ନିୟମ ଭାଙ୍ଗି ଜରିମାନା ଦେଲେ ଚାନ୍ଦବାଲି ବିଧାୟକ

ପୁରୀ ଅଫିସ, ୭।୧୦: ଶ୍ରୀମନ୍ଦିର ସଂଲଗ୍ନ ନୋ ପାର୍କିଂ ଜୋନ୍‌ରେ ବୁଧବାର ନିୟମ ଉଲ୍ଲଂଘନ କରି ଚାନ୍ଦବାଲି ବିଧାୟକ ତଥା ବିଜେଡି ନେତା ବ୍ୟୋମକେଶ ରାୟ ୨ହଜାର ଟଙ୍କା ଜରିମାନା ଦେଇଛନ୍ତି। ସେହିପରି ସେ କଟକଣା ଭାଙ୍ଗି ସସ୍ତ୍ରୀକ ଶ୍ରୀମନ୍ଦିର ଯାଇ ମହାପ୍ରଭଙ୍କୁ ଦର୍ଶନ କରିଥିବା ଅଭିଯୋଗ ହୋଇଛି। ଏହି ଘଟଣା ଏବେ ସାଧାରଣରେ ଚର୍ଚ୍ଚାର ବିଷୟ ପାଲଟିଛି।
ସୂଚନା ଅନୁଯାୟୀ, ଶ୍ରୀମନ୍ଦିର ଐତିହ୍ୟ କରିଡର ପରିସରରେ ଅର୍ଥାତ୍‌ ଶ୍ରୀମନ୍ଦିର ଚାରିପାଖରେ ଯାନବାହନ ରଖିବା ଉପରେ ଜିଲା ପ୍ରଶାସନ ପକ୍ଷରୁ କଟକଣା ଜାରି କରାଯିବା ସହ ନୋ ପାର୍କିଂ ଜୋନ୍‌ ଘୋଷଣା କରାଯାଇଛି। ସେହିଭଳି ମରିଚିକୋଟଠାରୁ ତିନିଚକିଆ ଓ ଚାରିଚକିଆ ଗାଡ଼ିକୁ ଶ୍ରୀମନ୍ଦିର ଆଡ଼କୁ ଛଡ଼ାଯାଉନାହିଁ। ଏହି କଟକଣା ଭାଙ୍ଗିଲେ ଜରିମାନା ଦେବାକୁ ପଡୁଛି। ବୁଧବାର ବିଧାୟକ ରାୟ ଏହି କଟକଣାକୁ ଉଲ୍ଲଂଘନ କରିଛନ୍ତି। ଅପରାହ୍ନ ପ୍ରାୟ ୨ଟାରେ ସେ ଏକ କାର୍‌ (ନଂ. ଓଡି ୨୨ ଏନ୍‌ ୦୦୦୧)ରେ ପୁରୀ ଆସିଥିଲେ। କାର୍‌ଟି ସିଂହଦ୍ୱାର ନିକଟ ଏମାର ମଙ୍ଗୁ ମଠ ପାଖରେ ରହିଥିଲା। ତେବେ ସେଠାରେ କାର୍ଯ୍ୟରତ ପୋଲିସ କର୍ମଚାରୀମାନେ ତାଙ୍କୁ ଅଟକାଇ ନ ଥିଲେ। ସେଠାରେ ଗାଡ଼ି ରହିବା ନେଇ ବିଭିନ୍ନ ସାମାଜିକ ଗଣମାଧ୍ୟମରେ ପ୍ରତିକ୍ରୟା ପ୍ରକାଶ ପାଇଥିଲା। ପୋଲିସ ପ୍ରଶାସନକୁ ଲୋକେ ସମାଲୋଚନା କରିବା ସହ କାର୍ଯ୍ୟାନୁଷ୍ଠାନ ଦାବି କରିଥିଲେ। ଏହାପରେ ପୋଲିସ ପ୍ରଶାସନର ଚେତା ପଶିଥିଲା। ରାତି ୮ଟା ୪୫ରେ ଘଟଣାସ୍ଥଳରେ ଟ୍ରାଫିକ ଥାନା ଏସ୍‌ଆଇ ଦିଲୀପ୍‌ କୁମାର ବେହେରା ପହଞ୍ଚତ୍ ଗାଡ଼ି ରଖିବାକୁ ବାରଣ କରିବା ସହ ଆଇନ ଉଲ୍ଲଂଘନ ଅଭିଯୋଗରେ ୨ହଜାର ଟଙ୍କା ଜରିମାନା କାଟିଥିଲେ। ବିଧାୟକ ରାୟ ଏହି ଜରିମାନା ଅର୍ଥ ଦେଇଥିବା ପୁରୀ ସିଟି ଡିଏସ୍‌ପି ଜନାର୍ଦ୍ଦନ ପାଢୀ କହିଛନ୍ତି। ସେହିପରି ମହାଳୟାରେ ଶ୍ରୀମନ୍ଦିରରେ ସାଧାରଣ ଦର୍ଶନ ବନ୍ଦ ରହିଥିବାବେଳେ ବିଧାୟକ ରାୟ ଓ ତାଙ୍କ ସହଧର୍ମିଣୀ ଶ୍ରୀମନ୍ଦିର ଯାଇ ମହାପ୍ରଭୁଙ୍କ ଦର୍ଶନ କରିଥିବା ଅଭିଯୋଗ ହୋଇଛି। ସାମାଜିକ କର୍ମୀ ତଥା କଂଗ୍ରେସ ଯୁବ ନେତା ସ୍ବାଧୀନ ପଣ୍ଡା ଏ ନେଇ ଅଭିଯୋଗ କରିଛନ୍ତି। ଯେଉଁଠାରେ ଭକ୍ତଙ୍କୁ ଶ୍ରୀମନ୍ଦିର ପରିସରକୁ ଛଡ଼ାଯାଉନାହିଁ, ସେଠାରେ ବିଧାୟକ ଓ ତାଙ୍କ ସହଧର୍ମିଣୀ କିପରି ଶ୍ରୀମନ୍ଦିର ଗଲେ ବୋଲି ସେ ପ୍ରଶ୍ନ କରିଛନ୍ତି। କେଉଁ ଅଧିକାରୀ ତାଙ୍କୁ ଅନୁମତି ଦେଲେ ଓ ଏ ନେଇ ସହଯୋଗ କଲେ ସେମାନଙ୍କୁ ଚିହ୍ନଟ କରାଯାଇ କାର୍ଯ୍ୟାନୁଷ୍ଠାନ ହେଉ ବୋଲି ପଣ୍ଡା ଦାବି କରିଛନ୍ତି। ସିସିଟିଭି ଫୁଟେଜ ଅନୁଧ୍ୟାନ କଲେ ସତ୍ୟ ଲୋକଲୋଚନକୁ ଆସିବ ବୋଲି ସେ କହିଛନ୍ତି। ଅପରପକ୍ଷେ ଏ ନେଇ ବିଧାୟକ ରାୟଙ୍କ ମତାମତ ମିଳିପାରିନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ସୃଷ୍ଟି ହେଲା ଲଘୁଚାପ, ୫ଦିନ ପ୍ରବଳରୁ ଅତି ପ୍ରବଳ ବର୍ଷା, ୩ ଜିଲାକୁ ରେଡ୍‌ ଓ୍ବାର୍ନିଂ

ଭୁବନେଶ୍ୱର, ୨୯ା୮ (ବନ୍ଦନା ସେଠୀ) – ଉତ୍ତରପଶ୍ଚିମ ବଙ୍ଗୋପସାଗର ପାର୍ଶ୍ୱବର୍ତ୍ତୀ ପଶ୍ଚିମବଙ୍ଗ-ଉତ୍ତରଓଡ଼ିଶା ଉପକୂଳରେ ଶନିବାର ସକାଳ ୫ଟା ୩୦ରେ ଆଉଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହା…

ଖଡ଼ିଆଳରେ ନୂଆଖାଇ ପାଇଁ ଲଗ୍ନ ଧାର୍ଯ୍ୟ

ଖଡ଼ିଆଳ,୨୯ା୮(ସୁଜିତ କୁମାର ପ୍ରଧାନ): ଖଡ଼ିଆଳ ରାଜଦରବାର ହଲଠାରେ ପଣ୍ଡିତ ମଣ୍ଡଳୀ ନବାନ୍ନ ଲଗ୍ନ ଧାର୍ଯ୍ୟ କରିଛନ୍ତି। ପରମ୍ପରାନୁସାରେ ଆସନ୍ତା ୧୫ ତାରିଖ ମଙ୍ଗଳବାର ଘ.୯.୦୫ମି.ରୁ ଘ.୧୦. ୦୦…

ଖଟ ତଳକୁ ଓହ୍ଲାଇବା ବେଳେ ଚୋଟ ମାରିଲା ସାପ, ରାତିସାରା ଗୁଣିଆ ଡାକି ଝଡ଼ାଫୁଙ୍କା କଲେ, ମେଡିକାଲ ନେବାରେ ବିଳମ୍ବ ଯୋଗୁ…

ଡୁଙ୍ଗୁରିପାଲି,୨୯।୮(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ବ୍ଲକ ରାମପୁର ଥାନା ଅନ୍ତର୍ଗତ ବଡ଼ଭାଲୁପାଲି ଗ୍ରାମରେ ଅନ୍ଧବିଶ୍ୱାସ ଯୋଗୁ ଜଣେ ବୃଦ୍ଧଙ୍କର ଅକାଳ ମୃତ୍ୟୁ ଘଟିଛି। ବିଷାକ୍ତ ସାପ…

ଘରେ ଏକାକୀ ଥିବାବେଳେ ମୂକ ଯୁବତୀଙ୍କୁ ବଳାତ୍କାର ଉଦ୍ୟମ! ଗୋଡ଼ାଇ ଗୋଡ଼ାଇ ନିର୍ଦ୍ଧୁମ ଛେଚିଲେ ଗ୍ରାମବାସୀ, ପୋଲିସକୁ…

ଦିଗପହଣ୍ଡି,୨୯।୮ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅଧୀନ ଏକ ଗାଁରେ ଜଣେ ମାନସିକ ଅନଗ୍ରସର ଓ ମୂକ ଯୁବତୀଙ୍କୁ ଘରେ ପଶି ବଳାତ୍କାର…

ଦେଓମାଳି ପର୍ଯ୍ୟଟନ ସ୍ଥଳୀରେ ପର୍ଯ୍ୟଟକ ଅସୁରକ୍ଷିତ: ମୁଖାପିନ୍ଧା ଯୁବକଙ୍କ ଅତର୍କିତ ଆକ୍ରମଣକୁ ନେଇ କୋଟିଆ ଥାନାରେ ମାମଲା ରୁଜୁ

ପଟ୍ଟାଙ୍ଗି,୨୯।୮(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍‌ ଅଧୀନ ପ୍ରସିଦ୍ଧ ଦେଓମାଳି ପର୍ଯ୍ୟଟନ ସ୍ଥଳୀରେ ପର୍ଯ୍ୟଟକଙ୍କ ସୁରକ୍ଷା ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ଶୁକ୍ରବାର ସନ୍ଧ୍ୟାରେ…

 ଚାଷୀ ପଞ୍ଜୀକରଣକୁ ଆଉ ମାତ୍ର ୨ ଦିନ ବାକି, ସର୍ଭର ଡାଉନ୍‌ ବଢ଼ାଉଛି ଚିନ୍ତା

ନବରଙ୍ଗପୁର, ୨୯।୮(ସଦାଶିବ ପ୍ରହରାଜ): ନବରଙ୍ଗପୁର ଜିଲାରେ ୨୦୨୬-୨୭ ଖରିଫ ଧାନମଣ୍ଡି ନିମନ୍ତେ ଚାଷୀ ପଞ୍ଜୀକରଣ ପ୍ରକ୍ରିୟା ଜାରି ରହିଛି। ପଞ୍ଜୀକରଣର ଶେଷ ତାରିଖ ଅଗଷ୍ଟ ୩୧ ଥିବାବେଳେ…

ତାରାତାରିଣୀ ଛକରେ ସାଙ୍ଘାତିକ କାର୍ ଦୁର୍ଘଟଣା: ତହସିଲଦାରଙ୍କ କଲ୍‌କୁ ବି ଖାତିର କଲାନି ଆମ୍ବୁଲାନ୍ସ କଲ୍ ସେଣ୍ଟର; ଛଟପଟ ହେଲେ…

ପୁରୁଷୋତ୍ତମପୁର,୨୯।୮(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ବ୍ରହ୍ମପୁର-ପୁରୁଷୋତ୍ତମପୁର ମୁଖ୍ୟ ରାସ୍ତାର ତାରାତାରିଣୀ ଛକ ନିକଟରେ ଶନିବାର ସନ୍ଧ୍ୟାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି।…

ଭଉଣୀ ଘରକୁ ଆସି ଗାଁକୁ ଫେରୁଥିଲେ, ଭାରସାମ୍ୟ ହରାଇ ରାସ୍ତାକଡ଼କୁ ଛିଟିକି ପଡ଼ିଲା ବାଇକ୍, ଦୁଇ ଜଣ…

ଥୁଆମୂଳ ରାମପୁର,୨୯।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅନ୍ତର୍ଗତ କୋଷାବରା-କଲେଜ ଛକ ମଧ୍ୟବର୍ତ୍ତୀ ଡୁମେର ଗଛ ବୁଲାଣି ନିକଟରେ ଶନିବାର ସନ୍ଧ୍ୟା ପ୍ରାୟ ୬:୧୦…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri