ଉତ୍କଳ ବିଶ୍ୱବିଦ୍ୟାଳୟ ଗ୍ରାମୀଣ କ୍ୟାମ୍ପସ ଦେଖିଲେ କୁଳପତି

ଚଣ୍ଡିଖୋଲ, ୯ା୧(ଡ଼ି.ଏନ.ଏ): ବଡ଼ଚଣା ବ୍ଲକ୍‌ ଅନ୍ତର୍ଗତ ସିହାଠାରେ ନିର୍ମାଣ ଚାଲିଥିବା ଉତ୍କଳ ବିଶ୍ୱବିଦ୍ୟାଳୟ ଗ୍ରାମୀଣ କ୍ୟାମ୍ପସ ପରିସରରେ ଶୁକ୍ରବାର ବିଶ୍ୱବିଦ୍ୟାଳୟ କୁଳପତି ପ୍ରଫେସର ସବିତା ଆଚାର୍ଯ୍ୟ ଓ ବଡ଼ଚଣା ବିଧାୟକ ଅମର ପ୍ରସାଦ ଶତପଥୀ କ୍ଷେତ୍ର ପରିଦର୍ଶନ କରି ନିର୍ମାଣ କାର୍ଯ୍ୟ ତଦାରଖ କରିଥିଲେ। ୨୦୧୭ ଜୁଲାଇ ୩୧ରେ ତତ୍କାଳୀନ ଉଚ୍ଚଶିକ୍ଷା ମନ୍ତ୍ରୀ ଓ ବିଶ୍ୱବିଦ୍ୟାଳୟ କୁଳପତି ଗ୍ରାମୀଣ କ୍ୟାମ୍ପସର ଭିତ୍ତିପ୍ରସ୍ତର ସ୍ଥାପନ କରିଥିଲେ। ଏହି କାର୍ଯ୍ୟ ୨୦୨୨ ସୁଦ୍ଧା ସରିବାକୁ ଲକ୍ଷ୍ୟ ରଖାଯାଇଥିଲା। ନିର୍ମାଣ କାର୍ଯ୍ୟ ମନ୍ଥର ଗତିରେ ଚାଲିଥିବା ନେଇ କ୍ଷେତ୍ର ପରିଦର୍ଶନ ସମୟରେ କୁଳପତି ଜାଣିବାକୁ ପାଇଥିଲେ। କିପରି କାମ ତ୍ୱରାନିତ କରାଯିବ ସେଥିନେଇ ଏକ ସମୀକ୍ଷା ବୈଠକ ଚଣ୍ଡିଖୋଲଠାରେ ଅନୁଷ୍ଠିତ ହୋଇଯାଇଛି। ବିଶ୍ୱବିଦ୍ୟାଳୟର ଛାତ୍ରାବାସ, ଶ୍ରେଣୀ କକ୍ଷ, ପ୍ରଶାସନିକ ଗୃହ ଓ ସ୍ବାସ୍ଥ୍ୟକେନ୍ଦ୍ର ବୁଲି ଦେଖିବା ସହିତ ଏହାକୁ ଯଥାଶୀଘ୍ର ସାରିବା ପାଇଁ ଠିକା କମ୍ପାନୀକୁ ପରାମର୍ଶ ଦେଇଥିଲେ।
ପ୍ରଫେସର ଆଚାର୍ଯ୍ୟ କହିଛନ୍ତି, କୌଶଳଭିତ୍ତିକ ପାଠ୍ୟକ୍ରମ ଜରିଆରେ ଏହି ଅଞ୍ଚଳର ବିକାଶ ଆଣିବା ପାଇଁ ଉତ୍କଳ ବିଶ୍ୱବିଦ୍ୟାଳୟ ପ୍ରତିବଦ୍ଧ ଅଟେ। ଯଥାଶୀଘ୍ର ଏଠାକାର ବିଦ୍ୟାର୍ଥୀଙ୍କ ନିମନ୍ତେ ହଷ୍ଟେଲ ସୁବିଧା କରିବା ପାଇଁ ଆମେ ପ୍ରୟାସ କରୁଛୁ। ଏହି ସମୀକ୍ଷା ବୈଠକରେ ଉତ୍କଳ ବିଶ୍ୱବିଦ୍ୟାଳୟ ରେଜିଷ୍ଟ୍ରାର ଅଭୟ କୁମାର ନାୟକ, ନିର୍ଦ୍ଦେଶକ ପ୍ରଫେସର ଏ.ଏ.ଖାନ୍‌, ଅର୍ଥ ନିୟନ୍ତ୍ରକ ସୁରେନ୍ଦ୍ର କୁମାର ସାହୁ, ପ୍ରଫେସର ଜଗ୍ନେଶ୍ୱର ଦଣ୍ଡପାତଙ୍କ ସମେତ ଉତ୍କଳ ବିଶ୍ୱବିଦ୍ୟାଳୟର ବିଭିନ୍ନ ବିଭାଗର ଅଧ୍ୟାପକ ଯୋଗଦେଇଥିଲେ। ଅନ୍ୟମାନଙ୍କ ମଧ୍ୟରେ ଜିଲାପରିଷଦ ସଭ୍ୟ ଅରବିନ୍ଦ ସାମଲ, ଆତ୍ମାର ଅଧ୍ୟକ୍ଷ ନିରଞ୍ଜନ ସେନାପତି, ଯୁବନେତା ଗଣେଶ୍ୱର ବରାଳ, ବଡ଼ଚଣା ପଞ୍ଚାୟତ ସମିତି ଅଧ୍ୟକ୍ଷ ଭାଗ୍ୟଧର ମଳିକ, ବାବା ଭୈରବାନନ୍ଦ ମହାବିଦ୍ୟାଳୟର ପୂର୍ବତନ ଅଧ୍ୟକ୍ଷ ଡ. କେଦାରନାଥ ଦାଶ, ଜିଲା ପରିଷଦ ସଭ୍ୟା ବିନୋଦିନୀ ସାହୁ, ସରପଞ୍ଚ ଯଯାତି କେଶରୀ ରାଉତ, ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇଁ ଆବେଦନ ଆରମ୍ଭ, ଶେଷ ତାରିଖ…

ଭୁବନେଶ୍ୱର,୨୪ା୧୨(ସୁଚିସ୍ମିତା ସାହୁ): ରାଜ୍ୟର ସମସ୍ତ ସରକାରୀ ତଥା ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟ ଗୁଡିକର ଛାତ୍ରୀଛାତ୍ର, ଶିକ୍ଷୟିତ୍ରୀ ଶିକ୍ଷକ ତଥା ଶିକ୍ଷା ବ୍ୟବସ୍ଥା ସହିତ ଜଡ଼ିତ ସମସ୍ତ...

ଗୁରୁବାରଠୁ ବଢ଼ିବ ଶୀତ, ଘନ କୁହୁଡ଼ି ନେଇ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୨୪ା୧୨(ବନ୍ଦନା ସେଠୀ) – ରାଜ୍ୟରେ ସର୍ବନିମ୍ନ ତାପମାତ୍ରାରେ ସାମାନ୍ୟ ବୃଦ୍ଧି ଘଟିଥିଲେ ମଧ୍ୟ ଶୀତ ଲହରି ଜାରି ରହିଛି। ପ୍ରବଳ ଥଣ୍ଡା ସାଙ୍ଗକୁ କୁହୁଡ଼ି...

ଟୋକୀମରା ପର୍ବ ପାଇଁ ହାଟରେ ଜନସମୁଦ୍ର: ବିପଦପୂର୍ଣ୍ଣ ସ୍ଥାନରେ ଚାଲିଛି କିଣାବିକା, ପ୍ରଶାସନିକ ଅବହେଳାକୁ…

ଥୁଆମୂଳ ରାମପୁର,୨୪।୧୨(ଦୁର୍ଗା କୀର୍ତ୍ତି): ସ୍ଥାନୀୟ ଅଞ୍ଚଳର ଆଦିବାସୀମାନଙ୍କ ପାରମ୍ପରିକ ମୁଖ୍ୟ ପର୍ବ “ଟୋକୀମରା”ପାଇଁ ଆଜି କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସଦର ସ୍ଥିତ ବିଦେଶୀ...

ବରଗଡ଼ ଧନୁଯାତ୍ରା: ଶୁଭେଚ୍ଛା ଜଣାଇଲେ ନବୀନ ପଟ୍ଟନାୟକ

ବରଗଡ଼,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଆଜିଠାରୁ ଆରମ୍ଭ ହେବ। ସନ୍ଧ୍ୟା ୭ଟାରେ ଏହି ମହୋତ୍ସବର ଉଦଘାଟନୀ ସମାରୋହ ରହିଛି। ଏହା...

ଖ୍ରୀଷ୍ଟମାସରେ ଏହି ୩ ରାଶିର ବ୍ୟକ୍ତି ପାଇବେ ଶୁଭ ଖବର, କେମିତି କଟିବ ଦିନ ଜାଣନ୍ତୁ

୨୫ ଡିସେମ୍ବର, ୨୦୨୫ ରେ ସାରା ଦେଶରେ ଖ୍ରୀଷ୍ଟମାସ ପାଳନ କରାଯିବ। ସ୍କନ୍ଦ ଷଷ୍ଠୀ ଉପବାସ ମଧ୍ୟ ପାଳନ କରାଯାଉଛି, ଯାହା ଦେବତାମାନଙ୍କ ଦେବତା ଭଗବାନ...

ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନାକୁ କ୍ୟାବିନେଟ୍ ମୋହର

ଭୁବନେଶ୍ୱର,୨୪।୧୨: ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନା ଉପରେ ବାଜିଲା କ୍ୟାବିନେଟ୍ ମୋହର । ରାଜ୍ୟ କ୍ୟାବିନେଟ୍ ବୈଠକ ନେଇ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା...

ଜିଲାପାଳ କାର୍ଯ୍ୟାଳୟ ଆଗରେ ପୂର୍ବତନ ତହସିଲଦାରଙ୍କ ଧାରଣା, କହିଲେ ନ୍ୟାୟ ନମିଳିବା ପର୍ଯ୍ୟନ୍ତ…

ବାରିପଦା,୨୪ା୧୧(ନୀଳାଦ୍ରି ବିହାରୀ ଦଣ୍ଡପାଟ)-ମୟୂରଭଞ୍ଜ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା । ବଦଳି ହୋଇ ଆସିଥିବା ଓଡିଶା ପ୍ରଶାସନିକ ସେବା(ଓଏଏସ) ପୂର୍ବତନ ତହସିଲଦାର କାର୍ଯ୍ୟରେ ଯୋଗଦେବାକୁ ନେଇ...

ଆରମ୍ଭ ହେଲା ବରଗଡ଼ ‘ଧନୁଯାତ୍ରା’: ଚାଲିଲା କଂସ ରାଜୁତି

ମଥୁରାନଗରୀ,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ବୁଧବାର ଉଦଘାଟିତ ହୋଇଯାଇଛି। ସଂଧ୍ୟା ପ୍ରାୟ ୭ଟା ୩୦ମିନିଟ୍‌ରେ ସ୍ଥାନୀୟ ଏମ୍‌ପି ପ୍ରଦୀପ କୁମାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri