ଭୁବନେଶ୍ୱର, ୨୦।୧(ବ୍ୟୁରୋ): ଉତ୍କଳ ବିଶ୍ୱବିଦ୍ୟାଳୟରେ ଦୁଇ ଛାତ୍ର ଗୋଷ୍ଠୀ ମୁହାଁମୁହିଁ ଘଟଣାକୁ ନେଇ କୁଳପତି ପ୍ରଫେସର ସବିତା ଆଚାର୍ଯ୍ୟ ମଙ୍ଗଳବାର ପୋଲିସ କମିଶନର ସୁଧାଂଶୁ ଷଡ଼ଙ୍ଗୀଙ୍କୁ ଭେଟିଛନ୍ତି। କ୍ୟାମ୍ପସରେ ଅଶାନ୍ତ ପରିସ୍ଥିତି ସଂକ୍ରାନ୍ତରେ ସେ ଆଲୋଚନା କରିଛନ୍ତି। ଏଥିସହିତ ଶାନ୍ତି ଫେରାଇ ଆଣିବା ପାଇଁ ଆନ୍ଦୋଳନରତ ଛାତ୍ରଙ୍କ ସହ ମଧ୍ୟ କୁଳପତି ଆଲୋଚନା କରିଛନ୍ତି। ଆଲୋଚନାବେଳେ ଛାତ୍ରମାନେ କୁଳପତିଙ୍କୁ ବିଭିନ୍ନ ଦାବି ସମ୍ପର୍କରେ ଅବଗତ କରିବା ସହିତ ଏକ ଦାବିପତ୍ର ମଧ୍ୟ ପ୍ରଦାନ କରିଛନ୍ତି। ତେବେ ଛାତ୍ରୀଛାତ୍ରଙ୍କୁ ସୁଷମ ଖାଦ୍ୟ ଦେବା ସହ ବାଣୀବିହାରରେ ଶାନ୍ତି ବଜାୟ ରଖିବା ପାଇଁ ସବୁ ପ୍ରକାର ପଦକ୍ଷେପ ନିଆଯାଉଥିବା କୁଳପତି ଆଚାର୍ଯ୍ୟ କହିଛନ୍ତି। ସେପଟେ ବିଶ୍ୱବିଦ୍ୟାଳୟକୁ ଅଣଛାତ୍ର ପ୍ରବେଶକୁ ନେଇ ସେ କହିଛନ୍ତି, ଖୁବ୍ଶୀଘ୍ର ବିଶ୍ୱବିଦ୍ୟାଳୟକୁ ଅଣଛାତ୍ର ପ୍ରବେଶକୁ ବନ୍ଦ କରାଯିବ। ପ୍ରବେଶ ପଥରେ କଡ଼ାକଡ଼ି ଯାଞ୍ଚ କରାଯିବ। ଯେଉଁମାନଙ୍କ ପାଖରେ ବିଶ୍ୱବିଦ୍ୟାଳୟ ପରିଚୟ ପତ୍ର ନ ଥିବ ସେମାନଙ୍କୁ ପ୍ରବେଶ ପାଇଁ ଅନୁମତି ମିଳିବ ନାହିଁ ବୋଲି କୁଳପତି ଆଚାର୍ଯ୍ୟ କହିଛନ୍ତି। ସୂଚନାଯୋଗ୍ୟ, ଦୀର୍ଘ ୯ ମାସରୁ ଊର୍ଦ୍ଧ୍ୱ ହେବ ବନ୍ଦ ରହିବା ପରେ ଗତ ୧୧ ତାରିଖରୁ ଉତ୍କଳ ବିଶ୍ୱବିଦ୍ୟାଳୟ ଖୋଲିଛି। ହେଲେ ଆରମ୍ଭରୁ କ୍ୟାମ୍ପସ୍ ଅଶାନ୍ତ ହୋଇପଡିଥିବାରୁ ଚିନ୍ତା ବଢ଼ିଛି। ହଷ୍ଟେଲରେ ନିମ୍ନମାନର ଖାଦ୍ୟ ଓ ବିଭିନ୍ନ ଅବ୍ୟବସ୍ଥାକୁ ନେଇ କେତେଜଣ ଛାତ୍ର ବିଶ୍ୱବିଦ୍ୟାଳୟ କର୍ତ୍ତୃପକ୍ଷଙ୍କୁ ଭେଟିବାକୁ ଯାଉଥିଲେ। ଅନ୍ୟଏକ ଛାତ୍ର ଗୋଷ୍ଠୀ ଏହାର ପ୍ରତିବାଦ କରିବାରୁ ଦୁଇ ଛାତ୍ର ଗୋଷ୍ଠୀ ମଧ୍ୟରେ ସଂଘର୍ଷ ହୋଇଥିଲା। ଏଥିସହିତ ବିଶ୍ୱବିଦ୍ୟାଳୟରେ ଅଣଛାତ୍ର ପ୍ରବେଶକୁ ନେଇ ମଧ୍ୟ ମୁହଁାମୁହିଁ ହୋଇଥିଲେ। ପ୍ରତିବାଦରେ ଗୋପବନ୍ଧୁ ଛାତ୍ରାବାସ ଆଗରେ ଛାତ୍ରମାନେ ଧାରଣା ଦେଇଥିଲେ। କିନ୍ତୁ ଅନ୍ୟଏକ ସୂତ୍ର ଅନୁସାରେ, ଠିକା କାମକୁ ନେଇ ଛାତ୍ର ବିବାଦ ମୁଣ୍ଡ ଟେକିଥିବା କୁହାଯାଉଛି। କେତେଜଣ ଅଣଛାତ୍ର ତଥା ରାଜନୈତିକ ଗୋଷ୍ଠୀ କ୍ୟାମ୍ପସରେ ପତିଆରା ବଢ଼ାଇବା ପାଇଁ ଉଦ୍ୟମ ଆରମ୍ଭ କରିଛନ୍ତି। ସେମାନେ ଛାତ୍ର ଗୋଷ୍ଠୀକୁ ହାତରେ ରଖି ଠିକାକାମ ହାତେଇବାକୁ ଚେଷ୍ଟା କରୁଛନ୍ତି। ପୂର୍ବରୁ ଦବ୍ଦବା ଦେଖାଉଥିବା ଗୋଷ୍ଠୀକୁ ଦବାଇବାକୁ ଉକ୍ତ ଛାତ୍ର ଗୋଷ୍ଠୀ ଅଣଛାତ୍ରଙ୍କୁ ଧରି ସୋମବାର ରାତିରେ ପ୍ରତିପକ୍ଷ ଗୋଷ୍ଠୀ ଉପରକୁ ଆକ୍ରମଣ କରିଥିଲା। ଏଥିରେ ୪ଜଣ ଆହତ ହୋଇଥିବାବେଳେ ଜଣେ ଗୁରୁତର ହୋଇଥିଲେ। ଗୋଷ୍ଠୀ ସଂଘର୍ଷ ପରେ କ୍ୟାମ୍ପସରେ ଛାତ୍ର ଅଶାନ୍ତି ଆହୁରି ବଢ଼ିଯାଇଥିଲା। ଏହାପରଠୁ ବିଶ୍ୱବିଦ୍ୟାଳୟ ପରିସରରେ ସୁରକ୍ଷା ବ୍ୟବସ୍ଥାକୁ ବଢ଼ାଇ ଦିଆଯାଇଛି।
କଳାକାରଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ଭେଟି: ବଢ଼ିଲା ସହାୟତା ଭତ୍ତା, ଉପକୃତ ହେବେ ୪୭ ହଜାର
ଭୁବନେଶ୍ୱର,୨୮ା୧୨: କେନ୍ଦୁଝର ଗସ୍ତ ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜ୍ୟର କଳାକାରମାନଙ୍କ ପାଇଁ ଏକ ବଡ଼ ଘୋଷଣା କରିଛନ୍ତି। ‘ମୁଖ୍ୟମନ୍ତ୍ରୀ କଳାକାର ସହାୟତା ଯୋଜନା’ରେ...
ଭୁବନେଶ୍ବର ପରେ କଟକରେ ବିଜେଡି ମେଳି, ନାଁ ଧରି ଅସନ୍ତୋଷ ଝାଡ଼ିଲେ ଦେବାଶିଷ ସାମନ୍ତରାୟ
କଟକ,୨୮ା୧୨: ବିଜେଡି ନେତାଙ୍କର ମେଳି ପରେ ମେଳିର ଫଟୋ ସାମ୍ନାକୁ ଆସୁଛି । ବିଜେଡି ନେତାଙ୍କ ଘନ ଘନ ମେଳିକୁ ନେଇ ରାଜନୈତିକ ଚର୍ଚ୍ଚା ବଢ଼ିବାରେ...
ପାଟପୁରରେ କଂଗ୍ରେସର ପ୍ରତିଷ୍ଠା ଦିବସ ପାଳିତ, ସଙ୍ଗଠନ ସୁଦୃଢ ପାଇଁ ଆହ୍ବାନ ଦେଲେ ବିଧାୟକ
ଦିଗପହଣ୍ଡି,୨୮|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ସାରଙ୍ଗ ପଡିଆ ଠାରେ ରବିବାର ଭାରତୀୟ ଜାତୀୟ କଂଗ୍ରେସ ଦଳର ୧୪୦ ତମ ପ୍ରତିଷ୍ଠା...
ଭୁବନେଶ୍ୱରରେ ରକ୍ତରଞ୍ଜିତ ହେଲା ଭୋଜି: ସାମାନ୍ୟ ଯୁକ୍ତିତର୍କରୁ ବୁଲିଲା ଖଣ୍ଡା, ୨ ଗୁରୁତର
ଭୁବନେଶ୍ୱର,୨୮ା୧୨: ରାଜଧାନୀରେ ପୁଣି ଥରେ ଆଇନ ଶୃଙ୍ଖଳା ବିପର୍ଯ୍ୟସ୍ତ ହୋଇପଡ଼ିଛି। ଶନିବାର ବିଳମ୍ବିତ ରାତିରେ ଖାରବେଳ ନଗର ଥାନା ଅନ୍ତର୍ଗତ ବିଗ୍ ବଜାର ନିକଟରେ ସାମାନ୍ୟ...
ଦାରିଙ୍ଗବାଡିର ଗର୍ବ ଓ ଗୌରବ, ଓପିଏସ୍ସି ପରୀକ୍ଷାରେ ୧୬ତମ ସ୍ଥାନରେ ମାନସ
ଦାରିଙ୍ଗବାଡି, ୨୮/୧୨ (ଅରୁଣ ସାହୁ): ଓପିଏସସିର ଫଳାଫଳ ବାହାରି ସାରିଥିବା ବେଲେ ଏଥିରେ କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁ ଥାନା ମେରାମାହା ଗ୍ରାମର ମାନସ...
ପୃଥକ ଦୁର୍ଘଟଣା: ଅଟୋ-ବାଇକ୍ ଧକ୍କାରେ ଚାଲିଗଲା ଯୁବକଙ୍କ ଜୀବନ, ଜଳିଗଲା କାର୍
ବ୍ରହ୍ମଗିରି,୨୮।୧୨: ଜାତୀୟ ରାଜପଥ ବ୍ରହ୍ମଗିରି ପଣଷପଦା ନିକଟରେ ରବିବାର ଏକ ଅଘଟଣ ଘଟିଛି। ଚିଲିକାରୁ ଫେରୁଥିବା ଏକ କାର୍ ରାଜପଥରେ ଜଳି ଯାଇଛି। CNG ଗ୍ୟାସ...
ଗଟାମାହା ଜଙ୍ଗଲରେ ଅତର୍କିତ ଚଢ଼ାଉ, ଗଞ୍ଜେଇ ଗଛ ପୋଡ଼ିଦେଲା ପୋଲିସ
ଜି.ଉଦୟଗିରି,୨୮/୧୨( ଚିନ୍ମୟ କୁମାର ସେଠୀ): କନ୍ଧମାଳ ଜିଲ୍ଲା ଜି.ଉଦୟଗିରି ପୋଲିସ ଥାନା ଅନ୍ତର୍ଗତ ଗଟାମାହା ଗ୍ରାମ ନିକଟସ୍ଥ ଜଙ୍ଗଲରେ ଗଞ୍ଜେଇ ଚାଷ ହେଉଥିବା ଖବର ପାଇ...
ବାଲେଶ୍ୱରରେ କାଠ ମାଫିଆଙ୍କ ଆତଙ୍କ: ବନ ବିଭାଗ ଗାଡ଼ି ଭଙ୍ଗାରୁଜା ସହ ଜବତ ଗାଡ଼ି ଛଡ଼ାଇ ନେଲେ
ବାଲେଶ୍ୱର,୨୮ା୧୨: ନୀଳଗିରି ବନଖଣ୍ଡରେ କାଠ ମାଫିଆଙ୍କ ଦୌରାତ୍ମ୍ୟ ଚରମ ସୀମାରେ ପହଞ୍ଚିଛି। ବନବିଭାଗ କର୍ମଚାରୀଙ୍କ ଉପରେ ଆକ୍ରମଣ କରି ନେଇଗଲେ ଜବତ ହୋଇଥିବା କାଠ ବୋଝେଇ...
Archives


