ଅଧିକରୁ ଅଧିକ ଗଛ ଲଗାଇବାକୁ ଆହ୍ବାନ

ଅନୁଗୋଳ ଅଫିସ, ୮।୬ – ବିଶ୍ୱ ପରିବେଶ ଦିବସ ଉପଲକ୍ଷେ ଅନୁଗୋଳସ୍ଥିତ ଜିନ୍ଦଲ ଷ୍ଟିଲ ଆଣ୍ଡ ପାଓ୍ବାର ପକ୍ଷରୁ ବିଭିନ୍ନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ଏହି ଅବସରରେ କମ୍ପାନୀ କର୍ମଚାରୀ, ସ୍କୁଲ ଛାତ୍ରୀଛାତ୍ର ଏବଂ ପାର୍ଶ୍ୱବର୍ତ୍ତୀ ଗ୍ରାମର ଲୋକମାନେ ଅଂଶଗ୍ରହଣ କରିବା ସହିତ ପରିବେଶର ସୁରକ୍ଷା ପାଇଁ ସଚେତନଧର୍ମୀ ଗଣଦୌଡ଼ରେ ଭାଗ ନେଇଥିଲେ। କମ୍ପାନୀ କାର୍ଯ୍ୟନିର୍ବାହୀ ନିର୍ଦ୍ଦେଶକ (ଅପରେଶନ) ସବ୍ୟସାଚୀ ବନ୍ଦୋପାଧ୍ୟାୟ ଏବଂ କାର୍ଯ୍ୟନିର୍ବାହୀ ନିର୍ଦ୍ଦେଶକ (ର- ମେଟେରିଆଲ) ଦାମୋଦର ମିତ୍ତଲ ପତାକା ଦେଖାଇ ଏହି ଗଣଦୌଡ଼ର ଶୁଭାରମ୍ଭ କରିଥିଲେ। ଏହି ଅବସରରେ କମ୍ପାନୀ କର୍ମଚାରୀ ଏବଂ ପାର୍ଶ୍ୱବର୍ତ୍ତୀ ଗ୍ରାମର ଗ୍ରାମବାସୀ ପ୍ଲାଣ୍ଟ ପରିସରରେ ୫ଶହରୁ ଅଧିକ ଗଛ ଲଗାଇଥିଲେ। ଘରୁ ବାହାରୁଥିବା ଆବର୍ଜନାକୁ ପୃଥକୀକରଣ ପରେ ବୈଜ୍ଞାନିକ ପଦ୍ଧତିରେ ପୁନଃ ବ୍ୟବହାରଯୋଗ୍ୟ କରି ସମାଜ ଉପକାରରେ ଲଗାଇବାକୁ କାର୍ଯ୍ୟନିର୍ବାହୀ ନିର୍ଦ୍ଦେଶକ ବନ୍ଦୋପାଧ୍ୟାୟ ଆହ୍ବାନ ଦେଇଥିଲେ। ସେହିପରି ନିଜ ପରିବେଶକୁ ସ୍ବଚ୍ଛ, ନିର୍ମଳ ଓ ପ୍ରଦୂଷଣମୁକ୍ତ କରିବା ପାଇଁ ଅଧିକରୁ ଅଧିକ ଗଛ ଲଗାଇବାକୁ କାର୍ଯ୍ୟନିର୍ବାହୀ ନିର୍ଦ୍ଦେଶକ ମିତ୍ତଲ ନିବେଦନ କରିଥିଲେ। ପରେ ପରିବେଶ ଉପରେ ଏକ ଜଣାଅଜଣା ପ୍ରତିଯୋଗିତା କରାଯାଇ ବିଜେତାମାନଙ୍କୁ ପୁରସ୍କୃତ କରାଯାଇଥିଲା। ଏଥିସହିତ ଜେଏସ୍‌ପିଏଲ୍‌ ଫାଉଣ୍ଡେଶନ ସହଯୋଗରେ ବଡ଼କେରଜଙ୍ଗ, ସାନକେରଜଙ୍ଗ, ଜରଡ଼ା, ମହିତଳା ଓ ଜିନ୍ଦଲନଗର ଅଞ୍ଚଳର ବହୁ ଛାତ୍ରୀଛାତ୍ରଙ୍କୁ ନେଇ ଏକ ପେଣ୍ଟିଂ ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା। କର୍ମଚାରୀଙ୍କ ନିମନ୍ତେ ଅନ୍‌ଲାଇନ୍‌ କ୍ୱିଜ ଏବଂ ମହିଳାମାନଙ୍କ ମଧ୍ୟରେ ପ୍ରବନ୍ଧ ଓ ସାଧାରଣ ଜ୍ଞାନ ପ୍ରତିଯୋଗିତା କରାଯାଇ ପୁରସ୍କାର ପ୍ରଦାନ କରାଯାଇଥିଲା। କମ୍ପାନୀ ପରିବେଶ ବିଭାଗ ମୁଖ୍ୟ ଆଲୋକ ସାହୁ, ସିଇଓ ଡି.କେ. ସରାଓଗୀ, ନିର୍ବାହୀ ନିର୍ଦ୍ଦେଶ (ପ୍ଲାଣ୍ଟ ହେଡ୍‌) ହୃଦୟେଶ୍ୱର ଝାଙ୍କ ସମେତ ଅନ୍ୟ ସମସ୍ତଙ୍କୁ ସହଯୋଗ ନିମନ୍ତେ ଧନ୍ୟବାଦ ଅର୍ପଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପାଣିପାଗର ବିଚିତ୍ର ରୂପ: ସକାଳେ ଘନ କୁହୁଡ଼ି, ଅପରାହ୍ନରେ କୁଆପଥର ମାଡ଼ ସହ କାଳବୈଶାଖୀର ତାଣ୍ଡବ

ଦିଗପହଣ୍ଡି, ୨୭।୩ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏବଂ ସାନଖେମୁଣ୍ଡି ବ୍ଲକ ଅଞ୍ଚଳରେ ଶୁକ୍ରବାର ପାଣିପାଗର ଏକ ବଡ଼ ଧରଣର ପରିବର୍ତ୍ତନ ଦେଖିବାକୁ ମିଳିଛି।…

ରାମନବମୀରେ ଭକ୍ତିମୟ ଗଜପତି, ବିଭିନ୍ନ ମନ୍ଦିର ବୁଲି ପ୍ରଭୁଙ୍କ ଆଶୀର୍ବାଦ ନେଲେ ପାରଳା ବିଧାୟକ

ପାରଳାଖେମୁଣ୍ଡି,୨୭।୩(ଗିରିଧାରୀ ପରିଛା): ପବିତ୍ର ଶ୍ରୀରାମ ନବମୀ ଅବସରରେ ଗଜପତି ଜିଲ୍ଲାର ବିଭିନ୍ନ ପ୍ରାନ୍ତରେ ଆଧ୍ୟାତ୍ମିକ ପରିବେଶ ମଧ୍ୟରେ ପୂଜାର୍ଚ୍ଚନା ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ପାରଳାଖେମୁଣ୍ଡି ବିଧାୟକ…

ଗଞ୍ଜାମରେ ହିନ୍ଦୁ ହୃଦୟ ସମ୍ରାଟ ଡ଼ଃ ପ୍ରବୀଣ ଭାଇ ତୋଗଡ଼ିଆଙ୍କୁ ଭବ୍ୟ ସମ୍ବର୍ଦ୍ଧନା

ଗଞ୍ଜାମ,୨୭।୩(ବିଦ୍ୟାଧର ସାହୁ): ପବିତ୍ର ଶ୍ରୀରାମ ନବମୀ ଅବସରରେ ଗଞ୍ଜାମ ସହରରେ ଅନ୍ତଃରାଷ୍ଟ୍ରୀୟ ହିନ୍ଦୁ ପରିଷଦ ସଂସ୍ଥାପନ ଅଧକ୍ଷ ତଥା ଅଗଣିତ ହିନ୍ଦୁମାନଙ୍କ ହୃଦୟ ସମ୍ରାଟ ଡ଼ଃ ପ୍ରବୀଣ…

ଡୋକରୀଚଞ୍ଚରାରେ ଭାଙ୍ଗିଲା ୫୦ ବର୍ଷର ପରମ୍ପରା: ମନ୍ଦିର ଦ୍ୱାର ବନ୍ଦ, ବାହାରେ ପୂଜା କଲା ପ୍ରଶାସନ

କୋକସରା, ୨୭।୩ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲ୍ଲା କୋକସରା ବ୍ଲକର ପ୍ରସିଦ୍ଧ ପର୍ଯ୍ୟଟନ ତଥା ଧାର୍ମିକ ପୀଠ ଗୁଡହାଣ୍ଡି ଡୋକରୀଚଞ୍ଚରାଠାରେ ଚଳିତ ବର୍ଷ ଶ୍ରୀରାମ ନବମୀ…

ପ୍ରକାଶ ପାଇଲା ଭଞ୍ଜନଗର କେନ୍ଦ୍ରୀୟ ବିଦ୍ୟାଳୟର ବାର୍ଷିକ ପରୀକ୍ଷା ଫଳ; ଅଭିଭାବକ-ଶିକ୍ଷକ ସମନ୍ୱୟ ଉପରେ…

ଭଞ୍ଜନଗର,୨୭।୩(ବାବୁଲା ପ୍ରଧାନ)-ଶୁକ୍ରବାର ସମଗ୍ର ଦେଶରେ ଥିବା ବିଭିନ୍ନ କେନ୍ଦ୍ରୀୟ ବିଦ୍ୟାଳୟର ପ୍ରଥମରୁ ନବମ ଏବଂ ଏକାଦଶ ଶ୍ରେଣୀର ବାର୍ଷିକ ପରୀକ୍ଷା ଫଳ ପ୍ରକାଶିତ ହୋଇଛି। ମାଟ୍ରିକ ଏବଂ…

ବେଆଇନ ‘ସାହାରା ନର୍ସିଂହୋମ’କୁ ପୁଣି ସିଲ କଲା ପୋଲିସ: ବିନା ଲାଇସେନ୍ସରେ…

ଦିଗପହଣ୍ଡି, ୨୭।୩ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ମୁଖ୍ୟ ରାସ୍ତାକଡ଼ରେ ଥିବା ‘ସାହାରା ନର୍ସିଂହୋମ’କୁ ଶୁକ୍ରବାର ଅପରାହ୍ନରେ ପୋଲିସ ଓ ପ୍ରଶାସନ…

ପାଟଣା:ରଘୁନାଥ ଜିଉ ମଠରେ ରାମନବମୀ ଉତ୍ସବ,ବିଶ୍ୱ ହିନ୍ଦୁ ପରିଷଦ ପକ୍ଷରୁ ଶ୍ରୀରାମ ଝଣ୍ଡା ଯାତ୍ରା

ପାଟଣା, ୨୭।୩ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକର ବିଭିନ୍ନ ସ୍ଥାନରେ ମହାସମାରୋହରେ ପବିତ୍ର ରାମ ନବମୀ ଉତ୍ସବ ପାଳିତ ହୋଇଯାଇଛି। ରଘୁନାଥ ଜିଉ…

ଚଳନ୍ତା ଟ୍ରେନ୍‌ରୁ ଡେଇଁ ପଡ଼ିଲେ ଯୁବକ, ଆଉ ତା’ପରେ…

ଛତ୍ରପୁର,୨୭ା୩(ଦିଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ନିକଟରେ ଚଳନ୍ତା ଟ୍ରେନରୁ ଖସିପଡି ଜଣେ ଯୁବକ ଆହତ ହୋଇଛନ୍ତି। ସେ ହେଲେ କେନ୍ଦୁଝର ଜିଲା ଗୁଣ୍ଠପୁର ଅଞ୍ଚଳର ବିକ୍ରମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri