି ଅବସରରେ ରେଳଷ୍ଟେଶନଠାରେ ବିଶିଷ୍ଟ ଅତିଥିମାନେ ଗାନ୍ଧୀଙ୍କ ଫଟୋଚିତ୍ରରେ ମାଲ୍ୟାର୍ପଣ କରିଥିଲେ। ଏହାପରେ ସକାଳ ସାଢେ ୭ଟାରେ ଷ୍ଟେଶନଠାରୁ ବିଶାଳ ଶୋଭାଯାତ୍ରା ବାହାରିଥିଲା। ଏହାକୁ ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ର ଉଦ୍‌ଘାଟନ କରିଥିଲେ। କଟକ ଏମ୍‌ପି ଭର୍ତ୍ତୃହରି ମହତାବଙ୍କ ନେତୃତ୍ୱରେ ବାହାରିଥିବା ପଦଯାତ୍ରା କଲେଜଛକ, ରାଣୀହାଟ, ମଙ୍ଗଳାବାଗ, ନୂଆପାଟଣା, ମାଛୁଆବଜାର, ତିନିକୋଣିଆ ବଗିଚା, ଦରଘା ବଜାର, ଚୌଧୁରୀ ବଜାର, ନୟାସଡ଼କ, ବାଲୁବଜାର, ହାଇକୋର୍ଟ ଛକ, ଚାନ୍ଦିନୀ ଚୌକ୍‌ ଦେଇ ପୂର୍ବାହ୍ନ ୧୧ଟାରେ ବେଲଭ୍ୟୁ ଛକଠାରେ ପହଞ୍ଚିଥିଲା। ଏହି ପଦଯାତ୍ରାକୁ ସ୍ମରଣୀୟ କରିବା ପାଇଁ ବିଭିନ୍ନ ସଂଗଠନ ସ୍ବତଃପ୍ରବୃତ୍ତ ଭାବେ ସାମିଲ ହୋଇଥିଲେ। ଗାନ୍ଧିଜୀଙ୍କ ବାର୍ତ୍ତା ବହନ କରୁଥିବା ବିଭିନ୍ନ ପ୍ରଜ୍ଞାପନ ମେଢକୁ ଏହି ଶୋଭାଯାତ୍ରାରେ ସାମିଲ କରାଯାଇଥିଲା। ରାଜ୍ୟର ବିଭିନ୍ନ ପ୍ରାନ୍ତରୁ ଆସିଥିବା ଦଣ୍ଡନୃତ୍ୟ, ଘୁମୁରା, ସଂକିର୍ତ୍ତନ ମଣ୍ଡଳୀ ସମେତ ଏନ୍‌ସିସି କ୍ୟାଡ୍‌ଟମାନେ ଏହି ଶୋଭାଯାତ୍ରାକୁ ଅଧିକ ଆକର୍ଷିତ କରିଥିଲେ। ସେହିଭଳି ପୋଲିସ ବାହିନୀ ଏଥିରେ ସାମିଲ ହୋଇ ବ୍ୟାଣ୍ଡପାର୍ଟି ସହ ବିଭିନ୍ନ ଧୁନ୍‌ ବଜାଇଥିଲେ। ଏହି ଅବସରରେ ବିଭିନ୍ନ ପୂଜା କମିଟି, ସାମାଜିକ ସଂଗଠନ, ସାହି କମିଟି ପକ୍ଷରୁ ପଦଚାରୀଙ୍କୁ ସ୍ବାଗତ ସମ୍ବର୍ଦ୍ଧନା ଦିଆଯାଇଥିଲା।
ବେଲ୍‌ଭ୍ୟୁଠାରେ ଏମ୍‌ପି ମହତାବ ଶୋଭାଯାତ୍ରାକାରୀଙ୍କୁ ଗାନ୍ଧିଜୀଙ୍କ ନୀତିଆଦର୍ଶରେ ଅନୁପ୍ରାଣିତ ହେବାକୁ ଆହ୍ବାନ ଦେଇଥିଲେ। ସେହିପରି ବିଧାୟକ ଇଂ. ମହମ୍ମଦ ମୋକିମ୍‌ କହିଥିଲେ, ଗାନ୍ଧିଙ୍କ ବିଚାର ଧାରାକୁ ଆମେ ଯଦି ବଞ୍ଚାଇ ନ ରଖିବା ତେବେ ଅଖଣ୍ଡ ଭାରତ ବଞ୍ଚିବା କଷ୍ଟକର ହୋଇଯିବ। ଏହି ଶୋଭାଯାତ୍ରାରେ ମନ୍ତ୍ରୀ ଅଶୋକ ପଣ୍ଡା, ସମୀର ରଞ୍ଜନ ଦାଶ, ରଣେନ୍ଦ୍ର ପ୍ରତାପ ସ୍ବାଇଁ, ବିଧାୟକ ଦେବୀ ମିଶ୍ର, ଶଶୀଭୂଷଣ ବେହେରା, ପୂର୍ବତନ ବିଧାୟକ ପ୍ରଭାତ ତ୍ରିପାଠୀ, ପ୍ରଭାତ ରଞ୍ଜନ ବିଶ୍ୱାଳ, କଂଗ୍ରେସ ନେତା ସୁରେଶ ମହାପାତ୍ର, ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକ, ଭାଜପା ନେତା ନୟନ ମହାନ୍ତି, ଜିଲାପାଳ ଭବାନୀ ଶଙ୍କର ଚୟନୀ, ସ୍ବାଧୀନତା ସଂଗ୍ରାମୀ ପଦ୍ମଚରଣ ନାୟକ, ବକ୍ସିବଜାର ସମ୍ବାଦପତ୍ର ବିକ୍ରେତା ସଂଘ ସାଧାରଣ ସମ୍ପାଦକ ଦୁର୍ଗା ପ୍ରସାଦ ଛାଟୋଇ, ଉପସଭାପତି ଶ୍ରୀନିବାସ ରେଡ୍ଡୀ, କୋଷାଧ୍ୟକ୍ଷ ଅକ୍ଷୟ ମହାନ୍ତି, ସହସମ୍ପାଦକ ରତ୍ନାକର ପ୍ରଧାନ, ପ୍ରଶାନ୍ତ ସାହୁ, ସନ୍ତୋଷ ମହାନ୍ତି, ହିମାଂଶୁ ମହାପାତ୍ରଙ୍କ ସମେତ ସହରର ବୁଦ୍ଧିଜୀବୀ ଓ ମାନ୍ୟଗଣ୍ୟ ବ୍ୟକ୍ତି ସାମିଲ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୧୦୦ ଫୁଟ ଘେରିବନ୍ଧ ଭୁଶୁଡ଼ିବା ପରେ ତରବରିଆ କାମ, ଯନ୍ତ୍ରୀଙ୍କ ଦେଖାନାହିଁ, ଯନ୍ତ୍ର କରୁଛି…

ମହାକାଳପଡ଼ା,୫ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧୀନ ରଡ଼ିଆ-କଂସାର-ବଡ଼ ଦାଣ୍ଡୁଆ ଲୁଣା ଘେରିବନ୍ଧ ନିର୍ମାଣ କାର୍ଯ୍ୟରେ ବହୁ କୋଟି ଟଙ୍କା ବ୍ୟୟ ଅଟକଳ କରାଯାଇଛି।…

୩୧ ଅକ୍ଟୋବର ଯାଏ ୩ରାଶିଙ୍କ ଫିଟିଲା ଭାଗ୍ୟ; ଚାକିରିରେ ମିଳିବ ବଡ଼ ପ୍ରମୋଶନ, ହୁ ହୁ ହୋଇ ବଢିବ ଟଙ୍କା…

ବୈଦିକ ଜ୍ୟୋତିଷରେ ଦେବଗୁରୁ ବୃହସ୍ପତିଙ୍କୁ ଜ୍ଞାନ, ଧନ, ସୁଖ, ସନ୍ତାନ ଏବଂ ସୌଭାଗ୍ୟର କାରକ ଗ୍ରହ ଭାବେ ବିବେଚନା କରାଯାଏ। ଗୁରୁ ଯେତେବେଳେ ରାଶି ପରିବର୍ତ୍ତନ କରନ୍ତି,…

କେସିଙ୍ଗା ଅବକାରୀ ଥାନାରେ ନୂଆ ଓଆଇସିଙ୍କ ଯୋଗଦାନ

କେସିଙ୍ଗା,୫ା୯(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଅବକାରୀ ଥାନାରେ ନୂତନ ଭାବେ ମଳୟ ପ୍ରଧାନ ଓଆଇସି ଭାବେ ଯୋଗଦାନ କରିଛନ୍ତି। ସେ ଏହା ପୂର୍ବରୁ ବରଗଡ଼ରେ ଏଆଇସି…

ହୃଦୟ ଜିଣିଲେ ହାର୍ଦ୍ଦିକ ପାଣ୍ଡ୍ୟା: ଭାରତୀୟ ସୈନ୍ୟଙ୍କ ସହ…

ନୂଆଦିଲ୍ଲୀ,୫।୯: ଭାରତୀୟ କ୍ରିକେଟ ଦଳର ଷ୍ଟାର ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ଫଟୋ BSF (ସୀମା ସୁରକ୍ଷା ବଳ) କର୍ମଚାରୀଙ୍କ ସହ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ସେ…

ସ୍ତ୍ରୀ ପଛେ ପଛେ ସ୍ବାମୀଙ୍କ ମୃତ୍ୟୁ, ବ୍ୟବଚ୍ଛେଦ ପାଇଁ ମାଟି ତଳୁ ଖୋଳି ଆଣିଲେ ୨ ମୃତଦେହ, ସନ୍ଦେହରେ…

ଭଦ୍ରକ,୫ା୯(ସନାତନ ରାଉତ): ମୃତ୍ୟୁର ୨ ଦିନ ପରେ ବ୍ୟବଚ୍ଛେଦ ପାଇଁ ମାଟି ତଳୁ ଖୋଳା ହେଲା ଶବ। ସାପ କାମୁଡ଼ାରେ ମୃତ୍ୟୁ ହୋଇଥିବା ସନ୍ଦେହ କରି ପରିବାର…

‘ଯୁଗେ ଯୁଗେ ଗୁରୁ ହିଁ ଶ୍ରେଷ୍ଠ, ଗୁରୁ ହେଉଛନ୍ତି ସମାଜ ସଂସ୍କାରକ’

ଅମରପାଲି,୫ା୯(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ଅମରପାଲି ହାଇସ୍କୁଲରେ ଗୁରୁଦିବସ ପାଳନ ଅବସରରେ ଛାତ୍ରୀମାନଙ୍କ ଦ୍ୱାରା ନାଟକ ତସ୍ମୈ ଶ୍ରୀ ଗୁରବେ ନମଃ ପରିବେଷଣ…

ଇରାନୀ ତୈଳ ଟ୍ୟାଙ୍କର ଉପରେ ଆକ୍ରମଣ କଲା ଆମେରିକା; ଖାର୍ଗ ଦ୍ୱୀପ ନିକଟରେ ୪ କ୍ଷେପଣାସ୍ତ୍ର ମାଡ଼

ତେହରାନ,୫।୯: ଆମେରିକା ଖାର୍ଗ ଦ୍ୱୀପ ନିକଟରେ ଏକ ଇରାନୀ ତୈଳ ଟ୍ୟାଙ୍କର ଉପରେ ଆକ୍ରମଣ କରିଛି। ଆମେରିକା ଜାହାଜ ଉପରେ ଲଗାତାର ଚାରୋଟି କ୍ଷେପଣାସ୍ତ୍ର ମାଡ଼ କରିଛି।…

ଫାଇନାଲ ମ୍ୟାଚ ପୂର୍ବରୁ ବୈଭବଙ୍କୁ ନେଇ ଏ କ’ଣ କହିଦେଲେ ଇଶାନ କିଶନ, ଚାରିଆଡେ ହେଲାଣି ଚର୍ଚ୍ଚା

ନୂଆଦିଲ୍ଲୀ, ୫।୯: ଇଷ୍ଟ ଜୋନ ଓ ସାଉଥ ଜୋନ ମଧ୍ୟରେ ରବିବାରଠାରୁ ଦୁଲୀପ ଟ୍ରଫି ୨୦୨୬ର ଫାଇନାଲ ମ୍ୟାଚ ଖେଳାଯିବ। ଚେନ୍ନାଇର ଏମଏ ଚିଦମ୍ବରମ ଷ୍ଟାଡିୟମରେ ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri