ଉତ୍କଳ ବିଶ୍ୱବିଦ୍ୟାଳୟ ଗ୍ରାମୀଣ କ୍ୟାମ୍ପସ ଦେଖିଲେ କୁଳପତି

ଚଣ୍ଡିଖୋଲ, ୯ା୧(ଡ଼ି.ଏନ.ଏ): ବଡ଼ଚଣା ବ୍ଲକ୍‌ ଅନ୍ତର୍ଗତ ସିହାଠାରେ ନିର୍ମାଣ ଚାଲିଥିବା ଉତ୍କଳ ବିଶ୍ୱବିଦ୍ୟାଳୟ ଗ୍ରାମୀଣ କ୍ୟାମ୍ପସ ପରିସରରେ ଶୁକ୍ରବାର ବିଶ୍ୱବିଦ୍ୟାଳୟ କୁଳପତି ପ୍ରଫେସର ସବିତା ଆଚାର୍ଯ୍ୟ ଓ ବଡ଼ଚଣା ବିଧାୟକ ଅମର ପ୍ରସାଦ ଶତପଥୀ କ୍ଷେତ୍ର ପରିଦର୍ଶନ କରି ନିର୍ମାଣ କାର୍ଯ୍ୟ ତଦାରଖ କରିଥିଲେ। ୨୦୧୭ ଜୁଲାଇ ୩୧ରେ ତତ୍କାଳୀନ ଉଚ୍ଚଶିକ୍ଷା ମନ୍ତ୍ରୀ ଓ ବିଶ୍ୱବିଦ୍ୟାଳୟ କୁଳପତି ଗ୍ରାମୀଣ କ୍ୟାମ୍ପସର ଭିତ୍ତିପ୍ରସ୍ତର ସ୍ଥାପନ କରିଥିଲେ। ଏହି କାର୍ଯ୍ୟ ୨୦୨୨ ସୁଦ୍ଧା ସରିବାକୁ ଲକ୍ଷ୍ୟ ରଖାଯାଇଥିଲା। ନିର୍ମାଣ କାର୍ଯ୍ୟ ମନ୍ଥର ଗତିରେ ଚାଲିଥିବା ନେଇ କ୍ଷେତ୍ର ପରିଦର୍ଶନ ସମୟରେ କୁଳପତି ଜାଣିବାକୁ ପାଇଥିଲେ। କିପରି କାମ ତ୍ୱରାନିତ କରାଯିବ ସେଥିନେଇ ଏକ ସମୀକ୍ଷା ବୈଠକ ଚଣ୍ଡିଖୋଲଠାରେ ଅନୁଷ୍ଠିତ ହୋଇଯାଇଛି। ବିଶ୍ୱବିଦ୍ୟାଳୟର ଛାତ୍ରାବାସ, ଶ୍ରେଣୀ କକ୍ଷ, ପ୍ରଶାସନିକ ଗୃହ ଓ ସ୍ବାସ୍ଥ୍ୟକେନ୍ଦ୍ର ବୁଲି ଦେଖିବା ସହିତ ଏହାକୁ ଯଥାଶୀଘ୍ର ସାରିବା ପାଇଁ ଠିକା କମ୍ପାନୀକୁ ପରାମର୍ଶ ଦେଇଥିଲେ।
ପ୍ରଫେସର ଆଚାର୍ଯ୍ୟ କହିଛନ୍ତି, କୌଶଳଭିତ୍ତିକ ପାଠ୍ୟକ୍ରମ ଜରିଆରେ ଏହି ଅଞ୍ଚଳର ବିକାଶ ଆଣିବା ପାଇଁ ଉତ୍କଳ ବିଶ୍ୱବିଦ୍ୟାଳୟ ପ୍ରତିବଦ୍ଧ ଅଟେ। ଯଥାଶୀଘ୍ର ଏଠାକାର ବିଦ୍ୟାର୍ଥୀଙ୍କ ନିମନ୍ତେ ହଷ୍ଟେଲ ସୁବିଧା କରିବା ପାଇଁ ଆମେ ପ୍ରୟାସ କରୁଛୁ। ଏହି ସମୀକ୍ଷା ବୈଠକରେ ଉତ୍କଳ ବିଶ୍ୱବିଦ୍ୟାଳୟ ରେଜିଷ୍ଟ୍ରାର ଅଭୟ କୁମାର ନାୟକ, ନିର୍ଦ୍ଦେଶକ ପ୍ରଫେସର ଏ.ଏ.ଖାନ୍‌, ଅର୍ଥ ନିୟନ୍ତ୍ରକ ସୁରେନ୍ଦ୍ର କୁମାର ସାହୁ, ପ୍ରଫେସର ଜଗ୍ନେଶ୍ୱର ଦଣ୍ଡପାତଙ୍କ ସମେତ ଉତ୍କଳ ବିଶ୍ୱବିଦ୍ୟାଳୟର ବିଭିନ୍ନ ବିଭାଗର ଅଧ୍ୟାପକ ଯୋଗଦେଇଥିଲେ। ଅନ୍ୟମାନଙ୍କ ମଧ୍ୟରେ ଜିଲାପରିଷଦ ସଭ୍ୟ ଅରବିନ୍ଦ ସାମଲ, ଆତ୍ମାର ଅଧ୍ୟକ୍ଷ ନିରଞ୍ଜନ ସେନାପତି, ଯୁବନେତା ଗଣେଶ୍ୱର ବରାଳ, ବଡ଼ଚଣା ପଞ୍ଚାୟତ ସମିତି ଅଧ୍ୟକ୍ଷ ଭାଗ୍ୟଧର ମଳିକ, ବାବା ଭୈରବାନନ୍ଦ ମହାବିଦ୍ୟାଳୟର ପୂର୍ବତନ ଅଧ୍ୟକ୍ଷ ଡ. କେଦାରନାଥ ଦାଶ, ଜିଲା ପରିଷଦ ସଭ୍ୟା ବିନୋଦିନୀ ସାହୁ, ସରପଞ୍ଚ ଯଯାତି କେଶରୀ ରାଉତ, ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମଧ୍ୟପ୍ରାଚ୍ୟରେ ପୁଣି ଉତ୍ତେଜନା, ହେଜବୋଲା ଉପରେ ଆକ୍ରମଣ କଲା ଇସ୍ରାଏଲ

ଜେରୁଜେଲମ,୧୪।୬: ଯେତେବେଳେ ଆମେରିକା ଏବଂ ଇରାନ ଶାନ୍ତି ଆଲୋଚନା ବିଷୟରେ ଦାବି କରୁଛନ୍ତି, ସେତେବେଳେ ମଧ୍ୟପ୍ରାଚ୍ୟରେ ପୁଣି ଥରେ ଉତ୍ତେଜନା ଦେଖାଦେଇଛି। ଇସ୍ରାଏଲ ହେଜବୋଲା ପଦାଧିକାରୀମାନଙ୍କ ଉପରେ…

ଦିଦିଙ୍କ ହାତରୁ ଗଲା ଟିଏମସି? କାକୋଲି କହିଲେ, ‘ନୂଆ ଦଳ ପାଇଁ ବାଚସ୍ପତିଙ୍କୁ ଅନୁରୋଧ କରିବୁ’

କୋଲକାତା,୧୪।୬: ୧୫ ବର୍ଷ ଧରି ପଶ୍ଚିମବଙ୍ଗରେ ଶାସନ କରିଥିବା ପୂର୍ବତନ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଏବେ ତାଙ୍କ ଦଳ ତୃଣମୂଳ କଂଗ୍ରେସକୁ ହରାଉଥିବା ଜଣାପଡ଼ିଛି। ୨୦ ରୁ…

ପହିଲି ରଜରେ ଅଘଟଣ: ବଜ୍ରପାତରେ ଚାଲିଗଲା ବାପା-ମା’ଙ୍କର ଏକମାତ୍ର ପୁଅର ଜୀବନ

ରାଜନଗର,୧୪ା୬(ଭାସ୍କର ରାଉତରାୟ): ପହିଲି ରଜରେ ଅଘଟଣ। ବଜ୍ରପାତରେ ଚାଲିଗଲା ବାପା-ମା’ଙ୍କର ଏକମାତ୍ର ପୁଅର ଜୀବନ। ସେ ହେଉଛନ୍ତି କେନ୍ଦ୍ରାପଡ଼ା ଜିଲା ରାଜନଗର ବ୍ଲକ ଘଡ଼ିଆମାଳ ଗାଁର ଦୈତାରୀ…

ରଜରେ ବଡ଼ ଅଘଟଣ; ୧୦ ମିନିଟ୍‌ ବ୍ୟବଧାନରେ ୨ ଦୁର୍ଘଟଣା, କେନ୍ଦୁଝରରେ ୫ ମୃତ

କେନ୍ଦୁଝର,୧୪।୬(ନରେଶ ଚନ୍ଦ୍ର ପଟ୍ଟନାୟକ): ଆଜି ପ୍ରଥମ ରଜ ପାଇଁ ଚାରିଆଡ଼େ ଉତ୍ସବର ପରିବେଶ ରହିଥିବା ବେଳେ କେନ୍ଦୁଝର ଜିଲା କାଞ୍ଜିପାଣି ଥାନା ଅନ୍ତର୍ଗତ ଏନଏଚ ୪୯ ରେ…

ଦାମୀଗାଡ଼ିରେ ଗଞ୍ଜେଇ ଚାଲାଣ, ପାଟ୍ରୋଲିଂବେଳେ ଦୁଇ ଅଭିଯୁକ୍ତଙ୍କୁ…

ବଲାଙ୍ଗୀର,୧୪ା୬(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଅବକାରୀ ବିଭାଗ ରବିବାର ଭୋରରୁ ତୁଷୁରା-ଆଟଗାଁ ରାସ୍ତାରେ ପାଟ୍ରୋଲିଂ କରୁଥିବାବେଳେ ଏକ ଧଳା ରଙ୍ଗର ଦାମୀ ଥାର ଗାଡ଼ିରେ ଚାଲାଣ ହେଉଥିବା…

ବୈଭବ ସୂର୍ଯ୍ୟବଂଶୀଙ୍କ ସଫଳତାର ରାଜ ଖୋଲିଲେ କୋଚ, ଆପଣବି ଜାଣିଲେ…

ନୂଆଦିଲ୍ଲୀ,୧୪।୬: ୧୫ ବର୍ଷୀୟ ବୈଭବ ସୂର୍ଯ୍ୟବଂଶୀ ତାଙ୍କ ବିସ୍ଫୋରକ ବ୍ୟାଟିଂରେ ସମସ୍ତଙ୍କୁ ମୋହିତ କରିଛନ୍ତି। କ୍ରିକେଟ ପ୍ରଶଂସକ ଏବଂ ପୂର୍ବତନ କ୍ରିକେଟରମାନେ ସମସ୍ତେ ତାଙ୍କ ବିସ୍ଫୋରକ ବ୍ୟାଟିଂ…

ବଜ୍ରପାତରେ ୪ ନାବାଳକ ଆହତ, ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି

ଲାଞ୍ଜିଗଡ଼,୧୪ା୬(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ଦୁର୍ଗମ ଆଦିବାସୀ ଅଧ୍ୟୁଷିତ ତ୍ରିଲୋଚନପୁର ପଞ୍ଚାୟତ ଅନ୍ତର୍ଗତ କୁନାକାଡୁ ଗ୍ରାମର ୪ ଜଣ ନାବାଳକ ବଜ୍ରପାତରେ ଆହତ…

ଗଞ୍ଜାମରୁ ସୋମନାଥ ମନ୍ଦିର ଯାତ୍ରା: ଶୁଭାରମ୍ଭ କଲେ ଛତ୍ରପୁର ବିଧାୟକ

ଛତ୍ରପୁର, ୧୪।୬ (ଦିଲ୍ଲୀପ ସାମଲ): ‘ସୋମନାଥ ସ୍ୱାଭିମାନ ଯାତ୍ରା’ ଅଭିଯାନରେ ଗଞ୍ଜାମ ଜିଲାର ୫୨ ଜଣ ତୀର୍ଥଯାତ୍ରୀ ଶନିବାର ଛତ୍ରପୁର ନୂଆ ବସ୍‌ଷ୍ଟାଣ୍ଡରୁ ଗୁଜରାଟସ୍ଥିତ ପବିତ୍ର ସୋମନାଥ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri