ଚାର୍ଜଶିଟ୍‌ ଦାଖଲ କଲା ପୋଲିସ

ଭୁବନେଶ୍ୱର,୧୪।୬(ବ୍ୟୁରୋ):ଅର୍ଥ ପାଇଁ ବିଭିନ୍ନ ରାଜ୍ୟର ୧୭ରୁ ଅଧିକ ମହିଳାଙ୍କୁ ବିବାହ ପରେ ଠକେଇ ଓ ପ୍ରତାରଣା କରି ଜେଲରେ ଥିବା ନକଲି ଡାକ୍ତର ରମେଶ ଚନ୍ଦ୍ର ସ୍ବାଇଁଙ୍କ ବିରୋଧରେ ମହିଳା ଥାନା ପୋଲିସ ସୋମବାର ଭୁବନେଶ୍ୱର ଏସ୍‌ଡିଜେଏମ୍‌ କୋର୍ଟରେ ଚାର୍ଜଶିଟ୍‌ ଦାଖଲ କରିଛି। ଏନେଇ ମହିଳା ଥାନା ଅଧିକାରିଣୀ ସନ୍ତୋଷିନୀ ବେହେରା ସୂଚନା ଦେଇଛନ୍ତି। ଉକ୍ତ ଚାର୍ଜଶିଟରେ ରମେଶଙ୍କ ସହ ଜେଲରେ ଥିବା ଦ୍ୱିତୀୟ ସ୍ତ୍ରୀ କମଳା ସ୍ବାଇଁ, ଭଉଣୀ ରଶ୍ମିତା ବେଉରା, ଡ୍ରାଇଭର ଚିତ୍ତରଞ୍ଜନ ପଟ୍ଟନାୟକ ଓ ମୁଖ୍ୟ ସହଯୋଗୀ ବିଶ୍ୱରଞ୍ଜନ ଦାଶଙ୍କ ନାଁ ରହିଛି। ତଦନ୍ତ ସମୟରେ ପୋଲିସ ସମସ୍ତ ସ୍ତ୍ରୀଙ୍କ ସମେତ ୧୦୩ ଜଣଙ୍କ ବୟାନ ରେକର୍ଡ କରିଛି। ଏବେ ତଦନ୍ତ ଚାଲୁଥିବା ଏବଂ ମାମଲାର ତଦନ୍ତ ପ୍ରକ୍ରିୟା ଖୋଲାଥିବାରୁ ଆବଶ୍ୟକ ପଡ଼ିଲେ ଅଭିଯୁକ୍ତଙ୍କ ବିରୋଧରେ ପୁଣି ଥରେ ଚାର୍ଜଶିଟ ଦାଖଲ କରାଯିବ ବୋଲି ଥାନା ଅଧିକରିଣୀ ବେହେରା କହିଛନ୍ତି।
ସୂଚନା ଅନୁଯାୟୀ, ରମେଶ ମାଟ୍ରିମୋନିଆଲ୍‌ ସାଇଟ୍‌ରେ ବିଭିନ୍ନ ଉଚ୍ଚଶିକ୍ଷିତା ମହିଳାଙ୍କୁ ଫସାଇ ବିବାହ କରୁଥିଲେ। ପରବର୍ତ୍ତୀ ସମୟରେ ଟଙ୍କା, ସୁନା ଓ ସମ୍ପତ୍ତି ଲୁଟୁଥିଲେ। ଏନେଇ ରମେଶଙ୍କ ଭିଣୋଇ ଗଣେଶ୍ୱର ବେଉରା, ଭଉଣୀ ରଶ୍ମିତା, ଡ୍ରାଇଭର ଚିତ୍ତରଞ୍ଜନ, ଦ୍ୱିତୀୟ ସ୍ତ୍ରୀ କମଳା ଓ ମୁଖ୍ୟ ସହଯୋଗୀ ବିଶ୍ୱରଞ୍ଜନ ସହଯୋଗ କରୁଥିଲେ। ତାଙ୍କ ଦ୍ୱାରା ପ୍ରତାରଣାର ଶିକାର ହୋଇଥିବା ଦିଲ୍ଲୀର ଜଣେ ମହିଳା ଗତବର୍ଷ ଜୁଲାଇରେ ଭୁବନେଶ୍ୱର ମହିଳା ଥାନାରେ ଅଭିଯୋଗ କରିଥିଲେ। ଫେବୃୟାରୀ ୧୪ରେ ରମେଶଙ୍କୁ ଗିରଫ କରାଯାଇଥିଲା। ତଦନ୍ତରୁ ରମେଶଙ୍କ କଳା କାରନାମା ପଦାକୁ ଆସିଥିଲା। ଏଥିସହ ଚାକିରି ଓ ଡାକ୍ତରୀ ପାଠରେ ନାମଲେଖା ପାଇଁ ଲକ୍ଷାଧିକ ଟଙ୍କା ଠକେଇ କରିଥିବା ମଧ୍ୟ ଅଭିଯୋଗ ହୋଇଥିଲା। ଏହାପରେ ଅନ୍ୟମାନେ ଗିରଫ ହୋଇଥିଲେ। ଜେଲରୁ ରମେଶଙ୍କ ସହ ଅନ୍ୟମାନଙ୍କୁ ରିମାଣ୍ଡରେ ଅଣାଯାଇ ତଥ୍ୟ ହାସଲ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

IPL 2026: ଚେପକ୍‌ରେ ପଞ୍ଜାବ କିଙ୍ଗସର ଐତିହାସିକ ବିଜୟ; ଚେନ୍ନାଇକୁ ୫ ୱିକେଟରେ ହରାଇ ରଚିଲା ଇତିହାସ

ଚେନ୍ନାଇ,୩/୪ : ଆଇପିଏଲ୍ ୨୦୨୬ର ସପ୍ତମ ମ୍ୟାଚ୍‌ରେ ପଞ୍ଜାବ କିଙ୍ଗସ ଏକ ଚମତ୍କାର ପ୍ରଦର୍ଶନ କରି ଚେନ୍ନାଇ ସୁପର କିଙ୍ଗସକୁ ତା’ର ଘରୋଇ ଗ୍ରାଉଣ୍ଡ୍ ଏମ୍.ଏ. ଚିଦାମ୍ବରମ୍…

ଭୂକମ୍ପ ଝଟ୍‌କାରେ ଥରିଲା ଜମ୍ମୁ-କଶ୍ମୀରରୁ ନେଇ ଦିଲ୍ଲୀ, ଭୟରେ ଘରୁ ବାହାରକୁ ଦୌଡ଼ିଲେ ଲୋକେ…

ନୂଆଦିଲ୍ଲୀ,୩।୪: ଭାରତର ରାଜଧାନୀ ଦିଲ୍ଲୀ-ଏନ୍‌ସିଆର (Delhi-NCR), ଜମ୍ମୁ-କାଶ୍ମୀର ଏବଂ ଚଣ୍ଡିଗଡ଼ ସମେତ ଉତ୍ତର ଭାରତର ବିଭିନ୍ନ ସ୍ଥାନରେ ଶକ୍ତିଶାଳୀ ଭୂକମ୍ପ ଝଟକା ଅନୁଭୂତ ହୋଇଛି। ଜମ୍ମୁ-କାଶ୍ମୀରରେ ପରସ୍ପର…

ଇଣ୍ଡକ୍ସନରେ ରୋଷେଇ କରୁଛନ୍ତି କି? ଭୁଲରେ ବି କରନ୍ତୁ ନାହିଁ ଏହି ୫ ଜିନିଷ ରୋଷେଇ, ନଚେତ…

ନୂଆଦିଲ୍ଲୀ,୩।୪: ମଧ୍ୟପ୍ରାଚ୍ୟରେ ଜାରି ରହିଥିବା ଯୁଦ୍ଧ ପରିସ୍ଥିତିର ପ୍ରଭାବ ଏବେ ଭାରତୀୟ ରୋଷେଇ ଘର ପର୍ଯ୍ୟନ୍ତ ପହଞ୍ଚିଛି। ତୈଳ ଏବଂ ଗ୍ୟାସ ଯୋଗାଣ ବାଧାପ୍ରାପ୍ତ ହେବା ଯୋଗୁଁ…

କୁଆପଥର ବର୍ଷା: ଗଛ ଉପୁଡ଼ିବା ସହ ଉଡ଼ିଲା ଛପର

ନନ୍ଦପୁର,୩ା୪(ତୁଷାର କାନ୍ତ ମହାନ୍ତି)-କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ କୁଆପଥର ବର୍ଷା ପବନ ପ୍ରଭାବରେ ମାଳିବେଲଗାଁ ପଞ୍ଚାୟତ ରାସ୍ତାରେ ୨ଗଛ ଉପୁଡ଼ି ପଡ଼ିଥିବାରୁ ଯାତାୟାତ ବାଧାପ୍ରାପ୍ତ ହୋଇଛି।…

ରିଲ୍ସ ପାଇଁ ବନ୍ଧୁକ ଧରି ଯୁବକଙ୍କ ଫାଙ୍କା ଗୁଳିଚାଳନା ଭିଡିଓ ଭାଇରାଲ, ଏସ୍‌ପି କହିଲେ ତଦନ୍ତ ଚାଲିଛି

ପୁରୀ,୩ା୪(ଅଜିତ୍‌ କୁମାର ମହାନ୍ତି): ରିଲ୍ସ ପାଇଁ ଜଣେ ଯୁବକ ବନ୍ଧୁକ ଧରି ଫାଙ୍କା ଗୁଳିଚାଳନା କରୁଥିବାର ଏକ ଭିଡିଓ ଶୁକ୍ରବାର ସୋସିଆଲ ମିଡିଆରେ ଦେଖିବାକୁ ମିଳିଛି। ଏହି…

ପୋଖରୀରେ ବୁଡ଼ିଲେ ଜଣଙ୍କ ପରେ ଜଣେ …

ଦିଗପହଣ୍ଡି,୩ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ଗ୍ରାମ ନିକଟସ୍ଥ ଏକ ପୋଖରୀରେ ଶୁକ୍ରବାର ୩ଜଣ ମହିଳା ବୁଡି ଯାଉଥିବା ବେଳେ ସେମାନଙ୍କୁ ଉଦ୍ଧାର…

ଛେଳି ଖାଇଲା ଟମାଟୋ ଗଛ: ମାଡ଼ ଖାଇଲେ ଦମ୍ପତି, ମାମଲା ଏବେ…

ଦିଗପହଣ୍ଡି,୩।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ବଜାପଲ୍ଲୀ ଗ୍ରାମ ନିକଟରେ ଜି.ଦୁର୍ଯ୍ୟ ରେଡ୍ଡୀଙ୍କ ଜମିରେ ଲାଗିଥିବା ଟମାଟୋ ଗଛ ଗୁଡ଼ିକୁ ଶୁକ୍ରବାର ମଧ୍ୟାହ୍ନରେ କିଛି…

ଆଦେଶ ପାଳନ କଲେ ଜିଲାପାଳ, ପିଛିଲା ତାରିଖ ପକାଇ ୨୧ ଦିନ ପରେ ଅର୍ଡର ପ୍ରେରଣ

କେନ୍ଦୁଝର/ହାଟଡିହୀ,୩l୪(ନରେଶ ଚନ୍ଦ୍ର ପଟ୍ଟନାୟକ/ଶୁଭକାନ୍ତ ନାୟକ):ଓଡ଼ିଶା ହାଇକୋର୍ଟଙ୍କ ନିର୍ଦ୍ଦେଶ ଧାର୍ଯ୍ୟ ସମୟରେ ପାଳନ ନ କରିବା ଫଳରେ ଅଦାଲତ ଅବମାନନା ମାମଲା ଦାୟର ହେବା ଏବଂ ଏ ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri