ରାଜଧାନୀରେ ଗଡ଼ିବନି ରଥ, ଇସ୍କନ୍‌ରେ ଭିନ୍ନ ବ୍ୟବସ୍ଥା

ଭୁବନେଶ୍ୱର, ୧୨। ୭ (ବ୍ୟୁରୋ):ଆଜି ବିଶ୍ୱ ପ୍ରସିଦ୍ଧ ପବିତ୍ର ରଥଯାତ୍ରା। କୋଟି ଓଡ଼ିଆଙ୍କ ପ୍ରାଣର ଦେବତା ପ୍ରଭୁ ଶ୍ରୀଜଗନ୍ନାଥଙ୍କ ସବୁଠାରୁ ବଡ଼ ପର୍ବ। ପ୍ରତିବର୍ଷ ଏହି ତିଥିରେ ଚତୁର୍ଦ୍ଧାମୂର୍ତ୍ତି ରଥାରୂଢ଼ ହୋଇ ଭକ୍ତଙ୍କୁ ଦର୍ଶନ ଦେଇଥାନ୍ତି। ମାତ୍ର କରୋନା ମହାମାରୀ ପାଇଁ ଦୁଇବର୍ଷ ଧରି ବିନା ଭକ୍ତରେ ରଥଯାତ୍ରା ଅନୁଷ୍ଠିତ ହେଉଛି। ଚଳିତ ବର୍ଷ କେବଳ ପୁରୀରେ ରଥଯାତ୍ରା ପାଳନ ପାଇଁ ଅନୁମତି ଦିଆଯାଇଛି। ତେଣୁ ରାଜଧାନୀରେ ଗଡ଼ିବନି ରଥ। ତେଣୁ କୌଣସି ଜଗନ୍ନାଥ ମନ୍ଦିରରେ ରଥଯାତ୍ରା ପାଇଁ ପ୍ରସ୍ତୁତି ହୋଇନାହିଁ। କେବଳ ପରମ୍ପରା ପାଳନ ପୂର୍ବକ ନିରାଡମ୍ବର ଭାବେ ରଥଯାତ୍ରା ପାଳନ କରାଯିବ। ଏଥିପାଇଁ ସ୍ବତନ୍ତ୍ର ବ୍ୟବସ୍ଥା ହୋଇଛି ବୋଲି ଇସ୍କନ ମନ୍ଦିରର ସହସଭାପତି ଉପେନ୍ଦ୍ର ମିଶ୍ର ସୂଚନା ଦେଇଛନ୍ତି।
ତାଙ୍କ ସୂଚନାନୁସାରେ, ମହାପ୍ରଭୁଙ୍କ ରଥଯାତ୍ରା ମନ୍ଦିର ଭିତରେ କୋଭିଡ୍‌ କଟକଣା ମଧ୍ୟରେ ଅନୁଷ୍ଠିତ ହେବ। ଶଗଡ଼ ରଥ ସହ ମନ୍ଦିର ଭିତରେ ଥିବା ପ୍ରସାଦ ହଲ୍‌ରେ ଅସ୍ଥାୟୀ ଗୁଣ୍ଡିଚା ମନ୍ଦିର ତିଆରି ହୋଇଛି। ପ୍ରାତଃ ୪ଟାରେ ଶ୍ରୀବିଗ୍ରହଙ୍କ ମଙ୍ଗଳ ଆଳତି କରାଯିବ। ସକାଳ ୭ଟାରେ ଦର୍ଶନ ଆଳତି ଓ ୧୨ରେ ମଧ୍ୟାହ୍ନ ଆରତି ହେବ। ଅପରାହ୍ନ ୩ଟା ୪୫ରେ ଠାକୁରଙ୍କ ପହଣ୍ଡି କରାଯାଇ ରଥାରୂଢ଼ କରାଯିବ। ରଥରେ ପୋଡ଼ପିଠା ସହ ଅନ୍ୟାନ୍ୟ ପିଠା ଓ ମିଠା ଭୋଗଲାଗି କରାଯିବ। ଏହାପରେ ରଥରେ ବସାଇ କୀର୍ତ୍ତନ କରି ତିନି ଠାକୁରଙ୍କୁ ଅସ୍ଥାୟୀ ଗୁଣ୍ଡିଚା ମନ୍ଦିରକୁ ନିଆଯିବ। ଏହାପରେ ସନ୍ଧ୍ୟା ୬ଟା ସୁଦ୍ଧା ଚତୁର୍ଦ୍ଧାମୂର୍ତ୍ତି ବେଦିରେ ବସିବେ। ପରେ ଗୁଣ୍ଡିଚା ମନ୍ଦିରରେ ଭୋଗ ଲାଗି କରି ୬ଟା ୪୫ ବେଳକୁ ସନ୍ଧ୍ୟା ଆଳତି କରାଯିବ। ୯ ଦିନ ଯାଏ ଠାକୁର ଗୁଣ୍ଡିଚା ମନ୍ଦିରରେ ରହିବେ। ପ୍ରତିଦିନ ପ୍ରାତଃ ୪ଟା ୧୫ରେ ମଙ୍ଗଳ ଆଳତି, ୭ଟା ୩୦ରେ ଦର୍ଶନ ଆଳତି ସହ ବାଲ୍ୟଭୋଗ ଲାଗି କରାଯିବ। ଏହାସହିତ ପ୍ରତିଦିନ ୨ଥର ପ୍ରବଚନ ଓ ଭଜନ କୀର୍ତ୍ତନ କରାଯିବ। ପୂର୍ବରୁ ରଥଯାତ୍ରାରେ ଯେଭଳି ସେବା କରାଯାଉଥିଲା ତାହା କରାଯିବ। କେବଳ ଭକ୍ତମାନେ ଏଥିରେ ଅଂଶଗ୍ରହଣ କରିବେ ନାହିଁ ବୋଲି ମନ୍ଦିର ସହସଭାପତି ମିଶ୍ର କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆକ୍ରମଣ ମାମଲା: ବାପ-ପୁଅଙ୍କୁ ବାନ୍ଧିଲା ପୋଲିସ

ଦିଗପହଣ୍ଡି,୨୪।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଖଜୁରୀପଦା ଗ୍ରାମର ରବୀନ୍ଦ୍ର ସାହୁଙ୍କୁ ଆକ୍ରମଣ ଘଟଣାରେ ପାଟପୁର ପୋଲିସ ସୋମବାର ଅଭିଯୁକ୍ତ ବାବୁ ସାହୁ…

ପୁଷ୍ୟ ନକ୍ଷତ୍ରରେ ପ୍ରବେଶ କରିବେ ମଙ୍ଗଳ: ୪ ରାଶିର କ୍ୟାରିୟରରେ ହେବ ବଡ଼ ଉନ୍ନତି, ବ୍ୟବସାୟରେ…

ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ଆସନ୍ତା ୨୪ ସେପ୍ଟେମ୍ବର ୨୦୨୬, ଗୁରୁବାର ସକାଳ ୫ଟା ୫୦ ମିନିଟରେ ମଙ୍ଗଳ ଗ୍ରହ ପୁଷ୍ୟ ନକ୍ଷତ୍ରରେ ପ୍ରବେଶ କରିବେ। ଶନିଙ୍କ ନକ୍ଷତ୍ର…

ମା’ଙ୍କୁ ମାରି ଘରେ ପ୍ଲାଷ୍ଟର କରିଦେଲେ ସଇତାନ ପୁଅ! କୁମ୍ଭାରପଡ଼ାରେ ହଇଚଇ

ପୁରୀ,୨୪।୮(ଅଜିତ କୁମାର ମହାନ୍ତି): ପୁରୀ ଜିଲାରେ ଏକ ଅଭାବନୀୟ ଘଟଣା ଘଟିଛି। ନିଜ ମା’ଙ୍କୁ ମାରି ଘରେ ପ୍ଲାଷ୍ଟର କରିଦେଇଛନ୍ତି ଜଣେ ସଇତାନ ପୁଅ! ପୁରୀ କୁମ୍ଭାରପଡ଼ାରେ…

ଆରକ୍ଷଣକୁ ନେଇ ଅଭିଜିତ ଦୀପକେଙ୍କ ବଡ଼ ବୟାନ, କହିଲେ- ‘ମୁଁ ଦଳିତ ପରିବାରରୁ ଆସିଛି, ମୋ ବାପା …’

ନୂଆଦିଲ୍ଲୀ,୨୪।୮: ଦେଶର ବିଭିନ୍ନ ସ୍ଥାନରେ ଏବେ ଆରକ୍ଷଣ ବ୍ୟବସ୍ଥା ଏବଂ ବିଶ୍ୱବିଦ୍ୟାଳୟ ଅନୁଦାନ ଆୟୋଗ (UGC)ର ଇକ୍ୱିଟି ନିୟମକୁ ନେଇ ପ୍ରଦର୍ଶନ ଚାଲିଛି। ପ୍ରଦର୍ଶନକାରୀମାନେ ଜାତିଭିତ୍ତିକ ଆରକ୍ଷଣ…

ଛାତ୍ରୀ ନିବାସକୁ ନାହିଁ ରାସ୍ତା: ସମସ୍ୟା ଭୋଗୁଛନ୍ତି ୨୩୦ ଆଦିବାସୀ ଛାତ୍ରୀ

ମୋହନା,୨୪।୮(ମନ୍ମଥ ମିଶ୍ର): ଛାତ୍ରୀ ନିବାସ ଅଛି। ଛାତ୍ରୀ ଅଛନ୍ତି। ପାଠପଢ଼ା ପାଇଁ ସବୁ ବ୍ୟବସ୍ଥା ଅଛି। ହେଲେ ବିଦ୍ୟାଳୟରେ ପହଞ୍ଚିବା ପାଇଁ ନାହିଁ ଭଲ ରାସ୍ତା। ଫଳରେ…

ବିବାଦରେ ଫସିଲେ କ୍ରିତି ସାନନ, ସୋସିଆଲ ମିଡିଆରେ ଉଠିଲା ଝଡ଼

ମୁମ୍ବାଇ: ଗୋଟିଏ ପର୍ବ, ଦାମୀ ବିଜ୍ଞାପନ, ବଲିଉଟର ଜଣେ ବଡ଼ ଚେହେରା ଏବଂ ସୋସିଆଲ ମିଡିଆରେ ବିବାଦ। ରକ୍ଷାବନ୍ଧନ ପାଇଁ ତିଆରି ହୋଇଥିବା ଏକ ଜୁଏଲାରୀ ବିଜ୍ଞାପନକୁ…

ବିଶ୍ୱକପ୍‌ ଜିତିବା ସ୍ବପ୍ନ ଧୂଳିସାତ୍‌! ଆର୍ଜେଣ୍ଟିନାଠାରୁ ଲଜ୍ଜାଜନକ ପରାଜୟ ପରେ ବିଶ୍ୱକପ୍‌ରୁ ବାଦ୍‌ ପଡ଼ିଲା ଟିମ ଇଣ୍ଡିଆ

ନୂଆଦିଲ୍ଲୀ,୨୪।୮: ଭାରତୀୟ ଦଳ ୨୦୨୬ ହକି ବିଶ୍ୱକପ୍‌ରେ ସୋମବାର (୨୪ ଅଗଷ୍ଟ) ଆର୍ଜେଣ୍ଟିନା ବିପକ୍ଷ ମ୍ୟାଚରେ ୫-୩ ଗୋଲ୍‌ରେ ଲଜ୍ଜାଜନକ ପରାଜୟର ସାମ୍ନା କରିଛି। ଆମ୍ସଟେଲଭିନର ୱାଗନର୍‌…

ଆନ୍ଦୋଳନକୁ ଓହ୍ଲାଇଲେ ଚାଷୀ: ୨୪ ଘଣ୍ଟାରେ ଦାବି ପୂରଣ ନ ହେଲେ…

ଝାରବନ୍ଧ,୨୪।୮(ଦେବେନ୍ଦ୍ର ସାହୁ): ଧାନ ବିକ୍ରି ପାଇଁ ଆଟ କିସମ ଜମି ପଞ୍ଜିକରଣ ହେଉ ନ ଥିବାରୁ ଚାଷୀ ଆନ୍ଦୋଳନକୁ ଓହ୍ଲାଇଛନ୍ତି l ଆଟ କିସମକୁ ପଞ୍ଜିକରଣ କରା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri