ରାଜଧାନୀରେ ଗଡ଼ିବନି ରଥ, ଇସ୍କନ୍‌ରେ ଭିନ୍ନ ବ୍ୟବସ୍ଥା

ଭୁବନେଶ୍ୱର, ୧୨। ୭ (ବ୍ୟୁରୋ):ଆଜି ବିଶ୍ୱ ପ୍ରସିଦ୍ଧ ପବିତ୍ର ରଥଯାତ୍ରା। କୋଟି ଓଡ଼ିଆଙ୍କ ପ୍ରାଣର ଦେବତା ପ୍ରଭୁ ଶ୍ରୀଜଗନ୍ନାଥଙ୍କ ସବୁଠାରୁ ବଡ଼ ପର୍ବ। ପ୍ରତିବର୍ଷ ଏହି ତିଥିରେ ଚତୁର୍ଦ୍ଧାମୂର୍ତ୍ତି ରଥାରୂଢ଼ ହୋଇ ଭକ୍ତଙ୍କୁ ଦର୍ଶନ ଦେଇଥାନ୍ତି। ମାତ୍ର କରୋନା ମହାମାରୀ ପାଇଁ ଦୁଇବର୍ଷ ଧରି ବିନା ଭକ୍ତରେ ରଥଯାତ୍ରା ଅନୁଷ୍ଠିତ ହେଉଛି। ଚଳିତ ବର୍ଷ କେବଳ ପୁରୀରେ ରଥଯାତ୍ରା ପାଳନ ପାଇଁ ଅନୁମତି ଦିଆଯାଇଛି। ତେଣୁ ରାଜଧାନୀରେ ଗଡ଼ିବନି ରଥ। ତେଣୁ କୌଣସି ଜଗନ୍ନାଥ ମନ୍ଦିରରେ ରଥଯାତ୍ରା ପାଇଁ ପ୍ରସ୍ତୁତି ହୋଇନାହିଁ। କେବଳ ପରମ୍ପରା ପାଳନ ପୂର୍ବକ ନିରାଡମ୍ବର ଭାବେ ରଥଯାତ୍ରା ପାଳନ କରାଯିବ। ଏଥିପାଇଁ ସ୍ବତନ୍ତ୍ର ବ୍ୟବସ୍ଥା ହୋଇଛି ବୋଲି ଇସ୍କନ ମନ୍ଦିରର ସହସଭାପତି ଉପେନ୍ଦ୍ର ମିଶ୍ର ସୂଚନା ଦେଇଛନ୍ତି।
ତାଙ୍କ ସୂଚନାନୁସାରେ, ମହାପ୍ରଭୁଙ୍କ ରଥଯାତ୍ରା ମନ୍ଦିର ଭିତରେ କୋଭିଡ୍‌ କଟକଣା ମଧ୍ୟରେ ଅନୁଷ୍ଠିତ ହେବ। ଶଗଡ଼ ରଥ ସହ ମନ୍ଦିର ଭିତରେ ଥିବା ପ୍ରସାଦ ହଲ୍‌ରେ ଅସ୍ଥାୟୀ ଗୁଣ୍ଡିଚା ମନ୍ଦିର ତିଆରି ହୋଇଛି। ପ୍ରାତଃ ୪ଟାରେ ଶ୍ରୀବିଗ୍ରହଙ୍କ ମଙ୍ଗଳ ଆଳତି କରାଯିବ। ସକାଳ ୭ଟାରେ ଦର୍ଶନ ଆଳତି ଓ ୧୨ରେ ମଧ୍ୟାହ୍ନ ଆରତି ହେବ। ଅପରାହ୍ନ ୩ଟା ୪୫ରେ ଠାକୁରଙ୍କ ପହଣ୍ଡି କରାଯାଇ ରଥାରୂଢ଼ କରାଯିବ। ରଥରେ ପୋଡ଼ପିଠା ସହ ଅନ୍ୟାନ୍ୟ ପିଠା ଓ ମିଠା ଭୋଗଲାଗି କରାଯିବ। ଏହାପରେ ରଥରେ ବସାଇ କୀର୍ତ୍ତନ କରି ତିନି ଠାକୁରଙ୍କୁ ଅସ୍ଥାୟୀ ଗୁଣ୍ଡିଚା ମନ୍ଦିରକୁ ନିଆଯିବ। ଏହାପରେ ସନ୍ଧ୍ୟା ୬ଟା ସୁଦ୍ଧା ଚତୁର୍ଦ୍ଧାମୂର୍ତ୍ତି ବେଦିରେ ବସିବେ। ପରେ ଗୁଣ୍ଡିଚା ମନ୍ଦିରରେ ଭୋଗ ଲାଗି କରି ୬ଟା ୪୫ ବେଳକୁ ସନ୍ଧ୍ୟା ଆଳତି କରାଯିବ। ୯ ଦିନ ଯାଏ ଠାକୁର ଗୁଣ୍ଡିଚା ମନ୍ଦିରରେ ରହିବେ। ପ୍ରତିଦିନ ପ୍ରାତଃ ୪ଟା ୧୫ରେ ମଙ୍ଗଳ ଆଳତି, ୭ଟା ୩୦ରେ ଦର୍ଶନ ଆଳତି ସହ ବାଲ୍ୟଭୋଗ ଲାଗି କରାଯିବ। ଏହାସହିତ ପ୍ରତିଦିନ ୨ଥର ପ୍ରବଚନ ଓ ଭଜନ କୀର୍ତ୍ତନ କରାଯିବ। ପୂର୍ବରୁ ରଥଯାତ୍ରାରେ ଯେଭଳି ସେବା କରାଯାଉଥିଲା ତାହା କରାଯିବ। କେବଳ ଭକ୍ତମାନେ ଏଥିରେ ଅଂଶଗ୍ରହଣ କରିବେ ନାହିଁ ବୋଲି ମନ୍ଦିର ସହସଭାପତି ମିଶ୍ର କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଖଲ୍ଲିକୋଟ ଏନ୍‌ଏସି କାଉନ୍‌ସିଲର୍‌ଙ୍କ ଘର ବାହାରେ ବ୍ଲାଙ୍କ ଫାୟାରିଂ ଅଭିଯୋଗ

ଖଲ୍ଲିକୋଟ,୨୬।୪(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ଏନ୍‌ଏସି କାଉନ୍‌ସିଲରଙ୍କ ଘରେ ପଶି ମାର୍‌ପିଟ ସହ ବ୍ଲାଙ୍କ ଫାୟାରିଂ କରାଯାଇଥିବା ଅଭିଯୋଗ ହୋଇଛି। ଖବର ପାଇ...

ଓଏଚ୍‌ଆର୍‌ସିରେ କଟକ-ସମ୍ବଲପୁର ଜାତୀୟ ରାଜପଥ ନିର୍ମାଣ ମାମଲା: ଏନ୍‌ଏଚ୍‌ଏଆଇକୁ ରିପୋର୍ଟ ତଲବ

କଟକ,୨୬ା୪ (କାର୍ତ୍ତିକ ସାହୁ)- କଟକ-ସମ୍ବଲପୁର ଜାତୀୟ ରାଜପଥ ନିର୍ମାଣରେ ଅହେତୁକ ବିଳମ୍ବ ହେତୁ ଦୁର୍ଘଟଣା ବଢ଼ିଚାଲିଛି। ଏହି ରାଜପଥର ନିର୍ମାଣ କାର୍ଯ୍ୟ ଦୀର୍ଘ ୧୨ ବର୍ଷ...

ଆସନ୍ତା ଶିକ୍ଷାବର୍ଷରୁ ୨ଥର ହୋଇପାରେ ବୋର୍ଡ ପରୀକ୍ଷା

ଭୁବନେଶ୍ୱର, ୨୬।୪(ଅସମାପିକା ସାହୁ) – ସେଣ୍ଟ୍ରାଲ ବୋର୍ଡ ଅଫ୍‌ ସେକେଣ୍ଡାରୀ ଏଜୁକେଶନ(ସିବିଏସ୍‌ଇ) ପକ୍ଷରୁ ପରିଚାଳିତ ବୋର୍ଡ ପରୀକ୍ଷା ବର୍ଷକୁ ଦୁଇଥର ଅନୁଷ୍ଠିତ ହେବ। ଆସନ୍ତା ୨୦୨୫-୨୬...

କଂଗ୍ରେସରେ ମିଶିଲେ ବିଜେଡିର ପୁରୁଖା ନେତ୍ରୀ

ଭୁବନେଶ୍ୱର,୨୬।୪: ବିଜେଡିର ପୁରୁଖା ନେତ୍ରୀ ବୈଜୟନ୍ତୀମାଳା ମହାନ୍ତି ଆଜି ହାତ ଧରିଛନ୍ତି। ସେ ଶୁକ୍ରବାର ବିଧିବଦ୍ଧ ଭାବେ କଂଗ୍ରେସରେ ସାମିଲ ହୋଇଛନ୍ତି । ନୟାଗଡ ଜିଲା...

ଭଦ୍ରକ-ଯାଜପୁର ଜେଲ୍‌ରେ କ୍ଷମତାଠାରୁ ଅଧିକ କଏଦୀ: ଭିଡ ହଟାଇବାକୁ ପଦକ୍ଷେପ ନେଇ ଜଣାଇବାକୁ ନିର୍ଦ୍ଦେଶ ଦେଲେ ହାଇକୋର୍ଟ

କଟକ,୨୬ା୪ (କାର୍ତ୍ତିକ ସାହୁ)- ଭଦ୍ରକ ଓ ଯାଜପୁର ଜିଲା ଜେଲରୁ ଭିଡ଼ ହଟାଇବାକୁ କି ପଦକ୍ଷେପ ନେଇଛ ଜଣାଅ ବୋଲି ରାଜ୍ୟ ସରକାରଙ୍କୁ ହାଇକୋର୍ଟ ଶୁକ୍ରବାର...

ପୁଣି ପ୍ରାର୍ଥୀ ବଦଳାଇବ ଭାଜପା, ପର୍ଶୁରାମ ଧଡାଙ୍କ ଘର ବାହୁଡା ପରେ ଜୋର ଧରିଲା ଚର୍ଚ୍ଚା

ଭୁବନେଶ୍ୱର,୨୬।୪: ପୁଣିଥରେ ପ୍ରାର୍ଥୀ ବଦଳାଇପାରେ ଭାରତୀୟ ଜନତା ପାର୍ଟି । ସୋର ବିଧାୟକ ପର୍ଶୁରାମ ଧଡା ଭାଜପାରେ ସାମିଲ ହେବା ପରେ ପ୍ରାର୍ଥୀ ପରିବର୍ତନ ନେଇ...

ଜାତୀୟ ରାଜପଥ କଡ଼ରେ କୁଆଁ କୁଆଁ ଶବ୍ଦ: ନବଜାତ ଶିଶୁପୁତ୍ରକୁ ଛାଡ଼ି ମା’ ଫେରାର

ଛତ୍ରପୁର,୨୬।୪(ଦିଲ୍ଲୀପ ସାମଲ): ରାସ୍ତାକଡ଼ରେ ନବଜାତକକୁ ଛାଡ଼ି ମା’ ଫେରାର। ଛତ୍ରପୁରରୁ ଏଭଳି ଏକ ଖବର ସାମ୍ନାକୁ ଆସିଛି। ଶୁକ୍ରବାର ରାତିରେ ଜାତୀୟ ରାଜପଥ କଡ଼ରେ ଶିଶୁପୁତ୍ରଟିଏ...

ଆନ୍ଦୋଳନ ପରେ ପରୀକ୍ଷା ଘୁଞ୍ଚିଲା

ଭୁବନେଶ୍ୱର, ୨୬।୪(ଅସମାପିକା ସାହୁ)- ରମାଦେବୀ ମହିଳା ବିଶ୍ୱବିଦ୍ୟାଳୟର ଚତୁର୍ଥ ସେମିଷ୍ଟର ପରୀକ୍ଷା ଘୁଞ୍ଚାଇବା ଦାବିରେ ଛାତ୍ରୀମାନେ ଆନ୍ଦୋଳନ କରିବା ପରେ ବିଶ୍ୱବିଦ୍ୟାଳୟ କର୍ତ୍ତୃପକ୍ଷ ପୂର୍ବ ନିଷ୍ପତ୍ତିରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri