ସୁନ୍ଦର ସହର ଗଢ଼ି ତୋଳିବାକୁ ଆହ୍ବାନ

ବ୍ରହ୍ମପୁର ଅଫିସ୍‌,୫।୧: ବ୍ରହ୍ମପୁର ମହାନଗରକୁ ଦେଶରେ ସୁନ୍ଦର ସହର ଭାବେ ଗଢ଼ି ତୋଳିବା ପାଇଁ ପରିକଳ୍ପନା କରାଯାଇଛି। ତେଣୁ ସମସ୍ତେ ମିଳିମିଶି ଏହାର ସଫଳ ରୂପାୟନ କରିବା ଲାଗି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରେଶମ ନଗରବାସୀଙ୍କୁ ଆହ୍ବାନ ଦେଇଛନ୍ତି। ସହରରେ ବାଣିଜ୍ୟ ଓ ଶିକ୍ଷାର ବ୍ୟାପକ ପ୍ରସାର ପାଇଁ ନିରନ୍ତର ଉଦ୍ୟମ ଉପରେ ସେ ଗୁରୁତ୍ୱ ଦେଇଛନ୍ତି। ସୋମବାର ରାମଲିଙ୍ଗେଶ୍ୱର ପୋଖରୀ ସାୈନ୍ଦର୍ଯ୍ୟକରଣ ଯୋଜନା ଓ ନବ ନିର୍ମିତ ପ୍ରମୋଦ ଉଦ୍ୟାନ(ପାର୍କ)କୁ ଭିଡିଓ କନ୍‌ଫରେନ୍ସରେ ଉଦ୍‌ଘାଟନ କରି ମୁଖ୍ୟମନ୍ତ୍ରୀ ଆହୁରି କହିଥିଲେ, ରାମଲିଙ୍ଗେଶ୍ୱର ପୋଖରୀ ସହରର ସ୍ବାଭିମାନ। ଏହା ନିକଟରେ ରହିଥିବା ରାମଲିଙ୍ଗେଶ୍ୱର ମନ୍ଦିରରେ ମହାଦେବ ପୂଜା ପାଉଛନ୍ତି। ଏହା ଏକ ଧାର୍ମିକସ୍ଥଳୀ। ରାମଲିଙ୍ଗେଶ୍ୱର ପୋଖରୀର ସାୈନ୍ଦର୍ଯ୍ୟକରଣ ଓଡ଼ିଶା ବିକାଶରେ ସହାୟକ ହୋଇପାରିବ। ଏହି ପୋଖରୀକୁ ସହରବାସୀ ନିଜର ବୋଲି ଭାବି ଯତ୍ନ ନେବାକୁ ସେ ପରାମର୍ଶ ଦେଇଥିଲେ। ଏହାର ପରିବେଶ ସୁରକ୍ଷା ଦିଗରେ ସମସ୍ତେ ସଚେତନ ହେବାକୁ ସୂଚାଇଥିଲେ। କୋଭିଡ୍‌ ମହାମାରୀ ସମୟରେ ଗଞ୍ଜାମ ଜିଲାର ଆର୍ଥତ୍କ ସ୍ଥିତି ଦୋହଲି ଯାଇଥିଲା। ଜିଲାବାସୀଙ୍କ ସହଯୋଗ କାରଣରୁ ଗଞ୍ଜାମ ଜିଲା କରୋନା ମୁକାବିଲା କ୍ଷେତ୍ରରେ ବିଶ୍ୱରେ ଏକ ସ୍ବତନ୍ତ୍ର ଉଦାହରଣ ସୃଷ୍ଟି କରିଛି। ମେଗା ପାନୀୟ ଜଳପ୍ରକଳ୍ପ ଜାନିବିଲି ନିର୍ମାଣ ଦ୍ୱାରା ସହରର ସମସ୍ୟାରେ ସୁଧାର ଆସିଛି। ଆଗାମୀ ଦିନରେ ମଧ୍ୟ ଆଉ କେତେକ ଯୋଜନା କାର୍ଯ୍ୟକାରୀ କରାଯିବାର ପ୍ରସ୍ତାବ ଅଛି।
ସୂଚନାଯୋଗ୍ୟ, ୧୨.୫୨ କୋଟି ଟଙ୍କା ବ୍ୟୟରେ ସାୈନ୍ଦର୍ଯ୍ୟକରଣ କରାଯାଇଥିବା ରାମଲିଙ୍ଗେଶ୍ୱର ପୋଖରୀରେ ୧୫୦୦ ବର୍ଗ ମିଟରର ଉଦ୍ୟାନ, ଏହାର ଚତୁଃପାର୍ଶ୍ୱରେ ୬୨୦ମିଟର ପାଦଚଲା ରାସ୍ତା ଓ ୨୮୦ ମିଟର ଉଚ୍ଚତର ଚଲାପଥ ରହିଛି। ଏଥିସହ ୬ ଗୋଟି ୱାଚ୍‌ ଟାୱାର ସହ ୩୫ ଫୁଟ ଉଚ୍ଚତା ବିଶିଷ୍ଟ ମହାଦେବଙ୍କ ପ୍ରତିମୂର୍ତ୍ତି ରହିଛି। ପୋଖରୀ ମଧ୍ୟରେ ଆଲୋକୀକରଣର ବ୍ୟବସ୍ଥା ସାଙ୍ଗକୁ ବୋଟିଂର ବ୍ୟବସ୍ଥା କରାଯାଇଥିବା ଗଞ୍ଜାମ ଜିଲାପାଳ ତଥା ବିଏମ୍‌ସି ପ୍ରଶାସକ ବିଜୟ ଅମୃତା କୁଲାଙ୍ଗେ କହିଥିଲେ। ବ୍ରହ୍ମପୁର ଏମ୍‌ପି ଚନ୍ଦ୍ରଶେଖର ସାହୁ, ବିଧାୟକ ବିକ୍ରମ କୁମାର ପଣ୍ଡା, ପୂର୍ବତନ ବିଧାୟକ ଡା. ରମେଶ ଚନ୍ଦ୍ର ଚ୍ୟାଉ ପଟ୍ଟନାୟକ, ଜଙ୍ଗଲ, ପରିବେଶ ଓ ସଂସଦୀୟ ବ୍ୟାପାର ମନ୍ତ୍ରୀ ବିକ୍ରମ କେଶରୀ ଆରୁଖ, ବିଡିଏ ପୂର୍ବତନ ଅଧ୍ୟକ୍ଷ ସୁବାସ ଚନ୍ଦ୍ର ମହାରଣା, ପୂର୍ବତନ ମେୟର କେ.ମାଧବୀ, ଦକ୍ଷିଣାଞ୍ଚଳ ଆର୍‌ଡିସି ଟି. ଆଓ, ବ୍ରହ୍ମପୁର ଉପଜିଲାପାଳ ଭି. କୀର୍ତ୍ତିଭାସନ୍‌, ବିଏମ୍‌ସି କମିଶନର ସିଦ୍ଧେଶ୍ୱର ବଳିରାମ ବନ୍ଦାର ପ୍ରମୁଖ ଉପସ୍ଥିତ ଥିଲେ। ସେହିପରି ଭିଡିଓ କନ୍‌ଫରେନ୍ସରେ ବିଏମ୍‌ସିର ପୂର୍ବତନ କମିଶନର ତଥା ବର୍ତ୍ତମାନର ଯାଜପୁର ଜିଲାପାଳ ଚକ୍ରବର୍ତ୍ତୀ ସିଂ ରାଠୋର ସାମିଲ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୫କେଜି LPG ସିଲିଣ୍ଡରକୁ ନେଇ ସରକାରଙ୍କ ବଡ଼ ଘୋଷଣା, ଲକ୍ଷ ଲକ୍ଷ ଲୋକଙ୍କୁ…

ନୂଆଦିଲ୍ଲୀ,୭।୪: ଇରାନରେ ଜାରି ରହିଥିବା ଯୁଦ୍ଧ କାରଣରୁ ସାରା ବିଶ୍ୱରେ LPG ଯୋଗାଣ ପ୍ରଭାବିତ ହୋଇଛି। ଏହାର ପ୍ରଭାବ ଭାରତର ପ୍ରବାସୀ ଶ୍ରମିକ ଓ ଦୁର୍ବଳ ଶ୍ରେଣୀର…

ଯେଉଁଠି ଅଛନ୍ତି ସେଇଠି ଥାନ୍ତୁ, ୪୮ ଘଣ୍ଟା ଯାଏ ଘରୁ ବାହାରନ୍ତୁ ନାହିଁ; ଭାରତୀୟଙ୍କ ପାଇଁ Advisory ଜାରି କଲା…

ତେହେରାନ,୭।୪: ପଶ୍ଚିମ ଏସିଆରେ ଯୁଦ୍ଧ ପରିସ୍ଥିତି ଭୟଙ୍କର ରୂପ ନେବାରେ ଲାଗିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ବିନାଶକାରୀ ଧମକ ଏବଂ ଇସ୍ରାଏଲର ଆକ୍ରମଣ ମଧ୍ୟରେ ଇରାନରେ…

ଭଡ଼ାଘରେ ଚଲାଇଥିଲେ ଦେହ ବ୍ୟବସାୟ, ଦମ୍ପତିଙ୍କୁ ବାନ୍ଧିଲା ଟାଉନ ଥାନା ପୋଲିସ, ମିଳିଲା ଆପତ୍ତିଜନକ…

ବରଗଡ଼,୭।୪(ପ୍ରେମାନନ୍ଦ ଖମାରୀ)-ବରଗଡ଼ ସହର ଉପକଣ୍ଠ ଶ୍ରୀଧାମ ସୋସାଇଟି ନିକଟ ଏକ ଭଡ଼ାଘରେ ଦେହ ବ୍ୟବସାୟ ଚଲାଉଥିବା ଅଭିଯୋଗରେ ସ୍ଥାନୀୟ ଟାଉନ ଥାନା ପୋଲିସ ଜଣେ ଦମ୍ପତିଙ୍କୁ ଗିରଫ…

ଫସିଗଲେ ଡେଭିଡ୍‌ ଓ୍ବାର୍ନର, ମଦ ପିଇ ଗାଡ଼ି ଚଳାଇବା ଅଭିଯୋଗରେ ସିଡନୀରେ ଗିରଫ

ସିଡନୀ,୭।୪: ଅଷ୍ଟ୍ରେଲିଆର ବିସ୍ଫୋରକ ବ୍ୟାଟ୍ସମ୍ୟାନ ଡେଭିଡ ୱାର୍ନରଙ୍କ ପାଇଁ ଅଡୁଆ ବଢ଼ିଛି। ମଦ୍ୟପାନ କରି ଗାଡ଼ି ଚଲାଉଥିବା ବେଳେ (Drink-driving) ସିଡନୀ ପୋଲିସ ତାଙ୍କୁ ଗିରଫ କରିଛି।…

ସାମିଆପଲ୍ଲୀରୁ ବିପୁଳ ପରିମାଣରେ ଶାଗୁଆନ କାଠ ଜବତ

ଛତ୍ରପୁର,୭।୪ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ନିକଟ ସାମିଆପଲ୍ଲୀ ଗ୍ରାମ ନିକଟରୁ ଭିଜିଲାନ୍ସ, ବନବିଭାଗ ମୋବାଇଲ ଟିମ, ଛତ୍ରପୁର ବନ ବିଭାଗ ବିପୁଳ ପରିମାଣର ଶାଗୁଆନ…

ନିଆରା ଜନ୍ମଦିନ ପାଳନ କଲେ ସମାଜସେବୀ ସୁନିଲ

ଗଞ୍ଜାମ,୭।୪(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ଐତିହାସିକ ଲବଣ ସତ୍ୟାଗ୍ରହର ଅନ୍ୟତମ ପୀଠ ହୁମ୍ମାଠାରେ ଜନ କଲ୍ୟାଣ ସ୍ବେଛାସେବୀ ସଂସ୍ଥା ଓ ବଜରଙ୍ଗୀ ଦଳର ମିଳିତ ଆନୁକୁଲ୍ୟରେ…

ରାଜ୍ୟସଭା କ୍ରସ୍‌ ଭୋଟିଂ ପରେ ପ୍ରଥମ ଥର ମୋହନା ଆସିଲେ ବିଧାୟକ

ମୋହନା, ୭ା୪(ମନ୍ମଥ ମିଶ୍ର): ରାଜ୍ୟସଭା ନିର୍ବାଚନ ପରେ ଗଜପତି ଜିଲା କଂଗ୍ରେସରେ ହଟଚମଟ ଦେଖିବାକୁ ମିଳିଥିଲା। ମୋହନା ବିଧାୟକ ଦାଶରଥି ଗମାଙ୍ଗ ନିଜ ଦଳର କଥା ଅବମାନନା…

ଆମେରିକା ରେଡ୍‌ ଲାଇନ୍‌ ପାର କଲେ, ଆମର କ୍ଷେପଣାସ୍ତ୍ର ଟ୍ରମ୍ପଙ୍କୁ ଭୟଙ୍କର ଜବାବ ଦେବ; ଇରାନ ଦେଲା ପାଲଟା ଚେତାବନୀ

ତେହେରାନ,୭।୪: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ଚରମ ସୀମାରେ ପହଞ୍ଚିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଦ୍ୱାରା ଦିଆଯାଇଥିବା ଡେଡ୍‌ଲାଇନ୍‌ ଶେଷ ହେବା ପୂର୍ବରୁ ଇରାନର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ‘ଖାର୍ଗ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri